bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Nehemiah 8
Nehemiah 8
Odia IRV 2017 (ଓଡିଆ ବାଇବେଲ)
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 9 →
1
ପୁଣି, ସମସ୍ତ ଲୋକ ଏକ ଉଦ୍ଦେଶ୍ୟରେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ ଏକତ୍ରିତ ହେଲେ; ଆଉ, ସଦାପ୍ରଭୁ ଇସ୍ରାଏଲକୁ ମୋଶାଙ୍କର ଯେଉଁ ବ୍ୟବସ୍ଥା-ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସେମାନେ ଏଜ୍ରା ଅଧ୍ୟାପକକୁ କହିଲେ।
2
ତହିଁରେ ସପ୍ତମ ମାସର ପ୍ରଥମ ଦିନରେ, ଏଜ୍ରା ଯାଜକ ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ଶୁଣି ବୁଝି ପାରନ୍ତି, ସେ ସମସ୍ତ ସମାଜ ସାକ୍ଷାତକୁ ସେହି ବ୍ୟବସ୍ଥା-ପୁସ୍ତକ ଆଣିଲେ।
3
ତହୁଁ ସେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ, ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ବୁଝି ପାରନ୍ତି, ସେ ସମସ୍ତଙ୍କ ସାକ୍ଷାତରେ ପ୍ରଭାତରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସେହି ପୁସ୍ତକରୁ ପାଠ କଲେ; ଆଉ, ସମସ୍ତ ଲୋକଙ୍କର କର୍ଣ୍ଣ ସେହି ବ୍ୟବସ୍ଥା-ପୁସ୍ତକ ପ୍ରତି ନିବିଷ୍ଟ ରହିଲା।
4
ଆଉ, ଏଜ୍ରା ଅଧ୍ୟାପକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଠର ମଞ୍ଚ ଉପରେ ଠିଆ ହେଲେ; ଆଉ, ଦକ୍ଷିଣ ପାର୍ଶ୍ୱରେ ତାହା ନିକଟରେ ମତ୍ତଥୀୟ, ଶେମା, ଅନାୟ, ଊରୀୟ, ହିଲ୍କୀୟ ଓ ମାସେୟ ଠିଆ ହେଲେ; ପୁଣି, ତାହାର ବାମ ପାର୍ଶ୍ଵରେ ପଦାୟ, ମୀଶାୟେଲ, ମଲ୍କୀୟ, ହଶୂମ, ହଶ୍ବଦ୍ଦାନା, ଜିଖରୀୟ ଓ ମଶୁଲ୍ଲମ୍ ଠିଆ ହେଲେ।
5
ଏଉତ୍ତାରେ ଏଜ୍ରା ସମସ୍ତ ଲୋକଙ୍କ ଦୃଷ୍ଟିରେ ସେହି ପୁସ୍ତକ ଫିଟାଇଲେ; କାରଣ ସେ ସମସ୍ତ ଲୋକଙ୍କ ଉର୍ଦ୍ଧ୍ୱରେ ଠିଆ ହୋଇଥିଲେ; ପୁଣି, ସେ ପୁସ୍ତକ ଫିଟାନ୍ତେ, ସମସ୍ତ ଲୋକ ଠିଆ ହେଲେ।
6
ତହୁଁ ଏଜ୍ରା ମହାନ୍ ପରମେଶ୍ୱର ସଦାପ୍ରଭୁଙ୍କର ଧନ୍ୟବାଦ କଲେ। ପୁଣି, ସମସ୍ତ ଲୋକ ଆପଣା ଆପଣା ହସ୍ତ ଉଠାଇ “ଆମେନ୍,” “ଆମେନ୍” ବୋଲି ଉତ୍ତର କଲେ; ଆଉ, ସେମାନେ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲେ।
7
ଆହୁରି, ଯେଶୂୟ ଓ ବାନି ଓ ଶେରେବୀୟ, ଯାମୀନ୍, ଅକ୍କୂବ, ଶବ୍ବଥୟ, ହୋଦୀୟ, ମାସେୟ, କଲିଟ, ଅସରୀୟ, ଯୋଷାବଦ୍, ହାନନ୍, ପଲାୟ ଓ ଲେବୀୟମାନେ ଲୋକମାନଙ୍କୁ ବ୍ୟବସ୍ଥା ବୁଝାଇ ଦେଲେ; ଆଉ, ଲୋକମାନେ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ।
8
ପୁଣି, ସେମାନେ ସ୍ପଷ୍ଟ ରୂପେ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ସେମାନେ ତହିଁର ଭାବ ବୁଝାଇ ଦେଲେ, ତହୁଁ ଲୋକମାନେ ପଠନ ବୁଝି ପାରିଲେ।
9
ପୁଣି, ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଓ ଯାଜକ ଏଜ୍ରା ଓ ଲୋକମାନଙ୍କର ଶିକ୍ଷକ ଲେବୀୟମାନେ ସମସ୍ତ ଲୋକଙ୍କୁ କହିଲେ, “ଆଜିଦିନ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ; ଶୋକ ନ କର କି ରୋଦନ ନ କର।” କାରଣ ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ସମସ୍ତ ଲୋକ ରୋଦନ କଲେ।
10
ଆଉ, ନିହିମୀୟା ସେମାନଙ୍କୁ କହିଲା, “ଆପଣା ଆପଣା ପଥରେ ଯାଅ, ଚିକଣ ଦ୍ରବ୍ୟ ଭୋଜନ କର ଓ ମିଠା ଦ୍ରବ୍ୟ ପାନ କର ଓ ଯାହା ନିମନ୍ତେ କିଛି ପ୍ରସ୍ତୁତ ହୋଇ ନାହିଁ, ତାହା ନିକଟକୁ କିଛି ଅଂଶ ପଠାଅ; କାରଣ ଆଜିର ଦିନ ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ, ତୁମ୍ଭେମାନେ ଦୁଃଖିତ ନ ହୁଅ; ଯେଣୁ ସଦାପ୍ରଭୁ ବିଷୟକ ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ।”
11
ଏହିରୂପେ ଲେବୀୟମାନେ ସମସ୍ତ ଲୋକଙ୍କୁ ତୁନି କରାଇ କହିଲେ, “ନୀରବ ହୁଅ, ଆଜି ପବିତ୍ର ଦିନ! ତୁମ୍ଭେମାନେ ଦୁଃଖିତ ନ ହୁଅ।”
12
ଏଉତ୍ତାରେ ଲୋକମାନେ ଆପଣାମାନଙ୍କ ନିକଟରେ ପ୍ରକାଶିତ ବାକ୍ୟସବୁ ବୁଝିବାରୁ ସେମାନେ ସମସ୍ତେ ଭୋଜନପାନ କରିବାକୁ ଓ କିଛି ଅଂଶ ପଠାଇବାକୁ ଓ ଅତିଶୟ ଆନନ୍ଦ କରିବାକୁ ଆପଣା ଆପଣା ପଥରେ ଗମନ କଲେ।
13
ପୁଣି, ଦ୍ୱିତୀୟ ଦିନ ସମଗ୍ର ଲୋକଙ୍କର ପିତୃବଂଶୀୟ ପ୍ରଧାନବର୍ଗ, ଯାଜକମାନେ ଓ ଲେବୀୟମାନେ ବ୍ୟବସ୍ଥାର ବାକ୍ୟ ବିବେଚନା କରିବା ନିମନ୍ତେ ଅଧ୍ୟାପକ ଏଜ୍ରା ନିକଟରେ ଏକତ୍ରିତ ହେଲେ।
14
ସେମାନେ ମୋଶାଙ୍କ ଦ୍ୱାରା ଦତ୍ତ ସଦାପ୍ରଭୁଙ୍କର ଏହି ଆଜ୍ଞା ବ୍ୟବସ୍ଥାରେ ଲେଖା ଥିବାର ଦେଖିଲେ ଯେ, ସପ୍ତମ ମାସର ପର୍ବ ସମୟରେ ଇସ୍ରାଏଲ ସନ୍ତାନଗଣ ପତ୍ରକୁଟୀରରେ କିପରି ବାସ କରିବେ;
15
ପୁଣି, ସେମାନେ ଆପଣାମାନଙ୍କ ସମସ୍ତ ନଗରରେ ଓ ଯିରୂଶାଲମରେ ଏହି କଥା ଘୋଷଣା ଓ ପ୍ରଚାର କରିବେ, ଯଥା, “ତୁମ୍ଭେମାନେ ଲିଖନାନୁସାରେ ପତ୍ରକୁଟୀର ନିର୍ମାଣ କରିବା ପାଇଁ ପର୍ବତକୁ ଯାଇ ଜୀତଶାଖା ଓ ବନ୍ୟ ଜୀତଶାଖା ଓ ମେହେନ୍ଦି ଶାଖା ଓ ଖର୍ଜ୍ଜୁର ଶାଖା ଓ ଗହଳିଆ ବୃକ୍ଷର ଶାଖା ଆଣ।”
16
ତହିଁରେ ଲୋକମାନେ ବାହାରକୁ ଯାଇ ତାହାସବୁ ଆଣି ଆପଣା ପାଇଁ ପତ୍ରକୁଟୀର ନିର୍ମାଣ କଲେ, ପ୍ରତ୍ୟେକେ ଆପଣା ଆପଣା ଗୃହର ଛାତ ଉପରେ ଓ ପ୍ରାଙ୍ଗଣରେ ଓ ପରମେଶ୍ୱରଙ୍କ ଗୃହର ସକଳ ପ୍ରାଙ୍ଗଣରେ ଓ ଜଳଦ୍ୱାରର ଛକରେ ଓ ଇଫ୍ରୟିମ-ଦ୍ୱାରର ଛକରେ ନିର୍ମାଣ କଲେ।
17
ପୁଣି, ବନ୍ଦୀତ୍ୱରୁ ଫେରି ଆସିଥିବା ଲୋକଙ୍କର ସମସ୍ତ ସମାଜ ପତ୍ରକୁଟୀର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ; ନୂନର ପୁତ୍ର ଯେଶୂୟର ସମୟଠାରୁ ସେହି ଦିନ ପର୍ଯ୍ୟନ୍ତ ଇସ୍ରାଏଲ ସନ୍ତାନଗଣ ସେପରି ଆନନ୍ଦ କରି ନ ଥିଲେ। ଏଣୁ ଅତି ବଡ଼ ଆନନ୍ଦ ହେଲା।
18
ଆହୁରି, ଏଜ୍ରା ପ୍ରଥମ ଦିନଠାରୁ ଶେଷ ଦିନ ପର୍ଯ୍ୟନ୍ତ ପ୍ରତି ଦିନ ପରମେଶ୍ୱରଙ୍କ ବ୍ୟବସ୍ଥା ପୁସ୍ତକରୁ ପାଠ କଲେ। ପୁଣି, ଲୋକମାନେ ସାତ ଦିନ ପର୍ଯ୍ୟନ୍ତ ପର୍ବ ପାଳନ କଲେ; ଆଉ, ବ୍ୟବସ୍ଥାନୁସାରେ ଅଷ୍ଟମ ଦିନ ମହାସଭା ହେଲା।
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 9 →
All chapters:
1
2
3
4
5
6
7
8
9
10
11
12
13