bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Romans 12
Romans 12
Odia IRV 2017 (ଓଡିଆ ବାଇବେଲ)
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 13 →
1
ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ୱରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ୱରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା ।
2
ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ଇଚ୍ଛା କ'ଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କ'ଣ, ଏହା ପରୀକ୍ଷା କରି ଜାଣି ପାର, ଏଥି ନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ ।
3
କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ୍, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ୱର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର ।
4
କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକ ପ୍ରକାର ନୁହେଁ,
5
ସେହିପରି ଅନେକ ଯେ ଆମ୍ଭେମାନେ, ଖ୍ରୀଷ୍ଟଙ୍କଠାରେ ଏକ ଶରୀର ଓ ପ୍ରତ୍ୟେକେ ପରସ୍ପର ଅଙ୍ଗପ୍ରତ୍ୟଙ୍ଗ ।
6
ଆଉ, ଆମ୍ଭମାନଙ୍କୁ ପ୍ରଦତ୍ତ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ବିଭିନ୍ନ ଦାନ ପାଇଅଛୁ; ଏଣୁ ସେହି ଦାନ ଯଦି ଭାବବାଣୀ ହୁଏ, ଆସ, ଆମ୍ଭେମାନେ ବିଶ୍ୱାସର ପରିମାଣ ଅନୁସାରେ ଭାବବାଣୀ କହୁ;
7
କିମ୍ବା ତାହା ଯଦି ସେବକ କର୍ମ ହୁଏ, ତାହାହେଲେ ଆସ, ଆମ୍ଭମାନଙ୍କ ସେବକ କର୍ମରେ ନିବିଷ୍ଟ ରହୁ;
8
ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ୱାବଧାନ କରେ, ସେ ଯତ୍ନ ସହକାରେ ତତ୍ତ୍ୱାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ ।
9
ପ୍ରେମ ନିଷ୍କପଟ ହେଉ । ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ;
10
ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;
11
ଉଦ୍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର;
12
ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ, ପ୍ରାର୍ଥନାରେ ଏକାଗ୍ର ଭାବରେ ନିବିଷ୍ଟ ଥାଅ;
13
ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ ସତ୍କାରରେ ପ୍ରସ୍ତୁତ ହୁଅ ।
14
ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ ।
15
ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର ।
16
ପରସ୍ପର ପ୍ରତି ଏକମନା ହୁଅ; ଉଚ୍ଚାଭିମାନୀ ନ ହୋଇ ଦୀନ ଲୋକମାନଙ୍କର ସଙ୍ଗୀ ହୁଅ । ଆପଣା ଆପଣା ବୁଦ୍ଧିରେ ବୁଦ୍ଧିମାନ ନ ହୁଅ ।
17
ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହି ସବୁ ଚିନ୍ତା କର;
18
ସମ୍ଭବ ହେଲେ, ତୁମ୍ଭର ଯେତେ ପର୍ଯ୍ୟନ୍ତ ସାଧ୍ୟ, ସମସ୍ତ ଲୋକଙ୍କ ସହିତ ଶାନ୍ତିରେ ରୁହ ।
19
ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଈଶ୍ୱରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖା ଅଛି, "ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା' ।
20
ବରଂ ଯଦି ତୁମ୍ଭର ଶତ୍ରୁ କ୍ଷୁଧିତ, ତେବେ ତାକୁ ଭୋଜନ କରାଅ; ଯଦି ସେ ତୃଷିତ ତାକୁ ପାନ କରାଅ; କାରଣ ଏହିପରି କଲେ ତୁମ୍ଭେ ତା'ର ମସ୍ତକ ଉପରେ ଜ୍ୱଳନ୍ତା ଅଙ୍ଗାର ଗଦା କରିବ ।
21
କୁକ୍ରିୟାରେ ପରାଜିତ ନ ହୋଇ ସୁକ୍ରିୟାରେ କୁକ୍ରିୟାକୁ ପରାଜୟ କର ।
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 13 →
All chapters:
1
2
3
4
5
6
7
8
9
10
11
12
13
14
15
16