bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
1 Kings 6
1 Kings 6
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 7 →
1
ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣ ବାହାରି ଆସିଲା ଉତ୍ତାରେ ଚାରି ଶହ ଅଶୀ ବର୍ଷରେ ଓ ଇସ୍ରାଏଲ ଉପରେ ଶଲୋମନଙ୍କର ରାଜତ୍ଵର ଚତୁର୍ଥ ବର୍ଷର ସିବ୍ ନାମକ ଦ୍ୱିତୀୟ ମାସରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ।
2
ପୁଣି, ଶଲୋମନ ରାଜା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମାଣ କଲେ, ତହିଁର ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଓ ଉଚ୍ଚତା ତିରିଶ ହାତ।
3
ଆଉ ଗୃହର ପବିତ୍ର ସ୍ଥାନ ସମ୍ମୁଖସ୍ଥ ବାରଣ୍ଡା, ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଦୀର୍ଘ ଓ ଗୃହର ସମ୍ମୁଖରେ ତହିଁର ପ୍ରସ୍ଥ ଦଶ ହାତ ଥିଲା।
4
ପୁଣି, ଗୃହ ନିମନ୍ତେ ସେ ବନ୍ଦ ଜାଲିଝରକା ନିର୍ମାଣ କଲେ।
5
ପୁଣି, ସେ ଗୃହର କାନ୍ଥ ଚାରିଆଡ଼େ, ଅର୍ଥାତ୍, ମନ୍ଦିର ଓ ମହାପବିତ୍ର ସ୍ଥାନର କାନ୍ଥକୁ ଲଗାଇ ଚାରିଆଡ଼େ ମହଲା ବନାଇଲେ ଓ ଚାରିଆଡ଼େ କୋଠରି ନିର୍ମାଣ କଲେ।
6
ତହିଁରେ ତଳ ମହଲା ପାଞ୍ଚ ହାତ ପ୍ରସ୍ଥ, ମଧ୍ୟ ମହଲା ଛଅ ହାତ ପ୍ରସ୍ଥ ଓ ତୃତୀୟ ମହଲା ସାତ ହାତ ପ୍ରସ୍ଥ ଥିଲା। କାରଣ, କଡ଼ିକାଠ ଯେପରି ଗୃହର କାନ୍ଥରେ ବନ୍ଦ ନ ହୁଏ, ଏଥିପାଇଁ ସେ ଚାରିଆଡ଼େ ଗୃହର କାନ୍ଥର ବାହାର ଭାଗରେ ଆଧାର କଲେ।
7
ସେହି ଗୃହ ନିର୍ମିତ ହେବା ସମୟରେ ତାହା ପଥରଖଣିରେ ପ୍ରସ୍ତୁତ ପଥରରେ ଗଢ଼ାଯାଇଥିଲା; ଏଣୁ ସେ ଗୃହ ନିର୍ମିତ ହେବା ସମୟଯାକ ତହିଁ ମଧ୍ୟରେ ହାତୁଡ଼ି କି କଟାଳି, କୌଣସି ଲୌହାସ୍ତ୍ରର ଶବ୍ଦ ଶୁଣା ନ ଗଲା।
8
ମଧ୍ୟମ କୋଠରିମାନର ଦ୍ୱାର ଗୃହର ଦକ୍ଷିଣ ଭାଗରେ ଥିଲା; ପୁଣି, ଲୋକମାନେ ଘୂର୍ଣ୍ଣିତ ସୋପାନ ଦେଇ ମଧ୍ୟମ କୋଠରିକୁ ଓ ମଧ୍ୟମ କୋଠରିରୁ ତୃତୀୟ କୋଠରିକୁ ଚଢ଼ିଗଲେ।
9
ଏହିରୂପେ ସେ ଗୃହ ନିର୍ମାଣ କାର୍ଯ୍ୟ ସମାପ୍ତ କଲେ, ଏରସ କାଷ୍ଠର କଡ଼ି ଓ ପଟାରେ ଗୃହ ଆଚ୍ଛାଦନ କଲେ।
10
ଆଉ, ସେ ସମୁଦାୟ ଗୃହକୁ ଲଗାଇ ପାଞ୍ଚ ପାଞ୍ଚ ହାତ ଉଚ୍ଚର ମହଲା ବନାଇଲେ ଓ ଏରସ କାଷ୍ଠ ଦ୍ୱାରା ଗୃହ ଉପରେ ସେହିସବୁର ଭାର ରହିଲା।
11
ଏଥିଉତ୍ତାରେ ଶଲୋମନଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,
12
“ତୁମ୍ଭେ ତ ଏହି ଗୃହ ନିର୍ମାଣ କରୁଅଛ, ଯଦି ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ଚାଲିବ ଓ ଆମ୍ଭର ସକଳ ଶାସନ ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସାରେ ଚାଲିବ; ତେବେ ଆମ୍ଭେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ଆମ୍ଭେ ଆପଣାର ସେହି ବାକ୍ୟ ତୁମ୍ଭ ପ୍ରତି ସଫଳ କରିବା।
13
ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରିବା ଓ ଆପଣା ଲୋକ ଇସ୍ରାଏଲକୁ ପରିତ୍ୟାଗ କରିବା ନାହିଁ।”
14
ଏହିରୂପେ ଶଲୋମନ ଗୃହ ନିର୍ମାଣ କରି ତାହା ସମାପ୍ତ କଲେ।
15
ସେ ଗୃହର ଭିତର କାନ୍ଥସବୁରେ ଏରସ କାଷ୍ଠର ପଟା ଦେଲେ; ଗୃହର ଚଟାଣରୁ କାନ୍ଥର ଛାତ ପର୍ଯ୍ୟନ୍ତ ଭିତରଯାକ ସେ ସେହି କାଷ୍ଠରେ ଆଚ୍ଛାଦନ କଲେ; ପୁଣି, ଦେବଦାରୁ ପଟାରେ ଗୃହର ଚଟାଣ ଆଚ୍ଛାଦନ କଲେ।
16
ପୁଣି, ସେ ଗୃହର ପଶ୍ଚାତ୍ଭାଗ କୋଡ଼ିଏ ହାତ କରି ଚଟାଣରୁ କାନ୍ଥ ପର୍ଯ୍ୟନ୍ତ ଏରସ କାଷ୍ଠର ପଟା ଦେଲେ; ସେ ଭିତରେ ମହାପବିତ୍ର ସ୍ଥାନ, ଅର୍ଥାତ୍, ମହାପବିତ୍ର ସ୍ଥାନ ନିମନ୍ତେ ତାହା ପ୍ରସ୍ତୁତ କଲେ।
17
ତହିଁରେ ଗୃହ, ଅର୍ଥାତ୍, ମହାପବିତ୍ର ସ୍ଥାନର ସମ୍ମୁଖସ୍ଥ ମନ୍ଦିର ଚାଳିଶ ହାତ ଦୀର୍ଘ ହେଲା।
18
ପୁଣି, ଗୃହ ଭିତରେ ଏରସ କାଷ୍ଠରେ କଳିକା ଓ ପ୍ରସ୍ପୁଟିତ ପୁଷ୍ପ ଖୋଦିତ କଲେ; ସବୁ ଏରସ କାଷ୍ଠର ଥିଲା; କିଛିମାତ୍ର ପ୍ରସ୍ତର ଦୃଶ୍ୟ ନୋହିଲା।
19
ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସ୍ଥାପନାର୍ଥେ ଅନ୍ତଃସ୍ଥ ଗୃହ ମଧ୍ୟରେ ସେ ମହାପବିତ୍ର ସ୍ଥାନ ପ୍ରସ୍ତୁତ କଲେ।
20
ଆଉ ସେହି ମହାପବିତ୍ର ସ୍ଥାନ ଭିତର କୋଡ଼ିଏ ହାତ ଦୀର୍ଘ, କୋଡ଼ିଏ ହାତ ପ୍ରସ୍ଥ ଓ କୋଡ଼ିଏ ହାତ ଉଚ୍ଚ ଥିଲା, ଆଉ ସେ ତହିଁରେ ନିର୍ମଳ ସୁବର୍ଣ୍ଣ ମଡ଼ାଇଲେ ଓ ଧୂପବେଦି ଏରସ କାଷ୍ଠରେ ଆଚ୍ଛାଦନ କଲେ।
21
ଏହିରୂପେ ଶଲୋମନ ଗୃହ ଭିତର ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ଓ ମହାପବିତ୍ର ସ୍ଥାନ ସମ୍ମୁଖରେ ସୁବର୍ଣ୍ଣ ଜଞ୍ଜିରମାନ ଟଙ୍ଗାଇଲେ ଓ ସେ ତାହା ସୁବର୍ଣ୍ଣରେ ମଡ଼ାଇଲେ।
22
ପୁଣି, ସମୁଦାୟ ଗୃହ ସମାପ୍ତ ହେବା ପର୍ଯ୍ୟନ୍ତ ସମସ୍ତ ଗୃହ ସୁବର୍ଣ୍ଣରେ ମଡ଼ାଇଲେ; ମଧ୍ୟ ମହାପବିତ୍ର ସ୍ଥାନର ଧୂପବେଦି ସମ୍ପୂର୍ଣ୍ଣ ରୂପେ ସୁବର୍ଣ୍ଣରେ ମଡ଼ାଇଲେ।
23
ପୁଣି, ସେ ମହାପବିତ୍ର ସ୍ଥାନ ମଧ୍ୟରେ ଦଶ ହାତ ଉଚ୍ଚ ଜୀତ କାଷ୍ଠର ଦୁଇ କିରୂବ ନିର୍ମାଣ କଲେ।
24
ଏକ କିରୂବର ଏକ ପକ୍ଷ ପାଞ୍ଚ ହାତ ଓ ଅନ୍ୟ ପକ୍ଷ ହିଁ ପାଞ୍ଚ ହାତ ଥିଲା; ଏକ ପକ୍ଷର ଅଗ୍ରଭାଗରୁ ଅନ୍ୟ ପକ୍ଷର ଅଗ୍ରଭାଗ ପର୍ଯ୍ୟନ୍ତ ଦଶ ହାତ ଥିଲା।
25
ସେରୂପେ ଅନ୍ୟ କିରୂବ ହିଁ ଦଶ ହାତ ଥିଲା; ଦୁଇ କିରୂବଯାକ ଏକ ମାପ ଓ ଏକ ଆକାରର ଥିଲେ।
26
ଏକ କିରୂବର ଉଚ୍ଚତା ଦଶ ହାତ, ଅନ୍ୟ କିରୂବର ମଧ୍ୟ ସେହିପରି ଥିଲା।
27
ପୁଣି, ସେ ସେହି କିରୂବଦ୍ୱୟକୁ ଅନ୍ତରାଗାର ମଧ୍ୟରେ ରଖିଲେ; ଆଉ ସେହି କିରୂବମାନଙ୍କର ପକ୍ଷ ଏପରି ବିସ୍ତୀର୍ଣ୍ଣ ହୋଇଥିଲା ଯେ, ଏକର ପକ୍ଷ ଏକ କାନ୍ଥକୁ ଓ ଅନ୍ୟର ପକ୍ଷ ଅନ୍ୟ କାନ୍ଥକୁ ସ୍ପର୍ଶ କଲା; ପୁଣି, ଗୃହ ମଧ୍ୟରେ ସେମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କଲା।
28
ତହୁଁ ସେ କିରୂବମାନଙ୍କୁ ସୁବର୍ଣ୍ଣରେ ମଡ଼ାଇଲେ।
29
ପୁଣି, ସେ ଗୃହର ସକଳ କାନ୍ଥର ଭିତରେ ବାହାରେ ଚାରିଆଡ଼େ ଖୋଦିତ କିରୂବ ଓ ଖର୍ଜ୍ଜୁର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଆକୃତି ଖୋଳିଲେ।
30
ଆହୁରି ଗୃହ-ଚଟାଣର ଭିତର ବାହାର ସୁବର୍ଣ୍ଣରେ ମଡ଼ାଇଲେ।
31
ଆଉ, ସେ ମହାପବିତ୍ର ସ୍ଥାନର ପ୍ରବେଶ-ଦ୍ୱାର ଜୀତ କାଷ୍ଠରେ ନିର୍ମାଣ କଲେ, ତହିଁର କପାଳୀ ଓ ବାଜୁବନ୍ଧ କାନ୍ଥର ପଞ୍ଚମାଂଶ ଥିଲା।
32
ଏହିରୂପେ ସେ ଜୀତ କାଷ୍ଠରେ ଦୁଇ କବାଟ କଲେ; ତହିଁ ଉପରେ କିରୂବ ଓ ଖର୍ଜ୍ଜୁର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନର ଆକୃତି ଖୋଦାଇଲେ ଓ ତାହା ସୁବର୍ଣ୍ଣରେ ମଡ଼ାଇଲେ; ଆଉ କିରୂବ ଓ ଖର୍ଜ୍ଜୁରବୃକ୍ଷମାନ ଉପରେ ସୁବର୍ଣ୍ଣ ମଡ଼ାଇଲେ।
33
ତଦ୍ରୂପ ମନ୍ଦିରର ପ୍ରବେଶ-ଦ୍ୱାର ନିମନ୍ତେ କାନ୍ଥର ଚତୁର୍ଥାଂଶରେ ଜୀତ କାଷ୍ଠର ଚୌକାଠ କଲେ;
34
ଆଉ, ଦେବଦାରୁ କାଷ୍ଠରେ ଦୁଇ କବାଟ କଲେ; ଏକ କବାଟର ଦୁଇ ପଟ ଦୋହରା ଥିଲା, ଅନ୍ୟ କବାଟର ଦୁଇ ପଟ ଦୋହରା ଥିଲା।
35
ପୁଣି, ସେ ତହିଁ ଉପରେ କିରୂବ ଓ ଖର୍ଜ୍ଜୁର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନ ଖୋଳି ସେହି ଖୋଦିତ କର୍ମର ଆକୃତି ଅନୁସାରେ ସୁବର୍ଣ୍ଣ ମଡ଼ାଇଲେ।
36
ପୁଣି, ସେ ତିନି ଧାଡ଼ି ଖୋଦିତ ପ୍ରସ୍ତରରେ ଓ ଏକ ଧାଡ଼ି ଏରସ କାଷ୍ଠର କଡ଼ିରେ ଭିତର ପ୍ରାଙ୍ଗଣ ନିର୍ମାଣ କଲେ।
37
ଚତୁର୍ଥ ବର୍ଷର ସିବ୍ ମାସରେ ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପିତ ହେଲା।
38
ପୁଣି, ଏକାଦଶ ବର୍ଷର ବୂଲ ନାମକ ଅଷ୍ଟମ ମାସରେ ନିରୂପିତ ଆକୃତି ଅନୁସାରେ ସମୁଦାୟ ଅଂଶରେ ଗୃହର ନିର୍ମାଣ କାର୍ଯ୍ୟ ସମାପ୍ତ ହେଲା। ଏରୂପେ ତାହା ନିର୍ମାଣ କରିବାରେ ତାଙ୍କୁ ସାତ ବର୍ଷ ଲାଗିଲା।
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 7 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22