bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Zechariah 4
Zechariah 4
Odia IRV 2017 (ଓଡିଆ ବାଇବେଲ)
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 5 →
1
ଏଉତ୍ତାରେ ଯେଉଁ ଦୂତ ମୋ’ ସଙ୍ଗରେ କଥା କହୁଥିଲେ, ସେ ଆସି ମୋତେ ନିଦ୍ରାରୁ ଉଠିଥିବା ମନୁଷ୍ୟ ପରି ଜଗାଇଲେ।
2
ପୁଣି, ସେ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତଟି ନଳ ଅଛି।
3
ଆଉ, ତହିଁର ନିକଟରେ ଦୁଇ ଜୀତବୃକ୍ଷ ଅଛି, ପୁଣି ଗୋଟିଏ ତୈଳାଧାରର ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଗୋଟିଏ ତହିଁର ବାମ ପାର୍ଶ୍ୱରେ।”
4
ତହିଁରେ ଯେଉଁ ଦୂତ ମୋ’ ସଙ୍ଗରେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, “ହେ ମହାଶୟ, ଏସବୁର ଅର୍ଥ କ’ଣ?”
5
ସେତେବେଳେ ଯେଉଁ ଦୂତ ମୋ’ ସଙ୍ଗରେ କଥା କହୁଥିଲେ, ସେ ମୋତେ ଉତ୍ତର କରି କହିଲେ, “ଏସବୁର ଅର୍ଥ କଅଣ, ତାହା କି ତୁମ୍ଭେ ଜାଣି ନାହଁ?” ପୁଣି, ତହିଁରେ ମୁଁ କହିଲି, “ହେ ମହାଶୟ, ଜାଣି ନାହିଁ।”
6
ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲ୍ଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”
7
“ହେ ବୃହତ ପର୍ବତ, ତୁମ୍ଭେ କିଏ ଯିରୁବ୍ବାବିଲ୍ଙ୍କ ସମ୍ମୁଖରେ ତୁମ୍ଭେ ସମଭୂମି ହେବ ଆଉ, ତହିଁ ପ୍ରତି ଅନୁଗ୍ରହ, ଅନୁଗ୍ରହ, ଏହି ଜୟଧ୍ୱନି କରି ସେ ମସ୍ତକ ସ୍ୱରୂପ ପ୍ରସ୍ତର ବାହାର କରି ଆଣିବ?”
8
ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,
9
“ଯିରୁବ୍ବାବିଲ୍ଙ୍କ ହସ୍ତ ଏହି ଗୃହର ଭିତ୍ତିମୂଳ ସ୍ଥାପନ କରିଅଛି; ତାଙ୍କ ହସ୍ତ ମଧ୍ୟ ତାହା ସମାପ୍ତ କରିବ; ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।”
10
କାରଣ କ୍ଷୁଦ୍ର କ୍ଷୁଦ୍ର ବିଷୟର ଦିନକୁ କିଏ ତୁଚ୍ଛଜ୍ଞାନ କରିଅଛି? ଯେଣୁ ସେମାନେ, ଅର୍ଥାତ୍, ସମୁଦାୟ ପୃଥିବୀର ଏଣେତେଣେ ପର୍ଯ୍ୟଟନକାରୀ ସଦାପ୍ରଭୁଙ୍କର ଏହି ସପ୍ତ ଚକ୍ଷୁ ଯିରୁବ୍ବାବିଲ୍ଙ୍କ ହସ୍ତରେ ଓଳମ ଦେଖି ଆନନ୍ଦ କରିବେ।
11
ତେବେ ମୁଁ ଉତ୍ତର କରି ତାଙ୍କୁ କହିଲି, “ଦୀପବୃକ୍ଷର ଦକ୍ଷିଣ ପାର୍ଶ୍ୱରେ ଓ ତହିଁର ବାମ ପାର୍ଶ୍ୱରେ ସ୍ଥିତ ଏହି ଦୁଇ ଜୀତବୃକ୍ଷ କ’ଣ?”
12
ପୁଣି, ମୁଁ ଦ୍ୱିତୀୟ ଥର ତାଙ୍କୁ ଉତ୍ତର କରି କହିଲି, “ସୁବର୍ଣ୍ଣମୟ ଯେଉଁ ଦୁଇ ନଳ ଆପଣା ଆପଣା ମଧ୍ୟରୁ ସୁବର୍ଣ୍ଣମୟ ତୈଳ ନିର୍ଗତ କରେ, ତହିଁର ପାର୍ଶ୍ୱରେ ଜୀତବୃକ୍ଷର ଯେଉଁ ଦୁଇ ଶାଖା ଅଛି, ତାହା କ’ଣ?”
13
ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏସବୁ କଅଣ, ଏହା କି ତୁମ୍ଭେ ଜାଣ ନାହିଁ?” ତହୁଁ ମୁଁ କହିଲି, “ହେ ମହାଶୟ, ଜାଣେ ନାହିଁ।”
14
ତେବେ ସେ କହିଲେ, “ଏମାନେ ସମୁଦାୟ ଭୂମଣ୍ଡଳର ପ୍ରଭୁଙ୍କ ଛାମୁରେ ଠିଆ ହେବାର ଦୁଇ ତୈଳ ପୁତ୍ର ଅଟନ୍ତି।”
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 5 →
All chapters:
1
2
3
4
5
6
7
8
9
10
11
12
13
14