bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Revelation 13
Revelation 13
Odia IRV 2017 (ଓଡିଆ ବାଇବେଲ)
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 14 →
1
ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶିଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ୱରନିନ୍ଦାସୂଚକ ବିଭିନ୍ନ ନାମ ।
2
ଏହି ଯେଉଁ ପଶୁକୁ ମୁଁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି । ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିହାଂସନ ଓ ମହାକ୍ଷମତା ସମର୍ପଣ କଲା ।
3
ତାହାର ମସ୍ତକଗୁଡ଼ାକ ମଧ୍ୟରୁ ଗୋଟାଏ ଯେପରି ସାଂଘାତିକ ଆଘାତ ପ୍ରାପ୍ତ ହୋଇଥିଲା, ଆଉ ତାହାର ସେହି ମୃତ୍ୟୁଜନକ କ୍ଷତ ସୁସ୍ଥ ହେଲା, ପୁଣି, ସମସ୍ତ ପୃଥିବୀ ସେହି ପଶୁ ବିଷୟରେ ଆଶ୍ଚର୍ଯ୍ୟାନ୍ୱିତ ହୋଇ ତାହାର ଅନୁଗମନ କଲେ,
4
ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ? ଆଉ କିଏ ତାହା ସହିତ ଯୁଦ୍ଧ କରି ପାରେ?
5
ସେହି ପଶୁକୁ ଅହଂକାର ଓ ଈଶ୍ୱରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା ।
6
ସେଥିରେ ସେଇ ପଶୁ ମୁଖ ଫିଟାଇ ଈଶ୍ୱରନିନ୍ଦାର କଥା କହି ତାହାଙ୍କ ନାମ ଓ ତାହାଙ୍କ ତମ୍ବୁ ପୁଣି, ସ୍ୱର୍ଗନିବାସୀମାନଙ୍କର ନିନ୍ଦା କଲା ।
7
ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ପଶୁଟିକୁ କ୍ଷମତା ଦିଆଗଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତି ଉପରେ ତାହାକୁ କ୍ଷମତା ଦିଆଗଲା ।
8
ଜଗତର ସୃଷ୍ଟି ଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ (ପଶୁକୁ) ପ୍ରଣାମ କରିବେ ।
9
ଯାହାର କର୍ଣ୍ଣ ଅଛି, ସେ ଶୁଣୁ ।
10
କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ଼୍ଗ ଦ୍ୱାରା ବଧ କରେ, ତାହାହେଲେ ତାହାକୁ ନିଶ୍ଚୟ ଖଡ଼୍ଗ ଦ୍ୱାରା ବଧ କରାଯିବ । ଏହି ସ୍ଥଳରେ ସାଧୁମାନଙ୍କର ଧୖେର୍ଯ୍ୟ ଓ ବିଶ୍ୱାସ ଆବଶ୍ୟକ ।
11
ତତ୍ପରେ ମୁଁ ଆଉ ଗୋଟିଏ ପଶୁକୁ ଭୂମି ମଧ୍ୟରୁ ଉଠି ଆସିବାର ଦେଖିଲି; ମେଷଶାବକ ପରି ତାହାର ଦୁଇଟି ଶିଙ୍ଗ, ଆଉ ସେ ସର୍ପ ପରି କଥା କହୁଥିଲା ।
12
ସେ ପ୍ରଥମ ପଶୁର ସମସ୍ତ କ୍ଷମତା ତାହା ସାକ୍ଷାତରେ ପରିଚାଳନା କରେ, ଆଉ ସେହି ଯେଉଁ ପ୍ରଥମ ପଶୁର ମୃତ୍ୟୁଜନକ କ୍ଷତ ସୁସ୍ଥ ହୋଇଥିଲା, ତାହାକୁ ପ୍ରଣାମ କରିବାକୁ ପୃଥିବୀ ଓ ତନ୍ନିବାସୀମାନଙ୍କୁ ବାଧ୍ୟ କରେ ।
13
ସେ ମହା ମହା ଆଶ୍ଚର୍ଯ୍ୟକର୍ମ କରେ, ଏପରିକି ମନୁଷ୍ୟମାନଙ୍କ ସାକ୍ଷାତରେ ଆକାଶରୁ ପୃଥିବୀ ଉପରେ ଅଗ୍ନି ବୃଷ୍ଟି କରାଏ ।
14
ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ଼୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ ।
15
ପଶୁର ପ୍ରତିମା ଯେପରି କଥା କହିପାରେ ଓ ସେହି ପ୍ରତିମାକୁ ପ୍ରଣାମ କରୁ ନ ଥିବା ଲୋକମାନେ ଯେପରି ବଧ କରାଯିବେ, ଏଥିପାଇଁ ତାହାକୁ ସେହି ପଶୁର ପ୍ରତିମାକୁ ଜୀବନ ଦାନ କରିବାକୁ କ୍ଷମତା ଦିଆଗଲା ।
16
ଆଉ ସେ ସାନ ଓ ବଡ଼, ଧନୀ ଓ ଦରିଦ୍ର, ସ୍ୱାଧୀନ ଓ ପରାଧିନ ସମସ୍ତଙ୍କୁ ସେମାନଙ୍କ ଦକ୍ଷିଣ ହସ୍ତରେ କିଅବା କପାଳରେ ଗୋଟାଏ ଚିହ୍ନ ଧାରଣ କରିବାକୁ ବାଧ୍ୟ କରାଏ,
17
ପୁଣି, ସେହି ଚିହ୍ନ, ଅର୍ଥାତ୍ ପଶୁର ନାମ କିମ୍ବା ତାହା ନାମର ସଂଖ୍ୟା ଧାରଣ କରି ନ ଥିବା ଲୋକକୁ କ୍ରୟବିକ୍ରୟ କରିବାକୁ ନିଷେଧ କରେ ।
18
ଏଠାରେ ଜ୍ଞାନ ଆବଶ୍ୟକ । ଯାହାର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟା ଗଣନା କରୁ, କାରଣ ତାହା ଜଣେ ମନୁଷ୍ୟର ସଂଖ୍ୟା, ଆଉ ତାହାର ସଂଖ୍ୟା ହେଉଛି ୬୬୬ (ଛ ଶହ ଛଷଠି) ।
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 14 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22