bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Mark 4
Mark 4
Odia IRV 2017 (ଓଡିଆ ବାଇବେଲ)
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 5 →
1
ସେ ସମୁଦ୍ରକୂଳରେ ପୁନର୍ବାର ଶିକ୍ଷା ଦେବାକୁ ଲାଗିଲେ, ଆଉ ଏତେ ଅଧିକସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ ଯେ, ସେ ସମୁଦ୍ରରେ ଥିବା ଗୋଟିଏ ନୌକାରେ ଯାଇ ବସିଲେ ଓ ଲୋକସମୂହ ସମୁଦ୍ର ନିକଟବର୍ତ୍ତୀ ସ୍ଥଳରେ ରହିଲେ ।
2
ସେତେବେଳେ ସେ ଦୃଷ୍ଟାନ୍ତରେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ, ପୁଣି, ଆପଣା ଶିକ୍ଷା ମଧ୍ୟରେ ସେମାନଙ୍କୁ କହିଲେ, ଶୁଣ!
3
ଦେଖ, ଜଣେ ବୁଣାଳୀ ବୁଣିବାକୁ ବାହାରିଲା ।
4
ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା, ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ ।
5
ଆଉ କେତେକ ଅଳ୍ପ ମାଟି ଥିବା ପଥୁରିଆ ଭୂଇଁରେ ପଡ଼ିଲା ଏବଂ ବେଶି ମାଟି ନ ଥିବାରୁ ଶୀଘ୍ର ଗଜା ହେଲା,
6
କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା ।
7
ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି, କଣ୍ଟାଗଛଗୁଡ଼ାକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପି ପକାଇଲା ଏବଂ କୌଣସି ଫଳ ଫଳିଲା ନାହିଁ ।
8
ପୁଣି, ଅନ୍ୟ କେତେକ ଭଲ ଭୂଇଁରେ ପଡ଼ିଲା, ଆଉ ଗଜା ହୋଇ ବଢ଼ି ଉଠି ତିରିଶି ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ପର୍ଯ୍ୟନ୍ତ ଫଳ ଫଳିଲା ।
9
ପୁଣି, ସେ କହିଲେ, ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ ।
10
ସେ ଏକାକୀ ଥିବା ସମୟରେ ତାହାଙ୍କ ସଙ୍ଗୀମାନେ ଦ୍ୱାଦଶଙ୍କ ସହିତ ତାହାଙ୍କୁ ସେହି ଦୃଷ୍ଟାନ୍ତଗୁଡ଼ିକ ବିଷୟରେ ପଚାରିବାକୁ ଲାଗିଲେ ।
11
ସେଥିରେ ସେ ସେମାନଙ୍କୁ କହିଲେ, ଈଶ୍ୱରଙ୍କ ରାଜ୍ୟର ନିଗୂଢ଼ ତତ୍ତ୍ୱ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେହି ବାହାର ଲୋକମାନଙ୍କୁ ସମସ୍ତ ବିଷୟ ଦୃଷ୍ଟାନ୍ତରେ କୁହାଯାଉଅଛି,
12
ଯେପରି ସେମାନେ ଦେଖୁ ଦେଖୁ ଜ୍ଞାତ ହୁଅନ୍ତି ନାହିଁ, ପୁଣି, ଶୁଣୁ ଶୁଣୁ ବୁଝନ୍ତି ନାହିଁ, କାଳେ ସେମାନେ ଫେରିଆସନ୍ତି ଓ କ୍ଷମା ପ୍ରାପ୍ତ ହୁଅନ୍ତି ।
13
ଯୀଶୁ ପୁଣି, ସେମାନଙ୍କୁ କହିଲେ, ତୁମ୍ଭେମାନେ କି ଏହି ଦୃଷ୍ଟାନ୍ତ ବୁଝୁ ନାହଁ? ତେବେ କିପରି ସମସ୍ତ ଦୃଷ୍ଟାନ୍ତ ବୁଝିବ?
14
ବୁଣାଳୀ ବାକ୍ୟ ବୁଣେ ।
15
ଯେଉଁମାନେ ଶୁଣନ୍ତି, ପୁଣି, ଶୁଣିବାକ୍ଷଣି ଶୟତାନ ଆସି ସେମାନଙ୍କଠାରେ ବୁଣାଯାଇଥିବା ବାକ୍ୟ ହରଣ କରିନିଏ, ସେମାନେ ବାକ୍ୟ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ ।
16
ସେହିପରି ଯେଉଁମାନେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରନ୍ତି,
17
କିନ୍ତୁ ସେମାନଙ୍କଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ରୁହନ୍ତି, ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଆନ୍ତି, ସେମାନେ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ ।
18
ଆଉ ଯେଉଁମାନେ ବାକ୍ୟ ଶୁଣନ୍ତି, ପୁଣି, ସାଂସାରିକ ଚିନ୍ତା, ଧନର ମାୟା ଏବଂ ଅନ୍ୟ ସମସ୍ତ ବିଷୟର ଲାଳସା ପ୍ରବେଶ କରି ବାକ୍ୟକୁ ଚାପିପକାଏ ଓ ତାହା ଫଳହୀନ ହୁଏ,
19
ସେହି ଅନ୍ୟ ପ୍ରକାର ଲୋକେ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ ।
20
ଆଉ ଯେଉଁମାନେ ବାକ୍ୟ ଶୁଣି ତାହା ଗ୍ରହଣ କରନ୍ତି ଏବଂ ତିରିଶି ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ଫଳ ଫଳନ୍ତି, ସେମାନେ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ ।
21
ପୁନଶ୍ଚ ସେ ସେମାନଙ୍କୁ କହିଲେ, ଦୀପ କ'ଣ ମାଣ ତଳେ ବା ଖଟ ତଳେ ରଖାଯିବା ନିମନ୍ତେ ଅଣାଯାଏ? ଦୀପରୁଖା ଉପରେ ରଖାଯିବା ନିମନ୍ତେ କି ତାହା ଅଣାଯାଏ ନାହିଁ?
22
କାରଣ ପ୍ରକାଶିତ ନ ହେବା ଉଦ୍ଦେଶ୍ୟରେ କିଛି ଗୁପ୍ତ ନାହିଁ; ଆଉ ଯାହା ଗୁପ୍ତ ହୋଇଅଛି, ତାହା ପ୍ରକାଶିତ ହେବା ଉଦ୍ଦେଶ୍ୟରେ ଗୁପ୍ତ ହୋଇଅଛି ।
23
ଯଦି କାହାର ଶୁଣିବାକୁ କାନ ଅଛି, ସେ ଶୁଣୁ ।
24
ଯୀଶୁ ପୁଣି, ସେମାନଙ୍କୁ କହିଲେ, କଅଣ ଶୁଣୁଅଛ, ସେ ବିଷୟରେ ସାବଧାନ । ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଇଦିଆଯିବ ଏବଂ ତୁମ୍ଭମାନଙ୍କୁ ଅଧିକ ଦିଆଯିବ ।
25
କାରଣ ଯାହାର ଅଛି, ତାହାକୁ ଦିଆଯିବ; ଆଉ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ସୁଦ୍ଧା ତାହାଠାରୁ ନିଆଯିବ ।
26
ଆହୁରି ସେ କହିଲେ, ଈଶ୍ୱରଙ୍କ ରାଜ୍ୟ ଏହି ପ୍ରକାର, ଯେପରି ଜଣେ ଲୋକ ଭୂମିରେ ବିହନ ବୁଣେ;
27
ପୁଣି, ରାତ୍ରିରେ ନିଦ୍ରା ଯାଏ ଓ ଦିବସରେ ଜାଗ୍ରତ ହୁଏ, ଆଉ ବିହନ କିପରି ଅଙ୍କୁରିତ ହୋଇ ବୃଦ୍ଧି ପାଏ, ତାହା ସେ ଜାଣେ ନାହିଁ ।
28
ଭୂମି ଆପେ ଫଳ ଉତ୍ପନ୍ନ କରେ, ପ୍ରଥମରେ ପତ୍ର, ପରେ ଶିଁଷା, ତାହା ପରେ ଶିଁଷାରେ ପୂର୍ଣ୍ଣ ଶସ୍ୟ ।
29
କିନ୍ତୁ ଶସ୍ୟ ପାଚିଲାକ୍ଷଣି ଫସଲ ସମୟ ଉପସ୍ଥିତ ହେବାରୁ ସେ ଦାଆ ଲଗାଏ ।
30
ଯୀଶୁ ପୁଣି, କହିଲେ, ଆମ୍ଭେମାନେ କାହା ସାଙ୍ଗରେ ଈଶ୍ୱରଙ୍କ ରାଜ୍ୟର ତୁଳନା କରିବା? କିଅବା କେଉଁ ଦୃଷ୍ଟାନ୍ତରେ ତାହା ବୁଝାଇବା?
31
ତାହା ଗୋଟିଏ ସୋରିଷ ଦାନା ପରି; ଭୂମିରେ ବୁଣାଯିବା ସମୟରେ ତାହା ପୃଥିବୀର ସମସ୍ତ ବୀଜଠାରୁ କ୍ଷୁଦ୍ର,
32
ମାତ୍ର ବୁଣାଗଲେ ତାହା ବଢ଼ି ଉଠି ସବୁ ଶାଗଠାରୁ ବଡ଼ ହୁଏ, ପୁଣି, ତାହାର ଏପରି ବଡ଼ ବଡ଼ ଡାଳ ହୁଏ ଯେ, ଆକାଶର ଚଢ଼େଇମାନେ ତାହାର ଛାୟାରେ ବାସ କରି ପାରନ୍ତି ।
33
ସେ ଏହି ପ୍ରକାରେ ଅନେକ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କ ଶୁଣିବା ଶକ୍ତି ଅନୁସାରେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରୁଥିଲେ,
34
ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ । କିନ୍ତୁ ସେ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇଦେଉଥିଲେ ।
35
ସେହି ଦିନ ସନ୍ଧ୍ୟା ହୁଅନ୍ତେ ଯୀଶୁ ସେମାନଙ୍କୁ କହିଲେ, ଆସ, ଆରପାରିକି ଯିବା ।
36
ସେଥିରେ ସେମାନେ ଲୋକସମୂହକୁ ପରିତ୍ୟାଗ କରି, ସେ ଯେପରି ଥିଲେ, ସେହିପରି ତାହାଙ୍କୁ ନୌକାରେ ସାଙ୍ଗରେ ଘେନିଗଲେ, ପୁଣି, ଅନ୍ୟାନ୍ୟ ନୌକା ମଧ୍ୟ ତାହାଙ୍କ ସହିତ ଥିଲା ।
37
ଆଉ ପ୍ରବଳ ତୋଫାନ ହେଲା, ପୁଣି, ତରଙ୍ଗର ଆଘାତରେ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା ।
38
ସେତେବେଳେ ସେ ନୌକାର ପଛ ମଙ୍ଗରେ ମୁଚୁଳାରେ ମୁଣ୍ଡ ଦେଇ ଶୋଇପଡ଼ିଥିଲେ; ଆଉ ସେମାନେ ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ଆମେ ମଲୁ, ଆପଣଙ୍କର କଅଣ ଚିନ୍ତା ନାହିଁ?
39
ଏଥିରେ ସେ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, ତୁନି ହ, ଚୁପ୍ କର୍ । ସେଥିରେ ପବନ ବନ୍ଦ ହେଲା ଓ ସବୁ ଧିରସ୍ଥିର ହେଲା ।
40
ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ? ଏ କ'ଣ! ତୁମ୍ଭମାନଙ୍କର ବିଶ୍ୱାସ ନାହିଁ?
41
ସେଥିରେ ସେମାନେ ଅତ୍ୟନ୍ତ ଭୀତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି?
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 5 →
All chapters:
1
2
3
4
5
6
7
8
9
10
11
12
13
14
15
16