bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Malachi 4
Malachi 4
Odia IRV 2017 (ଓଡିଆ ବାଇବେଲ)
← Chapter 3
Jump to:
Chapter 1
Chapter 2
Chapter 3
Chapter 4
1
“କାରଣ ଦେଖ, ସେହିଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
2
ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।
3
“ପୁଣି, ତୁମ୍ଭେମାନେ ଦୁଷ୍ଟମାନଙ୍କୁ ପଦ ତଳେ ଦଳି ପକାଇବ; କାରଣ ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ତୁମ୍ଭମାନଙ୍କର ତଳିପାର ଅଧଃସ୍ଥିତ ଭସ୍ମ ହେବେ,” ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି।
4
“ଆମ୍ଭେ ହୋରେବରେ ସମଗ୍ର ଇସ୍ରାଏଲ ନିମନ୍ତେ ଯେଉଁ ବିଧି ଓ ଶାସନସକଳ ଆଦେଶ କଲୁ, ଆମ୍ଭ ଦାସ ମୋଶାଙ୍କର ସେହି ବ୍ୟବସ୍ଥା ତୁମ୍ଭେମାନେ ସ୍ମରଣ କର।
5
ଦେଖ, ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍ବକ୍ତାଙ୍କୁ ପ୍ରେରଣ କରିବା।
6
ପୁଣି, ଆମ୍ଭେ ଆସି ଯେପରି ପୃଥିବୀକୁ ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେହି ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
All chapters:
1
2
3
4