bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
John 9
John 9
Odia IRV 2017 (ଓଡିଆ ବାଇବେଲ)
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 10 →
1
ସେ ଯାଉଥିବା ସମୟରେ ଜଣେ ଜନ୍ମାନ୍ଧକୁ ଦେଖିଲେ ।
2
ଆଉ, ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, କିଏ ପାପ କରିବାରୁ ଏ ଅନ୍ଧ ହୋଇ ଜନ୍ମ ହେଲା? ନିଜେ ନା ଏହାର ପିତାମାତା?
3
ଯୀଶୁ ଉତ୍ତର ଦେଲେ, ଏ କିମ୍ବା ଏହାର ପିତାମାତା ପାପ କଲେ ନାହିଁ, କିନ୍ତୁ ଈଶ୍ୱରଙ୍କ କର୍ମ ଯେପରି ଏହାଠାରେ ପ୍ରକାଶିତ ହୁଏ, ଏନିମନ୍ତେ ଏହା ଘଟିଅଛି ।
4
ଦିନ ଥାଉ ଥାଉ ମୋହର ପ୍ରେରଣକର୍ତ୍ତାଙ୍କ କର୍ମ କରିବା ଆମ୍ଭମାନଙ୍କ କର୍ତ୍ତବ୍ୟ; ଯେଉଁ ସମୟରେ କେହି କର୍ମ କରି ପାରେ ନାହିଁ, ଏପରି ରାତ୍ରି ଆସୁଅଛି ।
5
ମୁଁ ଯେପର୍ଯ୍ୟନ୍ତ ଜଗତରେ ଅଛି, ସେପର୍ଯ୍ୟନ୍ତ ମୁଁ ଜଗତର ଜ୍ୟୋତିଃ ।
6
ଏହା କହି ସେ ମାଟିରେ ଛେପ ପକାଇ ସେହି ଛେପରେ କାଦୁଅ କଲେ, ଆଉ ତାହାର ଦୁଇ ଆଖିରେ କାଦୁଅ ଲଗାଇଲେ ଏବଂ ତାହାକୁ କହିଲେ, ଯାଅ,
7
ଶିଲୋହ (ଅନୁବାଦ କଲେ, ଏହାର ଅର୍ଥ ପ୍ରେରିତ) ପୋଖରୀରେ ଧୋଇ ହୁଅ । ସେଥିରେ ସେ ବାହାରିଯାଇ ଧୋଇ ହେଲା ଓ ଦୃଷ୍ଟି ପାଇ ଚାଲିଗଲା ।
8
ତେଣୁ ପ୍ରତିବାସୀମାନେ, ପୁଣି, ଯେଉଁମାନେ ତାହାକୁ ପୂର୍ବେ ଜଣେ ଭିକାରୀ ବୋଲି ଦେଖିଥିଲେ, ସେମାନେ ପଚାରିଲେ, ଯେ ବସି ଭିକ ମାଗୁଥିଲା, ଏ କ'ଣ ସେହି ନୁହେଁ?
9
କେହି କେହି କହିଲେ, ଏ ସେ; ଆଉ କେହି କେହି କହିଲେ, ନା, ଏ ତାହା ପରି । ସେ କହିଲା, ମୁଁ ସେହି ।
10
ସେଥିରେ ସେମାନେ ତାହାକୁ କହିଲେ, ତାହାହେଲେ ତୋର ଆଖି କିପରି ଫିଟିଗଲା?
11
ସେ ଉତ୍ତର ଦେଲା, ଯାହାଙ୍କୁ ଯୀଶୁ ବୋଲି କହନ୍ତି, ସେହି ବ୍ୟକ୍ତି କାଦୁଅ କରି ମୋହର ଦୁଇ ଆଖିରେ ଲଗାଇଲେ ଏବଂ ମୋତେ କହିଲେ, ଶିଲୋହକୁ ଯାଇ ଧୋଇ ହୁଅ; ତେଣୁ ମୁଁ ବାହାରିଯାଇ ଧୋଇ ହେଲି ଓ ଦୃଷ୍ଟି ପାଇଲି ।
12
ସେମାନେ ତାହାକୁ ପଚାରିଲେ, ସେ କାହିଁ? ସେ କହିଲା, ମୁଁ ଜାଣେ ନାହିଁ ।
13
ଯେ ପୂର୍ବରେ ଅନ୍ଧ ଥିଲା, ସେମାନେ ତାହାକୁ ଫାରୂଶୀମାନଙ୍କ ନିକଟକୁ ଆଣିଲେ ।
14
ଯୀଶୁ ଯେଉଁ ଦିନ କାଦୁଅ କରି ତାହାର ଆଖି ଫିଟାଇ ଦେଇଥିଲେ, ସେହି ଦିନ ବିଶ୍ରାମବାର ।
15
ଅତଏବ, ସେ କିପରି ଦୃଷ୍ଟି ପାଇଲା, ଏହା ଫାରୂଶୀମାନେ ମଧ୍ୟ ତାହାକୁ ଆଉ ଥରେ ପଚାରିବାକୁ ଲାଗିଲେ । ସେଥିରେ ସେ ସେମାନଙ୍କୁ କହିଲା, ସେ ମୋହର ଆଖିରେ କାଦୁଅ ଲଗାଇଦେଲେ, ପରେ ମୁଁ ଧୋଇ ହେଲି ଓ ଦେଖି ପାରୁଅଛି ।
16
ତହୁଁ ଫାରୂଶୀମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଲୋକଟା ଈଶ୍ୱରଙ୍କ ନିକଟରୁ ଆସି ନାହିଁ, କାରଣ ସେ ବିଶ୍ରାମବାର ପାଳନ କରୁ ନାହିଁ । ଆଉ, କେହି କେହି କହିଲେ, ପାପୀ ଲୋକ କିପରି ଏହି ପ୍ରକାର ଆଶ୍ଚର୍ଯ୍ୟ କର୍ମସବୁ କରି ପାରେ? ଏହିପରି ଭାବେ ସେମାନଙ୍କ ମଧ୍ୟରେ ମତଭେଦ ହେଲା ।
17
ତେଣୁ ସେମାନେ ଆହୁରି ଥରେ ସେହି ଅନ୍ଧ ଲୋକଟିକୁ ପଚାରିଲେ, ସେ ଯେ ତୋର ଆଖି ଫିଟାଇଲା, ଏଥିରେ ତୁ ତା' ବିଷୟରେ କ'ଣ କହୁଛୁ? ସେ କହିଲା, ସେ ଜଣେ ଭାବବାଦୀ ।
18
ସେ ଯେ ଅନ୍ଧ ଥିଲା ଆଉ ଦୃଷ୍ଟି ପାଇଅଛି, ସେହି ଦୃଷ୍ଟି ପାଇଥିବା ଲୋକର ପିତାମାତାଙ୍କୁ ଡାକି ନ ପଚାରିବା ପର୍ଯ୍ୟନ୍ତ ଯିହୂଦୀମାନେ ତାହା ସମ୍ବନ୍ଧରେ ଏହା ବିଶ୍ୱାସ କଲେ ନାହିଁ ।
19
ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କର ଯେଉଁ ପୁଅ ଅନ୍ଧ ହୋଇ ଜନ୍ମ ହୋଇଥିଲା ବୋଲି କହିଥାଅ, ଏ କ'ଣ ତୁମ୍ଭମାନଙ୍କର ସେହି ପୁଅ? ତାହାହେଲେ ସେ କିପରି ଏବେ ଦେଖୁଅଛି?
20
ସେଥିରେ ତାହାର ପିତାମାତା ଉତ୍ତର ଦେଲେ, ଏ ଯେ ଆମ୍ଭମାନଙ୍କର ପୁଅ ଓ ଏ ଯେ ଅନ୍ଧ ହୋଇ ଜନ୍ମ ହୋଇଥିଲା, ଏହା ଆମ୍ଭେମାନେ ଜାଣୁ;
21
କିନ୍ତୁ ସେ କିପରି ଏବେ ଦେଖୁଅଛି, ତାହା ଜାଣୁ ନାହିଁ, କିମ୍ବା କିଏ ତାହାର ଆଖି ଫିଟାଇଦେଲେ, ତାହା ମଧ୍ୟ ଆମ୍ଭେମାନେ ଜାଣୁ ନାହୁଁ; ତାହାକୁ ପଚାରନ୍ତୁ, ସେ ତ ବୟସପ୍ରାପ୍ତ, ସେ ଆପଣା କଥା ଆପେ କହିବ ।
22
ତାହାର ପିତାମାତା ଯିହୂଦୀମାନଙ୍କୁ ଭୟ କରୁଥିବାରୁ ଏହି ସମସ୍ତ କଥା କହିଲେ, କାରଣ ଯଦି କେହି ତାହାଙ୍କୁ ଖ୍ରୀଷ୍ଟ ବୋଲି ସ୍ୱୀକାର କରେ, ତାହାହେଲେ ସେ ସମାଜଗୃହରୁ ବାହାର କରାଯିବ ବୋଲି ସେଥିପୂର୍ବେ ଯିହୂଦୀମାନେ ଏକମତ ହୋଇଥିଲେ ।
23
ଅତଏବ, ତାହାର ପିତାମାତା କହିଲେ, ସେ ବୟସପ୍ରାପ୍ତ, ତାହାକୁ ପଚାରନ୍ତୁ ।
24
ସେଥିରେ ପୂର୍ବରେ ଅନ୍ଧ ଥିବା ଲୋକକୁ ସେମାନେ ଦ୍ୱିତୀୟ ଥର ଡାକି କହିଲେ, ଈଶ୍ୱରଙ୍କୁ ଗୌରବ ଦିଅ, ସେ ଲୋକଟା ଯେ ପାପୀ, ଏହା ଆମ୍ଭେମାନେ ଜାଣୁ ।
25
ସେଥିରେ ସେ ଉତ୍ତର ଦେଲା, ସେ ପାପୀ କି ନୁହେଁ, ମୁଁ ତାହା ଜାଣେ ନାହିଁ; ମୁଁ ଗୋଟିଏ ବିଷୟ ଜାଣେ, ମୁଁ ଅନ୍ଧ ଥିଲି, ଏବେ ଦେଖି ପାରୁଅଛି ।
26
ତେଣୁ ସେମାନେ ତାକୁ କହିଲେ, ସେ ତୋତେ କ'ଣ କଲା? ସେ କିପ୍ରକାରେ ତୋର ଆଖି ଫିଟାଇଦେଲା?
27
ସେ ସେମାନଙ୍କୁ ଉତ୍ତର ଦେଲା, ମୁଁ କହିସାରିଲିଣି, ଆଉ ଆପଣମାନେ ଶୁଣିଲେ ନାହିଁ; କାହିଁକି ଆଉ ଥରେ ଶୁଣିବାକୁ ଇଚ୍ଛା କରୁଅଛନ୍ତି? ଆପଣମାନେ ମଧ୍ୟ କ'ଣ ତାହାଙ୍କର ଶିଷ୍ୟ ହେବାକୁ ଇଚ୍ଛା କରୁଅଛନ୍ତି?
28
ସେଥିରେ ସେମାନେ ତାକୁ ଗାଳି ଦେଇ କହିଲେ, ତୁ ତାହାର ଶିଷ୍ୟ, କିନ୍ତୁ ଆମ୍ଭେମାନେ ମୋଶାଙ୍କର ଶିଷ୍ୟ ।
29
ଆମ୍ଭେମାନେ ଜାଣୁ ଯେ, ଈଶ୍ୱର ମୋଶାଙ୍କୁ କଥା କହିଅଛନ୍ତି, କିନ୍ତୁ ଏ ଲୋକଟା କେଉଁଠାରୁ ଆସିଅଛି, ତାହା ଆମ୍ଭେମାନେ ଜାଣୁ ନାହିଁ ।
30
ସେହି ଲୋକଟି ସେମାନଙ୍କୁ ଉତ୍ତର ଦେଲା, ସେ ମୋହର ଆଖି ଫିଟାଇଦେଲେ, ଆଉ ସେ କେଉଁଠାରୁ ଆସିଅଛନ୍ତି, ତାହା ଆପଣମାନେ ଜାଣନ୍ତି ନାହିଁ, ଏ ତ ଆଶ୍ଚର୍ଯ୍ୟ କଥା ।
31
ଈଶ୍ୱର ଯେ ପାପୀମାନଙ୍କ କଥା ଶୁଣନ୍ତି ନାହିଁ, ଏହା ଆମ୍ଭେମାନେ ଜାଣୁ, କିନ୍ତୁ ଯଦି କେହି ଈଶ୍ୱରଭକ୍ତ ହୋଇ ତାହାଙ୍କର ଇଚ୍ଛା ସାଧନ କରେ, ତାହାହେଲେ ସେ ତା'ର କଥା ଶୁଣନ୍ତି ।
32
କେହି ଯେ ଜନ୍ମାନ୍ଧର ଚକ୍ଷୁ ଫିଟାଇଦେଲା, ଏହା ତ କଦାପି ଶୁଣାଯାଇ ନ ଥିଲା ।
33
ଏ ଈଶ୍ୱରଙ୍କଠାରୁ ଆସି ନ ଥିଲେ କିଛି କରିପାରନ୍ତେ ନାହିଁ ।
34
ସେମାନେ ତାକୁ ଉତ୍ତର ଦେଲେ, ତୁ ତ ପୁରା ପାପରେ ଜନ୍ମ ହେଲୁ, ଆଉ ତୁ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛୁ? ସେଥିରେ ସେମାନେ ତାକୁ ବାହାର କରିଦେଲେ ।
35
ସେମାନେ ଯେ ତାକୁ ବାହାର କରିଦେଇଅଛନ୍ତି, ଯୀଶୁ ଏହା ଶୁଣି ତା'ର ଦେଖା ପାଇ କହିଲେ, ତୁମ୍ଭେ କ'ଣ ମନୁଷ୍ୟପୁତ୍ରଙ୍କଠାରେ ବିଶ୍ୱାସ କରୁଅଛ?
36
ସେ ଉତ୍ତର ଦେଲା, ହେ ପ୍ରଭୁ, ସେ କିଏ କହନ୍ତୁ, ଯେପରି ମୁଁ ତାହାଙ୍କଠାରେ ବିଶ୍ୱାସ କରିବି?
37
ଯୀଶୁ ତାକୁ କହିଲେ, ତୁମ୍ଭେ ତାହାଙ୍କୁ ଦେଖିଅଛ, ଆଉ ଯେ ତୁମ୍ଭ ସାଙ୍ଗରେ କଥା କହୁଅଛନ୍ତି, ସେ ସେହି ।
38
ସେଥିରେ ସେ କହିଲା, ପ୍ରଭୁ ମୁଁ ବିଶ୍ୱାସ କରୁଅଛି; ଆଉ, ସେ ତାହାଙ୍କୁ ପ୍ରଣାମ କଲା ।
39
ପୁଣି, ଯୀଶୁ କହିଲେ, ଦେଖୁ ନ ଥିବା ଲୋକେ ଯେପରି ଦେଖନ୍ତି ଓ ଦେଖୁଥିବା ଲୋକେ ଯେପରି ଅନ୍ଧ ହୁଅନ୍ତି, ଏହି ବିଚାର ନିମନ୍ତେ ମୁଁ ଜଗତକୁ ଆସିଅଛି ।
40
ଫାରୂଶୀମାନଙ୍କ ମଧ୍ୟରୁ ଯେଉଁମାନେ ତାହାଙ୍କ ସାଙ୍ଗରେ ଥିଲେ, ସେମାନେ ଏହା ଶୁଣି ତାହାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ କ'ଣ ଅନ୍ଧ?
41
ଯୀଶୁ ସେମାନଙ୍କୁ କହିଲେ, ଯଦି ଅନ୍ଧ ହୋଇଥା'ନ୍ତ, ତାହାହେଲେ ତୁମ୍ଭମାନଙ୍କର ପାପ ନ ଥାଆନ୍ତା, କିନ୍ତୁ ଆମ୍ଭେମାନେ ଦେଖୁଅଛୁ, ଏହା ଏବେ କହୁଅଛ; ତୁମ୍ଭେମାନେ ପାପରେ ରହୁଅଛ ।
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 10 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21