bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Jonah 1
Jonah 1
Odia IRV 2017 (ଓଡିଆ ବାଇବେଲ)
Jump to:
Chapter 1
Chapter 2
Chapter 3
Chapter 4
Chapter 2 →
1
ଅମିତ୍ତୟଙ୍କ ପୁତ୍ର ଯୂନସଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
2
“ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି।”
3
ମାତ୍ର ଯୂନସ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ପଳାଇ ଯିବା ନିମନ୍ତେ ଉଠିଲେ ଓ ଯାଫୋ ନଗରକୁ ଯାଇ ତର୍ଶୀଶଗାମୀ ଏକ ଜାହାଜ ପାଇଲେ; ତହୁଁ ସେ ତହିଁର ଭଡ଼ା ଦେଇ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ସେମାନଙ୍କ ସଙ୍ଗେ ଯିବା ନିମନ୍ତେ ସେହି ଜାହାଜରେ ଚଢ଼ିଲେ।
4
ମାତ୍ର ସଦାପ୍ରଭୁ ସମୁଦ୍ରକୁ ପ୍ରଚଣ୍ଡ ବାୟୁ ପ୍ରେରଣ କଲେ, ତହିଁରେ ସମୁଦ୍ରରେ ଏପରି ପ୍ରବଳ ତୋଫାନ ହେଲା ଯେ, ଜାହାଜ ଭାଙ୍ଗିଯିବା ପରି ହେଲା।
5
ସେତେବେଳେ ନାବିକମାନେ, ଭୀତ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ଦେବତା ନିକଟରେ ପ୍ରାର୍ଥନା କଲେ; ପୁଣି, ସେମାନେ ଜାହାଜକୁ ହାଲୁକା କରିବା ପାଇଁ ତନ୍ମଧ୍ୟସ୍ଥ ଦ୍ରବ୍ୟାଦି ସମୁଦ୍ରରେ ପକାଇ ଦେଲେ। ମାତ୍ର, ଯୂନସ ଜାହାଜର ଅନ୍ତରସ୍ଥ ଭାଗକୁ ଯାଇଥିଲେ; ଆଉ, ଶୟନ କରି ଘୋର ନିଦ୍ରାରେ ମଗ୍ନ ହୋଇଥିଲେ।
6
ତହିଁରେ ଜାହାଜର ଅଧ୍ୟକ୍ଷ ତାଙ୍କ ନିକଟକୁ ଆସି କହିଲେ, “ହେ ନିଦ୍ରାଳୁ, କଅଣ କରୁଅଛ? ଉଠ, ତୁମ୍ଭ ଦେବତାଙ୍କ ନିକଟରେ ପ୍ରାର୍ଥନା କର, କେଜାଣି ତୁମ୍ଭର ଦେବତା ଆମ୍ଭମାନଙ୍କ ବିଷୟରେ ମନୋଯୋଗ କରିବେ ଓ ଆମ୍ଭେମାନେ ବିନଷ୍ଟ ନୋହିବୁ।”
7
ପୁଣି, ନାବିକମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗୀକୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟୁଅଛି ଏହା ଜାଣିବା ନିମନ୍ତେ ଆସ, ଆମ୍ଭେମାନେ ଗୁଲିବାଣ୍ଟ କରୁ।” ତହୁଁ ସେମାନେ ଗୁଲିବାଣ୍ଟ କରନ୍ତେ, ଯୂନସଙ୍କ ନାମରେ ଗୁଲି ଉଠିଲା।
8
ସେତେବେଳେ ସେମାନେ ତାଙ୍କୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି, ତାହା ଆମ୍ଭମାନଙ୍କୁ କୁହ; ତୁମ୍ଭେ କେଉଁ ବ୍ୟବସାୟୀ ଓ କେଉଁଠାରୁ ଆସିଅଛ? ତୁମ୍ଭର କେଉଁ ଦେଶ? ଓ ତୁମ୍ଭେ କେଉଁ ଗୋଷ୍ଠୀର ଲୋକ?”
9
ତହିଁରେ ସେ ସେମାନଙ୍କୁ କହିଲେ, “ମୁଁ ଜଣେ ଏବ୍ରୀୟ; ପୁଣି, ଯେ ସମୁଦ୍ର ଓ ଶୁଷ୍କ ଭୂମିର ସୃଷ୍ଟି କରିଅଛନ୍ତି, ସେହି ସ୍ୱର୍ଗସ୍ଥ ପରମେଶ୍ୱର ସଦାପ୍ରଭୁଙ୍କୁ ମୁଁ ଭୟ କରେ।”
10
ଏଥିରେ ସେହି ଲୋକମାନେ ମହାଭୀତ ହୋଇ ତାଙ୍କୁ କହିଲେ, “ତୁମ୍ଭେ ଏ କି କର୍ମ କରିଅଛ? କାରଣ ସେ ଜଣାଇଥିବାରୁ ସେମାନେ ଜାଣିଥିଲେ ଯେ, ସେ ସଦାପ୍ରଭୁଙ୍କ ଛାମୁରୁ ପଳାଉଅଛନ୍ତି।”
11
ସେତେବେଳେ ସେମାନେ ତାଙ୍କୁ କହିଲେ, “ସମୁଦ୍ର ଯେପରି ଆମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ, ଏଥିପାଇଁ ଆମ୍ଭେମାନେ ତୁମ୍ଭ ପ୍ରତି କଅଣ କରିବା?” କାରଣ, ସମୁଦ୍ର ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢିଲା।
12
ତହିଁରେ ସେ ସେମାନଙ୍କୁ କହିଲେ, “ମୋତେ ଧରି ସମୁଦ୍ରରେ ପକାଇ ଦିଅ; ତହିଁରେ ସମୁଦ୍ର ତୁମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ; କାରଣ ମୋ’ ସକାଶୁ ତୁମ୍ଭମାନଙ୍କ ନିକଟରେ ଏହି ମହାତୋଫାନ ଉପସ୍ଥିତ ହୋଇଅଛି ବୋଲି ମୁଁ ଜାଣେ।”
13
ତଥାପି ସେହି ଲୋକମାନେ କୂଳକୁ ଫେରି ଯିବା ନିମନ୍ତେ ବଡ଼ ଯତ୍ନରେ ଆହୁଲା ପକାଇଲେ; ମାତ୍ର ସେମାନେ ପାରିଲେ ନାହିଁ; କାରଣ ସମୁଦ୍ର ସେମାନଙ୍କ ପ୍ରତିକୂଳରେ ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢିଲା।
14
ଏହେତୁରୁ ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ଆମ୍ଭେମାନେ ବିନତି କରୁଅଛୁ, ହେ ସଦାପ୍ରଭୁ, ଆମ୍ଭେମାନେ ବିନତି କରୁଅଛୁ, ଏହି ମନୁଷ୍ୟର ପ୍ରାଣ ସକାଶୁ ଆମ୍ଭେମାନେ ବିନଷ୍ଟ ନ ହେଉ, ପୁଣି ନିରପରାଧର ରକ୍ତପାତ ଦୋଷ ଆମ୍ଭମାନଙ୍କ ଉପରେ ନ ବର୍ତ୍ତାଅ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଇଚ୍ଛାମତ କାର୍ଯ୍ୟ କରିଅଛ।”
15
ଏଥିରେ ସେମାନେ ଯୂନସଙ୍କୁ ଧରି ସମୁଦ୍ରରେ ପକାଇ ଦେଲେ; ପୁଣି, ସମୁଦ୍ର ଆପଣା ପ୍ରଚଣ୍ଡତାରୁ ନିବୃତ୍ତ ହେଲା।
16
ଏଥିରେ ସେହି ଲୋକମାନେ ସଦାପ୍ରଭୁଙ୍କୁ ଅତିଶୟ ଭୟ କଲେ ଓ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କଲେ ଓ ନାନା ମାନତ କଲେ।
17
ପୁଣି, ଯେତେବେଳେ ସେମାନେ ଯୂନସଙ୍କୁ ସମୁଦ୍ରରେ ପକାଇଦେଲେ, ତାହାଙ୍କୁ ଗିଳିବା ନିମନ୍ତେ ସଦାପ୍ରଭୁ ଏକ ବୃହତ ମତ୍ସ୍ୟ ନିରୂପଣ କଲେ; ପୁଣି, ଯୂନସ ସେହି ମତ୍ସ୍ୟ ଉଦରରେ ତିନି ଦିନ ଓ ତିନି ରାତ୍ର ରହିଲେ।
Jump to:
Chapter 1
Chapter 2
Chapter 3
Chapter 4
Chapter 2 →
All chapters:
1
2
3
4