bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
1 Corinthians 16
1 Corinthians 16
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
1
ସାଧୁମାନଙ୍କ ନିମନ୍ତେ ଦାନ ସଂଗ୍ରହ ସମ୍ବନ୍ଧରେ ଯେପରି ମୁଁ ଗାଲାତୀୟ ମଣ୍ଡଳୀ-ସମୂହକୁ ଆଦେଶ ଦେଇଅଛି, ତୁମ୍ଭେମାନେ ମଧ୍ୟ ସେହିପରି କର।
2
ମୁଁ ଗଲେ ଯେପରି ଦାନ ସଂଗ୍ରହ କରିବାକୁ ପଡ଼ିବ ନାହିଁ, ଏଥିନିମନ୍ତେ ସପ୍ତାହର ପ୍ରଥମ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ସୁବିଧା ଅନୁସାରେ ନିଜ ନିଜ ନିକଟରେ କିଛି କିଛି ସଞ୍ଚୟ କରି ରଖ।
3
ଆଉ, ମୁଁ ଉପସ୍ଥିତ ହେଲେ ତୁମ୍ଭେମାନେ ଯେଉଁମାନଙ୍କୁ ଯୋଗ୍ୟ ମନେ କରିବ, ମୁଁ ସେମାନଙ୍କୁ ପତ୍ର ଦେଇ ଯିରୂଶାଲମ ସହରକୁ ତୁମ୍ଭମାନଙ୍କ ଦାନ ଘେନିଯିବା ନିମନ୍ତେ ପ୍ରେରଣ କରିବି;
4
ପୁଣି, ଯଦି ମୋହର ମଧ୍ୟ ଯିବାର ଉପଯୁକ୍ତ ହୁଏ, ତେବେ ସେମାନେ ମୋʼ ସାଙ୍ଗରେ ଯିବେ।
5
କିନ୍ତୁ ମୁଁ ମାକିଦନିଆ ଅଞ୍ଚଳ ଦେଇ ଯାତ୍ରା କରିବା ପରେ ତୁମ୍ଭମାନଙ୍କ ନିକଟକୁ ଯିବି; ଯେଣୁ ମୁଁ ମାକିଦନିଆ ଦେଇ ଯିବି,
6
ଆଉ, ହୋଇପାରେ ତୁମ୍ଭମାନଙ୍କ ସାଙ୍ଗରେ କିଛି ସମୟ ରହିବି, କିମ୍ବା ଶୀତକାଳ ମଧ୍ୟ ଯାପନ କରିବି, ଯେତେବେଳେ ମୁଁ ଯେଉଁ ସ୍ଥାନକୁ ଯିବି, ସେହି ସ୍ଥାନକୁ ଯିବା ପାଇଁ ତୁମ୍ଭେମାନେ ମୋତେ ବାଟ ବଳାଇଦେବ।
7
କାରଣ ଏଥର ବାଟରେ ଯିବା ସମୟରେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ମୁଁ ଇଚ୍ଛା କରୁ ନାହିଁ, ଯେଣୁ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସାଙ୍ଗରେ କିଛି କାଳ ରହିବାକୁ ଆଶା କରୁଅଛି।
8
କିନ୍ତୁ ମୁଁ ପେଣ୍ଟିକଷ୍ଟ ପର୍ଯ୍ୟନ୍ତ ଏଫିସରେ ରହିବି;
9
କାରଣ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋʼ ପାଇଁ ପ୍ରଶସ୍ତ ଦ୍ୱାର ଉନ୍ମୁକ୍ତ ରହିଅଛି, ବିପକ୍ଷମାନେ ମଧ୍ୟ ଅନେକ ଅଛନ୍ତି।
10
ଯଦି ତୀମଥି ଯାଆନ୍ତି, ତେବେ ଯେପରି ନିର୍ଭୟରେ ତୁମ୍ଭମାନଙ୍କ ମଧ୍ୟରେ ରୁହନ୍ତି, ସେ ବିଷୟରେ ମନୋଯୋଗ କର, କାରଣ ମୁଁ ଯେପରି, ସେ ମଧ୍ୟ ସେହିପରି ପ୍ରଭୁଙ୍କ କାର୍ଯ୍ୟ କରନ୍ତି,
11
ଏଣୁ କେହି ତାହାଙ୍କୁ ତୁଚ୍ଛଜ୍ଞାନ ନ କରୁ। କିନ୍ତୁ ସେ ଯେପରି ମୋʼ ନିକଟକୁ ଆସି ପାରନ୍ତି, ଏଥିପାଇଁ ତାହାଙ୍କୁ ଶାନ୍ତିରେ ବାଟ ବଳାଇଦିଅ; କାରଣ ସେ ଭାଇମାନଙ୍କ ସହିତ ଆସିବେ ବୋଲି ମୁଁ ଅପେକ୍ଷାରେ ଅଛି।
12
କିନ୍ତୁ ଭ୍ରାତା ଆପଲ୍ଲଙ୍କ ସମ୍ବନ୍ଧରେ କହୁଅଛି, ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ତାହାଙ୍କୁ ବହୁତ ଅନୁରୋଧ କଲି, କିନ୍ତୁ ଏବେ ଯିବାକୁ ତାଙ୍କର ଆଦୌ ଇଚ୍ଛା ନାହିଁ, ମାତ୍ର ସୁଯୋଗ ପାଇଲେ ସେ ଯିବେ।
13
ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ।
14
ତୁମ୍ଭମାନଙ୍କର ସମସ୍ତ କର୍ମ ପ୍ରେମରେ ସାଧିତ ହେଉ।
15
ହେ ଭାଇମାନେ, ସ୍ତିଫାନଙ୍କ ପରିଜନବର୍ଗ ଯେ ଆଖାୟା ଅଞ୍ଚଳର ପ୍ରଥମ ମନ-ପରିବର୍ତ୍ତନ କରିଥିବା ସ୍ୱରୂପ; ପୁଣି, ସାଧୁମାନଙ୍କ ସେବାରେ ବ୍ରତୀ ହୋଇଅଛନ୍ତି, ଏହା ତୁମ୍ଭେମାନେ ଜାଣ;
16
ଏହି ପ୍ରକାର ଲୋକମାନଙ୍କର, ପୁଣି, ପ୍ରତ୍ୟେକ ସହକର୍ମୀ ଓ ପରିଶ୍ରମୀ ଲୋକଙ୍କର ବଶୀଭୂତ ହୁଅ, ତୁମ୍ଭମାନଙ୍କୁ ଏହି ଅନୁରୋଧ କରୁଅଛି।
17
ସ୍ତିଫାନା, ଫର୍ତ୍ତୂନାତ ଓ ଆଖାୟିକଙ୍କ ଆଗମନରେ ମୁଁ ଆନନ୍ଦ କରୁଅଛି, କାରଣ ତୁମ୍ଭମାନଙ୍କ ଅନୁପସ୍ଥିତ ହେତୁ ମୋହର ଯେଉଁ ଅଭାବ ଥିଲା, ତାହା ସେମାନେ ପୂରଣ କରିଅଛନ୍ତି,
18
ଯେଣୁ ସେମାନେ ମୋହର ଓ ତୁମ୍ଭମାନଙ୍କ ଆତ୍ମାକୁ ସଞ୍ଜୀବିତ କରିଅଛନ୍ତି; ଅତଏବ, ତୁମ୍ଭେମାନେ ଏହି ପ୍ରକାର ଲୋକମାନଙ୍କୁ ଯୋଗ୍ୟ ଜାଣି ମାନ୍ୟ କର।
19
ଏସିଆର ମଣ୍ଡଳୀ-ସମୂହ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଆକ୍ୱିଲା ଓ ପ୍ରୀସ୍କା ସେମାନଙ୍କ ଗୃହସ୍ଥିତ ମଣ୍ଡଳୀ ସହିତ ପ୍ରଭୁଙ୍କଠାରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
20
ଭାଇମାନେ ସମସ୍ତେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର।
21
ମୁଁ ପାଉଲ ନିଜ ହାତରେ ଲେଖି ନମସ୍କାର ଜଣାଉଅଛି।
22
ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ।
23
ମାରାନାଥା । ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ;
24
ଖ୍ରୀଷ୍ଟ ଯୀଶୁଙ୍କଠାରେ ମୋହର ପ୍ରେମ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ।
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
All chapters:
1
2
3
4
5
6
7
8
9
10
11
12
13
14
15
16