bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
1 Kings 10
1 Kings 10
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 11 →
1
ଏଥିଉତ୍ତାରେ ଶିବା ଦେଶର ରାଣୀ ସଦାପ୍ରଭୁଙ୍କ ନାମ ସମ୍ବନ୍ଧରେ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ତାଙ୍କୁ ପରୀକ୍ଷା କରିବା ପାଇଁ ଆସିଲେ।
2
ସେ ସୁଗନ୍ଧି ଦ୍ରବ୍ୟ ଓ ଅତି ପ୍ରଚୁର ସ୍ୱର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଯିରୂଶାଲମକୁ ଆସିଲା; ପୁଣି, ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲେ।
3
ତହିଁରେ ଶଲୋମନ ତାହାର ସମସ୍ତ ପ୍ରଶ୍ନର ଉତ୍ତର ଦେଲେ; ରାଜାଙ୍କର ବୋଧଗମ୍ୟ କୌଣସି ବିଷୟ ନ ଥିଲା, ସେ ତାହାକୁ ସବୁ କହିଲେ।
4
ପୁଣି, ଶିବାର ରାଣୀ ଶଲୋମନଙ୍କର ସମସ୍ତ ଜ୍ଞାନ, ତାଙ୍କର ନିର୍ମିତ ଗୃହ,
5
ତାଙ୍କର ମେଜର ଖାଦ୍ୟଦ୍ରବ୍ୟ, ତାଙ୍କର ଭୃତ୍ୟମାନଙ୍କ ଆସନ, ତାଙ୍କ ମନ୍ତ୍ରୀମାନଙ୍କ ସେବା, ସେମାନଙ୍କ ବସ୍ତ୍ର, ପାନପାତ୍ରବାହକଗଣ ଓ ସେ ସଦାପ୍ରଭୁଙ୍କ ଗୃହରେ କିପରି ଭାବେ ହୋମବଳି ଉତ୍ସର୍ଗ କଲେ, ଏହିସବୁ ଦେଖି ସେ ହତଜ୍ଞାନ ହେଲା।
6
ତହୁଁ ସେ ରାଜାଙ୍କୁ କହିଲେ, “ମୁଁ ଆପଣା ଦେଶରେ ଥାଇ ଆପଣଙ୍କ କାର୍ଯ୍ୟ ଓ ଆପଣଙ୍କ ଜ୍ଞାନ ବିଷୟରେ ଯେଉଁ ସମ୍ବାଦ ପାଇଥିଲି, ତାହା ସତ୍ୟ।
7
ତଥାପି ମୁଁ ଆସି ଆପଣା ଚକ୍ଷୁରେ ନ ଦେଖିବା ଯାଏ ସେ କଥା ବିଶ୍ୱାସ ନ କଲି; ଆଉ ଦେଖନ୍ତୁ, ଅର୍ଦ୍ଧେକ ମୋତେ କୁହାଯାଇ ନ ଥିଲା; ମୁଁ ଯେଉଁ ସୁଖ୍ୟାତି ଶୁଣିଲି, ତଦପେକ୍ଷା ଆପଣଙ୍କ ଜ୍ଞାନ ଓ ଐଶ୍ୱର୍ଯ୍ୟ ଅଧିକ।
8
ଆପଣଙ୍କ ଲୋକମାନେ ଧନ୍ୟ, ଆପଣଙ୍କ ଏହି ଦାସମାନେ ଧନ୍ୟ, ସେମାନେ ନିତ୍ୟ ଆପଣଙ୍କ ସମ୍ମୁଖରେ ଛିଡ଼ା ହୋଇ ଆପଣଙ୍କ ଜ୍ଞାନର କଥା ଶୁଣନ୍ତି।
9
ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ସେ ଆପଣଙ୍କୁ ଇସ୍ରାଏଲର ସିଂହାସନରେ ଉପବିଷ୍ଟ କରାଇବା ପାଇଁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ; ସଦାପ୍ରଭୁ ଇସ୍ରାଏଲକୁ ସଦାକାଳ ପ୍ରେମ କରନ୍ତି, ଏହେତୁ ବିଚାର ଓ ନ୍ୟାୟ କରିବାକୁ ଆପଣଙ୍କୁ ରାଜା କଲେ।”
10
ଏଉତ୍ତାରେ ସେ ରାଜାଙ୍କୁ ଏକ ଶହ କୋଡ଼ିଏ ତାଳନ୍ତ ସୁନା, ଆଉ ଅତି ପ୍ରଚୁର ସୁଗନ୍ଧି ଦ୍ରବ୍ୟ ଓ ମଣି ଦେଲା; ଶିବାର ରାଣୀ ଶଲୋମନ ରାଜାଙ୍କୁ ଯେତେ ସୁଗନ୍ଧି ଦ୍ରବ୍ୟ ଦେଲା, ସେତେ ବହୁଳ ପରିମାଣରେ ଆଉ କେବେ ଆସି ନାହିଁ।
11
ଆଉ ହୂରମ୍ର ଯେଉଁ ଯେଉଁ ଜାହାଜରେ ଓଫୀରରୁ ସୁନା ଆସିଲା, ସେହି ସବୁରେ ମଧ୍ୟ ଓଫୀରରୁ ଅତି ପ୍ରଚୁର ଚନ୍ଦନ କାଷ୍ଠ ଓ ମଣି ଆସିଲା।
12
ସେହି ଚନ୍ଦନ କାଷ୍ଠରେ ରାଜା ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ପାଇଁ ସ୍ତମ୍ଭ ଓ ଗାୟକମାନଙ୍କ ନିମନ୍ତେ ବୀଣା ଓ ନେବଲ ନିର୍ମାଣ କଲେ; ଏରୂପ ଚନ୍ଦନ କାଷ୍ଠ ଆଜି ପର୍ଯ୍ୟନ୍ତ କେବେ ଆସି ନାହିଁ କି ଦେଖାଯାଇ ନାହିଁ।
13
ଶିବାର ରାଣୀ ଯାହା ଯାହା ମାଗିଲା, ତାହାର ମନୋବାଞ୍ଛାନୁସାରେ ଶଲୋମନ ରାଜା ତାହାସବୁ ତାହାକୁ ଦେଲେ, ତାହା ଛଡ଼ା ଶଲୋମନ ରାଜଯୋଗ୍ୟ ଦାନାନୁସାରେ ତାହାକୁ ଦେଲେ। ଏଉତ୍ତାରେ ରାଣୀ ଓ ତାହାର ଦାସମାନେ ଫେରି ଆପଣା ଦେଶକୁ ଗଲେ।
14
ବର୍ଷକ ମଧ୍ୟରେ ଶଲୋମନଙ୍କ ନିକଟକୁ ଛଅ ଶହ ଛଷଠି ତାଳନ୍ତ ପରିମିତ ସୁବର୍ଣ୍ଣ ଆସେ।
15
ଏହାଛଡ଼ା ପାଇକରମାନେ ଆଣିଲେ, ପୁଣି, ବଣିକମାନଙ୍କ ବ୍ୟବସାୟରୁ ଓ ମିଶ୍ରିତ ଗୋଷ୍ଠୀୟମାନଙ୍କ ସମସ୍ତ ରାଜାଠାରୁ ଓ ଦେଶାଧ୍ୟକ୍ଷମାନଙ୍କଠାରୁ ସୁବର୍ଣ୍ଣ ଆସିଲା।
16
ତହିଁରେ ଶଲୋମନ ରାଜା ପିଟାସୁନାରେ ଦୁଇ ଶହ ବଡ଼ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ଛଅ ଶହ ଶେକଲ ସୁନା ଲାଗିଲା।
17
ଆଉ ସେ ପିଟାସୁନାରେ ତିନି ଶହ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ତିନି ମିନାସ୍ ସୁନା ଲାଗିଲା; ଆଉ ରାଜା ଲିବାନୋନ-ଅରଣ୍ୟ ଗୃହରେ ତାହାସବୁ ରଖିଲେ।
18
ଆହୁରି ରାଜା ହସ୍ତୀଦନ୍ତର ଗୋଟିଏ ବୃହତ ସିଂହାସନ ନିର୍ମାଣ କରି ଅତ୍ୟୁତ୍ତମ ସୁବର୍ଣ୍ଣରେ ମଡ଼ାଇଲେ।
19
ସେହି ସିଂହାସନର ଛଅ ପାବଚ୍ଛ ଥିଲା, ସେହି ସିଂହାସନ ଉପରି ଭାଗର ପଛଆଡ଼ ଗୋଲାକାର ଥିଲା ଓ ଆସନର ଦୁଇ ପାର୍ଶ୍ୱରେ ଦୁଇ ହସ୍ତାବଲମ୍ବନ ଥିଲା ଓ ସେହି ହସ୍ତାବଲମ୍ବନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ।
20
ଆଉ ସେହି ଛଅ ପାବଚ୍ଛ ଉପରେ ଦୁଇପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ହୋଇ ନ ଥିଲା।
21
ଶଲୋମନ ରାଜାଙ୍କର ପାନପାତ୍ରସବୁ ସୁନାର ଥିଲା ଓ ଲିବାନୋନ-ଅରଣ୍ୟ ଗୃହର ସମସ୍ତ ପାତ୍ର ସୁଦ୍ଧା ସୁବର୍ଣ୍ଣର ଥିଲା; ରୂପାର କିଛି ନ ଥିଲା; ଶଲୋମନଙ୍କ ସମୟରେ ରୂପା କିଛି ବୋଲି ଗଣା ନୋହିଲା।
22
କାରଣ, ସମୁଦ୍ରରେ ହୂରମ୍ର ଜାହାଜ ସଙ୍ଗେ ରାଜାଙ୍କର ତର୍ଶୀଶଗାମୀ ଜାହାଜ ଥିଲା; ସେହି ତର୍ଶୀଶର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା, ହସ୍ତୀଦନ୍ତ, ବାନର ଓ ମୟୂର ନେଇ ଆସନ୍ତି।
23
ଏହିରୂପେ ଶଲୋମନ ରାଜା ଐଶ୍ୱର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କୁ ବଳିଗଲେ।
24
ଆଉ ପରମେଶ୍ୱର ଶଲୋମନଙ୍କର ହୃଦୟରେ ଯେଉଁ ଜ୍ଞାନ ଦେଇଥିଲେ, ତାଙ୍କର ସେହି ଜ୍ଞାନର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତେ ତାଙ୍କର ସାକ୍ଷାତ କରିବାକୁ ଚାହିଁଲେ।
25
ପୁଣି, ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣା ଭେଟି ରୂପେ ରୂପାପାତ୍ର, ସୁନାପାତ୍ର, ବସ୍ତ୍ର, ଅସ୍ତ୍ରଶସ୍ତ୍ର, ସୁଗନ୍ଧି ଦ୍ରବ୍ୟ, ଅଶ୍ୱ ଓ ଖଚର ଆଣିଲେ।
26
ଆଉ ଶଲୋମନ ରଥ ଓ ଅଶ୍ୱାରୋହୀମାନଙ୍କୁ ସଂଗ୍ରହ କଲେ; ତାଙ୍କର ଏକ ହଜାର ଚାରି ଶହ ରଥ ଓ ବାର ହଜାର ଅଶ୍ୱାରୋହୀ ଥିଲେ, ସେମାନଙ୍କୁ ସେ ରଥ-ନଗରମାନରେ ଓ ରାଜାଙ୍କ ନିକଟରେ ଯିରୂଶାଲମରେ ରଖିଲେ।
27
ପୁଣି, ରାଜା ଯିରୂଶାଲମରେ ରୂପାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରିବୃକ୍ଷ ପରି କଲେ।
28
ଆଉ ଶଲୋମନଙ୍କର ଅଶ୍ୱସବୁ ମିସରରୁ ଅଣାଗଲା; ରାଜାଙ୍କର ବଣିକମାନେ ପ୍ରତ୍ୟେକ ପଲର ମୂଲ୍ୟ ଦେଇ ପଲ ପଲ କରି ପାଇଲେ।
29
ଏହିରୂପେ ସେମାନଙ୍କ ଦ୍ୱାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେସବୁ ଅଣାଗଲା; ପୁଣି, ମିସରର ଏକ ଏକ ରଥ ଛଅ ଶହ ଶେକଲ ରୌପ୍ୟ ମୁଦ୍ରାରେ ଓ ଏକ ଏକ ଅଶ୍ୱ ଏକ ଶହ ପଚାଶ ଶେକଲ ରୌପ୍ୟ ମୁଦ୍ରାରେ ଆସିଲା ଓ ଗଲା।
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 11 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22