bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
1 Chronicles 22
1 Chronicles 22
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 23 →
1
ସେତେବେଳେ ଦାଉଦ କହିଲେ, “ଏହି ଗୃହ ସଦାପ୍ରଭୁ ପରମେଶ୍ୱରଙ୍କର ଓ ଏହି ହୋମବଳିର ବେଦି ଇସ୍ରାଏଲର।”
2
ଏଥିଉତ୍ତାରେ ଦାଉଦ ଇସ୍ରାଏଲ-ଦେଶସ୍ଥ ବିଦେଶୀମାନଙ୍କୁ ଏକତ୍ର କରିବାକୁ ଆଜ୍ଞା ଦେଲେ; ପୁଣି, ପରମେଶ୍ୱରଙ୍କ ଗୃହ ନିର୍ମାଣ କରିବା ପାଇଁ ଖୋଦିତ ପ୍ରସ୍ତର ପ୍ରସ୍ତୁତ କରିବାକୁ ରାଜମିସ୍ତ୍ରୀମାନଙ୍କୁ ନିଯୁକ୍ତ କଲେ।
3
ଆଉ, ଦାଉଦ ଦ୍ୱାର-କବାଟର କଣ୍ଟା ନିମନ୍ତେ ଓ କବ୍ଜା ନିମନ୍ତେ ଅଧିକ ପରିମାଣର ଲୁହା ଓ ଅପରିମିତ ଅଧିକ ପରିମାଣର ପିତ୍ତଳ ପ୍ରସ୍ତୁତ କଲେ।
4
ଆଉ, ଅସଂଖ୍ୟ ଏରସ କାଷ୍ଠ ପ୍ରସ୍ତୁତ କଲେ, କାରଣ ସୀଦୋନୀୟ ଓ ସୋରୀୟ ଲୋକମାନେ ଦାଉଦଙ୍କ ନିକଟକୁ ଅଧିକ ପରିମାଣର ଏରସ କାଷ୍ଠ ଆଣିଲେ।
5
ଆଉ ଦାଉଦ କହିଲେ, “ମୋʼ ପୁତ୍ର ଶଲୋମନ ଅଳ୍ପ ବୟସ୍କ ଓ କୋମଳ, ପୁଣି, ସଦାପ୍ରଭୁଙ୍କ ନିମନ୍ତେ ଯେଉଁ ଗୃହ ନିର୍ମାଣ କରାଯିବ, ତାହା କୀର୍ତ୍ତି ଓ ଗୌରବ ସକାଶୁ ସମଗ୍ର ଦେଶରେ ଅତିଶୟ ପ୍ରତାପାନ୍ୱିତ ହେବ; ଏହେତୁ ମୁଁ ତହିଁ ପାଇଁ ଆୟୋଜନ କରିବି।” ଏହିପରି ଦାଉଦ ଆପଣା ମୃତ୍ୟୁୁ ପୂର୍ବେ ଅଧିକ ପ୍ରଚୁର ପରିମାଣରେ ରୂପେ ଆୟୋଜନ କଲେ।
6
ଏଥିଉତ୍ତାରେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ ଡକାଇ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନିମନ୍ତେ ଗୃହ ନିର୍ମାଣ କରିବାକୁ ଆଜ୍ଞା ଦେଲେ।
7
ଆଉ, ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ମୋହର ମନସ୍ଥ ଥିଲା।
8
ମାତ୍ର, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ‘ତୁମ୍ଭେ ଅଧିକ ପରିମାଣର ରକ୍ତପାତ ଓ ବଡ଼ ବଡ଼ ଯୁଦ୍ଧ କରିଅଛ; ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ ନାହିଁ, କାରଣ ତୁମ୍ଭେ ଆମ୍ଭ ସାକ୍ଷାତରେ ଭୂମିରେ ଅଧିକ ପରିମାଣର ରକ୍ତପାତ କରିଅଛ।
9
ଦେଖ, ତୁମ୍ଭର ଏକ ପୁତ୍ର ଜାତ ହେବ, ସେ ବିଶ୍ରାମପ୍ରାପ୍ତ ମନୁଷ୍ୟ ହେବ; ପୁଣି, ଆମ୍ଭେ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତାହାକୁ ବିଶ୍ରାମ ଦେବା; କାରଣ ତାହାର ନାମ ଶଲୋମନ ହେବ ଓ ଆମ୍ଭେ ତାହାର ସମୟରେ ଇସ୍ରାଏଲକୁ ଶାନ୍ତି ଓ ନିର୍ବିଘ୍ନତା ଦେବା;
10
ସେ ଆମ୍ଭ ନାମ ପାଇଁ ଗୃହ ନିର୍ମାଣ କରିବ; ସେ ଆମ୍ଭର ପୁତ୍ର ହେବ ଓ ଆମ୍ଭେ ତାହାର ପିତା ହେବା; ପୁଣି, ଆମ୍ଭେ ଇସ୍ରାଏଲ ଉପରେ ତାହାର ରାଜସିଂହାସନ ଅନନ୍ତକାଳ ସ୍ଥାପନ କରିବା।’
11
ଏବେ ହେ ମୋହର ପୁତ୍ର, ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ତୁମ୍ଭେ କୃତକାର୍ଯ୍ୟ ହୁଅ ଓ ତୁମ୍ଭ ବିଷୟରେ ଉକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ବାକ୍ୟାନୁସାରେ ତାହାଙ୍କର ଗୃହ ନିର୍ମାଣ କର।
12
କେବଳ ସଦାପ୍ରଭୁ ତୁମ୍ଭକୁ ବୁଦ୍ଧି ଓ ବିବେଚନା ଦିଅନ୍ତୁ ଓ ଇସ୍ରାଏଲ ଉପରେ ତୁମ୍ଭକୁ ନିଯୁକ୍ତ କରନ୍ତୁ; ତାହାହେଲେ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବ୍ୟବସ୍ଥା ପାଳନ କରି ପାରିବ।
13
ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେଉଁ ଯେଉଁ ବିଧି ଓ ଶାସନ ଦେଇଅଛନ୍ତି, ସେହି ସବୁ ଯଦି ତୁମ୍ଭେ ପାଳିବାକୁ ମନୋଯୋଗ କରିବ, ତେବେ ତୁମ୍ଭେ କୃତକାର୍ଯ୍ୟ ହେବ; ବଳବାନ ଓ ସାହସିକ ହୁଅ; ଭୀତ କି ନିରାଶ ନ ହୁଅ।
14
ଆଉ ଦେଖ, ମୁଁ ଆପଣା କଷ୍ଟରେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଏକ ଲକ୍ଷ ତାଳନ୍ତ ସୁନା ଓ ଦଶ ଲକ୍ଷ ତାଳନ୍ତ ରୂପା; ଆଉ ଅପରିମିତ ଅଧିକ ପରିମାଣର ପିତ୍ତଳ ଓ ଲୁହା ଆୟୋଜନ କରିଅଛି; ମଧ୍ୟ କଡ଼ି ଓ ପ୍ରସ୍ତର ପ୍ରସ୍ତୁତ କରିଅଛି, ତୁମ୍ଭେ ସେଥିରେ ଆହୁରି ଯୋଗ କରିବ।
15
ଆହୁରି, ତୁମ୍ଭ ନିକଟରେ ଅନେକ ଶିଳ୍ପକାର ଓ ପଥର-କଟାଳି, ପୁଣି, ପଥର ଓ କାଷ୍ଠର କର୍ମକାର ଓ ସର୍ବପ୍ରକାର କର୍ମରେ ବହୁତ ନିପୁଣ ଲୋକ ଅଛନ୍ତି;
16
ସୁନା, ରୂପା ଓ ପିତ୍ତଳ ଓ ଲୁହାର କିଛି ସଂଖ୍ୟା ନାହିଁ; ଉଠ, କର୍ମ କର ଓ ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ।”
17
ମଧ୍ୟ ଦାଉଦ ଇସ୍ରାଏଲର ସମସ୍ତ ଅଧିପତିଙ୍କୁ ଆପଣା ପୁତ୍ର ଶଲୋମନଙ୍କର ସାହାଯ୍ୟ କରିବାକୁ ଆଜ୍ଞା ଦେଇ କହିଲେ,
18
“ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର କʼଣ ତୁମ୍ଭମାନଙ୍କର ସହବର୍ତ୍ତୀ ନୁହନ୍ତି? ଓ ସେ କʼଣ ଚତୁର୍ଦ୍ଦିଗରେ ତୁମ୍ଭମାନଙ୍କୁ ବିଶ୍ରାମ ଦେଇ ନାହାନ୍ତି? ସେ ଦେଶ ନିବାସୀମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିଅଛନ୍ତି; ଆଉ ସଦାପ୍ରଭୁଙ୍କ ଓ ତାହାଙ୍କ ଲୋକମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ରହିଅଛି।
19
ଏଣୁ, ଏବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ଆପଣା ଅନ୍ତଃକରଣ ଓ ପ୍ରାଣ ନିବେଶ କର; ଆଉ ଉଠ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମିତ ହେବ, ସେଠାକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ପରମେଶ୍ୱରଙ୍କ ପବିତ୍ର ପାତ୍ରସକଳ ଆଣିବା ପାଇଁ ସଦାପ୍ରଭୁ ପରମେଶ୍ୱରଙ୍କର ଆବାସ ନିର୍ମାଣ କର।”
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 23 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29