bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Matthew 16
Matthew 16
Odia IRV 2017 (ଓଡିଆ ବାଇବେଲ)
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 17 →
1
ଫାରୂଶୀ ଓ ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ସେମାନଙ୍କୁ ଆକାଶରୁ ଗୋଟିଏ ଚିହ୍ନ ଦେଖାଇବା ପାଇଁ ତାହାଙ୍କୁ ଅନୁରୋଧ କଲେ ।
2
କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସନ୍ଧ୍ୟା ସମୟରେ ତୁମ୍ଭେମାନେ କହିଥାଅ, ଭଲ ପାଗ ହେବ,କାରଣ ଆକାଶ ଲାଲ ହୋଇଅଛି ।
3
ଆଉ ପ୍ରାତଃକାଳରେ କହିଥାଅ, ଆଜି ଝଡ଼ ହେବ, କାରଣ ଆକାଶ ଲାଲ ଓ ମେଘୁଆ ହୋଇଅଛି । ତୁମ୍ଭେମାନେ ଆକାଶର ଲକ୍ଷଣର ଭେଦାଭେଦ ବୁଝି ପାରୁଅଛ, କିନ୍ତୁ କାଳର ଲକ୍ଷଣସବୁ ବୁଝି ପାରୁ ନାହଁ?
4
ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ । ପୁଣି, ସେ ସେମାନଙ୍କୁ ପରିତ୍ୟାଗ କରି ଚାଲିଗଲେ ।
5
ଶିଷ୍ୟମାନେ ଅନ୍ୟ ପାରିରେ ପହଞ୍ଚି ଦେଖିଲେ ଯେ, ସେମାନେ ରୁଟି ନେବାକୁ ପାସୋରି ଯାଇଅଛନ୍ତି ।
6
ଯୀଶୁ ସେମାନଙ୍କୁ କହିଲେ, ସତର୍କ ହୁଅ, ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରଠାରୁ ସାବଧାନ ହୋଇଥାଅ ।
7
ସେଥିରେ ସେମାନେ ପରସ୍ପର ମଧ୍ୟରେ ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭେମାନେ ରୁଟି ଆଣି ନାହୁଁ ବୋଲି ସେ ଏହା କହୁଅଛନ୍ତି ।
8
କିନ୍ତୁ ଯୀଶୁ ତାହା ଜାଣି କହିଲେ, ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ?
9
ତୁମ୍ଭେମାନେ କ'ଣ ଏପର୍ଯ୍ୟନ୍ତ ବୁଝୁ ନାହଁ? ଅବା ସେହି ପାଞ୍ଚ ହଜାର ଲୋକଙ୍କ ପାଞ୍ଚୋଟି ରୁଟି, ଆଉ କେତେ ଟୋକାଇ ଉଠାଇଲ,
10
କିମ୍ବା ସେହି ଚାରି ହଜାର ଲୋକଙ୍କ ସାତୋଟି ରୁଟି, ପୁଣି, କେତେ ଟୋକେଇ ଉଠାଇଲ, ସେହି ସବୁ କି ତୁମ୍ଭର ମନେ ନାହିଁ?
11
ମୁଁ ଯେ ତୁମ୍ଭମାନଙ୍କୁ ରୁଟି ବିଷୟରେ କହି ନ ଥିଲି, ଏହା କିପରି ବୁଝୁ ନାହଁ? କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀର ବିଷୟରେ ସାବଧାନ ହୋଇଥାଅ ।
12
ସେ ଯେ ରୁଟିର ଖମୀରଠାରୁ ସାବଧାନ ହୋଇ ରହିବା ପାଇଁ ନ କହି ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଶିକ୍ଷାରୁ ସାବଧାନ ହୋଇ ରହିବା ପାଇଁ ସେମାନଙ୍କୁ କହିଥିଲେ, ଏହା ସେମାନେ ସେତେବେଳେ ବୁଝିଲେ ।
13
ପରେ ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, ମନୁଷ୍ୟପୁତ୍ର କିଏ ବୋଲି ଲୋକେ କ'ଣ କହନ୍ତି?
14
ଏଥିରେ ସେମାନେ କହିଲେ, କେହି କେହି କହନ୍ତି, ବାପ୍ତିଜକ ଯୋହନ, କେହି କେହି ଏଲିୟ, ଆଉ କେହି କେହି ଯିରିମୀୟ ଅବା ଭାବବାଦୀମାନଙ୍କ ମଧ୍ୟରୁ ଜଣେ ।
15
ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କ'ଣ କହୁଅଛ?
16
ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଈଶ୍ୱରଙ୍କ ପୁତ୍ର ।
17
ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ପ୍ରକାଶ କରିଅଛନ୍ତି ।
18
ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ ।
19
ମୁଁ ତୁମ୍ଭଙ୍କୁ ସ୍ୱର୍ଗରାଜ୍ୟର କଞ୍ଚି ଦେବି, ଆଉ ତୁମ୍ଭେ ପୃଥିବୀରେ ଯାହା କିଛି ବନ୍ଦ କରିବ, ସ୍ୱର୍ଗରେ ତାହା ବନ୍ଦ ରହିବ, ପୁଣି, ପୃଥିବୀରେ ଯାହା କିଛି ମୁକ୍ତ କରିବ, ସ୍ୱର୍ଗରେ ତାହା ମୁକ୍ତ ରହିବ ।
20
ସେତେବେଳେ ସେ ଯେ ଖ୍ରୀଷ୍ଟ ଅଟନ୍ତି, ଏହା କାହାକୁ ନ କହିବା ପାଇଁ ସେ ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ ।
21
ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ, ତାହାଙ୍କୁ ଅବଶ୍ୟ ଯିରୂଶାଲମକୁ ଯିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରୁ ଅନେକ ଦୁଃଖଭୋଗ କରି ହତ ହେବାକୁ ହେବ, ପୁଣି, ତୃତୀୟ ଦିବସରେ ଉତ୍ଥିତ ହେବାକୁ ହେବ ।
22
ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରି କହିବାକୁ ଲାଗିଲେ, ହେ ପ୍ରଭୁ, ଈଶ୍ୱର ଆପଣଙ୍କୁ ଦୟା କରନ୍ତୁ, ନା ପ୍ରଭୁ, ଏହା ଆପଣଙ୍କ ପ୍ରତି କେବେ ହେଁ ନ ଘଟୁ ।
23
କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, ମୋ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋର ବିଘ୍ନସ୍ୱରୂପ, କାରଣ ତୁମ୍ଭେ ଈଶ୍ୱରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ ।
24
ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ ।
25
କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ପାଇବ ।
26
ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କ'ଣ ଦେବ?
27
ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ ।
28
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଅାସ୍ୱାଦ ପାଇବେ ନାହିଁ ।
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 17 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28