bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
1 Chronicles 13
1 Chronicles 13
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 14 →
1
ଏଥିଉତ୍ତାରେ ଦାଉଦ ସହସ୍ରପତିମାନଙ୍କର, ଶତପତିମାନଙ୍କର ଓ ସମସ୍ତ ଅଧ୍ୟକ୍ଷଙ୍କ ସହିତ ମନ୍ତ୍ରଣା କଲେ।
2
ଆଉ ଦାଉଦ ଇସ୍ରାଏଲର ସମଗ୍ର ସମାଜକୁ କହିଲେ, “ଯଦି ତୁମ୍ଭମାନଙ୍କୁ ଉତ୍ତମ ଦେଖାଯାଏ ଓ ଯଦି ତାହା ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଡ଼ୁ ହୁଏ, ତେବେ ଇସ୍ରାଏଲର ସମୁଦାୟ ପ୍ରଦେଶରେ ଆମ୍ଭମାନଙ୍କ ଅବଶିଷ୍ଟ ଭ୍ରାତୃଗଣ ଓ ସେମାନଙ୍କ ସଙ୍ଗେ ଆପଣା ଆପଣା ତଳିଭୂମି-ବିଶିଷ୍ଟ ନଗରରେ ବାସକାରୀ ଯାଜକମାନେ ଓ ଲେବୀୟମାନେ ଯେପରି ଆମ୍ଭମାନଙ୍କ ନିକଟରେ ଏକତ୍ରିତ ହୁଅନ୍ତି, ଏନିମନ୍ତେ ଆସ, ଆମ୍ଭେମାନେ ସର୍ବତ୍ର ସେମାନଙ୍କ ନିକଟକୁ ଲୋକ ପଠାଉ।
3
ପୁଣି, ଆମ୍ଭମାନଙ୍କ ପରମେଶ୍ୱରଙ୍କ ସିନ୍ଦୁକ ପୁନର୍ବାର ଆମ୍ଭମାନଙ୍କ ନିକଟକୁ ଆଣୁ; କାରଣ ଶାଉଲଙ୍କ ସମୟରେ ଆମ୍ଭେମାନେ ତହିଁର ଅନ୍ୱେଷଣ କରି ନାହୁଁ।”
4
ତହିଁରେ ସମଗ୍ର ସମାଜ ସେହିପରି କରିବେ ବୋଲି କହିଲେ; କାରଣ ସକଳ ଲୋକଙ୍କ ଦୃଷ୍ଟିରେ ତାହା ଯଥାର୍ଥ ବୋଧ ହେଲା।
5
ତହୁଁ କିରୀୟଥ୍-ଯିୟାରୀମ୍ରୁ ପରମେଶ୍ୱରଙ୍କ ସିନ୍ଦୁକ ଆଣିବା ନିମନ୍ତେ ଦାଉଦ ମିସରର ଶୀୟୋର ନଦୀଠାରୁ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲକୁ ଏକତ୍ର କଲେ।
6
ଆଉ କିରୂବଗଣ ମଧ୍ୟରେ ଉପବିଷ୍ଟ ସଦାପ୍ରଭୁଙ୍କ ନାମରେ ଖ୍ୟାତ ପରମେଶ୍ୱରଙ୍କ ସିନ୍ଦୁକକୁ ଯିହୁଦାର ଅଧିକାରସ୍ଥ ବାଲାରୁ, ଅର୍ଥାତ୍, କିରୀୟଥ୍-ଯିୟାରୀମ୍ରୁ ଆଣିବା ପାଇଁ ଦାଉଦ ଓ ସମଗ୍ର ଇସ୍ରାଏଲ ସେହି ସ୍ଥାନକୁ ଗଲେ।
7
ପୁଣି, ସେମାନେ ଗୋଟିଏ ନୂତନ ଶଗଡ଼ରେ ପରମେଶ୍ୱରଙ୍କ ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାର କରି ବୋହି ଆଣିଲେ; ଆଉ ଉଷ ଓ ଅହୀୟୋ ଶଗଡ଼ ଚଳାଇଲେ।
8
ପୁଣି, ଦାଉଦ ଓ ସମଗ୍ର ଇସ୍ରାଏଲ ପରମେଶ୍ୱରଙ୍କ ସାକ୍ଷାତରେ ସମସ୍ତ ଶକ୍ତି ସହିତ ଗାୟନ କରି ବୀଣା ଓ ନେବଲ ଓ ଦାରା ଓ କରତାଳ ଓ ତୂରୀ ବଜାଇଲେ।
9
ଆଉ ସେମାନେ କୀଦୋନ୍ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ସିନ୍ଦୁକ ଧରିଲା।
10
ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସିନ୍ଦୁକ ପ୍ରତି ହସ୍ତ ବିସ୍ତାର କରିବା ସକାଶୁ ସେ ତାହାକୁ ଆଘାତ କଲେ; ତହୁଁ ସେ ସେଠାରେ ପରମେଶ୍ୱରଙ୍କ ସାକ୍ଷାତରେ ମଲା।
11
ପୁଣି, ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ; ଏଣୁ ସେ ସେହି ସ୍ଥାନର ନାମ “ପେରସ-ଉଷ” ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି।
12
ଆଉ ଦାଉଦ ସେହି ଦିନ ପରମେଶ୍ୱରଙ୍କ ବିଷୟରେ ଭୟ ପାଇ କହିଲେ, “ମୁଁ କିପରି ପରମେଶ୍ୱରଙ୍କ ସିନ୍ଦୁକ ମୋʼ ନିକଟକୁ ଗୃହକୁ ଆଣିବି?”
13
ତହୁଁ ଦାଉଦ ଦାଉଦ-ନଗରକୁ ଆପଣା ନିକଟକୁ ସିନ୍ଦୁକ ଆଣିଲେ ନାହିଁ, ମାତ୍ର ତାହା ନେଇ ପଥପାର୍ଶ୍ୱସ୍ଥ ଗାଥୀୟ ଓବେଦ୍-ଇଦୋମର ଗୃହରେ ରଖିଲେ।
14
ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଓବେଦ୍-ଇଦୋମର ପରିବାର ସହିତ ତାହାର ଗୃହରେ ତିନି ମାସ ରହିଲା; ପୁଣି, ସଦାପ୍ରଭୁ ଓବେଦ୍-ଇଦୋମର ଗୃହକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କଲେ।
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 14 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29