bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Luke 22
Luke 22
Odia IRV 2017 (ଓଡିଆ ବାଇବେଲ)
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 23 →
1
ନିସ୍ତାର ପର୍ବ ନାମକ ଖମୀରଶୂନ୍ୟ ରୁଟିର ପର୍ବ ନିକଟ ହୋଇ ଆସୁଥିଲା ।
2
ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ, କିପରି ଯୀଶୁଙ୍କୁ ବିନାଶ କରି ପାରନ୍ତି, ସେଥିର ଉପାୟ ଖୋଜୁଥିଲେ, କାରଣ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ ।
3
ସେତେବେଳେ ବାରଜଣଙ୍କ ସଂଖ୍ୟା ମଧ୍ୟରେ ଥିବା ଈଷ୍କାରିୟୋଥ ନାମକ ଯିହୂଦା ଠାରେ ଶୟତାନ ପ୍ରବେଶ କଲା;
4
ଆଉ ଯିହୂଦା ଯାଇ, କି ଉପାୟରେ ଯୀଶୁଙ୍କୁ ପ୍ରଧାନ ଯାଜକ ଓ ସେନାପତିମାନଙ୍କ ହାତରେ ଧରାଇଦେବ, ତାହା ସେମାନଙ୍କ ସହିତ କଥାବାର୍ତ୍ତା କଲା ।
5
ସେଥିରେ ସେମାନେ ଆନନ୍ଦିତ ହେଲେ ଓ ତାହାକୁ ଟଙ୍କା ଦେବା ପାଇଁ ଚୁକ୍ତି କଲେ ।
6
ଆଉ ଯିହୂଦା ଏକମତ ହୋଇ ଲୋକମାନଙ୍କ ଅନୁପସ୍ଥିତିରେ ଯୀଶୁଙ୍କୁ ସେମାନଙ୍କ ହାତରେ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା ।
7
ପରେ ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରିବାକୁ ହୁଏ, ଖମୀରଶୂନ୍ୟ ରୁଟି ପର୍ବର ସେହି ଦିନ ଉପସ୍ଥିତ ହେଲା;
8
ଆଉ ସେ ପିତର ଓ ଯୋହନଙ୍କୁ ଏହା କହି ପଠାଇଲେ, ଆମ୍ଭେମାନେ ଯେପରି ଭୋଜନ କରି ପାରିବୁ, ଏଥିପାଇଁ ତୁମ୍ଭେମାନେ ଯାଇ ଆମ୍ଭମାନଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କର ।
9
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?
10
ଯୀଶୁ ସେମାନଙ୍କୁ କହିଲେ, ଦେଖ, ତୁମ୍ଭେମାନେ ନଗରରେ ପ୍ରବେଶ କରନ୍ତେ ପାଣି ମାଠିଆ ଘେନି ଯାଉଥିବା ଜଣେ ଲୋକ ତୁମ୍ଭମାନଙ୍କୁ ଭେଟିବ; ସେ ଯେଉଁ ଗୃହରେ ପ୍ରବେଶ କରିବ, ତାହାର ପଛେ ପଛେ ଯାଇ ଗୃହର କର୍ତ୍ତାଙ୍କୁ କହିବ,
11
'ଗୁରୁ ଆପଣଙ୍କୁ ପଚାରୁଅଛନ୍ତି, ମୁଁ ମୋହର ଶିଷ୍ୟମାନଙ୍କ ସହିତ ଯେଉଁଠାରେ ନିସ୍ତାର ପର୍ବର ଭୋଜ ପାଳନ କରିବି, ସେହି ଅତିଥିଶାଳା କାହିଁ"?
12
ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଗୋଟିଏ ଉପରିସ୍ଥ ବୃହତ କୋଠୋରୀ ଦେଖାଇଦେବେ; ସେ ସ୍ଥାନରେ ପ୍ରସ୍ତୁତ କର ।
13
ଆଉ, ସେହି ଦୁଇ ଜଣ ଶିଷ୍ୟ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ ।
14
ପୁଣି, ନିସ୍ତାର ପର୍ବର ସମୟ ଉପସ୍ଥିତ ହୁଅନ୍ତେ, ଯୀଶୁ ଓ ତାହାଙ୍କ ସଙ୍ଗେ ପ୍ରେରିତମାନେ ଭୋଜନ କରିବାକୁ ବସିଲେ ।
15
ଆଉ ସେ ସେମାନଙ୍କୁ କହିଲେ, "ମୋହର ଦୁଃଖଭୋଗ ପୂର୍ବେ ମୁଁ ତୁମ୍ଭମାନଙ୍କ ସହିତ ଏହି ନିସ୍ତାରଭୋଜ ପାଳନ କରିବାକୁ ଏକାନ୍ତ ବାଞ୍ଛା କଲି ।
16
କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱରଙ୍କ ରାଜ୍ୟରେ ଏହା ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ମୁଁ ଆଉ କେବେ ହେଁ ତାହା ଭୋଜନ କରିବି ନାହିଁ ।"
17
ପୁଣି, ସେ ପାନପାତ୍ର ଗ୍ରହଣ କରି ଧନ୍ୟବାଦ ଦେଇ କହିଲେ, ଏହା ନେଇ ଆପଣା ଆପଣା ମଧ୍ୟରେ ଭାଗ କର,
18
କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱରଙ୍କ ରାଜ୍ୟ ନ ଆସିବା ପର୍ଯ୍ୟନ୍ତ ମୁଁ ଆଜିଠାରୁ ଅଙ୍ଗୁର ଫଳର ରସ ଆଉ ପାନ କରିବି ନାହିଁ ।
19
ପୁଣି, ସେ ରୁଟି ଘେନି ଧନ୍ୟବାଦ ଦେଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଦତ୍ତ ହେଉଥିବା ମୋହର ଶରୀର ଏହି; ମୋତେ ସ୍ମରଣ କରିବା ନିମନ୍ତେ ଏହା କର ।
20
ଭୋଜନ ଉତ୍ତାରେ ସେହିପରି ସେ ପାନପାତ୍ର ଘେନି କହିଲେ,ଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ହେଉଥିବା ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ ।
21
କିନ୍ତୁ ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ତାହାର ହସ୍ତ ମୋ' ସହିତ ମେଜ ଉପରେ ଅଛି ।
22
କାରଣ ଯେପରି ନିରୂପିତ ହୋଇଅଛି, ମନୁଷ୍ୟପୁତ୍ର ସେହିପରି ପ୍ରୟାଣ କରୁଅଛନ୍ତି ସତ୍ୟ, ତଥାପି ଯେଉଁ ଲୋକ ଦ୍ୱାରା ସେ ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର!
23
ତେଣୁ ସେମାନଙ୍କ ମଧ୍ୟରୁ କିଏ ଏହା କରିବାକୁ ଯାଉଅଛି, ସେ ବିଷୟରେ ସେମାନେ ପରସ୍ପର ବାଦାନୁବାଦ କରିବାକୁ ଲାଗିଲେ ।
24
ପୁଣି, ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ବୋଲି ଗଣିତ, ସେ ବିଷୟରେ ସେମାନଙ୍କ ମଧ୍ୟରେ ବିବାଦ ଘଟିଲା ।
25
ସେଥିରେ ସେ ସେମାନଙ୍କୁ କହିଲେ, ଅଣଯିହୂଦୀମାନଙ୍କ ରାଜାମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି, ଆଉ ଯେଉଁମାନେ ସେମାନଙ୍କ ଉପରେ କର୍ତ୍ତୃତ୍ବ କରନ୍ତି, ସେମାନେ ଲୋକସେବକ ବୋଲି ଖ୍ୟାତ ହୁଅନ୍ତି ।
26
କିନ୍ତୁ ତୁମ୍ଭେମାନେ ସେପ୍ରକାର ହୁଅ ନାହିଁ, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ ଜ୍ୟେଷ୍ଠ, ସେ କନିଷ୍ଠ ପରି ହେଉ, ପୁଣି, ଯେ ନେତା, ସେ ସେବକ ପରି ହେଉ ।
27
କାରଣ କିଏ ଶ୍ରେଷ୍ଠ? ଯେ ଭୋଜନ ନିମନ୍ତେ ମେଜରେ ବସିଅଛି, ନା ଯେ ସେବକ? ଭୋଜନ ନିମନ୍ତେ ମେଜରେ ବସିଅଛି, ସେ କି ଶ୍ରେଷ୍ଠ ନୁହଁନ୍ତି? କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜଣେ ସେବକ ପରି ଅଛି ।
28
ମାତ୍ର ତୁମ୍ଭେମାନେ ମୋହର ସମସ୍ତ ପରୀକ୍ଷାରେ ମୋ' ସହିତ ରହି ଆସିଅଛ;
29
ଏଣୁ ମୋହର ପିତା ଯେପରି ମୋ ନିମନ୍ତେ ରାଜ୍ୟ ନିରୂପଣ କଲେ, ମୁଁ ମଧ୍ୟ ସେପରି ତୁମ୍ଭମାନଙ୍କ ନିମନ୍ତେ ନିରୂପଣ କରୁଅଛି,
30
ଯେପରି ତୁମ୍ଭେମାନେ ମୋହର ରାଜ୍ୟରେ ମୋ ମେଜରେ ଭୋଜନପାନ କରିବ, ପୁଣି, ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ ।
31
ଶିମୋନ, ଶିମୋନ,ଦେଖ, ଗହମକୁ ଚାଲୁଣୀରେ ଚଲାଇବା ପରି ଶୟତାନ ତୁମ୍ଭମାନଙ୍କୁ ଚଲାଇବାକୁ ଅନୁମତି ପାଇଅଛି;
32
କିନ୍ତୁ ତୁମ୍ଭର ବିଶ୍ୱାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର ।
33
ମାତ୍ର ସେ ତାହାଙ୍କୁ କହିଲେ, ହେ ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ଯିବାକୁ ଓ ମୃତ୍ୟୁଭୋଗ କରିବାକୁ ପ୍ରସ୍ତୁତ ଅଛି ।
34
କିନ୍ତୁ ସେ କହିଲେ, ହେ ପିତର, ମୁଁ ତୁମ୍ଭକୁ କହୁଅଛି, ଆଜି କୁକୁଡ଼ା ନ ଡାକୁଣୁ ତୁମ୍ଭେ ଯେ ମୋତେ ଜାଣ, ଏହା ତିନି ଥର ଅସ୍ୱୀକାର କରିବା ।
35
ଆଉ, ସେ ସେମାନଙ୍କୁ କହିଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଟଙ୍କା ରଖିବା ମୁଣା, ଝୋଲି ଓ ଯୋତା ବିନା ପଠାଇଥିଲି, ସେତେବେଳେ ତୁମ୍ଭମାନଙ୍କର କି କିଛି ଅଭାବ ହୋଇଥିଲା? ସେମାନେ କହିଲେ, କିଛି ନାହିଁ ।
36
ସେଥିରେ ସେ ସେମାନଙ୍କୁ କହିଲେ, ମାତ୍ର ଏବେ, ଯାହାର ଟଙ୍କା ରଖିବାର ମୁଣା ଅଛି, ସେ ତାହା ନେଉ, ସେହି ପ୍ରକାରେ ଝୋଲି ମଧ୍ୟ ନେଉ, ଆଉ ଯାହାର ନାହିଁ, ସେ ଆପଣା ଚାଦରଖଣ୍ଡକ ବିକି ଖଣ୍ଡା କିଣୁ ।
37
କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେପରି ଶାସ୍ତ୍ରରେ ଲେଖାଅଛି, ତାହା ମୋଠାରେ ସିଦ୍ଧ ହେବା ଆବଶ୍ୟକ; ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ, ଯେଣୁ ମୋ ସମ୍ବନ୍ଧୀୟ କଥା ସିଦ୍ଧ ହେଉଅଛି ।
38
ସେଥିରେ ସେମାନେ କହିଲେ, ପ୍ରଭୁ ଦେଖନ୍ତୁ, ଏଠାରେ ଦୁଇଟା ଖଣ୍ଡା ଅଛି । ପୁଣି, ସେ ସେମାନଙ୍କୁ କହିଲେ, ଯଥେଷ୍ଟ ।
39
ସେ ବାହାରି ଆପଣା ଧାରାନୁସାରେ ଜୀତ ପର୍ବତକୁ ଗଲେ, ଆଉ ଶିଷ୍ୟମାନେ ମଧ୍ୟ ତାହାଙ୍କ ପଛେ ପଛେ ଗଲେ ।
40
ସେହି ସ୍ଥାନରେ ଉପସ୍ଥିତ ହୋଇ ସେ ସେମାନଙ୍କୁ କହିଲେ, ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ପ୍ରାର୍ଥନା କର ।
41
ଆଉ ସେ ସେମାନଙ୍କଠାରୁ ପ୍ରାୟ ଶହେ ହାତ ଦୂରକୁ ଯାଇ ଆଣ୍ଠୁପାତି ଏହି ପ୍ରାର୍ଥନା କରିବାକୁ ଲାଗିଲେ,
42
ହେ ପିତା, ଯଦି ତୁମ୍ଭର ଇଚ୍ଛା ଥାଏ, ତେବେ ଏହି ପାନପାତ୍ର ମୋ'ଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା ସଫଳ ହେଉ ।
43
ଆଉ ସ୍ୱର୍ଗରୁ ଜଣେ ଦୂତ ଦର୍ଶନ ଦେଇ ତାହାଙ୍କୁ ଶକ୍ତି ପ୍ରଦାନ କଲେ ।
44
ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ର ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂଇଁରେ ପଡ଼ିଲା ।
45
ଆଉ ସେ ପ୍ରାର୍ଥନାରୁ ଉଠି ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ଦୁଃଖ ହେତୁ ନିଦ୍ରିତ ଦେଖିଲେ;
46
ପୁଣି, ସେ ସେମାନଙ୍କୁ କହିଲେ, କାହିଁକି ଶୋଉଅଛ? ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଉଠି ପ୍ରାର୍ଥନା କର ।
47
ସେ କଥା କହୁଥିବା ସମୟରେ, ଦେଖ, ଲୋକସମୂହ ଆସି ଉପସ୍ଥିତ ହେଲେ, ଆଉ ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ସେମାନଙ୍କ ଆଗେ ଆଗେ ଆସି ଯୀଶୁଙ୍କୁ ଚୁମ୍ବନ କରିବାକୁ ତାହାଙ୍କ ପାଖକୁ ଗଲା
48
କିନ୍ତୁ ଯୀଶୁ ତାହାକୁ ହହିଲେ, ହେ ଯିହୂଦା, ଚୁମ୍ବନ ଦ୍ୱାରା କି ମନୁଷ୍ୟପୁତ୍ରଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରୁଅଛ?
49
ଏଥିରେ କ'ଣ, ତାହା ଦେଖି ତାହାଙ୍କ ସଙ୍ଗୀମାନେ କହିଲେ, ପ୍ରଭୁ, ଆମ୍ଭେମାନେ କ'ଣ ଖଡ଼୍ଗରେ ଆଘାତ କରିବା?
50
ଆଉ ସେମାନଙ୍କ ମଧ୍ୟରୁ ଜଣେ ମହାଯାଜକଙ୍କ ଦାସକୁ ଖଣ୍ଡାରେ ଆଘାତ କରି ତାହାର ଡାହାଣ କାନ କାଟିପକାଇଲେ ।
51
କିନ୍ତୁ ଯୀଶୁ ଉତ୍ତର ଦେଲେ,ଏତିକି ସହିଥାଅ; ପୁଣି, ସେ ତାହାର କାନ ଛୁଇଁ ତାହାକୁ ସୁସ୍ଥ କଲେ ।
52
ଆଉ, ଯୀଶୁ ତାହାଙ୍କ ବିରୁଦ୍ଧରେ ଆସିଥିବା ପ୍ରଧାନ ଯାଜକ, ମନ୍ଦିରର ସେନାପତି ଓ ପ୍ରାଚୀନମାନଙ୍କୁ କହିଲେ, ଡକାୟତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ଘେନି ତୁମ୍ଭେମାନେ କ'ଣ ବାହାରି ଆସିଲ?
53
ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିବା ସମୟରେ ତୁମ୍ଭେମାନେ ମୋ ବିରୁଦ୍ଧରେ ହାତ ବଢ଼ାଇଲ ନାହିଁ; କିନ୍ତୁ ଏହା ତୁମ୍ଭମାନଙ୍କର ସମୟ ଓ ଅନ୍ଧକାରର କର୍ତ୍ତାପଣ ।
54
ପରେ ସେମାନେ ତାହାଙ୍କୁ ଘେନିଯାଇ ମହାଯାଜକଙ୍କ ଗୃହକୁ ଆଣିଲେ; କିନ୍ତୁ ପିତର ଦୂରରେ ରହି ପଛେ ପଛେ ଗଲେ ।
55
ଆଉ ସେମାନେ ଅଗଣା ମଧ୍ୟସ୍ଥଳରେ ନିଆଁ ଜାଳି ଏକାଠି ବସନ୍ତେ ପିତର ସେମାନଙ୍କ ମଧ୍ୟରେ ବସି ରହିଲେ ।
56
ଜଣେ ଦାସୀ ତାହାଙ୍କୁ ନିଆଁ ପାଖରେ ବସିଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ଏ ଲୋକଟା ମଧ୍ୟ ତାହା ସାଙ୍ଗରେ ଥିଲା ।
57
କିନ୍ତୁ ସେ ଅସ୍ୱୀକାର କରି କହିଲେ, ହେ ନାରୀ, ମୁଁ ତାହାକୁ ଜାଣେ ନାହିଁ ।
58
ଅଳ୍ପ ସମୟ ଉତ୍ତାରେ ଆଉ ଜଣେ ତାହାଙ୍କୁ ଦେଖି କହିଲା, ତୁମ୍ଭେ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ । କିନ୍ତୁ ପିତର କହିଲେ, ନାହିଁ, ଭାଇ, ମୁଁ ନୁହେଁ ।
59
ପ୍ରାୟ ଘଣ୍ଟାକ ପରେ ଆଉ ଜଣେ ଦୃଢ଼ ଭାବରେ କହିବାକୁ ଲାଗିଲା, ଏ ଲୋକଟା ମଧ୍ୟ ନିଶ୍ଚୟ ତାହା ସଙ୍ଗରେ ଥିଲା, କାରଣ ସେ ତ ଗାଲିଲୀୟ ଲୋକ ।
60
କିନ୍ତୁ ପିତର କହିଲେ, ଭାଇ, ତୁମ୍ଭେ ଯାହା କହୁଅଛ, ମୁଁ ତାହା ଜାଣେ ନାହିଁ । ସେହିକ୍ଷଣି ସେ କହୁ କହୁ କୁକୁଡ଼ା ରାବିଲା;
61
ପୁଣି, ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକଦୃଷ୍ଟିରେ ଚାହିଁଲେ; ସେଥିରେ ଆଜି କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ, ଏହି ଯେଉଁ କଥା ପ୍ରଭୁ ପିତରଙ୍କୁ କହିଥିଲେ ତାହା ତାହାଙ୍କ ମନରେ ପଡ଼ିଲା,
62
ଆଉ ସେ ବାହାରକୁ ଯାଇ ଅତ୍ୟନ୍ତ ବ୍ୟାକୁଳ ହୋଇ ରୋଦନ କଲେ ।
63
ଆଉ ଯେଉଁ ଲୋକମାନେ ଯୀଶୁଙ୍କୁ ଧରି ରଖିଥିଲେ, ସେମାନେ ତାହାଙ୍କୁ ପ୍ରହାର କରୁ କରୁ ପରିହାସ କଲେ,
64
ପୁଣି, ତାହାଙ୍କ ମୁହଁ ଘୋଡ଼ାଇ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁ ପରା ଭାବବାଦୀ! କହ ତ କିଏ ତୋତେ ମାଇଲା?
65
ପୁଣି, ସେମାନେ ଆହୁରି ଅନେକ କଥା ତାହାଙ୍କ ବିରୁଦ୍ଧରେ କହି ତାହାଙ୍କର ନିନ୍ଦା କରିବାକୁ ଲାଗିଲେ '
66
ସକାଳ ହେଲାକ୍ଷଣି ଲୋକମାନଙ୍କର ପ୍ରାଚୀନବର୍ଗ ପୁଣି, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏକତ୍ର ହୋଇ ଆପଣାମାନଙ୍କ ମହାସଭାକୁ ତାହାଙ୍କୁ ଘେନିଯାଇ କହିଲେ, ତୁମ୍ଭେ ଯଦି ଖ୍ରୀଷ୍ଟ, ତେବେ ଆମ୍ଭମାନଙ୍କୁ କୁହ ।
67
କିନ୍ତୁ ସେ ସେମାନଙ୍କୁ କହିଲେ, ମୁଁ ଯଦି ଆପଣମାନଙ୍କୁ କହେ, ଆପଣମାନେ ତ ବିଶ୍ୱାସ କରିବେ ନାହିଁ;
68
ପୁଣି, ମୁଁ ଯଦି ପ୍ରଶ୍ନ କରେ, ଆପଣମାନେ ଉତ୍ତର ଦେବେ ନାହିଁ ।
69
କିନ୍ତୁ ଏହାପରେ ମନୁଷ୍ୟପୁତ୍ର ଈଶ୍ୱରଙ୍କ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହେବେ ।
70
ସେଥିରେ ସମସ୍ତେ ପଚାରିଲେ, ତେବେ ତୁମ୍ଭେ କ'ଣ ଈଶ୍ୱରଙ୍କ ପୁତ୍ର? ସେ ସେମାନଙ୍କୁ କହିଲେ, ମୁଁ ସେହି ବୋଲି ଆପଣମାନେ କହୁଅଛନ୍ତି ।
71
ତେଣୁ ସେମାନେ କହିଲେ, ସାକ୍ଷ୍ୟରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ? ଆମ୍ଭେମାନେ ତ ଆପେ ଆପେ ତାହାର ନିଜ ମୁଖରୁ ଏହା ଶୁଣିଲୁ ।
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 23 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24