bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Luke 18
Luke 18
Odia IRV 2017 (ଓଡିଆ ବାଇବେଲ)
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 19 →
1
କ୍ଲାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ,
2
ଗୋଟିଏ ନଗରରେ ଜଣେ ବିଚାରକର୍ତ୍ତା ଥିଲେ, ସେ ଈଶ୍ୱରଙ୍କୁ ଭୟ କରୁ ନ ଥିଲେ କି ମନୁଷ୍ୟକୁ ମାନୁ ନ ଥିଲେ ।
3
ସେହି ନଗରରେ ଜଣେ ବିଧବା ଥିଲା, ତାହା ପ୍ରତି ଅନ୍ୟାୟ କରିଥିବା ଲୋକ ବିରୁଦ୍ଧରେ ବିଚାର ନିଷ୍ପତ୍ତି କରିବା ପାଇଁ ସେ ଥରକୁଥର ବିଚାରକର୍ତ୍ତାଙ୍କ ନିକଟକୁ ଯାଇ କହୁଥିଲା ।
4
ଆଉ ସେ କେତେ ସମୟ ପର୍ଯ୍ୟନ୍ତ ସହମତ ହେଉ ନ ଥିଲେ; କିନ୍ତୁ ପରେ ସେ ମନେ ମନେ କହିଲେ, ଯଦିବା ମୁଁ ଈଶ୍ୱରଙ୍କୁ ଭୟ କରେ ନାହିଁ କିମ୍ବା ମନୁଷ୍ୟକୁ ମାନେ ନାହିଁ,
5
ତଥାପି ଏହି ବିଧବାଟା ମୋତେ କଷ୍ଟ ଦେଉଥିବାରୁ ମୁଁ ତାହା ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବି, ନୋହିଲେ ସେ ସବୁବେଳେ ଆସି ମୋତେ ବ୍ୟତିବ୍ୟସ୍ତ କରୁଥିବ ।
6
ସେଥିରେ ପ୍ରଭୁ କହିଲେ, ଏହି ଅଧାର୍ମିକ ବିଚାରକର୍ତ୍ତା କ'ଣ କହୁଅଛନ୍ତି, ତାହା ଶୁଣ ।
7
ତେବେ ଈଶ୍ୱରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁୁ ଅଟନ୍ତି?
8
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ । ତଥାପି ମନୁଷ୍ୟପୁତ୍ର (ଯୀଶୁ) ଆସି ପୃଥିବୀରେ କ'ଣ ବିଶ୍ୱାସ ଦେଖିବେ?
9
ନିଜ ନିଜକୁ ଧାର୍ମିକ ମନେ କରି ଅନ୍ୟ ସମସ୍ତଙ୍କୁ ତୁଚ୍ଛ କରୁଥିବା କେତେକ ଆତ୍ମନିର୍ଭରଶୀଳ ଲୋକଙ୍କୁ ସେ ଏହି ଦୃଷ୍ଟାନ୍ତ ମଧ୍ୟ କହିଲେ,
10
ଦୁଇ ଜଣ ଲୋକ ପ୍ରାର୍ଥନା କରିବା ନିମନ୍ତେ ମନ୍ଦିରକୁ ଗଲେ, ଜଣେ ଫାରୂଶୀ ଓ ଅନ୍ୟ ଜଣକ କର ଆଦାୟକାରୀ ।
11
ଫାରୂଶୀ ଠିଆ ହୋଇ ଆପଣା ନିକଟରେ ଏହି ପ୍ରକାର ପ୍ରାର୍ଥନା କରିବାକୁ ଲାଗିଲେ, ହେ ଈଶ୍ୱର, ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ଯେ, ମୁଁ ଅନ୍ୟ ସମସ୍ତ ଲୋକଙ୍କ ପରି ଅତ୍ୟାଚାରୀ, ଅଧାର୍ମିକ, ବ୍ୟଭିଚାରୀ କିମ୍ବା ଏହି କର ଆଦାୟକାରୀ ପରି ସୁଦ୍ଧା ନୁହେଁ;
12
ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆଦାୟର ଦଶମାଂଶ ଦେଇଥାଏ ।
13
କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ହେ ଈଶ୍ୱର, ମୁଁ ପାପୀ ମୋତେ ଦୟା କରନ୍ତୁ ।
14
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ କର ଆଦାୟକାରୀ ଧାର୍ମିକ ଗଣିତ ହୋଇ ନିଜ ଘରକୁ ଚାଲିଗଲା; କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ ।
15
ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ସେମାନଙ୍କୁ ମଧ୍ୟ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ତାହା ଦେଖି ସେମାନଙ୍କୁ ଧମକ ଦେବାକୁ ଲାଗିଲେ ।
16
କିନ୍ତୁ ସେ ସେମାନଙ୍କୁ ଆପଣା ପାଖକୁ ଡାକି କହିଲେ, ଶିଶୁମାନଙ୍କୁ ମୋ ନିକଟକୁ ଆସିବାକୁ ଦିଅ, ଆଉ ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ୱରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର ।
17
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ୱରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ ।
18
ଜଣେ ଯିହୂଦୀ ଧର୍ମଗୁରୁ ତାହାଙ୍କୁ ପଚାରିଲେ, ହେ ସଦ୍ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି?
19
ସେଥିରେ ଯୀଶୁ ତାହାଙ୍କୁ କହିଲେ, ମୋତେ ସତ୍ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍ ଈଶ୍ୱରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ ।
20
ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ଆପଣା ପିତାମାତାଙ୍କୁ ସମାଦର କର ।
21
ସେ କହିଲେ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି ।
22
ଯୀଶୁ ଏହା ଶୁଣି ତାହାଙ୍କୁ କହିଲେ, ତୁମ୍ଭର ଆଉ ଗୋଟିଏ ବିଷୟ ଉଣା ଅଛି; ତୁମ୍ଭେ ନିଜର ସବୁ ବିକି ଦେଇ ଗରିବମାନଙ୍କୁ ବାଣ୍ଟିଦିଅ, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର ।
23
କିନ୍ତୁ ସେ ଏହି ସମସ୍ତ କଥା ଶୁଣି ଅତ୍ୟନ୍ତ ଦୁଃଖିତ ହେଲେ, କାରଣ ସେ ଅତିଶୟ ଧନୀ ଥିଲେ ।
24
ସେଥିରେ ଯୀଶୁ ତାହାଙ୍କୁ ଦେଖି କହିଲେ, ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରନ୍ତି!
25
କାରଣ ଈଶ୍ୱରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚୀର କଣା ଦେଇ ଓଟର ପ୍ରବେଶ କରିବା ସହଜ ।
26
ଯେଉଁମାନେ ଏହା ଶୁଣିଲେ, ସେମାନେ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ?
27
କିନ୍ତୁ ସେ କହିଲେ, ଯାହା ମଣିଷର ଅସମ୍ଭବ, ତାହା ଈଶ୍ୱରଙ୍କର ସମ୍ଭବ ।
28
ସେଥିରେ ପିତର କହିଲେ, ଦେଖନ୍ତୁ, ଆମ୍ଭେମାନେ ନିଜ ନିଜର ସବୁ କିଛି ଛାଡ଼ି ଆପଣଙ୍କ ଅନୁଗାମୀ ହୋଇଅଛୁ ।
29
ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକମାନେ ଈଶ୍ୱରଙ୍କ ରାଜ୍ୟ ନିମନ୍ତେ ଗୃହ କି ସ୍ତ୍ରୀକୁ ଭାଇ କି ବାପା ମା କି ସନ୍ତାନସନ୍ତତି ପରିତ୍ୟାଗ କରିଅଛନ୍ତି
30
ସେମାନେ ଏହିକାଳରେ ବହୁଗୁଣରେ ଓ ପରକାଳରେ ଅନନ୍ତ ଜୀବନ ପାଇବେ ।
31
ପରେ ସେ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ;
32
କାରଣ ଯୀଶୁ ଅଣଯିହୂଦୀମାନଙ୍କ ହସ୍ତରେ ସମର୍ପିତ ହେବେ, ପୁଣି, ସେମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ପ୍ରତି ଅତ୍ୟାଚାର କରି ତାହାଙ୍କ ଉପରେ ଛେପ ପକାଇବେ,
33
ତାହାଙ୍କୁ କୋରଡ଼ା ମାରି ବଧ କରିବେ, ଆଉ ତୃତୀୟ ଦିନରେ ସେ ପୁନର୍ବାର ଉଠିବେ ।
34
କିନ୍ତୁ ଶିଷ୍ୟମାନେ ଏହି ସବୁ ବିଷୟ କିଛି ବୁଝିଲେ ନାହିଁ; ଏହି ବାକ୍ୟ ସେମାନଙ୍କଠାରୁ ଗୁପ୍ତ ହୋଇ ରହିଲା, ପୁଣି, ଯାହା କୁହାଯାଉଥିଲା, ସେ ସବୁ ବୁଝୁ ନ ଥିଲେ ।
35
ସେ ଯିରୀହୋର ନିକଟବର୍ତ୍ତୀ ହେଉଥିବା ସମୟରେ ଜଣେ ଅନ୍ଧ ବାଟ ପାଖରେ ବସି ଭିକ ମାଗୁଥିଲା ।
36
ସେ ଲୋକମାନଙ୍କ ଯାଉଥିବାର ଶବ୍ଦ ଶୁଣି କଥା କ'ଣ ବୋଲି ପଚାରିବାକୁ ଲାଗିଲା ।
37
ସେମାନେ ତାହାକୁ କହିଲେ, ନାଜରିତୀୟ ଯୀଶୁ ଏହି ବାଟ ଦେଇ ଯାଉଅଛନ୍ତି ।
38
ସେଥିରେ ସେ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ଦାଉଦ ସନ୍ତାନ, ମୋତେ ଦୟା କରନ୍ତୁ ।
39
ମାତ୍ର ଆଗରେ ଯାଉଥିବା ଲୋକମାନେ ତାହାଙ୍କୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦ ସନ୍ତାନ ମୋତେ ଦୟା କରନ୍ତୁ ।
40
ସେଥିରେ ଯୀଶୁ ଠିଆ ହୋଇ ଅନ୍ଧକୁ ଆପଣା ନିକଟକୁ ଆଣିବା ପାଇଁ ଆଦେଶ ଦେଲେ; ଯେତେବେଳେ ଅନ୍ଧଟି ପାଖକୁ ଆସିଲା, ଯୀଶୁ ତାହାକୁ ପଚାରିଲେ,
41
ମୁଁ ତୁମ୍ଭ ପାଇଁ କ'ଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ? ଅନ୍ଧ କହିଲା, ହେ ପ୍ରଭୁ, ମୁଁ ଯେପରି ଦେଖି ପାରିବି ।
42
ଯୀଶୁ ତାହାକୁ କହିଲେ, ଦୃଷ୍ଟି ପାଅ; ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି ।
43
ସେହିକ୍ଷଣି ସେ ଦେଖି ପାରିଲେ ଏବଂ ଈଶ୍ୱରଙ୍କ ମହିମା କୀର୍ତ୍ତନ କରୁ କରୁ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲେ ଏବଂ ଲୋକ ସମସ୍ତେ ତାହା ଦେଖି ଈଶ୍ୱରଙ୍କ ପ୍ରଶଂସା କଲେ ।
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 19 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24