bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Matthew 9
Matthew 9
Odia IRV 2017 (ଓଡିଆ ବାଇବେଲ)
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 10 →
1
ସେଥିରେ ଯୀଶୁ ନୌକାରେ ଚଢ଼ି ପାରି ହେଲେ ଓ ନିଜ ନଗରକୁ ଆସିଲେ ।
2
ଆଉ ଦେଖ, ଲୋକେ ଶଯ୍ୟାଗତ ଜଣେ ପକ୍ଷାଘାତ ରୋଗୀକୁ ବହି ତାହାଙ୍କ ପାଖକୁ ଆଣିଲେ, ପୁଣି, ଯୀଶୁ ସେମାନଙ୍କ ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକୁ କହିଲେ, ବତ୍ସ, ସାହସ ଧର, ତୁମ୍ଭର ପାପସବୁ କ୍ଷମା କରାଗଲା ।
3
ଆଉ ଦେଖ, ଶାସ୍ତ୍ରୀମାନଙ୍କ ମଧ୍ୟରୁ କେହି କେହି ମନେ ମନେ କହିଲେ, ଏହି ଲୋକ ଈଶ୍ୱର ନିନ୍ଦା କରୁଅଛି ।
4
ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି କୁଚିନ୍ତା କରୁଅଛ?
5
କାରଣ କ'ଣ ସହଜ? ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, ବା, ଉଠ, ଚାଲ ବୋଲି କହିବା?
6
କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର, ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଚାଲିଯାଅ ।
7
ସେଥିରେ ସେ ଉଠି ଆପଣା ଘରକୁ ଚାଲିଗଲା ।
8
ତାହା ଦେଖି ଲୋକସମୂହ ଭୟ କଲେ, ପୁଣି, ଯେଉଁ ଈଶ୍ୱର ମନୁଷ୍ୟମାନଙ୍କୁ ଏପରି ଅଧିକାର ଦେଇଅଛନ୍ତି, ତାହାଙ୍କର ମହିମା କୀର୍ତ୍ତନ କଲେ ।
9
ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, "ମୋହର ଅନୁଗମନ କର" । ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ ।
10
ଆଉ ଯୀଶୁ ଗୃହରେ ଭୋଜନ କରିବାକୁ ବସିବା ସମୟରେ, ଦେଖ, ଅନେକ କରଗ୍ରାହୀ ଏବଂ ପାପୀ ଆସି ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ ।
11
ଫାରୂଶୀମାନେ ତାହା ଦେଖି ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, "ତୁମ୍ଭମାନଙ୍କ ଗୁରୁ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି"?
12
କିନ୍ତୁ ଯୀଶୁ ତାହା ଶୁଣି କହିଲେ, ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକ ନାହିଁ, ମାତ୍ରା ଅସୁସ୍ଥ ଲୋକମାନଙ୍କର ଆବଶ୍ୟକ ଅଛି ।
13
କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏହି ବାକ୍ୟର ମର୍ମ ତୁମ୍ଭେମାନେ ଯାଇ ଶିକ୍ଷା କର, କାରଣ ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, ମାତ୍ର ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି ।
14
ସେହି ସମୟରେ ଯୋହନଙ୍କର ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, ଆମ୍ଭେମାନେ ଓ ଫାରୂଶୀମାନେ ଉପବାସ କରୁ, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି?
15
ଯୀଶୁ ସେମାନଙ୍କୁ କହିଲେ, ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ କି ଶୋକ କରି ପାରନ୍ତି? କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ିନିଆଯିବ, ଆଉ ସେତେବେଳେ ସେମାନେ ଉପବାସ କରିବେ ।
16
କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ, କାରଣ ସେହି ତାଳି ଲୁଗାରୁ ବେଶୀ ଛିଣ୍ଡାଇନିଏ ଏବଂ ଆହୁରି ଅଧିକ ବଡ଼ ଚିରା ହୁଏ ।
17
ଆଉ ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖନ୍ତି ନାହିଁ; ରଖିଲେ କୁମ୍ପା ଫାଟିଯାଏ ଓ ଦ୍ରାକ୍ଷାରସ ପଡ଼ିଯାଏ, ଆଉ କୁମ୍ପାସବୁ ନଷ୍ଟ ହୁଏ; କିନ୍ତୁ ଲୋକେ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖନ୍ତି, ପୁଣି, ଉଭୟ ରକ୍ଷା ପାଏ ।
18
ଯୀଶୁ ସେମାନଙ୍କୁ ଏହି ସବୁ କଥା କହିବା ସମୟରେ, ଦେଖ, ଜଣେ ଅଧ୍ୟକ୍ଷ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲେ, ମୋର ଝିଅଟି ଏହିକ୍ଷଣି ମରିଗଲା, କିନ୍ତୁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ, ଆଉ ସେ ବଞ୍ଚିବ ।
19
ସେଥିରେ ଯୀଶୁ ଉଠି ଆପଣା ଶିଷ୍ୟମାନଙ୍କ ସହିତ ତାହାଙ୍କ ପଛରେ ଗଲେ ।
20
ଆଉ ଦେଖ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ ପଛଆଡ଼ୁ ଆସି ତାହାଙ୍କ ଲୁଗାର ଝୁମ୍ପା ଛୁଇଁଲା,
21
କାରଣ ସେ ମନେ ମନେ କହୁଥିଲା, କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି ।
22
କିନ୍ତୁ ଯୀଶୁ ବୁଲିପଡ଼ି ତାହାକୁ ଦେଖି କହିଲେ, ବତ୍ସେ, ସାହସ ଧର, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି । ସେହି ଦଣ୍ଡରୁ ସ୍ତ୍ରୀଲୋକଟି ସୁସ୍ଥ ହୋଇଗଲା ।
23
ପରେ ଯୀଶୁ ସେହି ଅଧ୍ୟକ୍ଷଙ୍କ ଗୃହକୁ ଆସି ବଂଶୀବାଦକମାନଙ୍କୁ ଓ କୋଳାହଳ କରୁଥିବା ଲୋକସମୂହକୁ ଦେଖି କହିଲେ, ବାହାରିଯାଅ, ବାଳିକାଟି ତ ମରି ନାହିଁ, ମାତ୍ର ଶୋଇ ପଡ଼ିଅଛି
24
ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ ।
25
କିନ୍ତୁ ଲୋକସମୂହ ବାହାରଯାଆନ୍ତେ ଯୀଶୁ ଭିତରକୁ ଯାଇ ବାଳିକାଟିର ହାତ ଧରିଲେ, ଆଉ ସେ ଉଠିଲା ।
26
ପୁଣି, ଏହି କଥା ସେହି ଦେଶଯାକ ବ୍ୟାପିଗଲା ।
27
ଯୀଶୁ ସେଠାରୁ ଯାଉଥିବା ସମୟରେ ଦୁଇ ଜଣ ଅନ୍ଧ ପଛେ ପଛେ ଚାଲି ଉଚ୍ଚ ସ୍ୱର କରି କହିବାକୁ ଲାଗିଲେ, ହେ ଦାଉଦ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ ।
28
ପୁଣି, ସେ ଗୃହରେ ପ୍ରବେଶ କରନ୍ତେ ସେହି ଅନ୍ଧମାନେ ତାହାଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ କହିଲେ, ମୁଁ ଯେ ଏହା କରି ପାରେ, ତାହା କି ବିଶ୍ୱାସ କରୁଅଛ? ସେମାନେ କହିଲେ ହଁ, ପ୍ରଭୁ ।
29
ସେଥିରେ ସେ ସେମାନଙ୍କର ଚକ୍ଷୁ ସ୍ପର୍ଶ କରି କହିଲେ, ତୁମ୍ଭମାନଙ୍କ ବିଶ୍ୱାସ ଅନୁସାରେ ତୁମ୍ଭମାନଙ୍କ ପ୍ରତି ଘଟୁ ।
30
ତହିଁରେ ସେମାନଙ୍କର ଆଖି ଫିଟିଗଲା । ପୁଣି, ଯୀଶୁ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଇ କହିଲେ, ଦେଖ, ଏ ବିଷୟ ଯେପରି କେହି ନ ଜାଣେ ।
31
ମାତ୍ର ସେମାନେ ବାହାରିଯାଇ ସେହି ଦେଶଯାକ ତାହାଙ୍କ କୀର୍ତ୍ତି ପ୍ରଚାର କଲେ ।
32
ସେମାନେ ବାହାରିଯାଉଥିବା ସମୟରେ, ଦେଖ, ଲୋକେ ଜଣେ ମୂକ ଭୂତଗ୍ରସ୍ତକୁ ତାହାଙ୍କ ପାଖକୁ ଆଣିଲେ ।
33
ପୁଣି, ଭୂତ ଛଡ଼ାଯାଆନ୍ତେ ସେହି ମୂକ କଥା କହିଲା । ସେଥିରେ ଲୋକ ସମୁହ ଚମତ୍କୃତ ହୋଇ କହିଲେ, ଇସ୍ରାଏଲ ମଧ୍ୟରେ ଏପରି କେବେ ହେଁ ଦେଖାଯାଇ ନାହିଁ ।
34
କିନ୍ତୁ ଫାରୂଶୀମାନେ କହିଲେ, ସେ ଭୂତପତି ସାହାଯ୍ୟରେ ଭୂତ ଛଡ଼ାଉଅଛି ।
35
ଏହାପରେ ଯୀଶୁ ସେମାନଙ୍କ ସମାଜଗୃହସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର ପୁଣି, ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ ।
36
ଆଉ ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ ।
37
ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ,
38
ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ପାଖରେ ନିବେଦନ କର ।
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 10 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28