bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
John 18
John 18
Odia IRV 2017 (ଓଡିଆ ବାଇବେଲ)
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 19 →
1
ଯୀଶୁ ଏହି ସବୁ କଥା କହି ଆପଣା ଶିଷ୍ୟମାନଙ୍କ ସହିତ କିଦ୍ରୋଣ ଜୋଡ଼ର ଆରପାଖକୁ ବାହାରିଗଲେ । ସେଠାରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେ ଓ ତାହାଙ୍କ ଶିଷ୍ୟମାନେ ସେଥିରେ ପ୍ରବେଶ କଲେ ।
2
ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେହି ସ୍ଥାନ ଜାଣିଥିଲା, କାରଣ ଯୀଶୁ ଅନେକ ଥର ଆପଣା ଶିଷ୍ୟମାନଙ୍କ ସହିତ ସେ ସ୍ଥାନକୁ ଯାଉଥିଲେ ।
3
ଅତଏବ, ଯିହୂଦା ସୈନ୍ୟଦଳ ପୁଣି, ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କଠାରୁ ପ୍ରାପ୍ତ ପଦାତିକମାନଙ୍କୁ ଘେନି ବତୀ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରି ସେଠାକୁ ଆସିଲା ।
4
ସେଥିରେ ଯୀଶୁ, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହି ସବୁ ଜାଣି ଆଗକୁ ଯାଇ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହାକୁ ଖୋଜୁଅଛ?
5
ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାଜରିତୀୟ ଯୀଶୁକୁ । ସେ ସେମାନଙ୍କୁ କହିଲେ, ମୁଁ ସେହି । ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇଥିଲା ।
6
ଯୀଶୁ ଯେତେବେଳେ ସେମାନଙ୍କୁ କହିଲେ, ମୁଁ ସେହି, ସେତେବେଳେ ସେମାନେ ପଛକୁ ହଟିଯାଇ ଭୂମିରେ ପଡ଼ିଗଲେ ।
7
ସେଥିରେ ସେ ସେମାନଙ୍କୁ ଆଉ ଥରେ ପଚାରିଲେ, ତୁମ୍ଭେମାନେ କାହାକୁ ଖୋଜୁଅଛ? ସେମାନେ କହିଲେ, ନାଜରିତୀୟ ଯୀଶୁଙ୍କୁ ।
8
ଯୀଶୁ ଉତ୍ତର ଦେଲେ, ମୁଁ ଯେ ସେହି, ଏହା ତ ମୁଁ ତୁମ୍ଭମାନଙ୍କୁ କହିଲି । ଏଣୁ ଯଦି ତୁମ୍ଭେମାନେ ମୋତେ ଖୋଜୁଅଛ, ତାହାହେଲେ ଏମାନଙ୍କୁ ଯିବା ପାଇଁ ଛାଡ଼ିଦିଅ ।
9
ସେ ଏହା କହିଲେ, ଯେପରି ତାହାଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ମଧ୍ୟରୁ ମୁଁ ଜଣକୁ ସୁଦ୍ଧା ହରାଇ ନାହିଁ ।
10
ଶିମୋନ ପିତରଙ୍କ ପାଖରେ ଖଣ୍ଡା ଥିବାରୁ ସେ ତାହା ବାହାର କରି ମହାଯାଜକଙ୍କ ଦାସକୁ ଆଘାତ କଲେ ଓ ତାହାର ଡାହାଣ କାନ କାଟିପକାଇଲେ; ସେହି ଦାସର ନାମ ମାଲ୍ଖ ।
11
ସେଥିରେ ଯୀଶୁ ପିତରଙ୍କୁ କହିଲେ, ଖଣ୍ଡା ଖାପରେ ରଖ; ପିତା ମୋତେ ଯେଉଁ ପାତ୍ର ଦେଇଅଛନ୍ତି, ମୁଁ କ'ଣ ସେଥିରୁ ପାନ କରିବି ନାହିଁ?
12
ଏହାପରେ ସୈନ୍ୟଦଳ, ପ୍ରଧାନ ସେନାପତି, ପୁଣି, ଯିହୂଦୀମାନଙ୍କର ପଦାତିକମାନେ ଯୀଶୁଙ୍କୁ ଧରିଲେ
13
ଓ ତାହାଙ୍କୁ ବାନ୍ଧି ପ୍ରଥମେ ହାନାନଙ୍କ ନିକଟକୁ ଘେନିଗଲେ, କାରଣ ସେ ସେହି ବର୍ଷର ମହାଯାଜକ କୟାଫାଙ୍କର ଶ୍ୱଶୁର ଥିଲେ ।
14
ଲୋକସାଧାରଣଙ୍କ ନିମନ୍ତେ ଜଣେ ମରିବା ମଙ୍ଗଳଜନକ ବୋଲି ଯିହୂଦୀମାନଙ୍କୁ ଯେ ପରାମର୍ଶ ଦେଇଥିଲେ, ଏ ସେହି କୟାଫା ।
15
ଶିମୋନ ପିତର ଓ ଆଉ ଜଣେ ଶିଷ୍ୟ ଯୀଶୁଙ୍କ ପଛେ ପଛେ ଯାଉଥିଲେ । ସେହି ଶିଷ୍ୟ ମହାଯାଜକଙ୍କର ପରିଚିତ ଥିଲେ ଓ ଯୀଶୁଙ୍କ ସହିତ ମହାଯାଜକଙ୍କ ପ୍ରାଙ୍ଗଣରେ ପ୍ରବେଶ କଲେ;
16
କିନ୍ତୁ ପିତର ବାହାରେ ଦ୍ୱାର ନିକଟରେ ଠିଆ ହୋଇ ରହିଲେ । ଅତଏବ, ସେହି ଯେଉଁ ଅନ୍ୟ ଶିଷ୍ୟ ମହାଯାଜକଙ୍କ ପରିଚିତ ଥିଲେ, ସେ ବାହାରକୁ ଯାଇ ଦ୍ୱାରରକ୍ଷିକାକୁ କହି ପିତରଙ୍କୁ ଭିତରକୁ ଆଣିଲେ ।
17
ସେଥିରେ ସେହି ଦ୍ୱାରରକ୍ଷିକା ଦାସୀ ପିତରଙ୍କୁ କହିଲା, ତୁମ୍ଭେ ମଧ୍ୟ କ'ଣ ଏହି ଲୋକର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ କହିଲେ, ମୁଁ ନୁହେଁ ।
18
ଶୀତ ହେତୁ ଦାସ ଓ ପଦାତିକମାନେ ଅଙ୍ଗାର ଜାଳି ସେଠାରେ ଠିଆ ହୋଇ ନିଆଁ ପୋଉଁଥିଲେ; ପିତର ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇ ନିଆଁ ପୋଉଁଥିଲେ ।
19
ଇତିମଧ୍ୟରେ ମହାଯାଜକ ଯୀଶୁଙ୍କୁ ତାହାଙ୍କ ଶିଷ୍ୟମାନଙ୍କ ବିଷୟରେ ଓ ତାହାଙ୍କ ଶିକ୍ଷା ସମ୍ବନ୍ଧରେ ପଚାରିଲେ ।
20
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ମୁଁ ଜଗତ ନିକଟରେ ପ୍ରକାଶରେ କଥା କହିଅଛି; ଯେଉଁଠାରେ ସମସ୍ତ ଯିହୂଦୀ ଏକତ୍ର ହୁଅନ୍ତି, ଏପରି ସମାଜଗୃହ ଓ ମନ୍ଦିରରେ ମୁଁ ସର୍ବଦା ଶିକ୍ଷା ଦେଇଅଛି; ମୁଁ ଗୋପନରେ କିଛି କହି ନାହିଁ ।
21
ମୋତେ କାହିଁକି ପଚାରୁଅଛନ୍ତି? ମୁଁ ସେମାନଙ୍କୁ କ'ଣ କହିଅଛି, ଯେଉଁମାନେ ଶୁଣିଅଛନ୍ତି, ସେମାନଙ୍କୁ ପଚାରନ୍ତୁ; ଦେଖନ୍ତୁ, ମୁଁ ଯାହା ଯାହା କହିଅଛି, ସେମାନେ ସେହି ସବୁ ଜାଣନ୍ତି ।
22
ସେ ଏହା କହିବାରୁ ପଦାତିକମାନଙ୍କ ମଧ୍ୟରୁ ପାଖରେ ଠିଆ ହୋଇଥିବା ଜଣେ ଯୀଶୁଙ୍କୁ ଚାପୁଡ଼ା ମାରି କହିଲା, ତୁ ମହାଯାଜକଙ୍କୁ ଏପରି ଉତ୍ତର ଦେଉଅଛୁ?
23
ଯୀଶୁ ତାକୁ ଉତ୍ତର ଦେଲେ, ଯଦି ମୁଁ ମନ୍ଦ କହିଲି, ତାହାହେଲେ ମନ୍ଦର ପ୍ରମାଣ ଦିଅ; କିନ୍ତୁ ଯଦି ଭଲ କହିଲି, ତାହାହେଲେ କାହିଁକି ମୋତେ ମାରୁଅଛ?
24
ସେଥିରେ ହାନାନ ତାହାଙ୍କୁ ବନ୍ଧା ହୋଇଥିବା ଅବସ୍ଥାରେ ମହାଯାଜକ କୟାଫାଙ୍କ ନିକଟକୁ ପଠାଇଦେଲେ ।
25
ଇତିମଧ୍ୟରେ ଶିମୋନ ପିତର ଠିଆ ହୋଇ ନିଆଁ ପୋଉଁଥିଲେ । ସେଥିରେ ସେମାନେ ତାଙ୍କୁ ପଚାରିଲେ, ତୁମ୍ଭେ ମଧ୍ୟ କ'ଣ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ ଅସ୍ୱୀକାର କରି କହିଲେ, ମୁଁ ନୁହେଁ ।
26
ମହାଯାଜକଙ୍କ ଦାସମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍ ପିତର ଯାହାର କାନ କାଟିପକାଇଥିଲେ, ତାହାର ଜଣେ ଆତ୍ମୀୟ କହିଲା, ମୁଁ କ'ଣ ତୋତେ ତାହାଙ୍କ ସାଙ୍ଗରେ ବଗିଚାରେ ଦେଖି ନ ଥିଲି?
27
ସେଥିରେ ପିତର ପୁନର୍ବାର ଅସ୍ୱୀକାର କଲେ; ଆଉ, ସେହିକ୍ଷଣି କୁକୁଡ଼ା ଡାକିଲା ।
28
ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରି ପାରନ୍ତି, ଏଥି ନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ ।
29
ଅତଏବ, ପୀଲାତ ସେମାନଙ୍କ ନିକଟକୁ ବାହାରି ଆସି ପଚାରିଲେ, ଏ ଲୋକ ବିରୁଦ୍ଧରେ ତୁମ୍ଭେମାନେ କେଉଁ ଅଭିଯୋଗ ଆଣୁଅଛ?
30
ସେମାନେ ତାଙ୍କୁ ଉତ୍ତର ଦେଲେ, ଏ ଲୋକଟା ଯଦି ଦୁଷ୍କର୍ମକାରୀ ହୋଇ ନ ଥାଆନ୍ତା, ତାହାହେଲେ ଆମ୍ଭେମାନେ ତାହାକୁ ଆପଣଙ୍କ ହସ୍ତରେ ସମର୍ପଣ କରି ନ ଥାଆନ୍ତୁ ।
31
ସେଥିରେ ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ଏହାକୁ ଘେନିଯାଇ ତୁମ୍ଭମାନଙ୍କ ମୋଶାଙ୍କ ବ୍ୟବସ୍ଥାନୁସାରେ ଏହାର ବିଚାର କର । ଯିହୂଦୀମାନେ ତାହାଙ୍କୁ କହିଲେ, କାହାକୁ ପ୍ରାଣଦଣ୍ଡ ଦେବା ଆମ୍ଭମାନଙ୍କର ଅଧିକାର ନାହିଁ ।
32
ଯୀଶୁ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ସେ ଯେଉଁ ବାକ୍ୟ କହିଥିଲେ, ତାହା ଯେପରି ସଫଳ ହୁଏ, ଏଥି ନିମନ୍ତେ ସେମାନେ ଏହା କହିଲେ ।
33
ଅତଏବ, ପୀଲାତ ପୁନର୍ବାର ପ୍ରାସାଦ ମଧ୍ୟରେ ପ୍ରବେଶ କରି ଯୀଶୁଙ୍କୁ ଡାକି ତାହାଙ୍କୁ ପଚାରିଲେ, ତୁମ୍ଭେ କ'ଣ ଯିହୂଦୀମାନଙ୍କର ରାଜା?
34
ଯୀଶୁ ଉତ୍ତର ଦେଲେ, ଆପଣ କ'ଣ ନିଜରୁ ଏହା କହୁଅଛନ୍ତି, ନା ଅନ୍ୟମାନେ ମୋ' ସମ୍ବନ୍ଧରେ ଆପଣଙ୍କୁ ଏହା କହିଅଛନ୍ତି?
35
ପୀଲାତ ଉତ୍ତର ଦେଲେ, ଆମ୍ଭେ କ'ଣ ଜଣେ ଯିହୂଦୀ? ତୁମ୍ଭର ସ୍ୱଜାତି ଓ ପ୍ରଧାନ ଯାଜକମାନେ ତୁମ୍ଭକୁ ଆମ୍ଭ ହସ୍ତରେ ସମର୍ପଣ କରିଅଛନ୍ତି; ତୁମ୍ଭେ କ'ଣ କରିଅଛ?
36
ଯୀଶୁ ଉତ୍ତର ଦେଲେ, ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ନୁହେଁ; ଯଦି ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ହୋଇଥାଆନ୍ତା, ତାହାହେଲେ ମୁଁ ଯେପରି ଯିହୂଦୀମାନଙ୍କ ହସ୍ତରେ ସମର୍ପିତ ନ ହୁଅନ୍ତି, ସେଥିପାଇଁ ମୋହର ପରିଚାରକମାନେ ଯୁଦ୍ଧ କରନ୍ତେ; କିନ୍ତୁ ମୋହର ରାଜ୍ୟ ପ୍ରକୃତରେ ତତ୍ସମ୍ବନ୍ଧୀୟ ନୁହେଁ ।
37
ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କ'ଣ ଜଣେ ରାଜା ନୁହଁ? ଯୀଶୁ ଉତ୍ତର ଦେଲେ, ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା । ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥି ନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି । ଯେ କେହି ସତ୍ୟର ସନ୍ତାନ, ସେ ମୋହର କଥା ଶୁଣେ ।
38
ପୀଲାତ ତାହାଙ୍କୁ କହିଲେ, ସତ୍ୟ କ'ଣ? ଏହା କହି ସେ ପୁଣି, ଯିହୂଦୀମାନଙ୍କ ନିକଟକୁ ବାହାରକୁ ଯାଇ ସେମାନଙ୍କୁ କହିଲେ, ଆମ୍ଭେ ଏହାଠାରେ କୌଣସି ଦୋଷ ପାଉ ନାହୁଁ ।
39
କିନ୍ତୁ ଆମେ ଯେ ନିସ୍ତାର ପର୍ବ ସମୟରେ ତୁମ୍ଭମାନଙ୍କ ନିମନ୍ତେ ଜଣକୁ ମୁକ୍ତ କରିଦେଉ, ଏହା ତୁମ୍ଭମାନଙ୍କ ରୀତି ଅଛି; ଅତଏବ, ଯିହୂଦୀମାନଙ୍କ ରାଜାଙ୍କୁ ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ମୁକ୍ତ କରିଦେବୁ ବୋଲି କ'ଣ ତୁମ୍ଭମାନଙ୍କର ଇଚ୍ଛା?
40
ସେଥିରେ ସେମାନେ ପୁନର୍ବାର ଚିତ୍କାର କରି କହିଲେ, ଏ ଲୋକଟାକୁ ନୁହେଁ, କିନ୍ତୁ ବାରବ୍ବାକୁ । ଏହି ବାରବ୍ବା ଜଣେ ଡକାଇତ ଥିଲା ।
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 19 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21