bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
1 Kings 16
1 Kings 16
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 17 →
1
ଏଥିଉତ୍ତାରେ ବାଶାଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ହନାନିର ପୁତ୍ର ଯେହୂଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
2
“ଯେପରି ଆମ୍ଭେ ତୁମ୍ଭକୁ ଧୂଳିରୁ ଉଠାଇ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲୁ; ମାତ୍ର ତୁମ୍ଭେ ଯାରବୀୟାମର ପଥରେ ଚାଲିଅଛ ଓ ଆପଣା ଲୋକ ଇସ୍ରାଏଲକୁ ପାପ କରାଇଅଛ ଓ ସେମାନଙ୍କ ପାପ ଦ୍ୱାରା ଆମ୍ଭକୁ ବିରକ୍ତ କଲ;
3
ଦେଖ, ଆମ୍ଭେ ବାଶାକୁ ଓ ତାହାର ଗୃହକୁ ନିଃଶେଷ ରୂପେ ବିନାଶ କରିବା ଓ ଆମ୍ଭେ ତୁମ୍ଭ ଗୃହକୁ ନବାଟର ପୁତ୍ର ଯାରବୀୟାମର ଗୃହ ତୁଲ୍ୟ କରିବା।
4
ବାଶାର କେହି ନଗରରେ ମଲେ, କୁକ୍କୁରମାନେ ତାହାକୁ ଖାଇବେ ଓ ତାହାର କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାହାକୁ ଖାଇବେ।”
5
ବାଶାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କ୍ରିୟା ଓ ପରାକ୍ରମ ବିଷୟ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
6
ଏଥିଉତ୍ତାରେ ବାଶାଙ୍କ ମୃତ୍ୟୁ ପରେ, ସେ ତିର୍ସାରେ କବର ପାଇଲେ ଓ ତାହାଙ୍କ ପୁତ୍ର ଏଲା ତାହାଙ୍କ ପଦରେ ରାଜ୍ୟ କଲେ।
7
ତଥାପି ବାଶା ଓ ତାଙ୍କର ବଂଶ ବିରୁଦ୍ଧରେ ହନାନିର ପୁତ୍ର ଯେହୂ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯେହେତୁ ସେ ଆପଣା ହସ୍ତକୃତ କର୍ମ ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ସବୁ କୁକର୍ମ କରି ଯାରବୀୟାମଙ୍କର ବଂଶ ତୁଲ୍ୟ ହୋଇଥିଲେ ଓ ତାହାକୁ ଉଚ୍ଛିନ୍ନ କରିଥିଲେ।
8
ଯିହୁଦାର ଆସା ରାଜାଙ୍କ ରାଜତ୍ଵର ଛବିଶ ବର୍ଷରେ ବାଶାଙ୍କର ପୁତ୍ର ଏଲା ତିର୍ସାରେ ଇସ୍ରାଏଲ ବଂଶ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜ୍ୟ କଲେ।
9
ତହିଁ ଉତ୍ତାରେ ତାଙ୍କର ରଥସମୂହର ଅର୍ଦ୍ଧେକର ଅଧିପତି ସିମ୍ରି ନାମକ ତାଙ୍କର ଦାସ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ଏଲା ତିର୍ସାରେ ଥାଇ ତିର୍ସାସ୍ଥିତ ଆପଣା ଗୃହର ଅଧ୍ୟକ୍ଷ ଅର୍ସାର ଗୃହରେ ପାନ କରି ମତ୍ତ ହେଉଥିଲେ;
10
ଏପରି ସମୟରେ ସିମ୍ରି ଭିତରକୁ ଯାଇ ଯିହୁଦା-ରାଜା ଆସାଙ୍କ ରାଜତ୍ଵର ସତାଇଶ ବର୍ଷରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ।
11
ପୁଣି, ସେ ରାଜ୍ୟ କରିବାକୁ ଆରମ୍ଭ କରି ଆପଣା ସିଂହାସନରେ ବସିବା ମାତ୍ର ସେ ବାଶାଙ୍କର ସମୁଦାୟ ବଂଶକୁ ସଂହାର କଲେ; ସେ ତାଙ୍କର କି ତାଙ୍କ ଜ୍ଞାତିମାନଙ୍କର କି ତାଙ୍କ ମିତ୍ରମାନଙ୍କର କାହାରି ଗୋଟିଏ ପୁଂସନ୍ତାନ ଅବଶିଷ୍ଟ ରଖିଲେ ନାହିଁ।
12
ଏହି ପ୍ରକାରେ ସଦାପ୍ରଭୁ ଯେହୂ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ବାଶାଙ୍କ ବିରୁଦ୍ଧରେ ଯେଉଁ କଥା କହିଥିଲେ, ତଦନୁସାରେ ସିମ୍ରି ବାଶାଙ୍କର ସମଗ୍ର ବଂଶ ଉଚ୍ଛିନ୍ନ କଲେ;
13
ବାଶା ଓ ତାଙ୍କର ପୁତ୍ର ଏଲା ଆପଣାମାନଙ୍କ ଅସାରତା ଦ୍ୱାରା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଯେଉଁ ପାପ କଲେ ଓ ଇସ୍ରାଏଲକୁ ପାପ କରାଇଲେ, ବାଶାଙ୍କର ସେହି ସମସ୍ତ ପାପ ଓ ତାଙ୍କର ପୁତ୍ର ଏଲାଙ୍କର ପାପ ଏଥିର କାରଣ।
14
ଏଲାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କି ଇସ୍ରାଏଲ-ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?
15
ଯିହୁଦା-ରାଜା ଆସାଙ୍କ ରାଜତ୍ଵର ସତାଇଶ ବର୍ଷରେ ସିମ୍ରି ତିର୍ସାରେ ସାତ ଦିନ ରାଜତ୍ୱ କଲେ। ସେହି ସମୟରେ ଲୋକମାନେ ପଲେଷ୍ଟୀୟମାନଙ୍କ ଗିବ୍ବଥୋନ ବିରୁଦ୍ଧରେ ଛାଉଣି ସ୍ଥାପନ କରିଥିଲେ।
16
ଏଥିମଧ୍ୟରେ ଛାଉଣି ସ୍ଥାପନ କରିଥିବା ଲୋକମାନେ ଶୁଣିଲେ ଯେ, ସିମ୍ରି ଚକ୍ରାନ୍ତ କରିଅଛନ୍ତି, ମଧ୍ୟ ରାଜାଙ୍କୁ ବଧ କରିଅଛନ୍ତି; ଏହେତୁ ସମସ୍ତ ଇସ୍ରାଏଲ ସେହି ଦିନ ଛାଉଣି ମଧ୍ୟରେ ଅମ୍ରି ନାମକ ସେନାପତିଙ୍କୁ ଇସ୍ରାଏଲ ଉପରେ ରାଜା କଲେ।
17
ତହୁଁ ଅମ୍ରି ଓ ତାଙ୍କ ସହିତ ସମଗ୍ର ଇସ୍ରାଏଲ ଗିବ୍ବଥୋନରୁ ଯାତ୍ରା କରି ତିର୍ସା ଅବରୋଧ କଲେ।
18
ତହିଁରେ ସିମ୍ରି ନଗର ହସ୍ତଗତ ହେବାର ଦେଖି ରାଜଗୃହର ଦୁର୍ଗକୁ ଯାଇ ଆପଣା ଉପରେ ରାଜଗୃହରେ ଅଗ୍ନି ଲଗାଇ ତାହା ଦଗ୍ଧ କଲେ;
19
ପୁଣି, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରିବାରେ, ଯାରବୀୟାମଙ୍କର ପଥରେ ଚାଲିବାରେ ଓ ଇସ୍ରାଏଲକୁ ପାପ କରାଇବାରେ ଆପେ ଯେଉଁ ପାପ କଲେ, ତାଙ୍କ କୃତ ସେହି ପାପ ସକାଶୁ ମଲେ।
20
ସିମ୍ରିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କ କୃତ ରାଜଦ୍ରୋହ ବିଷୟ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
21
ସେସମୟରେ ଇସ୍ରାଏଲ ଲୋକମାନେ ଦୁଇ ଭାଗରେ ବିଭକ୍ତ ହେଲେ; ଅର୍ଦ୍ଧେକ ଲୋକ ଗୀନତର ପୁତ୍ର ତିବ୍ନିକୁ ରାଜା କରିବା ପାଇଁ ତାହାର ଅନୁଗାମୀ ହେଲେ ଓ ଅର୍ଦ୍ଧେକ ଅମ୍ରିଙ୍କର ଅନୁଗାମୀ ହେଲେ।
22
ମାତ୍ର ଅମ୍ରିଙ୍କର ଅନୁଗାମୀ ଲୋକମାନେ ଗୀନତର ପୁତ୍ର ତିବ୍ନିର ଅନୁଗାମୀ ଲୋକମାନଙ୍କୁ ପରାସ୍ତ କଲେ; ତିବ୍ନି ମଲା ଓ ଅମ୍ରି ରାଜ୍ୟ କଲେ।
23
ଯିହୁଦାର ରାଜା ଆସାଙ୍କ ରାଜତ୍ଵର ଏକତିରିଶ ବର୍ଷରେ ଅମ୍ରି ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରିବାର ବର୍ଷ ରାଜ୍ୟ କଲେ; ତିର୍ସାରେ ସେ ଛଅ ବର୍ଷ ରାଜ୍ୟ କଲେ।
24
ପୁଣି, ସେ ଦୁଇ ତାଳନ୍ତ ରୂପାରେ ଶେମରଠାରୁ ଶମିରୋଣ୍ ପର୍ବତ କ୍ରୟ କଲେ ଓ ସେହି ପର୍ବତ ଉପରେ ଏକ ନଗର ନିର୍ମାଣ କରି ସେହି ପର୍ବତର ଅଧିକାରୀ ଶେମରର ନାମାନୁସାରେ ଆପଣା ନିର୍ମିତ ନଗରର ନାମ ଶମରୀୟା ରଖିଲେ।
25
ଆଉ ଅମ୍ରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ତାଙ୍କର ପୂର୍ବବର୍ତ୍ତୀ ସମସ୍ତଙ୍କ ଅପେକ୍ଷା ଅଧିକ ଦୁଷ୍ଟାଚରଣ କଲେ।
26
କାରଣ ସେ ନବାଟର ପୁତ୍ର ଯାରବୀୟାମଙ୍କର ସକଳ ପଥରେ ଓ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ଆପଣାମାନଙ୍କ ଅସାରତା ଦ୍ୱାରା ବିରକ୍ତ କରିବା ପାଇଁ ଯଦ୍ଦ୍ୱାରା ସେ ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପ-ପଥରେ ଅମ୍ରି ଚାଲିଲେ।
27
ଅମ୍ରିଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ ଓ ତାଙ୍କ ପ୍ରକାଶିତ ପରାକ୍ରମସବୁ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
28
ଅମ୍ରିଙ୍କ ମୃତ୍ୟୁ ପରେ, ସେ ଶମରୀୟାରେ କବରପ୍ରାପ୍ତ ହେଲେ; ପୁଣି, ତାଙ୍କର ପୁତ୍ର ଆହାବ ତାହାଙ୍କ ପଦରେ ରାଜ୍ୟ କଲେ।
29
ଯିହୁଦାର ରାଜା ଆସାଙ୍କ ରାଜତ୍ଵର ଅଠତିରିଶି ବର୍ଷରେ ଅମ୍ରିଙ୍କର ପୁତ୍ର ଆହାବ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ଅମ୍ରିଙ୍କ ପୁତ୍ର ଆହାବ ଶମରୀୟାରେ ଇସ୍ରାଏଲ ଉପରେ ବାଇଶ ବର୍ଷ ରାଜ୍ୟ କଲେ।
30
ପୁଣି, ଅମ୍ରିଙ୍କ ପୁତ୍ର ଆହାବ ଆପଣା ପୂର୍ବବର୍ତ୍ତୀ ସମସ୍ତଙ୍କ ଅପେକ୍ଷା ସଦାପ୍ରଭୁଙ୍କ ଦୃଷ୍ଟିରେ ଅଧିକ କୁକର୍ମ କଲେ।
31
ପୁଣି, ନବାଟର ପୁତ୍ର ଯାରବୀୟାମଙ୍କ ପାପ-ପଥରେ ଚାଲିବାର ତାଙ୍କ ପ୍ରତି ତୁଚ୍ଛ ବିଷୟ ହେଲା ପରି ସେ ସୀଦୋନୀୟମାନଙ୍କ ଇତ୍ବାଲ ରାଜାର କନ୍ୟା ଈଷେବଲ୍କୁ ବିବାହ କଲେ ଓ ଯାଇ ବାଲ୍ର ସେବା କରି ତାହାକୁ ପ୍ରଣାମ କଲେ।
32
ଆଉ ସେ ଶମରୀୟାସ୍ଥିତ ଆପଣା ନିର୍ମିତ ବାଲ୍ର ଗୃହରେ ବାଲ୍ ପାଇଁ ଏକ ଯଜ୍ଞବେଦି ନିର୍ମାଣ କଲେ।
33
ଆଉ ଆହାବ ଆଶେରା ମୂର୍ତ୍ତି ନିର୍ମାଣ କଲେ ଓ ଆହାବ ଆପଣା ପୂର୍ବବର୍ତ୍ତୀ ସମସ୍ତ ଇସ୍ରାଏଲ ରାଜାଙ୍କ ଅପେକ୍ଷା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କର ଆହୁରି ଅଧିକ ବିରକ୍ତିଜନକ କର୍ମ କଲେ।
34
ତାଙ୍କର ସମୟରେ ବେଥେଲୀୟ ହୀୟେଲ ଯିରୀହୋ ନଗର ପୁନର୍ବାର ନିର୍ମାଣ କଲେ; ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟଙ୍କ ଦେଇ ଯାହା କହିଥିଲେ; ସେହି ବାକ୍ୟାନୁସାରେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଅବୀରାମର ମୃତ୍ୟୁୁ ସହିତ ନଗରର ଭିତ୍ତିମୂଳ ସ୍ଥାପନ କଲେ ଓ ଆପଣା କନିଷ୍ଠ ପୁତ୍ର ସଗୂବର ମୃତ୍ୟୁୁ ସହିତ ତହିଁର ଦ୍ୱାରମାନ ସ୍ଥାପନ କଲେ।
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 17 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22