bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Romans 6
Romans 6
Odia IRV 2017 (ଓଡିଆ ବାଇବେଲ)
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 7 →
1
ତେବେ, ଆମ୍ଭେମାନେ କ'ଣ କରିବା? ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ରହିଥିବା?
2
ତାହା କେବେ ହେଁ ନ ହେଉ । ପାପ ପ୍ରତି ମୃତ୍ୟୁ ଯେ ଆମ୍ଭେମାନେ, କିପରି ସେଥିରେ ଆଉ ଆମ୍ଭେମାନେ ଜୀବନ କାଟିବା?
3
ଆମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟ ଯୀଶୁଙ୍କଠାରେ ବାପ୍ତିଜିତ ହୋଇଅଛୁ, ସମସ୍ତେ ଯେ ତାହାଙ୍କ ମରଣରେ ବାପ୍ତିଜିତ ହୋଇଅଛୁ, ଏହା କି ତୁମ୍ଭେମାନେ ଜାଣ ନାହିଁ?
4
ଅତଏବ, ଆମ୍ଭେମାନେ ବାପ୍ତିସ୍ମ ଦ୍ୱାରା ମରଣରେ ତାହାଙ୍କ ସହିତ ସମାଧିପ୍ରାପ୍ତ ହୋଇଅଛୁ, ଯେପରି ଖ୍ରୀଷ୍ଟ ପିତାଙ୍କ ଗୌରବ ଦ୍ୱାରା ମୃତ୍ୟୁମାନଙ୍କ ମଧ୍ୟରୁ ଯେଉଁ ପ୍ରକାରେ ଉତ୍ଥାପିତ ହେଲେ, ଆମ୍ଭେମାନେ ମଧ୍ୟ ସେହି ପ୍ରକାରେ ଜୀବନର ନୂତନ ଭାବରେ ଆଚରଣ କରୁ;
5
କାରଣ ଯଦି ଆମ୍ଭେମାନେ ତାହାଙ୍କ ମୃତ୍ୟୁର ସାଦୃଶ୍ୟରେ ମୃତ୍ୟୁଭୋଗ କରି ତାହାଙ୍କ ସହିତ ଏକୀଭୂତ ହୋଇଅଛୁ, ତାହାହେଲେ ନିଶ୍ଚୟ ତାହାଙ୍କ ପୁନରୁତ୍ଥାନର ସାଦୃଶ୍ୟରେ ମଧ୍ୟ ଉତ୍ଥିତ ହୋଇ ତାହାଙ୍କ ସହିତ ଏକୀଭୂତ ହେବା ।
6
ଯେପରି ଆମ୍ଭେମାନେ ଆଉ ପାପର ଦାସତ୍ୱରେ ନ ରହୁ, ଏଥିପାଇଁ ପାପର ଶରୀର ବିନଷ୍ଟ ହେବା ନିମନ୍ତେ ଆମ୍ଭମାନଙ୍କର ପୁରାତନ ସ୍ୱଭାବ ଯେ ତାହାଙ୍କ ସହିତ କ୍ରୁଶରେ ହତ ହୋଇଅଛି,
7
ଏହା ତ ଆମ୍ଭେମାନେ ଜାଣୁ, କାରଣ ଯେ ମରିଅଛି, ସେ ପାପରୁ ମୁକ୍ତ ହୋଇଅଛି ।
8
କିନ୍ତୁ ଆମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ମରିଅଛୁ, ତାହାହେଲେ ଆମ୍ଭେମାନେ ଯେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା, ଏହା ଆମ୍ଭେମାନେ ବିଶ୍ୱାସ କରୁ ।
9
ଖ୍ରୀଷ୍ଟ ମୃତ୍ୟୁମାନଙ୍କ ମଧ୍ୟରୁ ଉତ୍ଥାପିତ ହେବାରୁ ଯେ ଆଉ କେବେ ମରିବେ ନାହିଁ, ଏହା ତ ଆମ୍ଭେମାନେ ଜାଣୁ; ତାହାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ୱ ନାହିଁ ।
10
କାରଣ ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ୱାରା ସେ ଥରେ ହିଁ ପାପ ପ୍ରତି ମୃତ୍ୟୁ ହେଲେ; କିନ୍ତୁ ସେ ଯେଉଁ ଜୀବନରେ ଜୀବିତ, ସେଥିରେ ସେ ଈଶ୍ୱରଙ୍କ ପ୍ରତି ଜୀବିତ ଅଟନ୍ତି ।
11
ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ୱରଙ୍କ ପ୍ରତି ଜୀବିତ ବୋଲି ଗଣନା କର ।
12
ଅତଏବ ପାପ ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ରାଜତ୍ୱ ନ କରୁ, ତାହା କଲେ, ତୁମ୍ଭେମାନେ ସେଥିର କୁଅଭିଳାଷ- ଗୁଡ଼ାକର ବଶବର୍ତ୍ତୀ ହେବ;
13
କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ୱରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ୱରଙ୍କ ନିକଟରେ ସମର୍ପଣ କର ।
14
କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ ।
15
ତେବେ କ'ଣ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥି ନିମନ୍ତେ କି ପାପ କରିବା? ତାହା କେବେ ହେଁ ନ ହେଉ ।
16
ମୃତ୍ୟୁଜନକ ପାପ କିମ୍ବା ଧାର୍ମିିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କ'ଣ ଜାଣ ନାହିଁ?
17
କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,
18
ପୁଣି, ପାପରୁ ମୁକ୍ତ ହୋଇ ଧାର୍ମିକତାର ଦାସ ହୋଇଅଛ ।
19
ତୁମ୍ଭମାନଙ୍କ ମାନବୀୟ ଦୁର୍ବଳତା ହେତୁ ମୁଁ ମନୁଷ୍ୟ ଭାବରେ କହୁଅଛି; ତୁମ୍ଭେମାନେ ଯେପରି ଅଧର୍ମ ନିମନ୍ତେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଅଶୁଚିତା ଓ ଅଧର୍ମ ନିକଟରେ ଦାସ ରୂପେ ସମର୍ପଣ କରିଥିଲ, ସେହିପରି ଏବେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ପବିତ୍ରତା ନିମନ୍ତେ ଧାର୍ମିକତା ନିକଟରେ ଦାସ ରୂପେ ସମର୍ପଣ କର ।
20
କାରଣ ତୁମ୍ଭେମାନେ ପାପର ଦାସ ଥିବା ସମୟରେ ଧାର୍ମିକତା ସମ୍ବନ୍ଧରେ ସ୍ୱାଧୀନ ଥିଲ ।
21
ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା? ଯେ ସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜାବୋଧ କରୁଅଛ, କେବଳ ସେତିକି ମାତ୍ର; ସେହି ସମସ୍ତର ପରିଣାମ ତ ମୃତ୍ୟୁ ।
22
କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଈଶ୍ୱରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ ।
23
କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ୱରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ ।
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 7 →
All chapters:
1
2
3
4
5
6
7
8
9
10
11
12
13
14
15
16