bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Titus 1
Titus 1
Odia IRV 2017 (ଓଡିଆ ବାଇବେଲ)
Jump to:
Chapter 1
Chapter 2
Chapter 3
Chapter 2 →
1
ପାଉଲ, ଈଶ୍ୱରଙ୍କ ଦାସ ଓ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ବିଶ୍ଵାସର ସହଭାଗିତା ଅନୁସାରେ ଯଥାର୍ଥ ପୁତ୍ର ତୀତସଙ୍କ ନିକଟକୁ,
2
ଈଶ୍ୱରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥି ନିମନ୍ତେ ମୁଁ ପ୍ରେରିତ ହୋଇଅଛି;
3
ସେହି ଅନନ୍ତ ଜୀବନ ସତ୍ୟ ଈଶ୍ୱର, ଅନାଦିକାଳ ପୂର୍ବେ ପ୍ରତିଜ୍ଞା କରି ଯଥା ସମୟରେ ଆପଣା ବାକ୍ୟ ପ୍ରଚାର ଦ୍ୱାରା ପ୍ରକାଶ କଲେ; ସେହି ବାକ୍ୟ ପ୍ରଚାର କରିବାର ଭାର ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱରଙ୍କ ଆଜ୍ଞାନୁସାରେ ମୋ'ଠାରେ ସମର୍ପିତ ହୋଇଅଛି ।
4
ପିତା ଈଶ୍ୱର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ ।
5
ମୋହର ଆଦେଶାନୁସାରେ ଅସମ୍ପୂର୍ଣ୍ଣ କାର୍ଯ୍ୟସବୁ ସମ୍ପୂର୍ଣ୍ଣ କରିବାକୁ ପୁଣି, ପ୍ରତ୍ୟେକ ନଗରରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରିବାକୁ ମୁଁ କ୍ରୀତୀରେ ତୁମ୍ଭକୁ ଛାଡ଼ି ଆସିଲି;
6
ଯେଉଁ ବ୍ୟକ୍ତି ନିର୍ଦ୍ଦୋଷ ଓ ଏକ ସ୍ତ୍ରୀର ସ୍ୱାମୀ, ଯାହାଙ୍କ ସନ୍ତାନମାନେ ବିଶ୍ୱାସୀ ଅଟନ୍ତି ଓ କଦାଚରଣ କିମ୍ବା ଅବାଧ୍ୟ ନୁହଁନ୍ତି, ତାହାଙ୍କୁ ନିଯୁକ୍ତ କର ।
7
କାରଣ ଅଧ୍ୟକ୍ଷ, ଈଶ୍ୱରଙ୍କ ବେବର୍ତ୍ତା ସ୍ୱରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦପ୍ରିୟ କି କୁତ୍ସିତ ଧନଲୋଭର ଅଭିଳାଷୀ ନ ହୋଇ ଅାତିଥ୍ୟ ପ୍ରିୟ,
8
ଉତ୍ତମ ବିଷୟର ଅନୁରାଗୀ, ସୁବୁଦ୍ଧି, ନ୍ୟାୟପରାୟଣ, ସାଧୁ ଓ ମିତାଚାରୀ ହେଉନ୍ତୁ,
9
ପୁଣି, ଯେପରି ସେ ହିତଜନକ ଶିକ୍ଷା ଦେଇ ଉତ୍ସାହ ଦେବାକୁ ଓ ବିପକ୍ଷବାଦୀମାନଙ୍କୁ ଅନୁଯୋଗ କରିବାକୁ ସକ୍ଷମ ହୁଅନ୍ତି, ଏଥି ନିମନ୍ତେ ପ୍ରାପ୍ତ ଶିକ୍ଷାନୁଯାୟୀ ବିଶ୍ୱାସଯୋଗ୍ୟ ବାକ୍ୟକୁ ଦୃଢ ଭାବରେ ଧରନ୍ତୁ ।
10
କାରଣ ଅନେକେ ଅବାଧ୍ୟ ଲୋକ, ଅସାର ବାକ୍ୟବାଦୀ ଓ ପ୍ରବଞ୍ଚକ ଅଛନ୍ତି, ବିଶେଷରେ ସୁନ୍ନତ ପ୍ରାପ୍ତ ଲୋକମାନଙ୍କ ମଧ୍ୟରେ ଅଛନ୍ତି;
11
ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ । ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି ।
12
ସେମାନଙ୍କର ଜଣେ ସ୍ୱଜାତୀୟ ଭାବବାଦୀ କହିଅଛନ୍ତି, କ୍ରୀତୀବାସୀମାନେ ସର୍ବଦା ମିଥ୍ୟାବାଦୀ, ହିଂସ୍ରକ ପଶୁ ତୁଲ୍ୟ ଓ ଅଳସୁଆ ପେଟୁକ ଅଟନ୍ତି ।
13
ଏହି ଉକ୍ତିଟି ସତ୍ୟ । ଏଣୁ ସେମାନେ ଯେପରି ଯିହୂଦୀୟ କଳ୍ପିତ ଗଳ୍ପ ପୁଣି, ସତ୍ୟରୁ ବିମୁଖ ହୋଇଥିବା ଲୋକମାନଙ୍କ ବାକ୍ୟ ପ୍ରତି ମନୋଯୋଗୀ ନ ହୋଇ ବିଶ୍ୱାସରେ ସବଳ ହୁଅନ୍ତି,
14
ଏଥିପାଇଁ ସେମାନଙ୍କୁ ଦୃଢ ରୂପେ ଅନୁଯୋଗ କର ।
15
ଶୁଚି ଲୋକମାନଙ୍କ ନିମନ୍ତେ ସମସ୍ତ ହିଁ ଶୁଚି; କିନ୍ତୁ କଳୁଷିତ ଓ ଅବିଶ୍ୱାସୀମାନଙ୍କ ନିମନ୍ତେ କୌଣସି ବିଷୟ ଶୁଚି ନୁହେଁ । ବରଂ ସେମାନଙ୍କ ମନ ଓ ବିବେକ ଉଭୟ ହିଁ କଳୁଷିତ ।
16
ସେମାନେ ଈଶ୍ୱରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ ।
Jump to:
Chapter 1
Chapter 2
Chapter 3
Chapter 2 →
All chapters:
1
2
3