bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Leviticus 13
Leviticus 13
Odia IRV 2017 (ଓଡିଆ ବାଇବେଲ)
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 14 →
1
ତା’ପରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
2
“ଯଦି କୌଣସି ମନୁଷ୍ୟର ଶରୀରର ଚର୍ମରେ ଫୁଲା କି କାଛୁକୁଣ୍ଡିଆ କି ଚିକ୍କଣ ଚିହ୍ନ ହୁଏ ଓ ତାହା ଶରୀରର ଚର୍ମରେ କୁଷ୍ଠରୋଗର ଘା’ ହୁଏ, ତେବେ ସେ ହାରୋଣ ଯାଜକ ନିକଟକୁ କିଅବା ତାହାର ପୁତ୍ରଗଣଙ୍କ ମଧ୍ୟରେ କୌଣସି ଯାଜକ ନିକଟକୁ ଅଣାଯିବ।
3
ତହୁଁ ଯାଜକ ତାହା ଶରୀରର ଚର୍ମସ୍ଥିତ ଘା’ ଦେଖିବ; ଆଉ ଯଦି ଘା’ର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ପୁଣି ଘା’ ଯଦି ତାହା ଶରୀରର ଚର୍ମଠାରୁ ନୀଚ ଦେଖାଯାଏ, ତେବେ ତାହା କୁଷ୍ଠରୋଗର ଘା’ ଅଟେ; ଆଉ ଯାଜକ ତାହାକୁ ଦେଖିବ ଓ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ।
4
ପୁଣି, ଚିକ୍କଣ ଚିହ୍ନ ଯଦି ତାହା ଶରୀରର ଚର୍ମରେ ଶ୍ଵେତବର୍ଣ୍ଣ ହୋଇଥାଏ ଓ ତାହା ଚର୍ମଠାରୁ ନୀଚ ନ ଥାଏ ଓ ତାହାର ଲୋମ ଶ୍ଵେତବର୍ଣ୍ଣ ହୋଇ ନ ଥାଏ, ତେବେ ଯାହାର ଘା’ ହୋଇଅଛି, ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।
5
ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ପୁଣି, ଯଦି ତାହାର ଦୃଷ୍ଟିରେ ସେହି ଘା’ ସେହି ପ୍ରକାର ଥାଏ ଓ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଆହୁରି ସାତ ଦିନ ପର୍ଯ୍ୟନ୍ତ ବନ୍ଦ କରି ରଖିବ।
6
ପୁଣି, ସପ୍ତମ ଦିନରେ ଯାଜକ ତାହାକୁ ପୁନର୍ବାର ଦେଖିବ; ଆଉ, ଯଦି ଘା’ ମଳିନ ହୋଇଥାଏ ଓ ଘା’ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ତାହା କାଛୁକୁଣ୍ଡିଆ ଅଟେ; ତହୁଁ ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ।
7
ମାତ୍ର ସେ ଶୁଚି ହେବା ନିମନ୍ତେ ଆପଣାକୁ ଯାଜକକୁ ଦେଖାଇଲା ଉତ୍ତାରେ ଯଦି ତାହାର କାଛୁକୁଣ୍ଡିଆ ଚର୍ମରେ ବ୍ୟାପେ, ତେବେ ସେ ଆପଣାକୁ ପୁନର୍ବାର ଯାଜକକୁ ଦେଖାଇବ।
8
ତହିଁରେ କାଛୁକୁଣ୍ଡିଆ ତାହାର ଚର୍ମରେ ବ୍ୟାପିଲା, ଏପରି ଯଦି ଯାଜକ ଦେଖେ, ତେବେ ସେ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, କାରଣ ତାହା କୁଷ୍ଠରୋଗ ଅଟେ।
9
କୌଣସି ମନୁଷ୍ୟଠାରେ କୁଷ୍ଠରୋଗର ଘା’ ହେଲେ, ସେ ଯାଜକ ନିକଟକୁ ଅଣାଯିବ;
10
ତହୁଁ ଯାଜକ ତାହାକୁ ଦେଖିବ; ଆଉ, ଯଦି ତାହାର ଚର୍ମରେ ଶ୍ଵେତବର୍ଣ୍ଣ ଫୁଲା ଥାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ ଓ ସେହି ଫୁଲାରେ କଞ୍ଚା ମାଂସ ବୃଦ୍ଧି ପାଉଥାଏ,
11
ତେବେ ତାହାର ଶରୀରର ଚର୍ମରେ ତାହା ପୁରାତନ କୁଷ୍ଠରୋଗ ଅଟେ, ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେ ତାହାକୁ ରୁଦ୍ଧ କରିବ ନାହିଁ, କାରଣ ସେ ଅଶୁଚି।
12
ଆଉ, ଯଦି କୁଷ୍ଠ ରୋଗ ଚର୍ମରେ ଫୁଟି ବାହାରେ ଓ ଯେତେ ଦୂର ଯାଜକକୁ ଦେଖାଯାଏ, ତଦନୁସାରେ ଘା’ଯୁକ୍ତ ଲୋକର ମସ୍ତକ ଠାରୁ ପାଦ ପର୍ଯ୍ୟନ୍ତ ଚର୍ମ କୁଷ୍ଠରୋଗରେ ଆଚ୍ଛନ୍ନ ହୋଇଥାଏ,
13
ତେବେ ଯାଜକ ଦେଖିବ; ପୁଣି, ଯଦି କୁଷ୍ଠରୋଗ ତାହାର ସର୍ବାଙ୍ଗ ଆଚ୍ଛନ୍ନ କରିଥାଏ, ତେବେ ସେ ରୋଗୀକୁ ଶୁଚି ବୋଲି ପ୍ରକାଶ କରିବ; ସର୍ବାଙ୍ଗ ଶ୍ଵେତବର୍ଣ୍ଣ ହୋଇଅଛି; ସେ ଶୁଚି ଅଟେ।
14
ମାତ୍ର ଯେତେବେଳେ କଞ୍ଚା ମାଂସ ତାହା ଦେହରେ ପ୍ରକାଶ ପାଏ, ସେତେବେଳେ ସେ ଅଶୁଚି ହେବ।
15
ଆଉ, ଯାଜକ ସେହି କଞ୍ଚା ମାଂସ ଦେଖି ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେହି କଞ୍ଚା ମାଂସ ଅଶୁଚି; ତାହା କୁଷ୍ଠରୋଗ।
16
ଅଥବା ଯଦି ସେହି କଞ୍ଚା ମାଂସ ପୁନର୍ବାର ପାଲଟି ଶ୍ଵେତବର୍ଣ୍ଣ ହୋଇଯାଏ, ତେବେ ସେ ଯାଜକ ନିକଟକୁ ଯିବ,
17
ଆଉ, ଯାଜକ ତାହାକୁ ଦେଖିବ; ପୁଣି ଦେଖ, ଯଦି ସେହି ଘା’ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ସେ ଘା’ଯୁକ୍ତ ଲୋକକୁ ଶୁଚି ବୋଲି ପ୍ରକାଶ କରିବ; ସେ ଶୁଚି ଅଟେ।
18
ଆଉ ଶରୀରର ଚର୍ମରେ ବଥ ହୋଇ ଭଲ ହେଲା ଉତ୍ତାରେ,
19
ଯଦି ସେହି ବଥ ସ୍ଥାନରେ ଶ୍ଵେତବର୍ଣ୍ଣ ଫୁଲା ଅବା ରକ୍ତ ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ, ତେବେ ତାହା ଯାଜକକୁ ଦେଖାଇବ;
20
ତହିଁରେ ଯାଜକ ତାହା ଦେଖିବ, ଆଉ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ବଥରୁ ଉତ୍ପନ୍ନ କୁଷ୍ଠରୋଗର ଘା’ ଅଟେ।
21
ମାତ୍ର ଯାଜକ ତାହା ଦେଖନ୍ତେ, ଯଦି, ତହିଁରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।
22
ଆଉ, ଯଦି ତାହା ଚର୍ମରେ ବ୍ୟାପେ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; କାରଣ ତାହା କୁଷ୍ଠରୋଗର ଘା’ ଅଟେ।
23
ମାତ୍ର ଯଦି ସେହି ଚିକ୍କଣ ଚିହ୍ନ ସ୍ୱସ୍ଥାନରେ ଥାଇ ନ ବଢ଼େ, ତେବେ ତାହା ବଥର ଚିହ୍ନ ଅଟେ; ପୁଣି ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।
24
କିଅବା ଯଦି ମାଂସର ଚର୍ମରେ ଅଗ୍ନିଦାହ ହୁଏ ଓ ସେହି ଦାହର ବଢ଼ିଲା ମାଂସରେ ରକ୍ତ ଶ୍ଵେତବର୍ଣ୍ଣ ଅବା ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ;
25
ତେବେ ଯାଜକ ତାହା ଦେଖିବ; ଆଉ, ଯଦି ଚିକ୍କଣ ଚିହ୍ନରେ ଥିବା ଲୋମ ଶ୍ଵେତବର୍ଣ୍ଣ ହୁଏ ଓ ଚର୍ମର ନୀଚସ୍ଥ ଦେଖାଯାଏ, ତେବେ ତାହା କୁଷ୍ଠ ରୋଗ, ତାହା ଅଗ୍ନିଦାହରୁ ଉତ୍ପନ୍ନ ହୋଇଅଛି; ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘା’ ଅଟେ।
26
ମାତ୍ର ଯାଜକ ତାହା ଦେଖନ୍ତେ, ଯଦି ସେହି ଚିକ୍କଣ ଚିହ୍ନରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।
27
ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ଯଦି ତାହା ଚର୍ମରେ ବ୍ୟାପିଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘା’ ଅଟେ।
28
ଆଉ, ଯଦି ଚିକ୍କଣ ଚିହ୍ନ ସ୍ୱସ୍ଥାନରେ ଥାଏ ଓ ଚର୍ମରେ ବୃଦ୍ଧି ନ ପାଇ ମଳିନ ହୋଇଥାଏ; ତେବେ ତାହା ଦାହର ଫୁଲା, ଆଉ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ଯେହେତୁ ତାହା ଅଗ୍ନିକୃତ କ୍ଷତର ଚିହ୍ନ।
29
ଆଉ, ପୁରୁଷ ଅବା ସ୍ତ୍ରୀର ମସ୍ତକରେ ଅବା ଦାଢ଼ିରେ ଘା’ ହେଲେ ଯାଜକ ସେହି ଘା’ ଦେଖିବ;
30
ଆଉ ଦେଖ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁରେ ହଳଦି ବର୍ଣ୍ଣ ସରୁ ଲୋମ ଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ଛଉ ଅଟେ, ତାହା ମସ୍ତକ ଅବା ଦାଢ଼ିର କୁଷ୍ଠରୋଗ ଅଟେ।
31
ଆଉ, ଯାଜକ ଛଉର ଘା’ ଦେଖନ୍ତେ, ଯଦି ତାହା ଚର୍ମର ନୀଚସ୍ଥ ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ନ ଥାଏ, ତେବେ ଯାଜକ ସେହି ଛଉ ଘା’ଯୁକ୍ତ ଲୋକକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।
32
ତହୁଁ ସପ୍ତମ ଦିନରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ ହଳଦି ବର୍ଣ୍ଣ ଲୋମ ହୋଇ ନ ଥାଏ; ଆଉ, ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ,
33
ତେବେ ସେ ଲଣ୍ଡା ହେବ, ମାତ୍ର ଛଉ ସ୍ଥାନ ଲଣ୍ଡା କରିବ ନାହିଁ; ପୁଣି ଯାଜକ ସେହି ଛଉଯୁକ୍ତ ଲୋକକୁ ଆଉ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।
34
ପୁଣି, ସପ୍ତମ ଦିନରେ ଯାଜକ ସେହି ଛଉ ଦେଖିବ; ଆଉ, ଯଦି ସେହି ଛଉ ଚର୍ମରେ ବଢ଼ି ନ ଥାଏ ଓ ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ପୁଣି ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ।
35
ମାତ୍ର ତାହାର ଶୁଚି ହେଲା ଉତ୍ତାରେ ଯଦି ଚର୍ମରେ ସେହି ଛଉ ବ୍ୟାପିଯାଏ,
36
ତେବେ ଯାଜକ ତାହାକୁ ଦେଖିବ; ପୁଣି, ଯଦି ଛଉ ଚର୍ମରେ ବୃଦ୍ଧି ପାଇଥାଏ, ତେବେ ଯାଜକ ହଳଦି ବର୍ଣ୍ଣ ଲୋମର ଅନ୍ୱେଷଣ କରିବ ନାହିଁ; କାରଣ ସେ ଅଶୁଚି ଅଟେ।
37
ମାତ୍ର ତାହାର ଦୃଷ୍ଟିରେ ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ଉଠିଥାଏ, ତେବେ ସେହି ଛଉର ଆରୋଗ୍ୟ ହୋଇଅଛି; ସେ ଶୁଚି ହୋଇଅଛି; ଆଉ, ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।
38
ପୁଣି, ଯଦି କୌଣସି ପୁରୁଷ କି ସ୍ତ୍ରୀର ଶରୀରର ଚର୍ମରେ ଚିକ୍କଣ ଚିହ୍ନଗୁଡ଼ିକ, ଅର୍ଥାତ୍, ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନଗୁଡ଼ିକ ହୁଏ;
39
ତେବେ ଯାଜକ ତାହା ଦେଖିବ; ପୁଣି ପ୍ରକୃତରେ, ଯଦି ସେମାନଙ୍କ ଶରୀରର ଚର୍ମରେ ସେହି ଚିକ୍କଣ ଚିହ୍ନ ଅଳ୍ପ ମଳିନ ଶ୍ଵେତବର୍ଣ୍ଣ ହୁଏ, ତେବେ ତାହା ଚର୍ମରୁ ଉତ୍ପନ୍ନ ଜାଦୁରୋଗ; ସେ ଲୋକ ଶୁଚି ଅଟେ।
40
ଆଉ, ଯଦି କୌଣସି ମନୁଷ୍ୟର ମସ୍ତକରୁ କେଶ ଉପୁଡ଼ିଯାଏ, ତେବେ ସେ ଚନ୍ଦା; ତଥାପି ସେ ଶୁଚି ଅଟେ।
41
ଆଉ, ଯଦି ତାହାର କେଶ ମସ୍ତକର ସମ୍ମୁଖ ଭାଗରୁ ଉପୁଡ଼ିଯାଏ, ତେବେ ସେ ଚନ୍ଦା କପାଳ; ତଥାପି ସେ ଶୁଚି ଅଟେ।
42
ମାତ୍ର ଯଦି ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘା’ ହୁଏ; ତେବେ ତାହା ତାହାର ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ଉତ୍ପନ୍ନ କୁଷ୍ଠରୋଗ ଅଟେ।
43
ତହୁଁ ଯାଜକ ତାହା ଦେଖିବ; ପୁଣି, ଯଦି ଶରୀରର ଚର୍ମସ୍ଥିତ କୁଷ୍ଠରୋଗ ପରି ଚନ୍ଦା ମସ୍ତକ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘା’ର ଫୁଲା ଦେଖାଯାଏ;
44
ତେବେ ସେ କୁଷ୍ଠୀ, ସେ ଅଶୁଚି ଅଟେ; ଯାଜକ ତାହାକୁ ଅବଶ୍ୟ ଅଶୁଚି ବୋଲି ପ୍ରକାଶ କରିବ; ତାହାର ମସ୍ତକରେ ଘା’ ହୋଇଅଛି।
45
ଆଉ, ଯେଉଁ କୁଷ୍ଠୀର ଘା’ ହୋଇଅଛି, ତାହାର ବସ୍ତ୍ର ଚିରାଯିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ଆପଣାର ଉପର ଓଷ୍ଠ ବସ୍ତ୍ରରେ ଢାଙ୍କିବ, ପୁଣି ‘ଅଶୁଚି ଅଶୁଚି’ ବୋଲି ଡାକ ପକାଇବ।
46
ତାହାଠାରେ ଯେତେ ଦିନ ଘା’ ଥିବ, ସେତେ ଦିନ ସେ ଅଶୁଚି ରହିବ; କାରଣ ସେ ଅଶୁଚି ଅଟେ; ସେ ଏକାକୀ ବାସ କରିବ; ଛାଉଣିର ବାହାରେ ତାହାର ବାସସ୍ଥାନ ହେବ।
47
ମଧ୍ୟ ଯେଉଁ ବସ୍ତ୍ରରେ କୁଷ୍ଠରୋଗର ଦାଗ ହୁଏ, ତାହା ଲୋମ ବସ୍ତ୍ର ହେଉ କି ମସିନା(ସୂତା) ବସ୍ତ୍ର ହେଉ,
48
ଅବା ତାହା ଲୋମ କି ମସିନା(ସୂତା)ର ଟାଣୀରେ କି ପଡୀୟାଣରେ ହେଉ; କିଅବା ଚର୍ମରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ହେଉ;
49
ଯଦି ସେହି ଦାଗ ବସ୍ତ୍ରରେ କି ଚର୍ମରେ, ଟାଣୀରେ କି ପଡୀୟାଣରେ କିମ୍ବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ଶାଗୁଆ ବର୍ଣ୍ଣ କି ରକ୍ତ ବର୍ଣ୍ଣ ହୁଏ, ତେବେ ତାହା କୁଷ୍ଠରୋଗର ଦାଗ; ପୁଣି, ତାହା ଯାଜକକୁ ଦେଖାଇ ଦିଆଯିବ।
50
ତହିଁରେ ଯାଜକ ସେହି ଦାଗ ଦେଖିବ, ପୁଣି ଯେଉଁଥିରେ ସେହି ଦାଗ ଥାଏ, ତାହା ସାତ ଦିନ ବନ୍ଦ କରି ରଖିବ।
51
ତହୁଁ ସେ ସପ୍ତମ ଦିନରେ ସେହି ଦାଗ ଦେଖିବ; ଯଦି ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମରେ, ଯେକୌଣସି ଚର୍ମ ନିର୍ମିତ ବସ୍ତୁରେ ଯଦି ସେହି ଦାଗ ବଢ଼ିଥାଏ, ତେବେ ତାହା କ୍ଷୟ କୁଷ୍ଠରୋଗ; ତାହା ଅଶୁଚି ଅଟେ।
52
ଏଣୁ ବସ୍ତ୍ରରେ ଅବା ଲୋମ ନିର୍ମିତ କି ମସିନା ନିର୍ମିତ ଟାଣୀରେ କି ପଡୀୟାଣରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ସେହି ଦାଗ ଥାଏ, ତାହା ସେ ଦଗ୍ଧ କରିବ; କାରଣ ତାହା କ୍ଷୟ କୁଷ୍ଠରୋଗ; ତାହା ଅଗ୍ନିରେ ଦଗ୍ଧ ହେବ।
53
ମାତ୍ର ଯାଜକ ତାହା ଦେଖନ୍ତେ, ଯଦି, ସେହି ଦାଗ ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ବଢ଼ି ନ ଥାଏ;
54
ତେବେ ଯାଜକ ସେହି ଦାଗଯୁକ୍ତ ଦ୍ରବ୍ୟ ଧୋଇବାକୁ ଆଜ୍ଞା ଦେବ, ପୁଣି ସେ ଆଉ ସାତ ଦିନ ପର୍ଯ୍ୟନ୍ତ ତାହା ପୃଥକ୍ କରି ରଖିବ;
55
ଆଉ ସେହି ଦାଗ ଧୁଆଗଲା ଉତ୍ତାରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଦାଗର ବର୍ଣ୍ଣ ବଦଳି ନ ଥାଏ ଓ ସେହି ଦାଗ ବଢ଼ି ନ ଥାଏ, ତେବେ ତାହା ଅଶୁଚି ଅଟେ; ତୁମ୍ଭେ ତାହା ଅଗ୍ନିରେ ଦଗ୍ଧ କରିବ; କାରଣ ସେହି ଦାଗ ଭିତରେ ଥାଉ କି ବାହାରେ ଥାଉ, ତାହା କ୍ଷୟକାରକ।
56
ମାତ୍ର ଧୁଆଗଲା ଉତ୍ତାରେ ଯାଜକ ଦେଖନ୍ତେ, ଯଦି, ସେହି ଦାଗ ମଳିନ ହୋଇଥାଏ, ତେବେ ସେ ସେହି ବସ୍ତ୍ରରୁ କି ଚର୍ମରୁ କିଅବା ଟାଣୀରୁ କି ପଡୀୟାଣରୁ ତାହା ଚିରି ପକାଇବ।
57
ତଥାପି ଯଦି ସେହି ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ତାହା ଦେଖାଯାଏ, ତେବେ ତାହା ବଢ଼ୁଅଛି; ଯହିଁରେ ସେହି ଦାଗ ଥାଏ, ତାହା ତୁମ୍ଭେ ଅଗ୍ନିରେ ପୋଡ଼ି ପକାଇବ।
58
ପୁଣି ଯେଉଁ ବସ୍ତ୍ର କି ଟାଣୀ କି ପଡୀୟାଣ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟ ଧୌତ କରିବ, ତହିଁରୁ ଯଦି ସେହି ଦାଗ ଯାଏ, ତେବେ ଦ୍ୱିତୀୟ ଥର ତାହା ଧୁଆଯିବ; ତହିଁରେ ତାହା ଶୁଚି ହେବ।
59
ଲୋମ କି ମସିନା ନିର୍ମିତ ବସ୍ତ୍ରର କିଅବା ଟାଣୀର କି ପଡୀୟାଣର କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟର କୁଷ୍ଠରୋଗର ଦାଗ ବିଷୟରେ ଶୁଚି ବୋଲି ପ୍ରକାଶ କରିବା ବା ଅଶୁଚି ବୋଲି ପ୍ରକାଶ କରିବାର ବ୍ୟବସ୍ଥା ଏହି।”
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 14 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27