bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Proverbs 17
Proverbs 17
Odia IRV 2017 (ଓଡିଆ ବାଇବେଲ)
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 18 →
1
ବିବାଦଯୁକ୍ତ ଭୋଜରେ ପୂର୍ଣ୍ଣ ଗୃହ ଅପେକ୍ଷା ଶାନ୍ତି ସହିତ ଶୁଖିଲା ରୁଟି ଖଣ୍ଡେ ଭଲ।
2
ଯେଉଁ ଦାସ ବୁଦ୍ଧିପୂର୍ବକ ଚଳେ, ସେ ଲଜ୍ଜାଦାୟୀ ପୁତ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଭାଇମାନଙ୍କ ସଙ୍ଗରେ ଅଧିକାରର ବାଣ୍ଟ ପାଏ।
3
କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।
4
କୁକ୍ରିୟାକାରୀ ଲୋକ ଦୁଷ୍ଟ ଓଷ୍ଠାଧରର କଥା ଶୁଣେ, ପୁଣି, ମିଥ୍ୟାବାଦୀ ହିଂସ୍ର ଜିହ୍ୱାରେ କର୍ଣ୍ଣପାତ କରେ।
5
ଯେଉଁ ଲୋକ ଦରିଦ୍ରକୁ ପରିହାସ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ବିପଦରେ ଯେ ଆନନ୍ଦ କରେ, ସେ ଅଦଣ୍ଡିତ ରହିବ ନାହିଁ।
6
ସନ୍ତାନଗଣର ସନ୍ତାନମାନେ ବୃଦ୍ଧ ଲୋକମାନଙ୍କର ମୁକୁଟ; ପୁଣି, ସନ୍ତାନମାନଙ୍କର ଗୌରବ ସେମାନଙ୍କ ପିତୃଗଣ।
7
ବାକ୍ପଟୁ ଓଷ୍ଠ ମୂଢ଼ର ଅନୁପଯୁକ୍ତ, ମିଥ୍ୟାବାଦୀ ଓଷ୍ଠାଧର କୁଳୀନର ଅଧିକ ଅନୁପଯୁକ୍ତ।
8
ଗ୍ରାହକର ଦୃଷ୍ଟିରେ ଦାନ ବହୁମୂଲ୍ୟ ମଣି ତୁଲ୍ୟ, ତାହା ଯେଉଁ ଦିଗରେ ଫେରେ, ସେହି ଦିଗରେ ସଫଳ ହୁଏ।
9
ଯେ ଅଧର୍ମ କ୍ଷମା କରେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ଅଲଗା କରେ।
10
ମୂର୍ଖକୁ ଶହେ ମାଡ଼ ଅପେକ୍ଷା ବୁଦ୍ଧିମାନକୁ ପଦେ ଅନୁଯୋଗ ଅଧିକ କାଟେ।
11
ଦୁର୍ଜ୍ଜନ କେବଳ ବିଦ୍ରୋହ ଖୋଜେ, ଏଣୁ ତାହା ବିରୁଦ୍ଧରେ ନିଷ୍ଠୁର ଦୂତ ପଠାଯିବ।
12
ଛୁଆହରା ଭଲ୍ଲୁକୀ ପଛେ ମନୁଷ୍ୟକୁ ଭେଟୁ, ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ।
13
ଯେଉଁ ଲୋକ ଭଲ ବଦଳେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ।
14
କଳିର ଆରମ୍ଭ କେହି ବନ୍ଧ କାଟି ଜଳ ଛାଡ଼ି ଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼।
15
ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ରୂପେ ଘୃଣିତ।
16
ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ କାହିଁକି ଧନ ଥାଏ? ତାହାର ତ ବୁଦ୍ଧି ନାହିଁ।
17
ବନ୍ଧୁ ସବୁବେଳେ ପ୍ରେମ କରେ, ପୁଣି ଭାଇ ଦୁର୍ଦ୍ଦଶା କାଳ ନିମନ୍ତେ ଜାତ ଅଟେ
18
ନିର୍ବୋଧ ଲୋକ ହାତ ଦେଇ ଆପଣା ପ୍ରତିବାସୀ ସାକ୍ଷାତରେ ଲଗା ହୁଏ।
19
ଯେ କଳି ଭଲ ପାଏ, ସେ ଅପରାଧ ହିଁ ଭଲ ପାଏ; ପୁଣି, ଯେକେହି ଆପଣା ଦ୍ୱାର ଉଚ୍ଚ କରେ, ସେ ବିନାଶ ଖୋଜେ।
20
ଯାହାର କୁଟିଳ ଅନ୍ତଃକରଣ, ସେ ମଙ୍ଗଳ ପାଏ ନାହିଁ; ପୁଣି, ଯାହାର ବକ୍ରବାଦୀ ଜିହ୍ୱା, ସେ ଆପଦରେ ପଡ଼େ।
21
ମୂର୍ଖର ଜନ୍ମଦାତା ଆପଣାର ଶୋକ ସଞ୍ଚୟ କରେ; ପୁଣି, ମୂଢ଼ର ପିତା ଆନନ୍ଦ ପାଏ ନାହିଁ।
22
ଆନନ୍ଦିତ ହୃଦୟ ଉତ୍ତମ ଔଷଧ; ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ।
23
ଦୁଷ୍ଟ ଲୋକ ବିଚାରର ମାର୍ଗ ବଙ୍କା କରିବାକୁ ଅଣ୍ଟାରୁ ଲାଞ୍ଚ ନିଏ।
24
ବୁଦ୍ଧିମାନର ସମ୍ମୁଖରେ ଜ୍ଞାନ ଥାଏ, ମାତ୍ର ମୂର୍ଖର ଦୃଷ୍ଟି ପୃଥିବୀର ପ୍ରାନ୍ତରେ ଥାଏ।
25
ମୂର୍ଖ ପୁତ୍ର ଆପଣା ପିତାର ଶୋକ ଓ ଆପଣା ଜନନୀର ଦୁଃଖର କାରଣ ହୁଏ।
26
ଧାର୍ମିକକୁ ଶାସ୍ତି ଦେବାର ଅବା କୁଳୀନ ଲୋକଙ୍କୁ ସେମାନଙ୍କ ସରଳତା ସକାଶୁ ପ୍ରହାର କରିବାର ଉଚିତ ନୁହେଁ।
27
ଯେ ଅଳ୍ପ ବାକ୍ୟ ବ୍ୟୟ କରେ, ତାହାର ଜ୍ଞାନ ଥାଏ; ପୁଣି, ଯାହାର ଶାନ୍ତ ଆତ୍ମା, ସେ ବୁଦ୍ଧିମାନ।
28
ଅଜ୍ଞାନ ହିଁ ତୁନି ହେଲେ, ଜ୍ଞାନବାନ ଗଣିତ ହୁଏ; ପୁଣି, ସେ ଆପଣା ଓଷ୍ଠ ବନ୍ଦ କଲେ, ବୁଦ୍ଧିମାନ ଗଣିତ ହୁଏ।
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 18 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31