bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Numbers 10
Numbers 10
Odia IRV 2017 (ଓଡିଆ ବାଇବେଲ)
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 11 →
1
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2
“ତୁମ୍ଭେ ରୂପାର ଦୁଇ ତୂରୀ ନିର୍ମାଣ କର; ତୁମ୍ଭେ ପିଟାକର୍ମରେ ତାହା ନିର୍ମାଣ କରିବ; ଆଉ ତୁମ୍ଭେ ମଣ୍ଡଳୀକୁ ଆହ୍ୱାନ କରିବା ସମୟରେ ଓ ଛାଉଣିସମୂହ ପ୍ରସ୍ଥାନ କରିବା ସମୟରେ ତାହା ବ୍ୟବହାର କରିବ।
3
ପୁଣି, ସେମାନେ ସେହି ଦୁଇ ତୂରୀ ବଜାନ୍ତେ, ସମସ୍ତ ମଣ୍ଡଳୀ ସମାଗମ-ତମ୍ବୁ ଦ୍ୱାରରେ ତୁମ୍ଭ ନିକଟରେ ଏକତ୍ରିତ ହେବେ।
4
ଆଉ ଯଦି ସେମାନେ ଏକ ତୂରୀ ବଜାଇବେ, ତେବେ ଅଧିପତିମାନେ, ଅର୍ଥାତ୍, ଇସ୍ରାଏଲର ସହସ୍ରପତିମାନେ, ତୁମ୍ଭ ନିକଟରେ ଏକତ୍ରିତ ହେବେ।
5
ପୁଣି, ତୁମ୍ଭେମାନେ ରଣତୂରୀ ବଜାନ୍ତେ, ପୂର୍ବ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ।
6
ପୁଣି, ତୁମ୍ଭେମାନେ ଦ୍ୱିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ।
7
ସମାଜକୁ ଏକତ୍ର କରିବା ସମୟରେ ତୁମ୍ଭେମାନେ ତୂରୀ ବଜାଇବ, ମାତ୍ର ରଣତୂରୀ ବଜାଇବ ନାହିଁ।
8
ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି, ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।
9
ଆଉ ଯେଉଁ ସମୟରେ ତୁମ୍ଭେମାନେ ଆପଣା ଦେଶରେ କ୍ଳେଶଦାୟୀ ବିପକ୍ଷଗଣର ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବ, ସେହି ସମୟରେ ତୁମ୍ଭେମାନେ ଏହି ତୂରୀରେ ରଣବାଦ୍ୟ ବଜାଇବ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭେମାନେ ସ୍ମରଣ କରାଯିବ ଓ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ରକ୍ଷା ପାଇବ।
10
ଆହୁରି ତୁମ୍ଭମାନଙ୍କ ଆନନ୍ଦ-ଦିନରେ, ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ; ତହିଁରେ ତାହା ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ସ୍ମରଣାର୍ଥେ ହେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
11
ଆଉ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର କୋଡ଼ିଏ ଦିନରେ ସେହି ମେଘ ସାକ୍ଷ୍ୟରୂପ ଆବାସ ଉପରୁ ନିଆଗଲା।
12
ତହିଁରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି, ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା।
13
ଆଉ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରଥମ ଥର ଯାତ୍ରା କଲେ।
14
ପ୍ରଥମରେ ଯିହୁଦା-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କ ସୈନ୍ୟ ଉପରେ ଥିଲା।
15
ଆଉ ସୂୟାରର ପୁତ୍ର ନଥନେଲ, ଇଷାଖର ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
16
ଆଉ ହେଲୋନର ପୁତ୍ର ଇଲୀୟାବ୍, ସବୂଲୂନ ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
17
ଏଉତ୍ତାରେ ଆବାସ ଭଙ୍ଗାଯା’ନ୍ତେ, ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ସେହି ଆବାସ ବୋହି ଅଗ୍ରସର ହେଲେ।
18
ତହୁଁ ରୁବେନ୍-ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା।
19
ଆଉ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
20
ଆଉ ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ ଗାଦ୍ ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
21
ତହିଁ ଉତ୍ତାରେ କହାତୀୟମାନେ ପବିତ୍ର ସ୍ଥାନର ଭାର ବୋହି ଅଗ୍ରସର ହେଲେ; ପୁଣି, ସେମାନେ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ଆବାସ ସ୍ଥାପନ କରିଥିଲେ।
22
ଆଉ ଇଫ୍ରୟିମ-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟ ଉପରେ ଥିଲା।
23
ଆଉ ପଦାହସୂରର ପୁତ୍ର ଗମଲୀୟେଲ ମନଃଶି ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
24
ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍ ବିନ୍ୟାମୀନ୍ ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
25
ତହୁଁ ସମସ୍ତ ଛାଉଣିର ପଶ୍ଚାତ୍ ଦାନ୍-ସନ୍ତାନଗଣଙ୍କର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ସେମାନଙ୍କ ସୈନ୍ୟ ଉପରେ ଥିଲା।
26
ଆଉ ଅକ୍ରଣର ପୁତ୍ର ପଗୀୟେଲ ଆଶେର ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
27
ପୁଣି, ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
28
ଏହିରୂପେ ଇସ୍ରାଏଲ ସନ୍ତାନଗଣଙ୍କର ଯାତ୍ରା ସେମାନଙ୍କ ସୈନ୍ୟାନୁସାରେ ହେଲା ଓ ସେମାନେ ଅଗ୍ରସର ହେଲେ।
29
ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ମିଦୀୟନୀୟ ରୁୟେଲର ପୁତ୍ର ହୋବବ୍କୁ କହିଲେ, “ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ କହିଅଛନ୍ତି, ଆମ୍ଭେ ତାହା ତୁମ୍ଭମାନଙ୍କୁ ଦେବା, ସେହି ସ୍ଥାନକୁ ଆମ୍ଭେମାନେ ଯାତ୍ରା କରୁଅଛୁ; ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆସ, ତହିଁରେ ଆମ୍ଭେମାନେ ତୁମ୍ଭର ମଙ୍ଗଳ କରିବା; କାରଣ ସଦାପ୍ରଭୁ ଇସ୍ରାଏଲ ବିଷୟରେ ମଙ୍ଗଳ-କଥା କହିଅଛନ୍ତି।”
30
ତହୁଁ ସେ କହିଲା, “ମୁଁ ଯିବି ନାହିଁ; ମାତ୍ର ମୁଁ ଆପଣା ନିଜ ଦେଶକୁ ଓ ଆପଣା ଜ୍ଞାତିମାନଙ୍କ ନିକଟକୁ ପ୍ରସ୍ଥାନ କରିବି।”
31
ତେବେ ମୋଶା କହିଲେ, “ବିନୟ କରୁଅଛି, ତୁମ୍ଭେ, ଆମ୍ଭମାନଙ୍କୁ ଛାଡ଼ି ଯାଅ ନାହିଁ; କାରଣ ପ୍ରାନ୍ତର ମଧ୍ୟରେ କିପ୍ରକାରେ ଆମ୍ଭମାନଙ୍କର ଛାଉଣି ସ୍ଥାପନ କରିବାକୁ ହେବ, ତାହା ତୁମ୍ଭେ ଜାଣ, ଏହେତୁ ତୁମ୍ଭେ ଆମ୍ଭମାନଙ୍କ ଚକ୍ଷୁର ବଦଳେ ହେବ।
32
ଆଉ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ ଗଲେ ଏହା ହେବ, ନିଶ୍ଚୟ ଏହା ହେବ ଯେ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେକୌଣସି ମଙ୍ଗଳ କରିବେ, ତାହା ଆମ୍ଭେମାନେ ତୁମ୍ଭ ପ୍ରତି କରିବୁ।
33
ଏଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ ସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା।
34
ପୁଣି, ସେମାନେ ଛାଉଣିରୁ ଯାତ୍ରା କରିବା ସମୟରେ ସଦାପ୍ରଭୁଙ୍କ ମେଘ ଦିବସରେ ସେମାନଙ୍କ ଉପରେ ରହିଲା।
35
ପୁଣି, ସିନ୍ଦୁକ ଅଗ୍ରସର ହେବା ସମୟରେ ମୋଶା କହନ୍ତି, “ସଦାପ୍ରଭୁ, ଉଠ, ପୁଣି, ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ।
36
ଆଉ ତାହା ବିଶ୍ରାମ କରିବା ସମୟରେ ସେ କହନ୍ତି, “ସଦାପ୍ରଭୁ, ତୁମ୍ଭେ ଇସ୍ରାଏଲର ଅୟୁତ ଅୟୁତ ସହସ୍ର ପ୍ରତି ଫେର।”
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 11 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36