bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
1 Kings 15
1 Kings 15
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 16 →
1
ନବାଟର ପୁତ୍ର ଯାରବୀୟାମ ରାଜାଙ୍କର ରାଜତ୍ଵର ଅଠର ବର୍ଷରେ ଅବୀୟାମ ଯିହୁଦା ଉପରେ ରାଜତ୍ୱ କରିବାକୁ ଲାଗିଲେ।
2
ସେ ଯିରୂଶାଲମରେ ତିନି ବର୍ଷ ରାଜତ୍ୱ କଲେ ଓ ତାଙ୍କର ମାତାର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।
3
ତାଙ୍କ ପୂର୍ବରେ ତାଙ୍କର ପିତା ଯେସବୁ ପାପ-ପଥରେ ଚାଲିଥିଲେ, ସେ ସେହିପରି ଚାଲିଲେ; ଆଉ ତାଙ୍କର ପୂର୍ବପୁରୁଷ ଦାଉଦଙ୍କର ଅନ୍ତଃକରଣ ଯେପରି ଥିଲା, ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ସେପରି ସିଦ୍ଧ ନ ଥିଲା।
4
ତଥାପି ଦାଉଦଙ୍କ ସକାଶୁ ତାଙ୍କ ଉତ୍ତାରେ ତାଙ୍କର ପୁତ୍ରକୁ ସ୍ଥାପନ କରିବା ପାଇଁ ଓ ଯିରୂଶାଲମକୁ ସୁସ୍ଥିର କରିବା ପାଇଁ ସଦାପ୍ରଭୁ ତାଙ୍କର ପରମେଶ୍ୱର ଯିରୂଶାଲମରେ ତାଙ୍କୁ ଏକ ପ୍ରଦୀପ ଦେଲେ।
5
କାରଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ଦାଉଦ କରିଥିଲେ ଓ କେବଳ ହିତ୍ତୀୟ ଊରୀୟର କଥା ଛଡ଼ା ଆଉ କୌଣସି ବିଷୟରେ ସେ ଆପଣାର ଯାବଜ୍ଜୀବନ ତାହାଙ୍କର ଦତ୍ତ ଆଜ୍ଞାରୁ ବିମୁଖ ହୋଇ ନ ଥିଲେ।
6
ଆଉ ଯାରବୀୟାମଙ୍କର ଯାବଜ୍ଜୀବନ ତାଙ୍କର ଓ ରିହବୀୟାମଙ୍କର ମଧ୍ୟରେ ଯୁଦ୍ଧ ଚାଲିଲା।
7
ପୁଣି, ଅବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା କି ଯିହୁଦା-ରାଜାଗଣର ଇତିହାସ ପୁସ୍ତକରେ ଲେଖା ନାହିଁ? ଆଉ ଅବୀୟାମ ଓ ଯାରବୀୟାମ ମଧ୍ୟରେ ଯୁଦ୍ଧ ଥିଲା।
8
ପୁଣି, ଅବୀୟାମଙ୍କ ମୃତ୍ୟୁ ପରେ, ଲୋକମାନେ ତାହାଙ୍କୁ ଦାଉଦ-ନଗରରେ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆସା ତାହାଙ୍କ ପଦରେ ରାଜ୍ୟ କଲେ।
9
ଇସ୍ରାଏଲର ରାଜା ଯାରବୀୟାମଙ୍କର ରାଜତ୍ଵର କୋଡ଼ିଏ ବର୍ଷରେ ଆସା ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ।
10
ସେ ଯିରୂଶାଲମରେ ଏକଚାଳିଶ ବର୍ଷ ରାଜତ୍ୱ କଲେ, ଆଉ ତାଙ୍କର ମାତାମହୀର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।
11
ପୁଣି, ଆସା ଆପଣା ପୂର୍ବପୁରୁଷ ଦାଉଦଙ୍କର ନ୍ୟାୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ।
12
ଆଉ ସେ ଦେଶରୁ ସଦୋମୀମାନଙ୍କୁ ତଡ଼ିଦେଲେ ଓ ଆପଣା ପିତୃଗଣ ନିର୍ମିତ ଦେବତା ସମସ୍ତ ଦୂର କରିଦେଲେ।
13
ମଧ୍ୟ ଆପଣା ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ଦେଲେ।
14
ମାତ୍ର ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଅନ୍ତଃକରଣ ଯାବଜ୍ଜୀବନ ସଦାପ୍ରଭୁଙ୍କ ପ୍ରତି ସିଦ୍ଧ ଥିଲା।
15
ପୁଣି, ସେ ଆପଣା ପିତାଙ୍କର ପ୍ରତିଷ୍ଠିତ, ଆପଣାର ପ୍ରତିଷ୍ଠିତ ରୂପା, ସୁନା ଓ ପାତ୍ରସବୁ ସଦାପ୍ରଭୁଙ୍କ ଗୃହକୁ ଆଣିଲେ।
16
ପୁଣି, ଆସା ଓ ଇସ୍ରାଏଲର ରାଜା ବାଶାଙ୍କ ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା।
17
ଆଉ ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକୁ ଯିବା ଆସିବାକୁ ନ ଦେବା ପାଇଁ ଇସ୍ରାଏଲର ରାଜା ବାଶା ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ।
18
ତହିଁରେ ଆସା ସଦାପ୍ରଭୁଙ୍କ ଗୃହର ଭଣ୍ଡାରରୁ, ରାଜଗୃହର ଭଣ୍ଡାରରୁ ଅବଶିଷ୍ଟ ସବୁ ରୂପା ଓ ସୁନା ନେଇ ଆପଣା ଦାସମାନଙ୍କ ହସ୍ତରେ ସମର୍ପଣ କଲେ ଓ ଆସା ରାଜା ହିଷୀୟୋଣର ପୌତ୍ର ଟବ୍ରିମ୍ମୋଣର ପୁତ୍ର ବିନ୍ହଦଦ୍ ନାମକ ଦମ୍ମେଶକ ନିବାସୀ ଅରାମୀୟ ରାଜା ନିକଟକୁ ସେମାନଙ୍କୁ ପଠାଇ ଏହି କଥା କହିଲେ,
19
“ମୋର ଓ ତୁମ୍ଭ ମଧ୍ୟରେ, ମୋʼ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ନିୟମ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନାର ଭେଟି ପଠାଇଲି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗିଦିଅ, ତହିଁରେ ସେ ମୋʼ ନିକଟରୁ ପ୍ରସ୍ଥାନ କରିବ।”
20
ଏଥିରେ ବିନ୍ହଦଦ୍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲର ନାନା ନଗର ବିରୁଦ୍ଧରେ ପଠାଇ ଇୟୋନ୍, ଦାନ୍, ଆବେଲ୍-ବେଥ୍-ମାଖା, ସମୁଦାୟ କିନ୍ନେରତ୍ ଓ ନପ୍ତାଲିର ସମସ୍ତ ଦେଶ ପରାସ୍ତ କଲା।
21
ତହୁଁ ବାଶା ଏହି କଥା ଶୁଣି ରାମା ଦୃଢ଼କରଣରୁ କ୍ଷାନ୍ତ ହୋଇ ତିର୍ସାରେ ବାସ କଲେ।
22
ତେବେ ଆସା ରାଜା ସମୁଦାୟ ଯିହୁଦା ନିକଟରେ ଘୋଷଣା କଲେ; କାହାକୁ ହିଁ ଛାଡ଼ିଲେ ନାହିଁ; ତହୁଁ ବାଶା ଯେଉଁ ପ୍ରସ୍ତର ଓ କାଷ୍ଠ ନେଇ ରାମା ନଗର ନିର୍ମାଣ କରିଥିଲେ, ତାହାସବୁ ସେମାନେ ବହି ନେଇଗଲେ। ତହିଁରେ ଆସା ରାଜା ବିନ୍ୟାମୀନ୍ର ଗେବା ଓ ମିସ୍ପା ନଗର ଦୃଢ଼ କଲେ।
23
ଏହି ଆସାଙ୍କର ଅବଶିଷ୍ଟ ସମସ୍ତ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ଓ ସମସ୍ତ କ୍ରିୟା, ପୁଣି, ଯେ ଯେ ନଗର ସେ ଦୃଢ଼ କରିଥିଲେ, ସେହି ସବୁ କଥା କି ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? ମାତ୍ର ବୃଦ୍ଧାବସ୍ଥାରେ ତାଙ୍କର ପାଦରେ ରୋଗ ହୋଇଥିଲା।
24
ଏଥିଉତ୍ତାରେ ଆସାଙ୍କ ମୃତ୍ୟୁ ପରେ, ସେ ଆପଣା ପିତା ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ, ପୁଣି, ତାଙ୍କର ପୁତ୍ର ଯିହୋଶାଫଟ୍ ତାହାଙ୍କ ପଦରେ ରାଜ୍ୟ କଲେ।
25
ଯିହୁଦାର ଆସା ରାଜାଙ୍କର ରାଜତ୍ଵର ଦ୍ୱିତୀୟ ବର୍ଷରେ ଯାରବୀୟାମଙ୍କର ପୁତ୍ର ନାଦବ୍ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।
26
ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଆପଣା ପିତାଙ୍କର ପଥରେ ଓ ତାଙ୍କର ପିତା ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ସେହି ପାପରେ ଚାଲିଲେ।
27
ଏଥିଉତ୍ତାରେ ଇଷାଖର ବଂଶୀୟ ଅହୀୟର ପୁତ୍ର ବାଶା ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ପୁଣି, ବାଶା ପଲେଷ୍ଟୀୟମାନଙ୍କ ଗିବ୍ବଥୋନ ନଗର ନିକଟରେ ତାଙ୍କୁ ବଧ କଲେ; କାରଣ ନାଦବ୍ ଓ ସମସ୍ତ ଇସ୍ରାଏଲ ସେସମୟରେ ଗିବ୍ବଥୋନ ଅବରୋଧ କରୁଥିଲେ।
28
ଯିହୁଦାର ଆସା ରାଜାଙ୍କ ରାଜତ୍ଵର ତୃତୀୟ ବର୍ଷରେ ବାଶା ନାଦବ୍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ।
29
ପୁଣି, ସେ ରାଜା ହେବାକ୍ଷଣେ ଯାରବୀୟାମଙ୍କର ସମୁଦାୟ ବଂଶକୁ ଉଚ୍ଛିନ୍ନ କଲେ; ସଦାପ୍ରଭୁ ଆପଣା ଦାସ ଶୀଲୋନୀୟ ଅହୀୟ ହସ୍ତରେ ଯେଉଁ କଥା କହିଥିଲେ, ତଦନୁସାରେ ବାଶା ଯାରବୀୟାମଙ୍କର ଏକ ପ୍ରାଣୀକୁ ହିଁ ଅବଶିଷ୍ଟ ରଖିଲେ ନାହିଁ, ସମସ୍ତଙ୍କୁ ସଂହାର କଲେ।
30
କାରଣ ଯାରବୀୟାମ ନିଜେ ପାପ କରି ତଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଲେ ଓ ବିରକ୍ତିଜନକ କର୍ମ ଦ୍ୱାରା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ବିରକ୍ତ କଲେ।
31
ଏହି ନାଦବ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସକଳ କ୍ରିୟା କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
32
ପୁଣି, ଆସା ଓ ଇସ୍ରାଏଲର ରାଜା ବାଶାଙ୍କର ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା।
33
ଯିହୁଦାର ଆସା ରାଜାଙ୍କର ରାଜତ୍ଵର ତୃତୀୟ ବର୍ଷରେ ଅହୀୟର ପୁତ୍ର ବାଶା ତିର୍ସାରେ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଚବିଶ ବର୍ଷ ରାଜତ୍ୱ କଲେ।
34
ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଯାରବୀୟାମଙ୍କର ପଥରେ ଓ ଯଦ୍ଦ୍ୱାରା ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପରେ ଚାଲିଲେ।
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 16 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22