bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
John 5
John 5
Odia IRV 2017 (ଓଡିଆ ବାଇବେଲ)
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 6 →
1
ଏଥିଉତ୍ତାରେ ଯିହୂଦୀମାନଙ୍କର ଗୋଟିଏ ପର୍ବ ପଡ଼ିଲା, ଆଉ ଯୀଶୁ ଯିରୂଶାଲମକୁ ଯାତ୍ରା କଲେ ।
2
ଯିରୂଶାଲମର ମେଷଦ୍ୱାର ନିକଟରେ ଗୋଟିଏ ପୁଷ୍କରିଣୀ ଅଛି; ଏବ୍ରୀ ଭାଷାରେ ତାହାକୁ ବେଥେସ୍ଦା ବୋଲି କହନ୍ତି, ତାହାର ପାଞ୍ଚୋଟି ମଣ୍ଡପ ।
3
ସେଗୁଡ଼ିକରେ ଅନେକ ଅନେକ ପୀଡ଼ିତ, ଅନ୍ଧ, ଖଞ୍ଜ ଓ ଶୁଷ୍କାଙ୍ଗ ପଡ଼ିରହୁଥିଲେ । [ସେମାନେ ଜଳସଞ୍ଚଳନ ଅପେକ୍ଷାରେ ରହୁଥିଲେ;
4
କାରଣ କୌଣସି କୌଣସି ସମୟରେ ପ୍ରଭୁଙ୍କର ଜଣେ ଦୂତ ପୁଷ୍କରିଣୀରେ ଅବତରଣ କରି ଜଳ କମ୍ପାଉଥିଲେ, ଆଉ ଜଳ କମ୍ପିଲା ପରେ ଯେ କେହି ପ୍ରଥମରେ ସେଥିରେ ପ୍ରବେଶ କରୁଥିଲା, ସେ ଯେକୌଣସି ରୋଗରେ ଆକ୍ରାନ୍ତ ହୋଇଥିଲେ ସୁଦ୍ଧା ସୁସ୍ଥ ହେଉଥିଲା ।]
5
ସେଠାରେ ଅଠତିରିଶି ବର୍ଷାବଧି ରୋଗଗ୍ରସ୍ତ ଜଣେ ଲୋକ ଥିଲା ।
6
ଯୀଶୁ ତାକୁ ପଡ଼ିରହିଥିବା ଦେଖି ବହୁକାଳର ରୋଗୀ ବୋଲି ଜାଣି ତାକୁ ପଚାରିଲେ, ତୁମ୍ଭେ କ'ଣ ସୁସ୍ଥ ହେବାକୁ ଇଚ୍ଛା କରୁଅଛ?
7
ରୋଗୀଟି ତାହାଙ୍କୁ ଉତ୍ତର ଦେଲା, ମହାଶୟ, ଜଳ କମ୍ପିବା ସମୟରେ ମୋତେ ପୋଖରୀ ଭିତରକୁ ଘେନିଯିବା ପାଇଁ ମୋହର କେହି ନାହିଁ; ଆଉ, ମୁଁ ଯାଉ ଯାଉ ଅନ୍ୟ ଜଣେ ମୋ' ଆଗରୁ ପଶିଯାଏ ।
8
ଯୀଶୁ ତାକୁ କହିଲେ, ଉଠ, ତୁମ୍ଭର ଖଟିଆ ଘେନି ଚାଲ ।
9
ସେହିକ୍ଷଣି ସେ ଲୋକଟି ସୁସ୍ଥ ହେଲା ଓ ଆପଣାର ଖଟିଆ ଘେନି ଚାଲିବାକୁ ଲାଗିଲା । ସେ ଦିନ ବିଶ୍ରାମବାର ଥିଲା ।
10
ଅତଏବ, ଯିହୂଦୀମାନେ ସୁସ୍ଥ ହୋଇଥିବା ଲୋକକୁ କହିବାକୁ ଲାଗିଲେ, ଆଜି ବିଶ୍ରାମବାର, ଖଟିଆ ବୋହିନେଇଯିବା ତୁମ୍ଭ ନିମନ୍ତେ ବିଧିସଙ୍ଗତ ନୁହେଁ ।
11
କିନ୍ତୁ, ସେ ସେମାନଙ୍କୁ ଉତ୍ତର ଦେଲା, ଯେ ମୋତେ ସୁସ୍ଥ କଲେ, ସେ ମୋତେ କହିଲେ, ତୁମ୍ଭର ଖଟିଆ ଘେନି ଚାଲ ।
12
ସେମାନେ ତାକୁ ପଚାରିଲେ, ତୁମ୍ଭର ଖଟିଆ ଘେନି ଚାଲ ବୋଲି ଯେ ତୁମ୍ଭକୁ କହିଲା, ସେ ଲୋକ କିଏ?
13
କିନ୍ତୁ ସେ କିଏ, ତାହା ସେହି ସୁସ୍ଥ ହୋଇଥିବା ଲୋକ ଜାଣି ନ ଥିଲା, କାରଣ ସେ ସ୍ଥାନରେ ବହୁତ ଲୋକ ଥିବାରୁ ଯୀଶୁ ଅଗୋଚରରେ ଚାଲିଯାଇଥିଲେ ।
14
ଏହାପରେ ଯୀଶୁ ମନ୍ଦିରରେ ତାହାର ଦେଖା ପାଇ ତାକୁ କହିଲେ, ଦେଖ, ତୁମ୍ଭେ ସୁସ୍ଥ ହୋଇଅଛ, ଆଉ ପାପ କର ନାହିଁ, ଯେପରି ତୁମ୍ଭ ପ୍ରତି ଅଧିକ ଦୁର୍ଦ୍ଦଶା ନ ଘଟେ ।
15
ସେହି ଲୋକ ଚାଲିଯାଇ, ଯେ ତାକୁ ସୁସ୍ଥ କରିଥିଲେ, ସେ ଯୀଶୁ ବୋଲି ଯିହୂଦୀମାନଙ୍କୁ କହିଲା ।
16
ତେଣୁ ଯୀଶୁ ବିଶ୍ରାମବାରରେ ଏହା କରୁଥିବାରୁ ଯିହୂଦୀମାନେ ତାହାଙ୍କୁ ତାଡ଼ନା କରିବାକୁ ଲାଗିଲେ ।
17
ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ, ମୋହର ପିତା ଏପର୍ଯ୍ୟନ୍ତ କାର୍ଯ୍ୟ କରୁଅଛନ୍ତି, ଆଉ ମୁଁ ମଧ୍ୟ କରୁଅଛି ।
18
ଏହି କାରଣରୁ ଯିହୂଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଆହୁରି ଅଧିକ ଚେଷ୍ଟା କରିବାକୁ ଲାଗିଲେ, ଯେଣୁ ସେ ଯେ ବିଶ୍ରାମବାର ବିଧି ଲଙ୍ଘନ କରୁଥିଲେ, କେବଳ ତାହା ନୁହେଁ, ମାତ୍ର ଈଶ୍ୱରଙ୍କୁ ଆପଣା ପିତା ବୋଲି କହି ନିଜକୁ ଈଶ୍ୱରଙ୍କ ସହିତ ସମାନ କରୁଥିଲେ ।
19
ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ପୁତ୍ର ପିତାଙ୍କୁ ଯାହା କରୁଥିବା ଦେଖନ୍ତି, ତାହା ଛଡ଼ା ସେ ନିଜେ କିଛି ହିଁ କରି ପାରନ୍ତି ନାହିଁ । କାରଣ ସେ ଯାହା ଯାହା କରନ୍ତି, ପୁତ୍ର ମଧ୍ୟ ସେହି ସବୁ ସେପ୍ରକାରେ କରନ୍ତି ।
20
କାରଣ ପିତା ପୁତ୍ରଙ୍କୁ ସ୍ନେହ କରନ୍ତି, ପୁଣି, ଆପେ ଯାହା ଯାହା କରନ୍ତି, ସେହି ସବୁ ତାହାଙ୍କୁ ଦେଖାନ୍ତି, ଆଉ ତୁମ୍ଭେମାନେ ଯେପରି ଚମତ୍କୃତ ହୁଅ, ଏଥି ନିମନ୍ତେ ସେ ତାହାଙ୍କୁ ଏହାଠାରୁ ଆହୁରି ମହତ ମହତ କର୍ମ ଦେଖାଇବେ ।
21
ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ଜୀବିତ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ଜୀବିତ କରନ୍ତି ।
22
ପୁଣି, ପିତା ମଧ୍ୟ କାହାର ବିଚାର କରନ୍ତି ନାହିଁ, ମାତ୍ର ସମସ୍ତେ ପିତାଙ୍କୁ ଯେଉଁ ପ୍ରକାରେ ସମାଦର କରନ୍ତି, ସେହି ପ୍ରକାରେ ପୁତ୍ରଙ୍କୁ ମଧ୍ୟ ଯେପରି ସମାଦର କରିବେ, ସେଥିନିମନ୍ତେ ପୁତ୍ରଙ୍କୁ ସମସ୍ତ ବିଚାର କରିବାର ଅଧିକାର ଦେଇଅଛନ୍ତି ।
23
ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ ।
24
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି ।
25
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ୱରଙ୍କର ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ ।
26
କାରଣ ପିତା ଯେପରି ସ୍ୱୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ୱୟଂଜୀବୀ ହେବାକୁ ଦେଇଅଛନ୍ତି;
27
ଆଉ, ସେ ମନୁଷ୍ୟପୁତ୍ର ହେବାରୁ ସେ ତାହାଙ୍କୁ ବିଚାର କରିବାର ଅଧିକାର ଦେଲେ ।
28
ଏଥିରେ ଚମତ୍କୃତ ହୁଅ ନାହିଁ, କାରଣ ଯେଉଁ ସମୟରେ ସମାଧିସ୍ଥ ସମସ୍ତେ ତାହାଙ୍କ ସ୍ୱର ଶୁଣିବେ ଏବଂ ଯେଉଁମାନେ ସତ୍କର୍ମ କରିଅଛନ୍ତି,
29
ସେମାନେ ଜୀବନର ପୁନରୁତ୍ଥାନ ନିମନ୍ତେ ଓ ଯେଉଁମାନେ ଅସତ୍ କର୍ମ କରିଅଛନ୍ତି, ସେମାନେ ଦଣ୍ଡର ପୁନରୁତ୍ଥାନ ନିମନ୍ତେ ବାହାର ହୋଇ ଆସିବେ, ଏପରି ସମୟ ଆସୁଅଛି ।
30
ମୁଁ ନିଜେ କିଛି କରି ପାରେ ନାହିଁ; ମୁଁ ଯେପରି ଶୁଣେ, ସେହିପରି ବିଚାର କରେ, ଆଉ ମୋହର ବିଚାର ଯଥାର୍ଥ, କାରଣ ମୁଁ ଆପଣାର ଇଚ୍ଛା ସାଧନ କରିବାକୁ ଚେଷ୍ଟା ନ କରି ମୋହର ପ୍ରେରଣକର୍ତ୍ତାଙ୍କର ଇଚ୍ଛା ସାଧନ କରିବାକୁ ଚେଷ୍ଟା କରେ ।
31
ଯଦି ମୁଁ ନିଜ ବିଷୟରେ ସାକ୍ଷ୍ୟ ଦିଏ, ତାହାହେଲେ ମୋହର ସାକ୍ଷ୍ୟ ସତ୍ୟ ନୁହେଁ ।
32
ମୋ' ବିଷୟରେ ଯେ ସାକ୍ଷ୍ୟ ଦିଅନ୍ତି, ସେ ଆଉ ଜଣେ; ପୁଣି, ମୋ' ବିଷୟରେ ତାହାଙ୍କର ସାକ୍ଷ୍ୟ ଯେ ସତ୍ୟ, ତାହା ମୁଁ ଜାଣେ ।
33
ତୁମ୍ଭେମାନେ ଯୋହନଙ୍କ ନିକଟକୁ ଲୋକ ପଠାଇଅଛ ଓ ସେ ସତ୍ୟ ସପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି;
34
କିନ୍ତୁ ମୁଁ ମନୁଷ୍ୟଠାରୁ ସାକ୍ଷ୍ୟ ଗ୍ରହଣ କରେ ନାହିଁ, ବରଂ ତୁମ୍ଭେମାନେ ଯେପରି ପରିତ୍ରାଣ ପ୍ରାପ୍ତ ହୁଅ, ସେଥିପାଇଁ ଏହି ସବୁ କହୁଅଛି ।
35
ସେ ଜ୍ୱଳନ୍ତ ଓ ତେଜୋମୟ ପ୍ରଦୀପ ଥିଲେ, ଆଉ ତୁମ୍ଭେମାନେ ଅଳ୍ପ କାଳ ତାହାଙ୍କ ଜ୍ୟୋତିଃରେ ଉଲ୍ଲାସ କରିବା ନିମନ୍ତେ ଇଚ୍ଛୁକ ହେଲ ।
36
କିନ୍ତୁ ଯୋହନଙ୍କର ସାକ୍ଷ୍ୟ ଅପେକ୍ଷା ମୋହର ଗୁରୁତର ସାକ୍ଷ୍ୟ ଅଛି, କାରଣ ପିତା ମୋତେ ଯେ ଯେ କାର୍ଯ୍ୟ ସମାପ୍ତ କରିବାକୁ ଦେଇଅଛନ୍ତି, ଯେ ସମସ୍ତ କର୍ମ ମୁଁ କରୁଅଛି, ପିତା ମୋତେ ପ୍ରେରଣ କରିଅଛନ୍ତି ବୋଲି ସେହି ସବୁ ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି ।
37
ଆଉ, ଯେଉଁ ପିତା ମୋତେ ପ୍ରେରଣ କଲେ, ସେ ମୋ' ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି । ତୁମ୍ଭେମାନେ କେବେ ହେଁ ତାହାଙ୍କର ସ୍ୱର ଶୁଣି ନାହଁ ବା ତାହାଙ୍କର ଆକାର ଦେଖି ନାହଁ,
38
ପୁଣି, ତାହାଙ୍କ ବାକ୍ୟ ତୁମ୍ଭମାନଙ୍କ ଅନ୍ତରରେ ସ୍ଥାନ ପାଇ ନାହିଁ, କାରଣ ସେ ଯାହାଙ୍କୁ ପ୍ରେରଣ କଲେ, ତାହାଙ୍କୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ ।
39
ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି ।
40
କିନ୍ତୁ ତୁମ୍ଭେମାନେ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୋ' ନିକଟକୁ ଆସିବାକୁ ଇଚ୍ଛା କରୁ ନାହଁ ।
41
ମୁଁ ମନୁଷ୍ୟମାନଙ୍କଠାରୁ ଗୌରବ ଗ୍ରହଣ କରେ ନାହିଁ,
42
ମାତ୍ର ମୁଁ ତୁମ୍ଭମାନଙ୍କୁ ଜାଣିଅଛି, ତୁମ୍ଭମାନଙ୍କ ଅନ୍ତରରେ ଈଶ୍ୱରଙ୍କ ପ୍ରେମ ନାହିଁ ।
43
ମୁଁ ମୋହର ପିତାଙ୍କ ନାମରେ ଆସିଅଛି, ଆଉ ତୁମ୍ଭେମାନେ ତ ମୋତେ ଗ୍ରହଣ କରୁ ନାହଁ; ଅନ୍ୟ ଜଣେ ଯଦି ନିଜ ନାମରେ ଆସିବ, ତେବେ ତୁମ୍ଭେମାନେ ତାହାକୁ ଗ୍ରହଣ କରିବ ।
44
ତୁମ୍ଭେମାନେ କିପରି ବିଶ୍ୱାସ କରି ପାର? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ୱରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ ।
45
ମୁଁ ଯେ ପିତାଙ୍କ ଛାମୁରେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରିବି, ଏହା ମନେ କର ନାହିଁ; ଯେଉଁ ମୋଶାଙ୍କଠାରେ ତୁମ୍ଭେମାନେ ଭରସା ରଖିଅଛ, ସେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରୁଅଛନ୍ତି ।
46
କାରଣ ତୁମ୍ଭେମାନେ ଯଦି ମୋଶାଙ୍କୁ ବିଶ୍ୱାସ କରିଥାନ୍ତ, ତେବେ ମୋତେ ବିଶ୍ୱାସ କରିଥାନ୍ତ, ଯେଣୁ ସେ ମୋ' ବିଷୟରେ ଲେଖିଅଛନ୍ତି ।
47
କିନ୍ତୁ ତୁମ୍ଭେମାନେ ଯଦି ତାହାଙ୍କ ଲିଖିତ ବାକ୍ୟ ବିଶ୍ୱାସ କରୁ ନାହଁ, ତେବେ କିପରି ମୋହର ବାକ୍ୟ ବିଶ୍ୱାସ କରିବ?
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 6 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21