bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Lamentations 4
Lamentations 4
Odia IRV 2017 (ଓଡିଆ ବାଇବେଲ)
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 5 →
1
ହାୟ, ସୁବର୍ଣ୍ଣ କିପରି ମଳିନ ହୋଇଅଛି! ଅତ୍ୟନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛି! ପବିତ୍ର ସ୍ଥାନର ପ୍ରସ୍ତରସବୁ ପ୍ରତ୍ୟେକ ଦାଣ୍ଡର ମୁଣ୍ଡରେ ନିକ୍ଷିପ୍ତ ହୋଇଅଛି।
2
ହାୟ! ନିର୍ମଳ ସୁବର୍ଣ୍ଣ ତୁଲ୍ୟ ଯେ ସିୟୋନର ସନ୍ତାନଗଣ, ସେମାନେ କିପରି କୁମ୍ଭାରର ହସ୍ତକୃତ ମୃତ୍ତିକାର କଳସ ତୁଲ୍ୟ ଗଣିତ ହୋଇଅଛନ୍ତି!
3
ଶୃଗାଳମାନେ ହିଁ ସ୍ତନ ଦିଅନ୍ତି, ସେମାନେ ଆପଣା ଆପଣା ଛୁଆମାନଙ୍କୁ ଦୁଗ୍ଧପାନ କରାନ୍ତି; ମୋ’ ଲୋକଙ୍କର କନ୍ୟା ପ୍ରାନ୍ତରସ୍ଥ ଉଷ୍ଟ୍ରପକ୍ଷୀ ପରି ନିଷ୍ଠୁରା ହୋଇଅଛି।
4
ତୃଷା ହେତୁରୁ ସ୍ତନ୍ୟପାୟୀ ଶିଶୁର ଜିହ୍ୱା ତାଳୁରେ ଲାଗି ଯାଉଅଛି; ବାଳକ ବାଳିକାମାନେ ରୁଟି ମାଗନ୍ତି ଓ କେହି ସେମାନଙ୍କୁ ତାହା ଭାଙ୍ଗି ଦିଏ ନାହିଁ।
5
ଯେଉଁମାନେ ସୁଖାଦ୍ୟ ଭୋଜନ କଲେ, ସେମାନେ ଦାଣ୍ଡରେ ଅନାଥ ହୋଇଅଛନ୍ତି; ଯେଉଁମାନେ ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧି ପ୍ରତିପାଳିତ ହେଲେ, ସେମାନେ ଖତରାଶି ଅବଲମ୍ବନ କରନ୍ତି।
6
କାରଣ ଯେ ଏକ ନିମିଷ ମଧ୍ୟରେ ଉତ୍ପାଟିତ ହେଲା ଓ ଯାହାକୁ କାହାରି ହସ୍ତ ଆକ୍ରମଣ ନ କଲା, ଏପରି ଯେ ସଦୋମ, ତାହାର ପାପ ଅପେକ୍ଷା ମୋ’ ଲୋକଙ୍କ କନ୍ୟାର ଅଧର୍ମ ଅଧିକ ଅଟେ।
7
ତାହାର କୁଳୀନ ଲୋକମାନେ ହିମ ଅପେକ୍ଷା ନିର୍ମଳ, ସେମାନେ ଦୁଗ୍ଧ ଅପେକ୍ଷା ଶୁକ୍ଳ ଥିଲେ, ସେମାନଙ୍କର ଶରୀର ପ୍ରବାଳ ଅପେକ୍ଷା ରକ୍ତବର୍ଣ୍ଣ, ସେମାନଙ୍କର କାନ୍ତି ନୀଳକାନ୍ତ ମଣି ତୁଲ୍ୟ ଥିଲା।
8
ସେମାନଙ୍କର ମୁଖ ଅଙ୍ଗାର ଅପେକ୍ଷା କଳା ବର୍ଣ୍ଣ; ସେମାନେ ଦାଣ୍ଡରେ ଚିହ୍ନା ଯା’ନ୍ତି ନାହିଁ; ସେମାନଙ୍କର ଚର୍ମ ଅସ୍ଥିରେ ଲାଗି ରହିଅଛି; ତାହା କାଷ୍ଠ ପରି ଶୁଷ୍କ ହୋଇଅଛି,
9
କ୍ଷୁଧାରେ ହତ ହେବା ଲୋକମାନଙ୍କ ଅପେକ୍ଷା ଖଡ୍ଗରେ ହତ ହେବା ଲୋକମାନେ ଭଲ; କାରଣ ଏମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟର ଅଭାବରୂପ ଶୂଳରେ ବିଦ୍ଧ ହୋଇ କ୍ଷୟ ପାଆନ୍ତି।
10
ସ୍ନେହବତୀ ସ୍ତ୍ରୀଗଣର ହସ୍ତ ଆପଣା ଆପଣା ପିଲାମାନଙ୍କୁ ରାନ୍ଧିଅଛି; ମୋ’ ଲୋକଙ୍କ କନ୍ୟାର ବିନାଶ ସମୟରେ ଶିଶୁମାନେ ସେମାନଙ୍କର ଆହାର ହେଲେ।
11
ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ଡ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ୱଳାଇ ଅଛନ୍ତି ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି।
12
ବିପକ୍ଷ ଲୋକ ଓ ଶତ୍ରୁ ଯେ ଯିରୂଶାଲମର ଦ୍ୱାର ସମୂହରେ ପ୍ରବେଶ କରିବ, ଏହା ପୃଥିବୀସ୍ଥ ରାଜାଗଣ କିଅବା ଜଗନ୍ନିବାସୀ ସମସ୍ତେ ବିଶ୍ୱାସ କଲେ ନାହିଁ।
13
ତହିଁ ମଧ୍ୟରେ ଯେଉଁମାନେ ଧାର୍ମିକଗଣର ରକ୍ତପାତ କରିଅଛନ୍ତି, ସେହି ଭବିଷ୍ୟଦ୍ବକ୍ତାଗଣର ପାପ ଓ ଯାଜକଗଣର ଅଧର୍ମ ସକାଶୁ ଏହା ହୋଇଅଛି।
14
ସେମାନେ ଅନ୍ଧ ଲୋକମାନଙ୍କ ପରି ଦାଣ୍ଡରେ ଭ୍ରମଣ କରନ୍ତି, ସେମାନେ ରକ୍ତରେ ଅଶୁଚି ହୋଇଅଛନ୍ତି, ଏଣୁ ଲୋକେ ସେମାନଙ୍କର ବସ୍ତ୍ର ସ୍ପର୍ଶ କରି ନ ପାରନ୍ତି।
15
ଲୋକେ ସେମାନଙ୍କୁ ଡାକି କହିଲେ, ହେ ଅଶୁଚି ଲୋକମାନେ, ଦୂର ହୁଅ! ଦୂର ହୁଅ, ଦୂର ହୁଅ, ସ୍ପର୍ଶ କର ନାହିଁ! ସେମାନେ ପଳାଇ ଭ୍ରମଣ କଲା ବେଳେ ନାନା ଗୋଷ୍ଠୀ ମଧ୍ୟରୁ ଲୋକେ କହିଲେ, ସେମାନେ ଆଉ ଏଠାରେ ପ୍ରବାସ କରିବେ ନାହିଁ।
16
ସଦାପ୍ରଭୁଙ୍କ କ୍ରୋଧ ସେମାନଙ୍କୁ ଛିନ୍ନଭିନ୍ନ କରିଅଛି; ସେ ସେମାନଙ୍କ ପ୍ରତି ଆଉ ଦୃଷ୍ଟିପାତ କରିବେ ନାହିଁ; ସେମାନେ ଯାଜକମାନଙ୍କୁ ଆଦର କଲେ ନାହିଁ, ସେମାନେ ପ୍ରାଚୀନଗଣକୁ ଅନୁଗ୍ରହ କଲେ ନାହିଁ।
17
ଏବେ ହେଁ ମିଥ୍ୟା ସାହାଯ୍ୟର ଅପେକ୍ଷାରେ ଆମ୍ଭମାନଙ୍କର ଚକ୍ଷୁ କ୍ଷୀଣ ହୁଅଇ; ଆମ୍ଭେମାନେ ଅପେକ୍ଷାରେ ରହି ରହି ଉଦ୍ଧାର କରିବାକୁ ଅସମର୍ଥ ଗୋଷ୍ଠୀର ଅପେକ୍ଷା କରିଅଛୁ।
18
ସେମାନେ ଆମ୍ଭମାନଙ୍କର ପାଦବିକ୍ଷେପ ଛକି ରହିଅଛନ୍ତି, ଆମ୍ଭେମାନେ ଆପଣା ଦାଣ୍ଡରେ ବୁଲି ନ ପାରୁ; ଆମ୍ଭମାନଙ୍କର ଶେଷ ନିକଟ, ଆମ୍ଭମାନଙ୍କର ଆୟୁ ସମ୍ପୂର୍ଣ୍ଣ ହେଲା; କାରଣ ଆମ୍ଭମାନଙ୍କର ଶେଷ କାଳ ଉପସ୍ଥିତ;
19
ଆମ୍ଭମାନଙ୍କୁ ଗୋଡ଼ାଇବା ଲୋକମାନେ ଆକାଶର ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ବେଗଗାମୀ; ସେମାନେ ପର୍ବତରେ ଆମ୍ଭମାନଙ୍କୁ ଗୋଡ଼ାଇଲେ, ସେମାନେ ଆମ୍ଭମାନଙ୍କୁ ଧରିବା ପାଇଁ ପ୍ରାନ୍ତରରେ ଛକି ବସିଲେ।
20
ଆମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ତାହାର ଛାୟା ତଳେ ବଞ୍ଚିବା ବୋଲି ଯାହାର ବିଷୟରେ କହିଲୁ, ଆମ୍ଭମାନଙ୍କ ନାସାର ନିଃଶ୍ୱାସ ସ୍ୱରୂପ, ସଦାପ୍ରଭୁଙ୍କର ସେହି ଅଭିଷିକ୍ତ ଲୋକ ସେମାନଙ୍କ ଗର୍ତ୍ତରେ ଧରାଗଲା।
21
ହେ ଊଷ୍ ଦେଶ ନିବାସିନୀ ଇଦୋମର କନ୍ୟେ, ତୁମ୍ଭେ ଆନନ୍ଦ କର ଓ ପୁଲକିତା ହୁଅ; ସେହି ପାନପାତ୍ର ତୁମ୍ଭ ନିକଟକୁ ହିଁ ଯିବ; ତୁମ୍ଭେ ମତ୍ତା ହେବ ଓ ଆପଣାକୁ ଉଲଙ୍ଗିନୀ କରିବ।
22
ହେ ସିୟୋନର କନ୍ୟେ, ତୁମ୍ଭ ଅଧର୍ମର ଦଣ୍ଡ ସମ୍ପୂର୍ଣ୍ଣ ହୋଇଅଛି; ସେ ତୁମ୍ଭକୁ ବନ୍ଦୀତ୍ୱ ସ୍ଥାନକୁ ଆଉ ନେଇ ଯିବେ ନାହିଁ; ହେ ଇଦୋମର କନ୍ୟେ, ସେ ତୁମ୍ଭ ଅଧର୍ମର ପ୍ରତିଫଳ ଦେବେ; ସେ ତୁମ୍ଭର ପାପସବୁ ଅନାବୃତ କରିବେ।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 5 →
All chapters:
1
2
3
4
5