bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Mark 8
Mark 8
Odia IRV 2017 (ଓଡିଆ ବାଇବେଲ)
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 9 →
1
ସେହି ସମୟରେ ବହୁସଂଖ୍ୟକ ଲୋକ ପୁନର୍ବାର ଏକତ୍ର ହେଲେ, ଆଉ ସେମାନଙ୍କ ପାଖରେ ଖାଦ୍ୟଦ୍ରବ୍ୟ କିଛି ନ ଥିବାରୁ ଯୀଶୁ ଶିଷ୍ୟମାନଙ୍କୁ ନିକଟକୁ ଡାକି ସେମାନଙ୍କୁ କହିଲେ,
2
ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋ' ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ ।
3
ଯଦି ମୁଁ ସେମାନଙ୍କୁ ଅନାହାରରେ ଘରକୁ ପଠାଏ, ତାହାହେଲେ ବାଟରେ ସେମାନଙ୍କର ହଂସା ଉଡ଼ିଯିବ; ସେମାନଙ୍କ ମଧ୍ୟରୁ କେତେକ ତ ଦୂରରୁ ଆସିଅଛନ୍ତି ।
4
ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ଏଠାରେ ଏହି ନିର୍ଜନ ସ୍ଥାନରେ କିଏ କେଉଁଠାରୁ ରୁଟି ଆଣି ଏମାନଙ୍କୁ ତୃପ୍ତ କରି ପାରିବ?
5
ଯୀଶୁ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି? ସେମାନେ କହିଲେ, ସାତୋଟି ।
6
ସେଥିରେ ଯୀଶୁ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ; ଆଉ ସେ ସେହି ସାତୋଟି ରୁଟି ଘେନି ଧନ୍ୟବାଦ ଦେଇ ସେହି ସବୁ ଭାଙ୍ଗି ପରିବେଷଣ କରିବା ନିମନ୍ତେ ଆପଣା ଶିଷ୍ୟମାନଙ୍କୁ ଦେଲେ ଓ ସେମାନେ ଲୋକସମୂହକୁ ତାହା ପରିବେଷଣ କଲେ ।
7
ପୁଣି, ସେମାନଙ୍କ ପାଖରେ ଅଳ୍ପ କେତୋଟି ସାନ ମାଛ ଥିଲା; ସେହିସବୁକୁ ମଧ୍ୟ ସେ ଆଶୀର୍ବାଦ କରି ପରିବେଷଣ କରିବା ନିମନ୍ତେ କହିଲେ ।
8
ସେଥିରେ ସେମାନେ ଭୋଜନ କରି ତୃପ୍ତ ହେଲେ ଓ ସାତ ବେତା ବଳକା ଭଙ୍ଗା ରୁଟି ଉଠାଇଲେ ।
9
ସେମାନେ ପ୍ରାୟ ଚାରି ହଜାର ଲୋକ ଥିଲେ ।
10
ତାହା ପରେ ସେ ସେମାନଙ୍କୁ ବିଦାୟ ଦେଲେ ଓ ସେହିକ୍ଷଣି ଆପଣା ଶିଷ୍ୟମାନଙ୍କ ସହିତ ନୌକାରେ ଚଢ଼ି ଦଲ୍ମନୂଥା ଅଞ୍ଚଳକୁ ଆସିଲେ ।
11
ପରେ ଫାରୂଶୀମାନେ ବାହାରି ଆସି ତାହାଙ୍କ ସାଙ୍ଗରେ ବାଦାନୁବାଦ କରିବାକୁ ଲାଗିଲେ ଓ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ଆକାଶରୁ ଗୋଟିଏ ଚିହ୍ନ ମାଗିଲେ ।
12
ସେଥିରେ ଯୀଶୁ ଆତ୍ମାରେ ବ୍ୟଥିତ ହୋଇ ଦୀର୍ଘ ନିଶ୍ୱାସ ଛାଡ଼ି କହିଲେ, ବର୍ତ୍ତମାନ ପୁରୁଷ କାହିଁଁକି ଚିହ୍ନ ଅନ୍ୱେଷଣ କରୁଅଛି? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବର୍ତ୍ତମାନ ପୁରୁଷକୁ କୌଣସି ଚିହ୍ନ ଦିଆଯିବ ନାହିଁଁ ।
13
ଆଉ, ସେ ସେମାନଙ୍କୁ ଛାଡ଼ି ପୁନର୍ବାର ନୌକାରେ ଚଢ଼ି ଆରପାରିକି ବାହାରିଗଲେ ।
14
ସେତେବେଳେ ଶିଷ୍ୟମାନେ ରୁଟି ନେବାକୁ ପାସୋରିଗଲେ; ନୌକାରେ ସେମାନଙ୍କ ପାଖରେ କେବଳ ଗୋଟିଏ ମାତ୍ର ରୁଟି ଥିଲା ।
15
ପରେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, ସତର୍କ ହୁଅ, ଫାରୂଶୀମାନଙ୍କ ଓ ହେରଦଙ୍କ ଖମୀରଠାରୁ ସାବଧାନ ହୋଇଥାଅ ।
16
ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭମାନଙ୍କ ପାଖରେ ରୁଟି ନାହିଁଁ ବୋଲି ସେ ଏହା କହୁଅଛନ୍ତି ।
17
ସେ ତାହା ଜାଣି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ପାଖରେ ରୁଟି ନାହିଁଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ? ତୁମ୍ଭେମାନେ କ'ଣ ଏପର୍ଯ୍ୟନ୍ତ ଜାଣୁ ନାହଁ କି ବୁଝୁ ନାହଁ?
18
ତୁମ୍ଭମାନଙ୍କ ହୃଦୟ କ'ଣ ଜଡ଼ ହୋଇ ରହିଅଛି? ଚକ୍ଷୁ ଥାଉ ଥାଉ କି ଦେଖୁ ନାହଁ? ପୁଣି, କର୍ଣ୍ଣ ଥାଉ ଥାଉ କି ଶୁଣୁ ନାହଁ?
19
ସେହି ପାଞ୍ଚ ହଜାର ଲୋକଙ୍କ ମଧ୍ୟରେ ମୁଁ ଯେତେବେଳେ ପାଞ୍ଚୋଟି ରୁଟି ଭାଙ୍ଗିଥିଲି, ସେତେବେଳେ ତୁମ୍ଭେମାନେ ପୂରା କେତେ ଟୋକେଇ ଭଙ୍ଗା ଖଣ୍ଡ ଉଠାଇନେଇଥିଲ, ତାହା କି ତୁମ୍ଭମାନଙ୍କର ସ୍ମରଣ ନାହିଁ? ସେମାନେ ତାହାଙ୍କୁ କହିଲେ, ବାର ଟୋକାଇ ।
20
ଆଉ, ସେହି ଚାରି ହଜାର ଲୋକଙ୍କ ମଧ୍ୟରେ ମୁଁ ଯେତେବେଳେ ସାତୋଟି ରୁଟି ଭାଙ୍ଗିଥିଲି, ସେତେବେଳେ ତୁମ୍ଭେମାନେ ପୂରା କେତେ ବେତାଗୁଡିକ ଭଙ୍ଗା ଖଣ୍ଡ ଉଠାଇନେଇଥିଲ? ସେମାନେ କହିଲେ, ସାତ ଟୋକେଇ ।
21
ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ କ'ଣ ଏପର୍ଯ୍ୟନ୍ତ ବୁଝୁ ନାହଁ?
22
ପରେ ସେମାନେ ବେଥ୍ସାଇଦାକୁ ଆସିଲେ । ଆଉ ଲୋକେ ଜଣେ ଅନ୍ଧକୁ ତାହାଙ୍କ ନିକଟକୁ ଆଣି ତାହାକୁ ଛୁଇଁବା ପାଇଁ ତାହାଙ୍କୁ ବିନତି କଲେ ।
23
ତେଣୁ ସେ ଅନ୍ଧଟିର ହାତ ଧରି ତାହାକୁ ଗାଁ ବାହାରକୁ ଘେନିଗଲେ, ପୁଣି, ତାହାର ଅାଖିରେ ଛେପ ପକାଇ ଓ ତାହା ଉପରେ ହାତ ଥୋଇ ତାହାକୁ ପଚାରିଲେ, ତୁମ୍ଭେ କି କିଛି ଦେଖୁଅଛ?
24
ସେ ଚାହିଁଁ କହିଲା, ମୁଁ ମନୁଷ୍ୟମାନଙ୍କୁ ଦେଖୁଅଛି, କାରଣ ମୁଁ ଗଛ ପରି କ'ଣ ଚାଲୁଥିବା ଦେଖୁଅଛି ।
25
ତାହା ପରେ ଯୀଶୁ ପୁଣି, ତାହାର ଆଖିରେ ହାତ ଦେଲେ; ସେଥିରେ ସେ ସ୍ପଷ୍ଟରୂପେ ଦେଖିଲା ଓ ସୁସ୍ଥ ହୋଇ ଏକଦୃଷ୍ଟିରେ ସମସ୍ତ ବିଷୟକୁ ଚାହିଁଁବାକୁ ଲାଗିଲା ।
26
ପରେ ଯୀଶୁ ତାହାକୁ ତାହାର ଘରକୁ ପଠାଇଦେଇ କହିଲେ, ଏ ଗାଁ ଭିତରକୁ ସୁଦ୍ଧା ଯାଅନାହିଁଁ ।
27
ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କାଇସରିୟା ଫିଲିପ୍ପୀ ଅଞ୍ଚଳର ଗ୍ରାମମାନଙ୍କୁ ପ୍ରସ୍ଥାନ କଲେ, ଆଉ ପଥ ମଧ୍ୟରେ ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, ମୁଁ କିଏ ବୋଲି ଲୋକେ କଅଣ କହନ୍ତି?
28
ଏଥିରେ ସେମାନେ ତାହାଙ୍କୁ କହିଲେ, ବାପ୍ତିଜକ ଯୋହନ, ଆଉ କେହି କେହି ଏଲିୟ, କିନ୍ତୁ କେହି କେହି କହନ୍ତି, ଭାବବାଦୀମାନଙ୍କ ମଧ୍ୟରୁ ଜଣେ ।
29
ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କ'ଣ କହୁଅଛ? ପିତର ତାହାଙ୍କୁ ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ ।
30
ସେଥିରେ ଯୀଶୁ ସେମାନଙ୍କୁ ତାହାଙ୍କ ବିଷୟରେ କାହାରିକୁ କିଛି ନ କହିବାକୁ ଦୃଢ଼ରୂପେ ଆଜ୍ଞା ଦେଲେ ।
31
ଆଉ, ଯୀଶୁ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ଯେ, ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତିନି ଦିନ ପରେ ପୁନରୁତ୍ଥାନ କରିବାକୁ ହେବ ।
32
ଏହି କଥା ସେ ସ୍ପଷ୍ଟରୂପେ କହିଲେ। ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରିବାକୁ ଲାଗିଲେ ।
33
କିନ୍ତୁ ସେ ବୁଲିପଡ଼ି ଆପଣା ଶିଷ୍ୟମାନଙ୍କୁ ଦେଖି ପିତରଙ୍କୁ ଅନୁଯୋଗ କରି କହିଲେ, ମୋ ଆଗରୁ ଦୂର ହୁଅ, ଶୟତାନ, କାରଣ ତୁମ୍ଭେ ଈଶ୍ୱରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ ।
34
ତତ୍ପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଲୋକସମୂହକୁ ନିକଟକୁ ଡାକି କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ ।
35
କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋହର ଓ ସୁସମାଚାର ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ ।
36
ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ନିଜ ଜୀବନ ହରାଏ, ତେବେ ତାହାର କି ଲାଭ?
37
ପୁଣି, ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେଇ ପାରେ?
38
ଯେଣୁ ଯେ କେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜାବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜାବୋଧ କରିବେ ।
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 9 →
All chapters:
1
2
3
4
5
6
7
8
9
10
11
12
13
14
15
16