bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Lamentations 2
Lamentations 2
Odia IRV 2017 (ଓଡିଆ ବାଇବେଲ)
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 3 →
1
ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି! ସେ ଇସ୍ରାଏଲର ଶୋଭା ସ୍ୱର୍ଗରୁ ପୃଥିବୀକୁ ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି।
2
ପ୍ରଭୁ ଯାକୁବର ସକଳ ବାସ ସ୍ଥାନ ଗ୍ରାସ କରିଅଛନ୍ତି ଓ ଦୟା କରି ନାହାନ୍ତି, ସେ ଆପଣା କୋପରେ ଯିହୁଦା କନ୍ୟାର ଦୃଢ଼ ଦୁର୍ଗସବୁ ଉତ୍ପାଟନ କରିଅଛନ୍ତି; ସେସବୁକୁ ସେ ଭୂମିସାତ୍ କରିଅଛନ୍ତି ରାଜ୍ୟ ଓ ତହିଁର ଅଧିପତିଗଣକୁ ସେ ଅଶୁଚି କରିଅଛନ୍ତି।
3
ସେ ପ୍ରଚଣ୍ଡ କ୍ରୋଧରେ ଇସ୍ରାଏଲର ଶୃଙ୍ଗସବୁ କାଟି ପକାଇଅଛନ୍ତି; ସେ ଶତ୍ରୁ ସମ୍ମୁଖରୁ ଆପଣା ଦକ୍ଷିଣ ହସ୍ତ ପଛକୁ ଟାଣି ନେଇଅଛନ୍ତି; ଆଉ, ସେ ଅଗ୍ନିଶିଖା ପରି ଯାକୁବକୁ ପ୍ରଜ୍ୱଳିତ କରିଅଛନ୍ତି, ତାହା ଚତୁର୍ଦ୍ଦିଗ ଗ୍ରାସ କରଇ।
4
ସେ ଶତ୍ରୁ ତୁଲ୍ୟ ଆପଣା ଧନୁରେ ଗୁଣ ଦେଇଅଛନ୍ତି, ସେ ବିପକ୍ଷ ପରି ଆପଣା ଦକ୍ଷିଣ ହସ୍ତ ଟେକି ଠିଆ ହୋଇଅଛନ୍ତି ଓ ଚକ୍ଷୁର ସୁଖଜନକ ସକଳକୁ ବଧ କରିଅଛନ୍ତି; ସେ ସିୟୋନ କନ୍ୟାର ତମ୍ବୁ ମଧ୍ୟରେ ଆପଣା କୋପ ଅଗ୍ନି ପରି ଢାଳି ଦେଇଅଛନ୍ତି।
5
ପ୍ରଭୁ ଶତ୍ରୁ ତୁଲ୍ୟ ହୋଇଅଛନ୍ତି, ସେ ଇସ୍ରାଏଲକୁ ଗ୍ରାସ କରିଅଛନ୍ତି; ସେ ତାହାର ଅଟ୍ଟାଳିକାସକଳ ଗ୍ରାସ କରିଅଛନ୍ତି, ସେ ତାହାର ଦୁର୍ଗସବୁ ଧ୍ୱଂସ କରିଅଛନ୍ତି; ଆଉ, ସେ ଯିହୁଦାର କନ୍ୟା ମଧ୍ୟରେ ଶୋକ ଓ ବିଳାପ ବୃଦ୍ଧି କରିଅଛନ୍ତି।
6
ସେ ଉଦ୍ୟାନସ୍ଥ ତମ୍ବୁ ପରି ଆପଣା ଆବାସ-ତମ୍ବୁ ବଳପୂର୍ବକ ଦୂର କରିଅଛନ୍ତି; ସେ ଆପଣା ସମାଜ-ସ୍ଥାନ ନଷ୍ଟ କରିଅଛନ୍ତି; ସଦାପ୍ରଭୁ ସିୟୋନରେ ମହାସଭା ଓ ବିଶ୍ରାମବାର ବିସ୍ମୃତ କରାଇଅଛନ୍ତି ଓ ଆପଣା କ୍ରୋଧର ପ୍ରଚଣ୍ଡତାରେ ରାଜା ଓ ଯାଜକକୁ ତୁଚ୍ଛଜ୍ଞାନ କରିଅଛନ୍ତି।
7
ପ୍ରଭୁ ଆପଣା ଯଜ୍ଞବେଦି ଦୂର କରିଅଛନ୍ତି, ସେ ଆପଣା ପବିତ୍ର ସ୍ଥାନ ଘୃଣା କରିଅଛନ୍ତି, ସେ ତାହାର ଅଟ୍ଟାଳିକାର ଭିତ୍ତିଗୁଡିକୁ ଶତ୍ରୁ ହସ୍ତରେ ସମର୍ପଣ କରିଅଛନ୍ତି; ସେମାନେ ସଦାପ୍ରଭୁଙ୍କ ଗୃହ ମଧ୍ୟରେ ମହାସଭାର ଦିନ ତୁଲ୍ୟ ଚହଳ କରିଅଛନ୍ତି।
8
ସଦାପ୍ରଭୁ ସିୟୋନ କନ୍ୟାର ପ୍ରାଚୀର ନଷ୍ଟ କରିବାକୁ ସଂକଳ୍ପ କରିଅଛନ୍ତି; ସେ ସୂତ୍ର ଟାଣିଅଛନ୍ତି, ସେ ବିନାଶକରଣରୁ ଆପଣା ହସ୍ତ ନିବୃତ୍ତ କରି ନାହାନ୍ତି; ମାତ୍ର ସେ ପରିଖା ଓ ପ୍ରାଚୀରକୁ ବିଳାପ କରାଇଅଛନ୍ତି; ସେମାନେ ଏକ ସମୟରେ ନିସ୍ତେଜ ହୋଇଅଛନ୍ତି।
9
ତାହାର ନଗର-ଦ୍ୱାରସକଳ ଭୂମିରେ ମଗ୍ନ ହୋଇଅଛି; ସେ ତାହାର ଅର୍ଗଳସବୁ ନଷ୍ଟ ଓ ଖଣ୍ଡ ଖଣ୍ଡ କରିଅଛନ୍ତି; ଯେଉଁ ଗୋଷ୍ଠୀୟମାନଙ୍କର ବ୍ୟବସ୍ଥା ନାହିଁ, ସେମାନଙ୍କ ମଧ୍ୟରେ ତାହାର ରାଜା ଓ ଅଧିପତିଗଣ ଅଛନ୍ତି; ହଁ, ତାହାର ଭବିଷ୍ୟଦ୍ବକ୍ତାଗଣ ସଦାପ୍ରଭୁଙ୍କଠାରୁ କୌଣସି ଦର୍ଶନ ପା’ନ୍ତି ନାହିଁ।
10
ସିୟୋନ କନ୍ୟାର ପ୍ରାଚୀନଗଣ ଭୂମିରେ ବସୁଅଛନ୍ତି, ସେମାନେ ନୀରବ ହୋଇ ରହିଅଛନ୍ତି; ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇଅଛନ୍ତି; ସେମାନେ କଟିଦେଶରେ ଝୋଟର କନା ବାନ୍ଧି ଅଛନ୍ତି; ଯିରୂଶାଲମର କୁମାରୀଗଣ ଭୂମିକୁ ଆପଣା ଆପଣା ମସ୍ତକ ଅବନତ କରିଅଛନ୍ତି।
11
ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋ’ ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି।
12
ଶସ୍ୟ ଓ ଦ୍ରାକ୍ଷାରସ କାହିଁ? ଏହି କଥା ଆପଣା ଆପଣା ମାତାକୁ କହୁ କହୁ, ସେମାନେ ନଗରର ପଥସମୂହରେ କ୍ଷତବିକ୍ଷତ ଲୋକ ପରି ମୁର୍ଚ୍ଛାପନ୍ନ ହୁଅନ୍ତି, ସେମାନେ ଆପଣା ଆପଣା ମାତାର କୋଳରେ ପ୍ରାଣତ୍ୟାଗ କରନ୍ତି।
13
ଆଗୋ ଯିରୂଶାଲମର କନ୍ୟେ, ମୁଁ ତୁମ୍ଭକୁ କିପରି ସାନ୍ତ୍ଵନା ଦେବି? ମୁଁ କାହା ସହିତ ତୁମ୍ଭର ଉପମା ଦେବି? ଆଗୋ ସିୟୋନ କୁମାରୀ, ମୁଁ ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ କାହାର ସମାନ ତୁମ୍ଭକୁ କରିବି? କାରଣ ତୁମ୍ଭର କ୍ଷତ ସମୁଦ୍ର ପରି ବଡ଼; କିଏ ତୁମ୍ଭକୁ ସୁସ୍ଥ କରି ପାରେ?
14
ତୁମ୍ଭର ଭବିଷ୍ୟଦ୍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।
15
ପଥିକମାନେ ତୁମ୍ଭ ପ୍ରତି ହାତ ତାଳି ଦିଅନ୍ତି; ସେମାନେ ଶୀସ୍ ଶବ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ୱରୂପ ବୋଲି କହିଲେ, ତାହା କି ଏହି?
16
ତୁମ୍ଭର ଶତ୍ରୁ ସକଳ ତୁମ୍ଭ ବିରୁଦ୍ଧରେ ଆପଣା ଆପଣା ମୁଖ ମେଲାଇ ପରିହାସ କରନ୍ତି; ସେମାନେ ଶୀସ୍ ଦିଅନ୍ତି ଓ ଦନ୍ତ କଡ଼ମଡ଼ କରନ୍ତି; ସେମାନେ କହନ୍ତି, ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ; ଆମ୍ଭେମାନେ ଯେଉଁ ଦିନର ଅପେକ୍ଷା କଲୁ, ଏ ଅବଶ୍ୟ ସେହି ଦିନ; ଆମ୍ଭେମାନେ ତାହା ପାଇଅଛୁ, ଆମ୍ଭେମାନେ ତାହା ଦେଖିଅଛୁ।
17
ସଦାପ୍ରଭୁ ଯାହା ସଂକଳ୍ପ କଲେ, ତାହା ସିଦ୍ଧ କରିଅଛନ୍ତି, ସେ ପୁରାତନ କାଳରେ ଯାହା ଆଜ୍ଞା କରିଥିଲେ, ଆପଣାର ସେହି ବାକ୍ୟ ସଫଳ କରିଅଛନ୍ତି; ସେ ନିପାତ କରିଅଛନ୍ତି ଓ ଦୟା କରି ନାହାନ୍ତି; ଆଉ, ସେ ଶତ୍ରୁକୁ ତୁମ୍ଭ ଉପରେ ଆନନ୍ଦ କରିବାକୁ ଦେଇଅଛନ୍ତି, ସେ ତୁମ୍ଭ ବିପକ୍ଷଗଣର ଶୃଙ୍ଗ ଉନ୍ନତ କରିଅଛନ୍ତି।
18
ଲୋକମାନଙ୍କର ହୃଦୟ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲା; ହେ ସିୟୋନ କନ୍ୟାର ପ୍ରାଚୀର, ଦିବାରାତ୍ର ଅଶ୍ରୁଧାରା ସ୍ରୋତ ପରି ବୁହାଅ; ତୁମ୍ଭେ ଆପଣାକୁ କିଛି ବିଶ୍ରାମ ଦିଅ ନାହିଁ; ତୁମ୍ଭ ଚକ୍ଷୁର ତାରା ଶାନ୍ତ ନ ହେଉ।
19
ଉଠ, ରାତ୍ରିରେ, ପ୍ରତ୍ୟେକ ପ୍ରହରର ଆରମ୍ଭରେ ଆର୍ତ୍ତସ୍ୱର କର; ପ୍ରଭୁଙ୍କ ସମ୍ମୁଖରେ ତୁମ୍ଭର ହୃଦୟ ଜଳ ପରି ଢାଳିଦିଅ; ତୁମ୍ଭର ବାଳକ ବାଳିକାଗଣର ପ୍ରାଣରକ୍ଷାର୍ଥେ ତାହାଙ୍କ ଛାମୁରେ କୃତାଞ୍ଜଳି ହୁଅ, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ କ୍ଷୁଧାରେ କ୍ଳାନ୍ତ ହେଉଅଛନ୍ତି।
20
ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, ତୁମ୍ଭେ କାହା ପ୍ରତି ଏପ୍ରକାର ବ୍ୟବହାର କରିଅଛ? ସ୍ତ୍ରୀଲୋକେ କି ଆପଣା ଗର୍ଭଫଳକୁ, ହସ୍ତରେ ଲାଳିତ ଶିଶୁମାନଙ୍କୁ ଭୋଜନ କରିବେ? ଯାଜକ ଓ ଭବିଷ୍ୟଦ୍ବକ୍ତା କି ପ୍ରଭୁଙ୍କର ପବିତ୍ର ସ୍ଥାନରେ ହତ ହେବେ?
21
ଯୁବକ ଓ ବୃଦ୍ଧ ଲୋକ ବାଟର ଭୂମିରେ ପଡ଼ିଅଛନ୍ତି; ଆମ୍ଭର କୁମାରୀ ଓ ଯୁବକଗଣ ଖଡ୍ଗରେ ହତ ହୋଇ ପଡ଼ିଅଛନ୍ତି; ତୁମ୍ଭେ ସେମାନଙ୍କୁ ଆପଣା କ୍ରୋଧର ଦିନରେ ବଧ କରିଅଛ; ତୁମ୍ଭେ ଦୟା ନ କରି ହତ୍ୟା କରିଅଛ।
22
ତୁମ୍ଭେ ମୋର ଚତୁର୍ଦ୍ଦିଗସ୍ଥ ଆଶଙ୍କାସକଳକୁ ମହାସଭା ଦିନର ନ୍ୟାୟ ଆହ୍ୱାନ କରିଅଛ। ସଦାପ୍ରଭୁଙ୍କ କ୍ରୋଧର ଦିନରେ କେହି ରକ୍ଷା ପାଇ ନ ଥିଲେ, କି ଅବଶିଷ୍ଟ ରହି ନ ଥିଲେ; ଯେଉଁମାନଙ୍କୁ ମୁଁ ଲାଳନ ପାଳନ କରିଅଛି, ସେମାନଙ୍କୁ ମୋର ଶତ୍ରୁ ସଂହାର କରିଅଛି।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 3 →
All chapters:
1
2
3
4
5