bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
1 Kings 14
1 Kings 14
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 15 →
1
ସେହି ସମୟରେ ଯାରବୀୟାମଙ୍କର ପୁତ୍ର ଅବୀୟ ପୀଡ଼ିତ ହେଲା।
2
ତହୁଁ ଯାରବୀୟାମ ଆପଣା ଭାର୍ଯ୍ୟାକୁ କହିଲେ, “ମୁଁ ବିନୟ କରୁଅଛି, ଉଠ, ପୁଣି, ତୁମ୍ଭେ ଯାରବୀୟାମଙ୍କର ଭାର୍ଯ୍ୟା ବୋଲି ଯେପରି ଜଣା ନ ପଡ଼ିବ, ଏଥିପାଇଁ ଛଦ୍ମବେଶ ଧରି ଶୀଲୋକୁ ଯାଅ; ଦେଖ, ମୁଁ ଏହି ଲୋକଙ୍କ ଉପରେ ରାଜା ହେବି ବୋଲି ମୋʼ ବିଷୟରେ ଯେ କହିଥିଲା, ସେହି ଅହୀୟ ଭବିଷ୍ୟଦ୍ବକ୍ତା ସେଠାରେ ଅଛି।
3
ପୁଣି, ଆପଣା ସଙ୍ଗେ ଦଶ ରୁଟି ଓ କିଛି ତିଲୁଆ ଓ ଏକ ପାତ୍ର ମଧୁ ନେଇ ତାହା ନିକଟକୁ ଯାଅ; ବାଳକର କଅଣ ହେବ, ତାହା ସେ ତୁମ୍ଭକୁ ଜଣାଇବ।”
4
ଏଥିରେ ଯାରବୀୟାମଙ୍କର ଭାର୍ଯ୍ୟା ସେପରି କଲା ଓ ସେ ଉଠି ଶୀଲୋକୁ ଯାଇ ଅହୀୟର ଗୃହରେ ଉପସ୍ଥିତ ହେଲା। ସେହି ସମୟରେ ଅହୀୟ ଦେଖି ପାରୁ ନ ଥିଲା; କାରଣ ବୟସ ହେତୁରୁ ତାହାର ଚକ୍ଷୁ ସ୍ତବ୍ଧ ହୋଇଥିଲା।
5
ଏଥିମଧ୍ୟରେ ସଦାପ୍ରଭୁ ଅହୀୟଙ୍କୁ କହିଲେ, “ଦେଖ, ଯାରବୀୟାମଙ୍କର ଭାର୍ଯ୍ୟା ଆପଣା ପୁତ୍ର ବିଷୟ ପଚାରିବା ପାଇଁ ତୁମ୍ଭ ନିକଟକୁ ଆସୁଅଛି; କାରଣ ସେ ପୀଡ଼ିତ ଅଛି; ତାହାକୁ ତୁମ୍ଭେ ଏପରି ଏପରି କହିବ; କାରଣ ସେ ଆସିବା ବେଳେ ଆପଣାକୁ ଅନ୍ୟ ସ୍ତ୍ରୀ ପରି ଦେଖାଇବ।”
6
ଆଉ ସେ ଦ୍ୱାର ଦେଇ ଆସିବା ବେଳେ ଏପରି ହେଲା ଯେ, ଅହୀୟ ତାହାର ପାଦ-ଶବ୍ଦ ଶୁଣି କହିଲା, “ହେ ଯାରବୀୟାମଙ୍କର ଭାର୍ଯ୍ୟା, ତୁମ୍ଭେ ଭିତରକୁ ଆସ; କାହିଁକି ତୁମ୍ଭେ ଆପଣାକୁ ଅନ୍ୟ ପରି ଦେଖାଉଅଛ? ମୁଁ ଦୁଃସହନୀୟ ସମ୍ବାଦ ଦେବା ପାଇଁ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛି।
7
ତୁମ୍ଭେ ଯାଇ ଯାରବୀୟାମକୁ କୁହ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ଆମ୍ଭେ ଲୋକମାନଙ୍କ ମଧ୍ୟରୁ ତୁମ୍ଭକୁ ଉନ୍ନତ କରି ଆମ୍ଭ ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲୁ;
8
ଓ ଦାଉଦ-ବଂଶଠାରୁ ରାଜ୍ୟ ଚିରି ନେଇ ତୁମ୍ଭକୁ ଦେଲୁ; ତଥାପି ଆମ୍ଭ ଦାସ ଦାଉଦ, ଯେ ଆମ୍ଭ ଆଜ୍ଞାସବୁ ପାଳନ କଲା ଓ ଆମ୍ଭ ଦୃଷ୍ଟିରେ ଯାହା ଭଲ, କେବଳ ତାହା କରିବା ପାଇଁ ଆପଣା ସର୍ବାନ୍ତଃକରଣ ସହିତ ଆମ୍ଭର ଅନୁଗତ ହେଲା, ତାହା ପରି ତୁମ୍ଭେ ହୋଇ ନାହଁ;
9
ମାତ୍ର ତୁମ୍ଭ ପୂର୍ବରେ ଯେଉଁମାନେ ଥିଲେ, ସେସମସ୍ତଙ୍କ ଅପେକ୍ଷା ତୁମ୍ଭେ ଅଧିକ କୁକର୍ମ କରିଅଛ, ପୁଣି, ଆମ୍ଭକୁ ବିରକ୍ତ କରିବା ପାଇଁ ତୁମ୍ଭେ ଯାଇ ଆପଣା ନିମନ୍ତେ ଅନ୍ୟ ଦେବଗଣ ଓ ଛାଞ୍ଚରେ ଢଳା ପ୍ରତିମାମାନ ନିର୍ମାଣ କରିଅଛ ଓ ଆମ୍ଭକୁ ଆପଣା ପଛଆଡ଼େ ପକାଇ ଦେଇଅଛ;
10
ଏହେତୁ ଦେଖ, ଆମ୍ଭେ ଯାରବୀୟାମ-ବଂଶ ପ୍ରତି ଅମଙ୍ଗଳ ଘଟାଇବା, ପୁଣି, ଇସ୍ରାଏଲ ମଧ୍ୟରେ ବଦ୍ଧ ବା ମୁକ୍ତ ପ୍ରତ୍ୟେକ ପୁଂସନ୍ତାନକୁ ଯାରବୀୟାମଠାରୁ ଲୋପ କରିବା ଓ ଯେପରି କୌଣସି ମନୁଷ୍ୟ ମଇଳା ସମ୍ପୂର୍ଣ୍ଣ ଯିବା ପର୍ଯ୍ୟନ୍ତ ଝାଡୁ କରେ, ସେପରି ଆମ୍ଭେ ଯାରବୀୟାମ ଗୃହକୁ ନିଃଶେଷରେ ବିନାଶ କରିବା।
11
ଯାରବୀୟାମର କେହି ନଗରରେ ମଲେ, କୁକ୍କୁରମାନେ ତାକୁ ଖାଇବେ ଓ କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାକୁ ଖାଇବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।’
12
ଏନିମନ୍ତେ ତୁମ୍ଭେ ଉଠି ଆପଣା ଗୃହକୁ ଯାଅ; ନଗରରେ ତୁମ୍ଭ ପାଦ ପଡ଼ିଲା କ୍ଷଣେ ବାଳକ ମରିବ।
13
ପୁଣି, ତାହା ନିମନ୍ତେ ସମୁଦାୟ ଇସ୍ରାଏଲ ଶୋକ କରି ତାହାକୁ କବର ଦେବେ; ମାତ୍ର ଯାରବୀୟାମ ସମ୍ପର୍କୀୟର କେବଳ ସେ ହିଁ କବର ପାଇବ; କାରଣ ଯାରବୀୟାମ-ବଂଶ ମଧ୍ୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ତାହାରିଠାରେ କିଛି ସଦ୍ଭାବ ଦେଖାଯାଇଅଛି।
14
ଆହୁରି ସଦାପ୍ରଭୁ ଆପଣା ପାଇଁ ଇସ୍ରାଏଲ ଉପରେ ଏକ ରାଜା ଉତ୍ପନ୍ନ କରିବେ, ସେ ସେହି ଦିନ ଯାରବୀୟାମ-ବଂଶକୁ ଉଚ୍ଛିନ୍ନ କରିବ; ମାତ୍ର କଅଣ? ଏବେ ତାହା ଘଟିବ।
15
କାରଣ ସଦାପ୍ରଭୁ ଜଳରେ ହଲିଲା ନଳ ପରି ଇସ୍ରାଏଲକୁ ଆଘାତ କରିବେ; ପୁଣି, ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ଇସ୍ରାଏଲକୁ ଉତ୍ପାଟନ କରି ନଦୀ ସେପାରିରେ ସେମାନଙ୍କୁ ଛିନ୍ନଭିନ୍ନ କରିବେ; ଯେହେତୁ ସେମାନେ ଆପଣାମାନଙ୍କର ଆଶେରା ମୂର୍ତ୍ତିମାନ ନିର୍ମାଣ କରି ସଦାପ୍ରଭୁଙ୍କୁ ବିରକ୍ତ କରିଅଛନ୍ତି।
16
ପୁଣି, ଯାରବୀୟାମ ଯେଉଁ ପାପ କରିଅଛି ଓ ଯଦ୍ଦ୍ୱାରା ସେ ଇସ୍ରାଏଲକୁ ପାପ କରାଇଅଛି, ତାହାର ସେହି ସବୁ ପାପ ସକାଶୁ ସେ ଇସ୍ରାଏଲକୁ ତ୍ୟାଗ କରିବେ।”
17
ଏଉତ୍ତାରେ ଯାରବୀୟାମଙ୍କର ଭାର୍ଯ୍ୟା ଉଠି ଚାଲିଗଲା ଓ ତିର୍ସାରେ ଉପସ୍ଥିତ ହେଲା; ଆଉ ସେ ଗୃହର ଦ୍ୱାରବନ୍ଧ ନିକଟରେ ପହଞ୍ଚିଲା କ୍ଷଣେ ବାଳକ ମଲା।
18
ତହିଁରେ ସଦାପ୍ରଭୁ ଆପଣା ଦାସ ଅହୀୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ଯେପରି କହିଥିଲେ, ତଦନୁସାରେ ସମସ୍ତ ଇସ୍ରାଏଲ ତାହାକୁ କବର ଦେଲେ ଓ ତାହା ପାଇଁ ଶୋକ କଲେ।
19
ଏହି ଯାରବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ, ସେ କିପରି ଯୁଦ୍ଧ କଲେ ଓ କିପରି ରାଜ୍ୟ କଲେ, ଦେଖ, ଏସବୁ ଇସ୍ରାଏଲୀୟ ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖାଅଛି।
20
ପୁଣି, ଯାରବୀୟାମଙ୍କର ରାଜତ୍ୱକାଳ ବାଇଶ ବର୍ଷ; ତହିଁ ଉତ୍ତାରେ ସେ ମୃତ୍ୟୁବରଣ କଲା ପରେ ଆପଣା ପିତୃଗଣ ସହିତ କବର ପାଇଲେ ଓ ତାଙ୍କର ପୁତ୍ର ନାଦବ୍ ତାଙ୍କର ପଦରେ ରାଜ୍ୟ କଲେ।
21
ଶଲୋମନଙ୍କର ପୁତ୍ର ରିହବୀୟାମ ଯିହୁଦା ଦେଶରେ ରାଜ୍ୟ କଲେ। ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ରିହବୀୟାମଙ୍କୁ ଏକଚାଳିଶ ବର୍ଷ ବୟସ ହୋଇଥିଲା, ପୁଣି, ସଦାପ୍ରଭୁ ଆପଣା ନାମ ସ୍ଥାପନାର୍ଥେ ସମୁଦାୟ ଇସ୍ରାଏଲ ବଂଶ ମଧ୍ୟରୁ ଯେଉଁ ନଗର ମନୋନୀତ କରିଥିଲେ, ସେହି ଯିରୂଶାଲମରେ ସେ ସତର ବର୍ଷ ରାଜ୍ୟ କଲେ ଓ ତାଙ୍କର ମାତାର ନାମ ନୟମା ଯେ ଅମ୍ମୋନୀୟା ଥିଲେ।
22
ମାତ୍ର ଯିହୁଦା ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା; ପୁଣି, ସେମାନଙ୍କ ପୂର୍ବପୁରୁଷମାନେ ଯାହା ଯାହା କରିଥିଲେ, ସେସବୁ ଅପେକ୍ଷା ସେମାନେ ଆପଣାମାନଙ୍କ କୃତ ପାପ ଦ୍ୱାରା ତାହାଙ୍କୁ ଅଧିକ କୋପାନ୍ୱିତ କଲେ।
23
କାରଣ ସେମାନେ ମଧ୍ୟ ପ୍ରତ୍ୟେକ ଉଚ୍ଚ ପର୍ବତରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ମୂଳେ ଆପଣାମାନଙ୍କ ପାଇଁ ଉଚ୍ଚସ୍ଥଳୀ, ସ୍ତମ୍ଭ ଓ ଆଶେରା ମୂର୍ତ୍ତିମାନ ନିର୍ମାଣ କଲେ;
24
ପୁଣି, ଦେଶରେ ମଧ୍ୟ ସଦୋମୀ ଲୋକେ ଥିଲେ; ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଥିଲେ, ସେମାନଙ୍କର ସମସ୍ତ ଘୃଣାଯୋଗ୍ୟ କର୍ମାନୁସାରେ ସେମାନେ କର୍ମ କଲେ।
25
ଆଉ ରିହବୀୟାମ ରାଜାଙ୍କର ପଞ୍ଚମ ବର୍ଷରେ ମିସରର ରାଜା ଶୀଶକ୍ ଯିରୂଶାଲମ ବିରୁଦ୍ଧରେ ଆସିଲା;
26
ପୁଣି, ସେ ସଦାପ୍ରଭୁଙ୍କ ଗୃହର ଧନ ଓ ରାଜଗୃହର ଧନ ନେଇଗଲା; ସେ ସମସ୍ତ ପଦାର୍ଥ ନେଇଗଲା; ଆହୁରି ଶଲୋମନଙ୍କର ନିର୍ମିତ ସୁବର୍ଣ୍ଣ-ଢାଲ ନେଇଗଲା।
27
ଏଥିରେ ରିହବୀୟାମ ରାଜା ସେସବୁର ବଦଳେ ପିତ୍ତଳ-ଢାଲ କରି ରାଜଗୃହର ଦ୍ୱାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କ ହସ୍ତରେ ସମର୍ପଣ କଲେ।
28
ପୁଣି, ରାଜା ଯେତେ ଥର ସଦାପ୍ରଭୁଙ୍କ ଗୃହକୁ ଗଲେ, ସେତେଥର ପ୍ରହରୀମାନେ ତାହା ନେଇଗଲେ, ଆଉ ତାହାସବୁ ପ୍ରହରୀଶାଳାକୁ ଫେରାଇ ଆଣିଲେ।
29
ଏହି ରିହବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା କିମ୍ବା ଯିହୁଦା-ରାଜାଗଣର ଇତିହାସ ପୁସ୍ତକରେ ଲେଖା ନାହିଁ?
30
ଏହି ରିହବୀୟାମ ଓ ଯାରବୀୟାମଙ୍କ ମଧ୍ୟରେ ସର୍ବଦା ଯୁଦ୍ଧ ଚାଲିଥିଲା।
31
ଏଉତ୍ତାରେ ରିହବୀୟାମ ମୃତ୍ୟୁବରଣ କଲେ ଓ ଆପଣା ପିତୃଲୋକଙ୍କ ସହିତ ଦାଉଦ-ନଗରରେ କବର ପାଇଲେ; ତାଙ୍କର ମାତାର ନାମ ନୟମା, ଯେ ଅମ୍ମୋନୀୟା ଥିଲେ। ଆଉ ତାଙ୍କର ପୁତ୍ର ଅବୀୟାମ ତାଙ୍କର ପଦରେ ରାଜ୍ୟ କଲେ।
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 15 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22