bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Nehemiah 1
Nehemiah 1
Odia IRV 2017 (ଓଡିଆ ବାଇବେଲ)
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 2 →
1
ହଖଲୀୟର ପୁତ୍ର ନିହିମୀୟାଙ୍କର ବାକ୍ୟ। କୋଡ଼ିଏତମ ବର୍ଷର କିଶ୍ଲେବ୍ ମାସରେ ମୁଁ ଶୂଶନ୍ ରାଜଧାନୀରେ ଥିଲି।
2
ତହିଁରେ ହନାନି ନାମରେ ମୋହର ଭ୍ରାତୃଗଣ ମଧ୍ୟରୁ ଏକ ଜଣ ଓ ଯିହୁଦାରୁ କେତେକ ଲୋକ ଆସିଲେ; ତହୁଁ ମୁଁ ସେମାନଙ୍କୁ ବନ୍ଦୀତ୍ୱରୁ ରକ୍ଷାପ୍ରାପ୍ତ ଅବଶିଷ୍ଟ ଯିହୁଦୀୟମାନଙ୍କ ବିଷୟରେ ଓ ଯିରୂଶାଲମ ବିଷୟରେ ପଚାରିଲି।
3
ସେତେବେଳେ ସେମାନେ ମୋତେ କହିଲେ, “ବନ୍ଦୀତ୍ୱରୁ ରକ୍ଷାପ୍ରାପ୍ତ ସେହି ପ୍ରଦେଶର ଅବଶିଷ୍ଟ ଲୋକେ ମହାଦୁଃଖ ଓ ଅପମାନରେ ଅଛନ୍ତି; କାରଣ ଯିରୂଶାଲମର ପ୍ରାଚୀର ଭଗ୍ନ ହୋଇ ରହିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି।”
4
ତହୁଁ ମୁଁ ଏହି କଥା ଶୁଣିବା ମାତ୍ରେ, ବସି ରୋଦନ କଲି ଓ କେତେକ ଦିନ ପର୍ଯ୍ୟନ୍ତ ବିଳାପ କଲି; ପୁଣି, ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଛାମୁରେ ଉପବାସ ଓ ପ୍ରାର୍ଥନା କରି କହିଲି,
5
“ହେ ସଦାପ୍ରଭୁ, ସ୍ୱର୍ଗସ୍ଥ ପରମେଶ୍ୱର, ମୁଁ ବିନୟ କରୁଅଛି, ତୁମ୍ଭେ ମହାନ୍ ଓ ଭୟଙ୍କର ପରମେଶ୍ୱର ଅଟ, ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ଓ ତୁମ୍ଭର ସବୁ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ;
6
ମୁଁ ତୁମ୍ଭ ବିରୁଦ୍ଧରେ ଆମ୍ଭମାନଙ୍କ କୃତ ଇସ୍ରାଏଲ ସନ୍ତାନଗଣର ପାପ ସ୍ୱୀକାର କରି ତୁମ୍ଭ ଦାସ ଇସ୍ରାଏଲର ସନ୍ତାନଗଣ ପକ୍ଷରେ ଦିବାରାତ୍ର ଏହି ସମୟରେ ତୁମ୍ଭ ଛାମୁରେ ଯେଉଁ ପ୍ରାର୍ଥନା କରୁଅଛି, ଆପଣା ଦାସର ସେହି ପ୍ରାର୍ଥନା ଶୁଣିବା ପାଇଁ ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ଓ ତୁମ୍ଭର ଚକ୍ଷୁ ମୁକ୍ତ ହେଉ; ମୁଁ ଓ ମୋହର ପିତୃବଂଶ ହିଁ ପାପ କରିଅଛୁ।
7
ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ଅତିଶୟ ଦୁଷ୍କର୍ମ କରିଅଛୁ ଓ ତୁମ୍ଭେ ଆପଣା ଦାସ ମୋଶାଙ୍କୁ ଯେଉଁ ଆଜ୍ଞା ଓ ବିଧି ଓ ଶାସନ ଆଦେଶ କରିଥିଲ, ତାହାସବୁ ଆମ୍ଭେମାନେ ପାଳନ କରି ନାହୁଁ।
8
ତୁମ୍ଭେ ଆପଣା ଦାସ ମୋଶାଙ୍କୁ ଆଜ୍ଞା କରି କହିଥିଲ, ‘ତୁମ୍ଭେମାନେ ସତ୍ୟ-ଲଙ୍ଘନ କଲେ, ଆମ୍ଭେ ତୁମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା;
9
ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତ ସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର।’
10
ଏମାନେ ତୁମ୍ଭର ଦାସ ଓ ତୁମ୍ଭର ଲୋକ, ତୁମ୍ଭେ ଏମାନଙ୍କୁ ଆପଣାର ମହାପରାକ୍ରମ ଓ ଆପଣାର ବଳବାନ ହସ୍ତ ଦ୍ୱାରା ମୁକ୍ତ କରିଅଛ।
11
ହେ ପ୍ରଭୁ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ଭୟ କରିବାକୁ ଆନନ୍ଦ କରନ୍ତି, ଏପରି ତୁମ୍ଭ ଦାସର ପ୍ରାର୍ଥନା ଓ ତୁମ୍ଭ ଦାସମାନଙ୍କ ପ୍ରାର୍ଥନା ପ୍ରତି ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ହେଉ; ଆଉ, ପ୍ରାର୍ଥନା କରୁଅଛି, ଆଜି ଆପଣା ଦାସର କାର୍ଯ୍ୟ ସିଦ୍ଧ କର, ପୁଣି ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ।” ଏସମୟରେ ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 2 →
All chapters:
1
2
3
4
5
6
7
8
9
10
11
12
13