bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Mark 11
Mark 11
Odia IRV 2017 (ଓଡିଆ ବାଇବେଲ)
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 12 →
1
ଯେତେବେଳେ ସେମାନେ ଯିରୂଶାଲମର ନିକଟବର୍ତ୍ତୀ ହୋଇ ଜୀତପର୍ବତ ପାର୍ଶ୍ୱସ୍ଥ ବେଥ୍ଫାଗୀ ଓ ବେଥନିଆ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,
2
ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବାକ୍ଷଣି, ଯାହା ଉପରେ କେହି କେବେ ଚଢ଼ି ନାହିଁ, ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖିବ; ତାକୁ ଫିଟାଇ ଘେନିଆସ ।
3
ଆଉ, ଯେବେ କେହି ତୁମ୍ଭମାନଙ୍କୁ କାହିଁକି ଏହା କରୁଅଛ ବୋଲି କହେ, ତେବେ କହିବ, ଏହାଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି, ଆଉ ସେ ପୁନର୍ବାର ତାହାକୁ ଅବିଳମ୍ବେ ଏଠାକୁ ପଠାଇଦେବେ ।
4
ସେମାନେ ଯାଇ ଦ୍ୱାର ନିକଟରେ ବାହାର ଦାଣ୍ଡରେ ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖି ତାହାକୁ ଫିଟାଇଲେ ।
5
ସେଥିରେ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି ସେମାନଙ୍କୁ ପଚାରିଲେ, ଗଧଛୁଆକୁ ଫିଟାଇ କ'ଣ କରୁଅଛ?
6
ଯୀଶୁ ଯେପରି କହିଥିଲେ, ସେମାନେ ସେହିପରି ସେମାନଙ୍କୁ ଉତ୍ତର ଦେଲେ; ତହିଁରେ ସେମାନେ ସେମାନଙ୍କୁ ଅନୁମତି ଦେଲେ ।
7
ଯୀଶୁଙ୍କ ନିକଟକୁ ଗଧଛୁଆଟିକୁ ଆଣି ସେମାନେ ତାହା ଉପରେ ଆପଣା ଆପଣା ଲୁଗା ପକାଇଦେଲେ, ଆଉ ଯୀଶୁ ତାହା ଉପରେ ବସିଲେ ।
8
ପୁଣି, ଅନେକେ ପଥରେ ଆପଣା ଆପଣା ଲୁଗା ବିଛାଇଲେ ଓ ଅନ୍ୟମାନେ କ୍ଷେତରୁ ଡାଳ କାଟି ଆଣି ବିଛାଇଦେଲେ ।
9
ଆଉ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ!
10
ଆମ୍ଭମାନଙ୍କ ପିତୃପୁରୁଷ ଦାଉଦଙ୍କର ଯେଉଁ ରାଜ୍ୟ ଆସୁଅଛି, ତାହା ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା!
11
ପରେ ସେ ଯିରୂଶାଲମକୁ ଆସି ମନ୍ଦିରରେ ପ୍ରବେଶ କଲେ, ପୁଣି, ଚତୁର୍ଦ୍ଦିଗସ୍ଥ ସମସ୍ତ ବିଷୟ ନିରୀକ୍ଷଣ କରି ସନ୍ଧ୍ୟା ହୋଇଯିବାରୁ ବାର ଶିଷ୍ୟଙ୍କ ସହିତ ବେଥନିଆକୁ ବାହାରିଗଲେ,।
12
ତହିଁ ଆରଦିନ ବେଥନିଆରୁ ଆସୁଥିବା ସମୟରେ ଯୀଶୁ କ୍ଷୁଧିତ ହେଲେ;
13
ଆଉ ସେ ଦୂରରୁ ପତ୍ର ଥିବା ଗୋଟିଏ ଡିମ୍ବିରି ଗଛ ଦେଖି, କେଜାଣି ସେଥିରୁ ଫଳ ପାଇବେ, ଏହି ଆଶାରେ ତାହା ପାଖକୁ ଗଲେ । କିନ୍ତୁ ପାଖକୁ ଆସି ସେ ପତ୍ର ବିନା ଆଉ କିଛି ପାଇଲେ ନାହିଁ, କାରଣ ସେତେବେଳେ ଡିମ୍ବିରିଫଳର ସମୟ ନ ଥିଲା ।
14
ସେଥିରେ ଯୀଶୁ ତାହାକୁ କହିଲେ, ଆଉ କଦାପି କେହି ତୋଠାରୁ ଫଳ ନ ଖାଉ । ତାହାଙ୍କ ଶିଷ୍ୟମାନେ ଏହି କଥା ଶୁଣିଲେ ।
15
ତାହା ପରେ ସେମାନେ ଯିରୂଶାଲମକୁ ଆସିଲେ, ଆଉ ଯୀଶୁ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କ୍ରୟବିକ୍ରୟ କରୁଥିବା ଲୋକମାନଙ୍କୁ ବାହାର କରିଦେବାକୁ ଲାଗିଲେ, ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ,
16
ଆଉ ମନ୍ଦିର ମଧ୍ୟ ଦେଇ କାହାରିକୁ କୌଣସି ପାତ୍ର ଘେନିଯିବାକୁ ଅନୁମତି ଦେଲେ ନାହିଁ,
17
ପୁଣି, ସେ ସେମାନଙ୍କୁ ଶିକ୍ଷା ଦେଉ ଦେଉ କହିଲେ, ଏହା କ'ଣ ଲେଖା ନାହିଁ, ଆମ୍ଭର ଗୃହ ସମସ୍ତ ଜାତି ନିମନ୍ତେ ପ୍ରାର୍ଥନାଗୃହ ବୋଲି କୁହାଯିବ? କିନ୍ତୁ ତୁମ୍ଭେମାନେ ତାହାକୁ 'ଡକାୟତମାନଙ୍କ ଗହ୍ୱର' କରିଅଛ ।
18
ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏହା ଶୁଣି ତାହାଙ୍କୁ କିପ୍ରକାରେ ବିନାଶ କରି ପାରନ୍ତି, ତାହା ଚେଷ୍ଟା କରିବାକୁ ଲାଗିଲେ; କାରଣ ଲୋକସମୂହ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେବାରୁ ସେମାନେ ତାହାଙ୍କୁ ଭୟ କରୁଥିଲେ ।
19
ପ୍ରତିଦିନ ସନ୍ଧ୍ୟା ସମୟରେ ସେମାନେ ନଗରରୁ ବାହାରି ଯାଉଥିଲେ ।
20
ସକାଳେ ସେହି ବାଟ ଦେଇ ଯିବା ସମୟରେ ସେମାନେ ଡିମ୍ବିରିଗଛଟି ମୂଳରୁ ଶୁଖିଯାଇଥିବା ଦେଖିଲେ ।
21
ସେଥିରେ ପିତର ପୂର୍ବ କଥା ସ୍ମରଣ କରି ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, ଆପଣ ଯେଉଁ ଡିମ୍ବିରି ଗଛକୁ ଅଭିଶାପ ଦେଇଥିଲେ, ତାହା ଶୁଖିଗଲାଣି ।
22
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ୱରଙ୍କଠାରେ ବିଶ୍ୱାସ ରଖ ।
23
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଏହି ପର୍ବତକୁ ତୁ ଉଠି ସମୁଦ୍ରରେ ଯାଇ ପଡ଼ ବୋଲି କହିବ, ଆଉ ଆପଣା ହୃଦୟରେ ସନ୍ଦେହ ନ କରି, ଯାହା କହୁଅଛି, ତାହା ଘଟିବ ବୋଲି ବିଶ୍ୱାସ କରିବ, ତା' ନିମନ୍ତେ ତାହା ଘଟିବ ।
24
ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହି ସବୁ ପାଇବ ।
25
ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ ।
26
[କିନ୍ତୁ ତୁମ୍ଭେମାନେ ଯଦି କ୍ଷମା ନ କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ ।]
27
ପରେ ସେମାନେ ପୁନର୍ବାର ଯିରୂଶାଲମକୁ ଆସିଲେ; ଆଉ ସେ ମନ୍ଦିର ମଧ୍ୟରେ ଭ୍ରମଣ କରୁଥିବା ସମୟରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ,
28
ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଅବା ଏହାସବୁ କରିବାକୁ ତୁମ୍ଭକୁ କିଏ ଏହି ଅଧିକାର ଦେଲା?
29
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ମୋତେ ଉତ୍ତର ଦିଅ, ତାହାହେଲେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ତୁମ୍ଭମାନଙ୍କୁ କହିବି ।
30
ଯୋହନଙ୍କର ବାପ୍ତିସ୍ମ ସ୍ୱର୍ଗରୁ ନା ମନୁଷ୍ୟଠାରୁ ହେଲା? ମୋତେ ଉତ୍ତର ଦିଅ ।
31
ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ?
32
ଅବା ମନୁଷ୍ୟଠାରୁ ବୋଲି କଅଣ କହିବା? ସେମାନେ ଲୋକସମୂହକୁ ଭୟ କରୁଥିଲେ; କାରଣ ସମସ୍ତେ ଯୋହନଙ୍କୁ ପ୍ରକୃତରେ ଜଣେ ଭାବବାଦୀ ବୋଲି ମାନୁଥିଲେ ।
33
ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହୁଁ ଯୀଶୁ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ ।
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 12 →
All chapters:
1
2
3
4
5
6
7
8
9
10
11
12
13
14
15
16
Recommended Reading
Commentary
Mark Commentaries
→
Devotional
Mark Devotional Guide
→
Get This Bible
Odia IRV (ଓଡିଆ ବାଇବେଲ) Study Bible
→