bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
1 Chronicles 11
1 Chronicles 11
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 12 →
1
ଏଥିଉତ୍ତାରେ ସମୁଦାୟ ଇସ୍ରାଏଲ ହିବ୍ରୋଣରେ ଦାଉଦଙ୍କ ନିକଟରେ ଏକତ୍ର ହୋଇ କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।
2
ଗତ ଦିନରେ ଶାଉଲ ରାଜା ଥିଲା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ କହିଅଛନ୍ତି, ‘ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କର ଅଗ୍ରଣୀ ହେବ।’”
3
ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗେ ନିୟମ କଲେ; ପୁଣି, ଶାମୁୟେଲଙ୍କ ହସ୍ତରେ ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।
4
ଏଥିଉତ୍ତାରେ ଦାଉଦ ଓ ସମଗ୍ର ଇସ୍ରାଏଲ ଯିରୂଶାଲମକୁ, ଅର୍ଥାତ୍, ଯିବୂଷକୁ ଗଲେ; ସେହି ସମୟରେ ଦେଶ ନିବାସୀ ଯିବୂଷୀୟମାନେ ସେଠାରେ ଥିଲେ।
5
ତହିଁରେ ଯିବୂଷ ନିବାସୀମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନକୁ ଆସିପାରିବ ନାହିଁ।” ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ହସ୍ତଗତ କଲେ; ତାହା ଦାଉଦ-ନଗର ହେଲା।
6
ଆଉ ଦାଉଦ କହିଲେ, “ଯେକେହି ପ୍ରଥମେ ଯିବୂଷୀୟମାନଙ୍କୁ ଆଘାତ କରିବ, ସେ ପ୍ରଧାନ ଓ ସେନାପତି ହେବ।” ତହିଁରେ ସରୁୟାର ପୁତ୍ର ଯୋୟାବ ପ୍ରଥମେ ଗଲା ଓ ପ୍ରଧାନ କରାଗଲା।
7
ପୁଣି, ଦାଉଦ ସେହି ଦୃଢ଼ ଗଡ଼ରେ ବାସ କଲେ; ଏହେତୁ ଲୋକମାନେ ତାକୁ ଦାଉଦ-ନଗର ନାମ ଦେଲେ।
8
ଆଉ ଦାଉଦ ଚତୁର୍ଦ୍ଦିଗରେ, ଅର୍ଥାତ୍, ମିଲ୍ଲୋଠାରୁ ଚତୁର୍ଦ୍ଦିଗରେ ନଗର ନିର୍ମାଣ କଲେ; ପୁଣି, ଯୋୟାବ ନଗରର ଅବଶିଷ୍ଟ ସ୍ଥାନ ପୁନଃନିର୍ମାଣ କଲେ।
9
ତହୁଁ ଦାଉଦ ଆହୁରି ଆହୁରି ମହାନ ହେଲେ; କାରଣ ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କ ସହ ଥିଲେ।
10
ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଦାଉଦଙ୍କୁ ରାଜା କରିବା ପାଇଁ ସମଗ୍ର ଇସ୍ରାଏଲ ସହିତ ଯେଉଁମାନେ ତାଙ୍କ ରାଜ୍ୟରେ ତାଙ୍କ ସଙ୍ଗେ ଆପଣାମାନଙ୍କୁ ବଳବାନ ଦେଖାଇଥିଲେ, ଦାଉଦଙ୍କର ସେହି ବୀରମାନଙ୍କ ମଧ୍ୟରେ ଏମାନେ ପ୍ରଧାନ।
11
ଦାଉଦଙ୍କର ବୀରମାନଙ୍କ ସଂଖ୍ୟା; ଜଣେ ହକ୍ମୋନୀୟର ପୁତ୍ର ଯାଶ୍ବୀୟାମ୍ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଥିଲା; ସେ ତିନି ଶହ ଲୋକ ଉପରେ ଆପଣା ବର୍ଚ୍ଛା ଚଳାଇ ଏକାବେଳେ ସେମାନଙ୍କୁ ବଧ କରିଥିଲା।
12
ପୁଣି, ତାହା ଉତ୍ତାରେ ଅହୋହୀୟ ଦୋଦୟର ପୁତ୍ର ଇଲୀୟାସର, ସେ ତିନି ବୀରଙ୍କ ମଧ୍ୟରେ ପ୍ରଧାନ ଥିଲା।
13
ସେ ପଶଦମ୍ମୀମରେ ଦାଉଦଙ୍କ ସଙ୍ଗରେ ଥିଲା, ସେଠାରେ ପଲେଷ୍ଟୀୟମାନେ ଯୁଦ୍ଧାର୍ଥେ ଏକତ୍ର ହୋଇଥିଲେ, ସେଠାରେ ଯବପୂର୍ଣ୍ଣ ଖଣ୍ଡେ ଭୂମି ଥିଲା; ଆଉ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଉଥିଲେ;
14
ଏଥିରେ ସେମାନେ ସେହି ଭୂମିଖଣ୍ଡ ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲେ ଓ ପଲେଷ୍ଟୀୟମାନଙ୍କୁ ବଧ କଲେ; ପୁଣି, ସଦାପ୍ରଭୁ ମହା ଜୟ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ।
15
ଆଉ ତିରିଶ ଜଣ ପ୍ରଧାନଙ୍କ ମଧ୍ୟରୁ ତିନି ଜଣ ଶୈଳକୁ, ଅର୍ଥାତ୍, ଅଦୁଲ୍ଲମ ଗୁମ୍ଫାକୁ ଦାଉଦଙ୍କ ନିକଟକୁ ଗଲେ। ସେତେବେଳେ ପଲେଷ୍ଟୀୟ ସୈନ୍ୟ ରଫାୟୀମ ଉପତ୍ୟକାରେ ଛାଉଣି ସ୍ଥାପନ କରିଥିଲେ।
16
ପୁଣି, ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କର ପ୍ରହରୀ-ସୈନ୍ୟଦଳ ବେଥଲିହିମରେ ଥିଲେ।
17
ଏଥିରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପର ଜଳ ପାନ କରିବାକୁ ମୋତେ ଦିଅନ୍ତା କି!”
18
ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ଦାଉଦ ତହିଁରୁ ପାନ କରିବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ, ଆଉ କହିଲେ,
19
“ମୋʼ ପରମେଶ୍ୱର ଏପରି କର୍ମ କରିବାକୁ ମୋତେ ନ ଦେଉନ୍ତୁ; ପ୍ରାଣପଣରେ ଗମନକାରୀ ଏହି ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? କାରଣ ସେମାନେ ପ୍ରାଣପଣରେ ତାହା ଆଣିଅଛନ୍ତି।” ଏଣୁ ସେ ତାହା ପାନ କରିବାକୁ ସମ୍ମତ ହେଲେ ନାହିଁ। ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।
20
ସେହି ତିନି ଜଣଙ୍କ ମଧ୍ୟରେ ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା; କାରଣ ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା; ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।
21
ଏହି ତିନିଙ୍କ ମଧ୍ୟରେ ସେ ଦୁଇ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା ଓ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା।
22
ପରାକ୍ରାନ୍ତ କର୍ମକାରୀ କବ୍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟେଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।
23
ଆହୁରି ସେ ପାଞ୍ଚ ହାତ ଦୀର୍ଘ ବୃହତକାୟ ଏକ ମିସରୀୟ ପୁରୁଷକୁ ବଧ କଲା; ସେହି ମିସରୀୟ ହସ୍ତରେ ତନ୍ତୀର ନରାଜ ତୁଲ୍ୟ ଏକ ବର୍ଚ୍ଛା ଥିଲା; ପୁଣି, ବନାୟ ଏକ ଯଷ୍ଟି ନେଇଯାଇ ସେହି ମିସରୀୟର ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା।
24
ଯିହୋୟାଦାର ପୁତ୍ର ବନାୟ ଏହିସବୁ କର୍ମ କଲା, ଏଣୁ ସେ ଏହି ତିନି ବୀରଙ୍କ ମଧ୍ୟରେ ନାମ ପାଇଲା।
25
ଦେଖ, ସେ ତିରିଶ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ।
26
ଆହୁରି ସୈନ୍ୟ ମଧ୍ୟରେ ଏହି ବୀରମାନେ ଥିଲେ; ଯଥା, ଯୋୟାବର ଭ୍ରାତା ଅସାହେଲ, ବେଥଲିହିମସ୍ଥ ଦୋଦୟର ପୁତ୍ର ଇଲ୍ହାନନ୍;
27
ହରୋରୀୟ ଶମ୍ମୋତ୍, ପଲୋନୀୟ ହେଲସ୍,
28
ତକୋୟୀୟ ଇକ୍କେଶର ପୁତ୍ର ଈରା, ଅନାଥୋତୀୟ ଅବୀୟେଷର;
29
ହୂଶାତୀୟ ସିବ୍ବଖୟ, ଅହୋହୀୟ ଈଲୟ;
30
ନଟୋଫାତୀୟ ମହରୟ, ନଟୋଫାତୀୟ ବାନାର ପୁତ୍ର ହେଲଦ୍;
31
ବିନ୍ୟାମୀନ୍-ସନ୍ତାନଗଣର ଗିବୀୟା ନିବାସୀ ରୀବୟର ପୁତ୍ର ଇତ୍ତୟ, ପିରୀୟାଥୋନୀୟ ବନାୟ;
32
ଗାଶ୍-ନଦୀତୀର ନିବାସୀ ହୂରୟ, ଅର୍ବତୀୟ ଅବୀୟେଲ;
33
ବାହାରୁମୀୟ ଅସ୍ମାବତ୍, ଶାଲ୍ବୋନୀୟ ଇଲୀୟହବା;
34
ଗିଷୋନୀୟ ହାଷେମ୍ର ପୁତ୍ରଗଣ, ହରାରୀୟ ଶାଗିର ପୁତ୍ର ଯୋନାଥନ;
35
ହରାରୀୟ ସାଖରର ପୁତ୍ର ଅହୀୟାମ, ଊରର ପୁତ୍ର ଇଲୀଫାଲ;
36
ମଖେରାତୀୟ ହେଫର, ପଲୋନୀୟ ଅହୀୟ;
37
କର୍ମିଲୀୟ ହିଷ୍ରୟ, ଇଷ୍ବୟର ପୁତ୍ର ନାରୟ;
38
ନାଥନର ଭ୍ରାତା ଯୋୟେଲ, ହଗ୍ରିର ପୁତ୍ର ମିଭର;
39
ଅମ୍ମୋନୀୟ ସେଲକ୍, ସରୁୟାର ପୁତ୍ର ଯୋୟାବର ଅସ୍ତ୍ରବାହକ ବେରୋତୀୟ ନହରୟ;
40
ଯିତ୍ରୀୟ ଈରା ଓ ଗାରେବ୍;
41
ହିତ୍ତୀୟ ଊରୀୟ, ଅହଲୟର ପୁତ୍ର ସାବଦ୍,
42
ରୁବେନୀୟ ଶୀଷାର ପୁତ୍ର ଅଦୀନା, ଏ ରୁବେନୀୟମାନଙ୍କର ଜଣେ ପ୍ରଧାନ ଥିଲା ଓ ତାହା ସଙ୍ଗେ ତିରିଶ ଜଣ ଥିଲେ;
43
ମାଖାର ପୁତ୍ର ହାନନ୍, ମିତ୍ନୀୟ ଯୋଶାଫଟ୍;
44
ଅଷ୍ଟାରୋତୀୟ ଉଷୀଅ; ଅରୋୟେରୀୟ ହୋଥମ୍ର ପୁତ୍ର ଶାମ୍ ଓ ଯିୟୀୟେଲ୍;
45
ଶିମ୍ରିର ପୁତ୍ର ଯିଦୀୟେଲ ଓ ତାହାର ଭ୍ରାତା ତୀଷୀୟ ଯୋହା;
46
ମହବୀୟ, ଇଲୀୟେଲ୍, ଇଲ୍ନାମର ପୁତ୍ର ଯିରୀବୟ ଓ ଯୋଶବୀୟ, ଆଉ ମୋୟାବୀୟ ଯିତ୍ମା;
47
ଇଲୀୟେଲ୍, ଓବେଦ୍ ଓ ମସୋବାୟୀୟ ଯାସୀୟେଲ୍।
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 12 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29