bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
1 Samuel 12
1 Samuel 12
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 13 →
1
ଏଥିଉତ୍ତାରେ ଶାମୁୟେଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, “ଦେଖ, ତୁମ୍ଭେମାନେ ମୋତେ ଯାହା ଯାହା କହିଲ, ମୁଁ ତୁମ୍ଭମାନଙ୍କର ସେହି ରବ ଶୁଣିଲି ଓ ତୁମ୍ଭମାନଙ୍କ ଉପରେ ଏକ ଜଣକୁ ରାଜା କଲି।
2
ଆଉ ଏବେ ଦେଖ, ରାଜା ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରୁଅଛନ୍ତି; ପୁଣି, ମୁଁ ବୃଦ୍ଧ ଓ ପକ୍ୱକେଶ ହୋଇଅଛି; ଆଉ ଦେଖ, ମୋହର ପୁତ୍ରମାନେ ତୁମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ମୁଁ ଯୌବନାକାଳାବଧି ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରିଅଛି।
3
ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।”
4
ତହିଁରେ ସେମାନେ କହିଲେ, “ତୁମ୍ଭେ ଆମ୍ଭମାନଙ୍କର ଅନ୍ୟାୟ କରି ନାହଁ, କି ଆମ୍ଭମାନଙ୍କ ପ୍ରତି ଉପଦ୍ରବ କରି ନାହଁ, କିଅବା ତୁମ୍ଭେ କୌଣସି ଲୋକ ହସ୍ତରୁ କିଛି ନେଇ ନାହଁ।”
5
ତେଣୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋହର ହସ୍ତରେ କୌଣସି ଦ୍ରବ୍ୟ ପାଇଲ ନାହିଁ, “ଏଥିରେ ଆଜି ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ଅଛନ୍ତି ଓ ତାହାଙ୍କର ଅଭିଷିକ୍ତ ବ୍ୟକ୍ତି ସାକ୍ଷୀ ଅଛନ୍ତି;” ତହିଁରେ ସେମାନେ କହିଲେ, “ସାକ୍ଷୀ ଅଛନ୍ତି।”
6
ତହୁଁ ଶାମୁୟେଲ ଲୋକମାନଙ୍କୁ କହିଲେ, “ସେହି ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ନିଯୁକ୍ତ କରିଥିଲେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ।
7
ଏହେତୁ ତୁମ୍ଭେମାନେ ଏହିକ୍ଷଣେ ଛିଡ଼ା ହୁଅ, ତୁମ୍ଭମାନଙ୍କ ପ୍ରତି ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି ସଦାପ୍ରଭୁଙ୍କର କୃତ ସମସ୍ତ ଧର୍ମକର୍ମ ବିଷୟ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ସହିତ ବିବେଚନା କରିବି।
8
ଯାକୁବ ମିସରକୁ ଆସିଲା ଉତ୍ତାରେ ଯେତେବେଳେ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ, ସେତେବେଳେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ପଠାଇଲେ; ତହିଁରେ ସେମାନେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ବାହାର କରି ଆଣିଲେ ଓ ଏହି ସ୍ଥାନରେ ସେମାନଙ୍କୁ ବାସ କରାଇଲେ।
9
ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ପାସୋରନ୍ତେ, ସେ ହାସୋରର ସେନାପତି ସୀଷରାର ହସ୍ତରେ ଓ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ମୋୟାବର ରାଜା ହସ୍ତରେ ସେମାନଙ୍କୁ ବିକ୍ରୟ କଲେ ଓ ସେମାନେ ସେମାନଙ୍କ ସହିତ ଯୁଦ୍ଧ କଲେ।
10
ସେତେବେଳେ ସେମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, ‘ଆମ୍ଭେମାନେ ପାପ କରିଅଛୁ, ଯେହେତୁ ଆମ୍ଭେମାନେ ସଦାପ୍ରଭୁଙ୍କୁ ତ୍ୟାଗ କରି ବାଲ୍ ଦେବଗଣର ଓ ଅଷ୍ଟାରୋତ୍ ଦେବୀଗଣର ପୂଜା କରିଅଛୁ; ମାତ୍ର ଏବେ ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କର, ତହିଁରେ ଆମ୍ଭେମାନେ ତୁମ୍ଭର ସେବା କରିବା।’
11
ଏଥିଉତ୍ତାରେ ସଦାପ୍ରଭୁ ଯିରୁବ୍ବାଲ୍କୁ ଓ ବଦାନକୁ ଓ ଯିପ୍ତହକୁ ଓ ଶାମୁୟେଲଙ୍କୁ ପଠାଇ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କଲେ, ତହିଁରେ ତୁମ୍ଭେମାନେ ନିର୍ଭୟରେ ବାସ କଲ।
12
ଏଥିଉତ୍ତାରେ ଯେତେବେଳେ ତୁମ୍ଭେମାନେ ଦେଖିଲ ଯେ, ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍ ତୁମ୍ଭମାନଙ୍କ ପ୍ରତିକୂଳରେ ବାହାର ହୋଇ ଆସୁଅଛି, ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କର ରାଜା ଥିଲେ ହେଁ ତୁମ୍ଭେମାନେ ମୋତେ କହିଲ; ‘ନାହିଁ, ମାତ୍ର ଜଣେ ରାଜା ଆମ୍ଭମାନଙ୍କ ଉପରେ ରାଜତ୍ୱ କରିବ।’
13
ଏହେତୁ ତୁମ୍ଭେମାନେ ଯାହାକୁ ମନୋନୀତ କଲ ଓ ତୁମ୍ଭେମାନେ ଯାହା ପାଇଁ ପ୍ରାର୍ଥନା କଲ, ତୁମ୍ଭମାନଙ୍କର ସେହି ରାଜାଙ୍କୁ ଏବେ ଦେଖ; ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କଲେ।
14
ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ ଓ ତାହାଙ୍କର ସେବା କରିବ ଓ ତାହାଙ୍କ ରବ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ ନ କରିବ, ପୁଣି, ତୁମ୍ଭେମାନେ ଓ ମଧ୍ୟ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱକାରୀ ରାଜା, ଉଭୟ ଯେବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନୁବର୍ତ୍ତୀ ହେବ, ତେବେ ଭଲ;
15
ମାତ୍ର ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କ ରବ ନ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କରିବ, ତେବେ ସଦାପ୍ରଭୁଙ୍କ ହସ୍ତ ଯେପରି ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପ୍ରତିକୂଳରେ ଥିଲା, ସେପରି ତୁମ୍ଭମାନଙ୍କ ପ୍ରତିକୂଳରେ ହେବ।
16
ଏହେତୁ ଏବେ ତୁମ୍ଭେମାନେ ଛିଡ଼ା ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ମହତ କର୍ମ କରିବେ, ତାହା ଦେଖ।
17
ଆଜି କି ଗହମ କାଟିବା ସମୟ ନୁହେଁ? ସଦାପ୍ରଭୁ ଯେପରି ମେଘ ଗର୍ଜ୍ଜନ ଓ ବୃଷ୍ଟି ପଠାଇବେ, ଏଥିପାଇଁ ମୁଁ ତାହାଙ୍କୁ ଡାକିବି; ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ରାଜା ମାଗି ସଦାପ୍ରଭୁଙ୍କ ଦୃଷ୍ଟିରେ ଯେଉଁ ମନ୍ଦତା କରିଅଛ, ତାହା ଯେ ବଡ଼, ଏହା ତୁମ୍ଭେମାନେ ଜାଣିବ ଓ ଦେଖିବ।”
18
ଏଥିରେ ଶାମୁୟେଲ ସଦାପ୍ରଭୁଙ୍କୁ ଡ଼ାକିଲେ, ପୁଣି, ସଦାପ୍ରଭୁ ସେହି ଦିନ ମେଘ ଗର୍ଜ୍ଜନ ଓ ବୃଷ୍ଟି ପଠାଇଲେ; ତହିଁରେ ସମସ୍ତ ଲୋକ ସଦାପ୍ରଭୁଙ୍କୁ ଓ ଶାମୁୟେଲଙ୍କୁ ଅତ୍ୟନ୍ତ ଭୟ କଲେ।
19
ପୁଣି, ସମସ୍ତ ଲୋକ ଶାମୁୟେଲଙ୍କୁ କହିଲେ, “ଆମ୍ଭେମାନେ ଯେପରି ନ ମରୁ, ଏଥିପାଇଁ ତୁମ୍ଭେ ଆପଣା ଦାସମାନଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର; କାରଣ ଆମ୍ଭେମାନେ ଆପଣାମାନଙ୍କର ସବୁ ପାପ ଉପରେ ଆପଣାମାନଙ୍କ ପାଇଁ ରାଜା ମାଗି ମନ୍ଦତା ବୃଦ୍ଧି କରିଅଛୁ।”
20
ଏଥିରେ ଶାମୁୟେଲ ଲୋକମାନଙ୍କୁ କହିଲେ, “ଭୟ ନ କର; ତୁମ୍ଭେମାନେ ଏହି ସମସ୍ତ ମନ୍ଦତା କରିଅଛ, ପ୍ରମାଣ; ତଥାପି ସଦାପ୍ରଭୁଙ୍କ ପଶ୍ଚାଦ୍ଗମନରୁ ବିମୁଖ ନ ହୁଅ, ମାତ୍ର ଆପଣାମାନଙ୍କ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କର ସେବା କର;
21
ପୁଣି, ତୁମ୍ଭେମାନେ ବିପଥଗାମୀ ନ ହୁଅ; ଯଦି ହୁଅ, ତେବେ ତୁମ୍ଭେମାନେ ଅବସ୍ତୁସକଳର ଅନୁଗାମୀ ହେବ; ସେମାନେ ଉପକାର କି ରକ୍ଷା କରିବାକୁ ଅସମର୍ଥ, ଯେହେତୁ ସେମାନେ ଅବସ୍ତୁ।
22
ସଦାପ୍ରଭୁ ଆପଣା ମହାନାମ ସକାଶୁ ଆପଣା ଲୋକମାନଙ୍କୁ ତ୍ୟାଗ କରିବେ ନାହିଁ; କାରଣ ତୁମ୍ଭମାନଙ୍କୁ ଆପଣା ଲୋକ କରିବା ପାଇଁ ସଦାପ୍ରଭୁ ସନ୍ତୁଷ୍ଟ ହୋଇଅଛନ୍ତି।
23
ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି।
24
କେବଳ ସଦାପ୍ରଭୁଙ୍କୁ ଭୟ କର, ପୁଣି, ସତ୍ୟ ରୂପେ ସମସ୍ତ ଅନ୍ତଃକରଣ ସହିତ ତାହାଙ୍କର ସେବା କର; କାରଣ ଦେଖ, ସେ ତୁମ୍ଭମାନଙ୍କ ନିମନ୍ତେ କିପରି ମହତ କର୍ମମାନ କରିଅଛନ୍ତି।
25
ମାତ୍ର ଯେବେ ତୁମ୍ଭେମାନେ ନିତାନ୍ତ ମନ୍ଦ ଆଚରଣ କରିବ, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଉଭୟ ବିନଷ୍ଟ ହେବ।”
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 13 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31