bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
1 Chronicles 27
1 Chronicles 27
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 26
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 28 →
1
ଆପଣା ଆପଣା ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣ, ଅର୍ଥାତ୍, ପିତୃବଂଶର ପ୍ରଧାନମାନେ ଓ ସହସ୍ରପତିମାନେ ଓ ଶତପତିମାନେ ଓ ସେମାନଙ୍କର କାର୍ଯ୍ୟଶାସକମାନେ, ବର୍ଷର ସମୁଦାୟ ମାସରେ ମାସକୁ ମାସ ପାଳିର ଯେକୌଣସି ବିଷୟରେ ରାଜାଙ୍କର ସେବା କରିବାକୁ ଆସିଲେ ଓ ଗଲେ, ସେମାନଙ୍କ ପ୍ରତ୍ୟେକ ପାଳିରେ ଚବିଶ ହଜାର ଲୋକ ଥିଲେ।
2
ପ୍ରଥମ ପାଳି ଉପରେ ପ୍ରଥମ ମାସ ନିମନ୍ତେ ସବ୍ଦୀୟେଲର ପୁତ୍ର ଯାଶ୍ବୀୟାମ୍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
3
ସେ ପେରସ ବଂଶୀୟ ଲୋକ, ପ୍ରଥମ ମାସ ପାଇଁ ନିଯୁକ୍ତ ସକଳ ସେନାପତିଙ୍କ ଉପରେ ପ୍ରଧାନ ଥିଲା।
4
ଦ୍ୱିତୀୟ ମାସର ପାଳି ଉପରେ ଅହୋହୀୟ ଦୋଦୟ ଓ ତାହାର ଦଳୀୟ ଲୋକ ଥିଲେ; ମିକ୍ଲୋତ୍ ଶାସକ ଥିଲା ଓ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
5
ତୃତୀୟ ମାସ ନିମନ୍ତେ ତୃତୀୟ ସେନାପତି ଯିହୋୟାଦା ଯାଜକର ପୁତ୍ର ବନାୟ ପ୍ରଧାନ ଥିଲା; ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
6
ଏହି ବନାୟ ତିରିଶ ବୀରଙ୍କ ମଧ୍ୟରେ ଗଣିତ ଓ ସେହି ତିରିଶ ଜଣଙ୍କ ଉପରେ ପ୍ରଧାନ ଥିଲା; ଆଉ ତାହାର ପାଳିରେ ତାହାର ପୁତ୍ର ଅମ୍ମୀଷାବଦ୍ ଥିଲା।
7
ଚତୁର୍ଥ ମାସ ପାଇଁ ଚତୁର୍ଥ ସେନାପତି ଯୋୟାବର ଭ୍ରାତା ଅସାହେଲ ଥିଲା ଓ ତାହା ଉତ୍ତାରେ ତାହାର ପୁତ୍ର ସବଦୀୟ; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
8
ପଞ୍ଚମ ମାସ ନିମନ୍ତେ ପଞ୍ଚମ ସେନାପତି ଯିଷ୍ରାହୀୟ ଶମ୍ମୋତ୍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
9
ଷଷ୍ଠ ମାସ ନିମନ୍ତେ ଷଷ୍ଠ ସେନାପତି ତକୋୟୀୟ ଇକ୍କେଶର ପୁତ୍ର ଈରା ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
10
ସପ୍ତମ ମାସ ନିମନ୍ତେ ସେନାପତି ଇଫ୍ରୟିମ-ବଂଶଜାତ ପଲୋନୀୟ ହେଲସ୍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
11
ଅଷ୍ଟମ ମାସ ନିମନ୍ତେ ଅଷ୍ଟମ ସେନାପତି ସେରହ-ବଂଶଜାତ ହୂଶାତୀୟ ସିବ୍ବଖୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
12
ନବମ ମାସ ନିମନ୍ତେ ନବମ ସେନାପତି ବିନ୍ୟାମୀନ୍-ବଂଶଜାତ ଅନାଥୋତୀୟ ଅବୀୟେଷର ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
13
ଦଶମ ମାସ ନିମନ୍ତେ ଦଶମ ସେନାପତି ସେରହ-ବଂଶଜାତ ନଟୋଫାତୀୟ ମହରୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
14
ଏକାଦଶ ମାସ ନିମନ୍ତେ ଏକାଦଶ ସେନାପତି ଇଫ୍ରୟିମ-ବଂଶଜାତ ପିରୀୟାଥୋନୀୟ ବନାୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
15
ଦ୍ୱାଦଶ ମାସ ନିମନ୍ତେ ଦ୍ୱାଦଶ ସେନାପତି ଅତ୍ନୀୟେଲ-ବଂଶଜାତ ନଟୋଫାତୀୟ ହିଲ୍ଦୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
16
ଆହୁରି ଇସ୍ରାଏଲର ବଂଶାଧ୍ୟକ୍ଷଗଣ; ରୁବେନୀୟମାନଙ୍କ ମଧ୍ୟରେ ସିଖ୍ରିର ପୁତ୍ର ଅଧ୍ୟକ୍ଷ ଇଲୀୟେଜର; ଶିମୀୟୋନୀୟମାନଙ୍କ ମଧ୍ୟରେ ମାଖାର ପୁତ୍ର ଶଫଟୀୟ।
17
ଲେବୀ-ବଂଶ ମଧ୍ୟରେ କମୂୟେଲର ପୁତ୍ର ହଶବୀୟ; ହାରୋଣ-ବଂଶ ମଧ୍ୟରେ ସାଦୋକ।
18
ଯିହୁଦା ବଂଶ ମଧ୍ୟରେ ଦାଉଦଙ୍କର ଜଣେ ଭ୍ରାତା ଇଲୀହୂ; ଇଷାଖର ବଂଶ ମଧ୍ୟରେ ମୀଖାୟେଲର ପୁତ୍ର ଅମ୍ରି।
19
ସବୂଲୂନ ବଂଶ ମଧ୍ୟରେ ଓବଦୀୟର ପୁତ୍ର ଯିଶ୍ମୟୀୟ; ନପ୍ତାଲି ବଂଶ ମଧ୍ୟରେ ଅସ୍ରୀୟେଲର ପୁତ୍ର ଯିରେମୋତ୍।
20
ଇଫ୍ରୟିମ-ସନ୍ତାନଗଣ ମଧ୍ୟରେ ଅସସୀୟର ପୁତ୍ର ହୋଶେୟ; ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ପଦାୟର ପୁତ୍ର ଯୋୟେଲ।
21
ଗିଲୀୟଦସ୍ଥ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ଜିଖରୀୟର ପୁତ୍ର ଇଦ୍ଦୋ; ବିନ୍ୟାମୀନ୍ ବଂଶ ମଧ୍ୟରେ ଅବ୍ନରର ପୁତ୍ର ଯାସୀୟେଲ୍।
22
ଦାନ୍ ବଂଶ ମଧ୍ୟରେ ଯିରୋହମର ପୁତ୍ର ଅସରେଲ୍; ଏମାନେ ଇସ୍ରାଏଲର ବଂଶାଧ୍ୟକ୍ଷ ଥିଲେ।
23
ମାତ୍ର ଦାଉଦ କୋଡ଼ିଏ ବର୍ଷ ଓ ତହିଁରୁ ନ୍ୟୂନ ବୟସ୍କ ଲୋକମାନଙ୍କର ସଂଖ୍ୟା ନେଲେ ନାହିଁ। କାରଣ ସଦାପ୍ରଭୁ ଆକାଶମଣ୍ଡଳର ତାରାଗଣ ତୁଲ୍ୟ ଇସ୍ରାଏଲକୁ ବହୁସଂଖ୍ୟକ କରିବେ ବୋଲି କହିଥିଲେ।
24
ସରୁୟାର ପୁତ୍ର ଯୋୟାବ ଗଣନା କରିବାକୁ ଆରମ୍ଭ କରିଥିଲା, ମାତ୍ର ସମାପ୍ତ କଲା ନାହିଁ; କାରଣ, ସେହି ଗଣନା ସକାଶୁ ଇସ୍ରାଏଲ ଉପରେ କ୍ରୋଧ ଉପସ୍ଥିତ ହେଲା; ପୁଣି, ସେହି ସଂଖ୍ୟା ଦାଉଦ ରାଜାଙ୍କର ଇତିହାସ ପୁସ୍ତକରେ ଲେଖାଗଲା ନାହିଁ।
25
ଆଉ, ଅଦୀୟେଲର ପୁତ୍ର ଅସ୍ମାବତ୍ ରାଜାଙ୍କ କୋଷାଧ୍ୟକ୍ଷ, ପୁଣି, ଉଷୀୟର ପୁତ୍ର ଯୋନାଥନ କ୍ଷେତ୍ର, ନଗର ଓ ଗ୍ରାମ ଓ ଦୁର୍ଗସ୍ଥିତ ଭଣ୍ଡାରସବୁର ଅଧ୍ୟକ୍ଷ ଥିଲା।
26
ଆଉ କଲୂବର ପୁତ୍ର ଇଷ୍ରି କୃଷିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା।
27
ରାମାଥୀୟ ଶିମୀୟି ଦ୍ରାକ୍ଷାକ୍ଷେତ୍ରସକଳର ଅଧ୍ୟକ୍ଷ ଓ ଶିଫ୍ମୀୟ ସବ୍ଦି ଦ୍ରାକ୍ଷାକ୍ଷେତ୍ରୋତ୍ପନ୍ନ ଦ୍ରାକ୍ଷାରସ-ଭଣ୍ଡାରର ଅଧ୍ୟକ୍ଷ ଥିଲା।
28
ପୁଣି, ଗାଦେରୀୟ ବାଲ୍ହାନନ୍ ତଳଭୂମିସ୍ଥିତ ଜୀତବୃକ୍ଷ ଓ ଡିମ୍ବିରି ବୃକ୍ଷସବୁର ଅଧ୍ୟକ୍ଷ ଓ ଯୋୟାଶ୍ ତୈଳ-ଭଣ୍ଡାରର ଅଧ୍ୟକ୍ଷ ଥିଲା।
29
ଆଉ ଶାରୋଣୀୟ ସିଟ୍ରୟ ଶାରୋଣରେ ଚରିବା ପଶୁପଲର ଅଧ୍ୟକ୍ଷ; ପୁଣି, ଅଦ୍ଲୟର ପୁତ୍ର ଶାଫଟ୍ ସବୁ ଉପତ୍ୟକାସ୍ଥିତ ପଶୁପଲର ଅଧ୍ୟକ୍ଷ ଥିଲା।
30
ଇଶ୍ମାୟେଲୀୟ ଓବୀଲ୍ ଉଷ୍ଟ୍ରଗଣର ଅଧ୍ୟକ୍ଷ ଓ ମେରୋଣୋଥୀୟ ଯେହଦୀୟ ଗର୍ଦ୍ଦଭୀଗଣର ଅଧ୍ୟକ୍ଷ ଥିଲା।
31
ହାଗରୀୟ ଯାଷୀଷ୍ ସବୁ ମେଷପଲର ଅଧ୍ୟକ୍ଷ ଥିଲା; ଏସମସ୍ତେ ଦାଉଦ ରାଜାଙ୍କର ସମ୍ପତ୍ତିର ଅଧ୍ୟକ୍ଷ ଥିଲେ।
32
ଆହୁରି ଦାଉଦଙ୍କର ପିତୃବ୍ୟ ଯୋନାଥନ ମନ୍ତ୍ରୀ ଥିଲା, ସେ ବିଜ୍ଞ ଓ ଲେଖକ। ଆଉ ହକ୍ମୋନୀୟର ପୁତ୍ର ଯିହୀୟେଲ ରାଜପୁତ୍ରମାନଙ୍କର ସଙ୍ଗୀ ଥିଲା।
33
ଅହୀଥୋଫଲ ରାଜମନ୍ତ୍ରୀ ଓ ଅର୍କୀୟ ହୂଶୟ ରାଜମିତ୍ର ଥିଲା।
34
ଆଉ ଅହୀଥୋଫଲ ଉତ୍ତାରେ ବନାୟର ପୁତ୍ର ଯିହୋୟାଦା ଓ ଅବୀୟାଥର ଥିଲେ; ପୁଣି, ଯୋୟାବ ରାଜାଙ୍କ ସୈନ୍ୟର ଅଧିପତି ଥିଲା।
← Chapter 26
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 28 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29