bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Revelation 5
Revelation 5
Odia IRV 2017 (ଓଡିଆ ବାଇବେଲ)
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 6 →
1
ତତ୍ପରେ ମୁଁ ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଗୋଟିଏ ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ୱରେ ଲିଖିତ ଓ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ ।
2
ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚସ୍ୱରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ?
3
କିନ୍ତୁ ସ୍ୱର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ ।
4
ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ଯୋଗ୍ୟ କେହି ନ ମିଳିବାରୁ ମୁଁ ଅତିଶୟ ରୋଦନ କଲି ।
5
ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୂଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି ।
6
ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହି ସମସ୍ତ ଚକ୍ଷୁ ସମୂଦାୟ ପୃଥିବୀରେ ପ୍ରେରିତ ଈଶ୍ୱରଙ୍କର ସପ୍ତ ଆତ୍ମା ।
7
ସେ ଆସି ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରୁ ସେହି ପୁସ୍ତକ ନେଲେ ।
8
ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା ।
9
ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଈଶ୍ୱରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,
10
ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ ।
11
ତତ୍ପରେ ମୁଁ ଦୃଷ୍ଟିପାତ କଲି, ପୁଣି, ସିଂହାସନ, ପ୍ରାଣୀ ଓ ପ୍ରାଚୀନମାନଙ୍କ ଚତୁର୍ଦ୍ଦିଗରେ ଅନେକ ଅନେକ ଦୂତଙ୍କର ସ୍ୱର ଶୁଣିଲି ସେମାନଙ୍କର ସଂଖ୍ୟା ସହସ୍ର ସହସ୍ର ଓ ଅୟୁତ ଅୟୁତ ।
12
ସେମାନେ ଉଚ୍ଚସ୍ୱରରେ କହୁଥିଲେ, ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକ ହିଁ ଯୋଗ୍ୟ ଅଟନ୍ତି ।
13
ଆଉ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତା' ମଧ୍ୟରେ ଥିବା ସମସ୍ତ ଏହା କହୁଥିବା ଶୁଣିଲି, ପ୍ରଶଂସା ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର ।
14
ସେଥିରେ ଚାରି ପ୍ରାଣୀ କହିଲେ, ଆମେନ୍, ପୁଣି, ପ୍ରାଚୀନମାନେ ଉବୁଡ଼ ହୋଇ ପ୍ରଣାମ କଲେ ।
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 6 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22