bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
1 Kings 22
1 Kings 22
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
1
ଏଥିଉତ୍ତାରେ ଅରାମ ଓ ଇସ୍ରାଏଲ ଯୁଦ୍ଧ ନ କରି ତିନି ବର୍ଷ ପର୍ଯ୍ୟନ୍ତ କ୍ଷାନ୍ତ ରହିଲେ।
2
ତହୁଁ ତୃତୀୟ ବର୍ଷରେ ଯିହୁଦାର ରାଜା ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କ ନିକଟକୁ ଆସିଲେ।
3
ଏଥିରେ ଇସ୍ରାଏଲର ରାଜା ଆପଣା ଦାସମାନଙ୍କୁ କହିଲେ, “ରାମୋତ୍-ଗିଲୀୟଦ ଯେ ଆମ୍ଭମାନଙ୍କର ଅଟେ, ଏହା କʼଣ ତୁମ୍ଭେମାନେ ଜାଣ ନାହିଁ? ତଥାପି ଆମ୍ଭେମାନେ ନୀରବ ହୋଇ ରହି ଅରାମର ରାଜା ହସ୍ତରୁ ତାହା ନେଉ ନାହୁଁ।”
4
ପୁଣି, ସେ ଯିହୋଶାଫଟ୍ଙ୍କୁ କହିଲେ, “ତୁମ୍ଭେ କʼଣ ଯୁଦ୍ଧ କରିବା ପାଇଁ ମୋʼ ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବ?” ତହିଁରେ ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ; “ମୁଁ ତୁମ୍ଭ ପରି, ମୋର ଲୋକ ତୁମ୍ଭ ଲୋକ ପରି, ମୋର ଅଶ୍ୱ ତୁମ୍ଭ ଅଶ୍ୱ ପରି।”
5
ଆହୁରି ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”
6
ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍ବକ୍ତାମାନଙ୍କର ଊଣାଧିକ ଚାରି ଶହ ଲୋକ ଏକତ୍ର କରି ସେମାନଙ୍କୁ ପଚାରିଲେ, “ମୁଁ ରାମୋତ୍-ଗିଲୀୟଦ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବି କି କ୍ଷାନ୍ତ ହେବି?” ତହୁଁ ସେମାନେ କହିଲେ, “ଯାଉନ୍ତୁ; କାରଣ ପ୍ରଭୁ ମହାରାଜାଙ୍କ ହସ୍ତରେ ତାହା ସମର୍ପଣ କରିବେ।”
7
ମାତ୍ର ଯିହୋଶାଫଟ୍ କହିଲେ, “ଏମାନଙ୍କ ବ୍ୟତୀତ ଯାହାକୁ ଆମ୍ଭେମାନେ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍ବକ୍ତା କି କେହି ଏଠାରେ ନାହିଁ?”
8
ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଆଉ ଜଣେ ଅଛନ୍ତି, ଯାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ ନାହିଁ।” ତହୁଁ ଯିହୋଶାଫଟ୍ କହିଲେ, “ରାଜା ଏପରି ନ କହନ୍ତୁ।”
9
ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷଙ୍କୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।”
10
ଏଥିମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍ ଆପଣାମାନଙ୍କ ରାଜବସ୍ତ୍ର ପିନ୍ଧି ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟବର୍ତ୍ତୀ ମେଲାରେ ଆପଣା ଆପଣା ସିଂହାସନରେ ବସିଥିଲେ; ଆଉ ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍ବକ୍ତା ସମସ୍ତେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିଲେ।
11
ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”
12
ତହିଁରେ ସବୁ ଭବିଷ୍ୟଦ୍ବକ୍ତା ତଦ୍ରୂପ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍-ଗିଲୀୟଦକୁ ଯାଇ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”
13
ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ମୁଁ ବିନୟ କରୁଅଛି, ତୁମ୍ଭର ବାକ୍ୟ ସେମାନଙ୍କର ଜଣକର ବାକ୍ୟ ତୁଲ୍ୟ ହେଉ, ଆଉ ତୁମ୍ଭେ ମଙ୍ଗଳର କଥା କୁହ।”
14
ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି।”
15
ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା କି କ୍ଷାନ୍ତ ହେବା?” ତହିଁରେ ସେ ଉତ୍ତର କଲା, “ଯାଉନ୍ତୁ, କୃତକାର୍ଯ୍ୟ ହେଉନ୍ତୁ; ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”
16
ତହୁଁ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି?”
17
ଏଥିରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି, ଆଉ ସଦାପ୍ରଭୁ କହିଲେ, ‘ଏମାନଙ୍କର କର୍ତ୍ତା ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।’”
18
ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଏ ଆମ୍ଭ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିଲି ନାହିଁ?”
19
ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।
20
ତହିଁରେ ସଦାପ୍ରଭୁ କହିଲେ, ‘ଆହାବ ଯେପରି ରାମୋତ୍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସଲାଇବ?’ ତହିଁରେ ଜଣେ ଏପ୍ରକାର, ଅନ୍ୟ ଜଣେ ସେପ୍ରକାର କହିଲେ।
21
ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, ‘ମୁଁ ତାହାକୁ ଫୁସଲାଇବି।’
22
ତହୁଁ ସଦାପ୍ରଭୁ ତାହାକୁ କହିଲେ, ‘କାହିଁରେ?’ ସେ କହିଲା, ‘ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି।’ ତେବେ ସେ କହିଲେ, ‘ତୁମ୍ଭେ ତାହାକୁ ଫୁସଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।’
23
ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”
24
ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋʼ ଠାରୁ କେଉଁ ବାଟେ ଗଲେ?”
25
ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକି ଯିବ, ସେହି ଦିନ ତାହା ଜାଣିବ।”
26
ପୁଣି, ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ନଗରାଧ୍ୟକ୍ଷ ଆମୋନ୍ର ଓ ରାଜପୁତ୍ର ଯୋୟାଶ୍ର ନିକଟକୁ ଫେରାଇ ନେଇଯାଅ;
27
ପୁଣି, କୁହ, ‘ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ କେବଳ ଅଳ୍ପ ଅନ୍ନ ଓ ଅଳ୍ପ ଜଳ ଖୁଆଅ ।’”
28
ତହିଁରେ ମୀଖାୟ କହିଲା, “ଯଦି ତୁମ୍ଭେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”
29
ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍ ରାଜା ରାମୋତ୍-ଗିଲୀୟଦକୁ ଗଲେ।
30
ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ। ଆଉ ଇସ୍ରାଏଲର ରାଜା ଛଦ୍ମବେଶ ଧରି ଯୁଦ୍ଧକୁ ଗଲେ।”
31
ମାତ୍ର ଅରାମର ରାଜା ଆପଣାର ବତିଶ ରଥାଧ୍ୟକ୍ଷଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”
32
ଏହେତୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍ଙ୍କୁ ଦେଖି କହିଲେ, “ଏ ଅବଶ୍ୟ ଇସ୍ରାଏଲର ରାଜା; ଆଉ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ତହିଁରେ ଯିହୋଶାଫଟ୍ ଡାକ ପକାଇଲେ।”
33
ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ ଫେରିଗଲେ।
34
ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ଇସ୍ରାଏଲ ରାଜାଙ୍କ ସାଞ୍ଜୁଆର ଯୋଡ଼ ମଧ୍ୟରେ ଆଘାତ କଲା; ତେଣୁ ସେ ଆପଣା ସାରଥିକୁ କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।”
35
ସେଦିନ ଯୁଦ୍ଧ ପ୍ରବଳ ହେଲା; ପୁଣି, ଲୋକମାନେ ଅରାମୀୟମାନଙ୍କ ସମ୍ମୁଖରେ ରାଜାଙ୍କୁ ତାଙ୍କର ରଥରେ ଠିଆ କରି ରଖିଲେ, ଆଉ ସେ ସନ୍ଧ୍ୟା ବେଳେ ମଲେ; ପୁଣି, ତାଙ୍କର କ୍ଷତର ରକ୍ତ ରଥ ଗର୍ଭରେ ବହି ପଡ଼ିଲା।
36
“ଆଉ ପ୍ରତ୍ୟେକେ ଆପଣା ନଗରକୁ ଓ ଆପଣା ଦେଶକୁ ଯାଅ,” ଏହି ଡାକ ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସୈନ୍ୟମାନଙ୍କର ସର୍ବତ୍ର ବ୍ୟାପିଗଲା।
37
ଏହିରୂପେ ରାଜା ମଲେ ଓ ଶମରୀୟାକୁ ଅଣାଗଲେ; ପୁଣି, ଲୋକମାନେ ରାଜାଙ୍କୁ ଶମରୀୟାରେ କବର ଦେଲେ।
38
ଆଉ ସେମାନେ ଶମରୀୟାର ପୁଷ୍କରିଣୀ ନିକଟରେ ରଥ ଧୋଇଲେ; ତହିଁରେ ସଦାପ୍ରଭୁଙ୍କ ଉକ୍ତ ବାକ୍ୟାନୁସାରେ କୁକ୍କୁରମାନେ ତାଙ୍କର ରକ୍ତ ଚାଟି ଖାଇଲେ। ଏହି ସ୍ଥାନରେ ବେଶ୍ୟାମାନେ ସ୍ନାନ କରନ୍ତି।
39
ଏହି ଆହାବଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ନିର୍ମିତ ହସ୍ତୀଦନ୍ତମୟ ଗୃହ ଓ ଯେ ଯେ ନଗର ସେ ନିର୍ମାଣ କରିଥିଲେ, ତାହାସବୁ କʼଣ ଇସ୍ରାଏଲ ରାଜାଗଣଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?
40
ଏହିରୂପେ ଆହାବଙ୍କ ମୃତ୍ୟୁ ପରେ ଓ ତାହାଙ୍କ ପୁତ୍ର ଅହସୀୟ ତାହାଙ୍କ ପଦରେ ରାଜ୍ୟ କଲେ।
41
ଇସ୍ରାଏଲର ରାଜା ଆହାବଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ଆସାଙ୍କର ପୁତ୍ର ଯିହୋଶାଫଟ୍ ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ।
42
ରାଜ୍ୟ କରିବାର ଆରମ୍ଭରେ ଯିହୋଶାଫଟ୍ଙ୍କର ବୟସ ପଞ୍ଚତିରିଶ ବର୍ଷ ହୋଇଥିଲା ଓ ସେ ଯିରୂଶାଲମରେ ପଚିଶ ବର୍ଷ ରାଜ୍ୟ କଲେ। ତାଙ୍କର ମାତାର ନାମ ଅସୂବା, ସେ ଶିଲ୍ହିର କନ୍ୟା।
43
ଯିହୋଶାଫଟ୍ ଆପଣା ପିତା ଆସାଙ୍କର ସମସ୍ତ ପଥରେ ଚାଲିଲେ; ସେ ତହିଁରୁ ବିମୁଖ ନ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ; ତଥାପି ଉଚ୍ଚସ୍ଥଳୀମାନ ଉଚ୍ଛିନ୍ନ ନୋହିଲା; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
44
ପୁଣି, ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କ ସଙ୍ଗେ ସନ୍ଧି ସ୍ଥାପନ କଲେ।
45
ଏହି ଯିହୋଶାଫଟ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ପ୍ରକାଶିତ ପରାକ୍ରମ ଓ ସେ କି ପ୍ରକାର ଯୁଦ୍ଧ କଲେ, ତାହାସବୁ କʼଣ ଯିହୁଦାର ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?
46
ତାଙ୍କର ପିତା ଆସାଙ୍କର ସମୟରେ ଯେଉଁ ସଦୋମୀମାନେ ଅବଶିଷ୍ଟ ରହିଥିଲେ, ସେମାନଙ୍କୁ ସେ ଦେଶରୁ ଦୂର କରିଦେଲେ।
47
ସେହି ସମୟରେ ଇଦୋମରେ କେହି ରାଜା ନ ଥିଲା; ଜଣେ ପ୍ରତିନିଧି ରାଜ୍ୟ କଲା।
48
ଯିହୋଶାଫଟ୍ ସୁନା ପାଇଁ ଓଫୀରକୁ ଯିବା ସକାଶେ ତର୍ଶୀଶର ଜାହାଜମାନ ନିର୍ମାଣ କଲେ; ମାତ୍ର ତାହାସବୁ ଗଲା ନାହିଁ; କାରଣ ଇତ୍ସିୟୋନ-ଗେବରରେ ଜାହାଜମାନ ଭାଙ୍ଗିଗଲା।
49
ତେବେ ଆହାବଙ୍କର ପୁତ୍ର ଅହସୀୟ ଯିହୋଶାଫଟ୍ଙ୍କୁ କହିଲେ, “ମୋʼ ଦାସମାନେ ତୁମ୍ଭ ଦାସମାନଙ୍କ ସଙ୍ଗେ ଜାହାଜରେ ଯାଉନ୍ତୁ।” ମାତ୍ର ଯିହୋଶାଫଟ୍ ସମ୍ମତ ହେଲେ ନାହିଁ।
50
ଏଥିଉତ୍ତାରେ ଯିହୋଶାଫଟ୍ ଆପଣା ପିତୃଗଣ ସହିତ ଶୟନ କରି ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଲୋକଙ୍କ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍ ତାଙ୍କର ପଦରେ ରାଜ୍ୟ କଲେ।
51
ଯିହୁଦାର ରାଜା ଯିହୋଶାଫଟ୍ଙ୍କ ରାଜତ୍ଵର ସତର ବର୍ଷରେ ଆହାବଙ୍କର ପୁତ୍ର ଅହସୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।
52
ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ସେ ଆପଣା ପିତାଙ୍କର ପଥରେ ଓ ଆପଣା ମାତାର ପଥରେ ଓ ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପଥରେ ଚାଲିଲେ।
53
ପୁଣି, ସେ ଆପଣା ପିତାଙ୍କର ସମସ୍ତ କ୍ରିୟାନୁସାରେ ବାଲ୍ର ସେବା ଓ ପୂଜା କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ବିରକ୍ତ କଲେ।
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22