bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
1 Samuel 19
1 Samuel 19
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 20 →
1
ଏଥିଉତ୍ତାରେ ଦାଉଦଙ୍କୁ ବଧ କରିବା ପାଇଁ ଶାଉଲ ଆପଣା ପୁତ୍ର ଯୋନାଥନକୁ ଓ ଆପଣା ଦାସ ସମସ୍ତଙ୍କୁ କହିଲେ।
2
ମାତ୍ର ଶାଉଲଙ୍କର ପୁତ୍ର ଯୋନାଥନ ଦାଉଦଙ୍କଠାରେ ଅତ୍ୟନ୍ତ ଅନୁରକ୍ତ ଥିଲା। ଏହେତୁ ଯୋନାଥନ ଦାଉଦଙ୍କୁ କହିଲା, “ମୋର ପିତା ଶାଉଲ ତୁମ୍ଭକୁ ବଧ କରିବାକୁ ଚାହାନ୍ତି; ଏଥିପାଇଁ ମୁଁ ବିନୟ କରୁଅଛି, ତୁମ୍ଭେ ପ୍ରାତଃକାଳରେ ଆପଣା ବିଷୟରେ ସାବଧାନ ହୋଇ କୌଣସି ଗୁପ୍ତ ସ୍ଥାନରେ ରହି ଆପଣାକୁ ଲୁଚାଅ;
3
ପୁଣି, ତୁମ୍ଭେ ଯେଉଁ କ୍ଷେତ୍ରରେ ଥିବ, ସେସ୍ଥାନକୁ ମୁଁ ଯାଇ ମୋହର ପିତାଙ୍କ ପାଖରେ ଠିଆ ହୋଇ ତୁମ୍ଭ ବିଷୟରେ ମୋର ପିତାଙ୍କ ସଙ୍ଗେ କଥୋପକଥନ କରିବି; ଯେବେ ମୁଁ କିଛି ଦେଖିବି, ତେବେ ତୁମ୍ଭକୁ ଜଣାଇବି।”
4
ପୁଣି, ଯୋନାଥନ ଆପଣା ପିତା ଶାଉଲଙ୍କୁ ଦାଉଦଙ୍କ ବିଷୟରେ ଭଲ କଥା କହି ତାଙ୍କୁ କହିଲା, “ମହାରାଜ, ଆପଣା ଦାସ ଦାଉଦ ବିରୁଦ୍ଧରେ ପାପ ନ କରନ୍ତୁ, ଯେହେତୁ ସେ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ; ମାତ୍ର ତାହାର ସମସ୍ତ କର୍ମ ଆପଣଙ୍କ ପକ୍ଷରେ ଅତି ମଙ୍ଗଳଜନକ ହୋଇଅଛି;
5
କାରଣ ସେ ଆପଣା ପ୍ରାଣ ହସ୍ତରେ ଧରି ସେହି ପଲେଷ୍ଟୀୟକୁ ବଧ କଲା, ତହିଁରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ଉଦ୍ଧାର ସାଧନ କଲେ; ଆପଣ ତାହା ଦେଖିଥିଲେ ଓ ଆନନ୍ଦ କରିଥିଲେ; ତେବେ ଆପଣ ବିନା କାରଣରେ ଦାଉଦଙ୍କୁ ବଧ କରି କାହିଁକି ନିର୍ଦ୍ଦୋଷ ରକ୍ତ ବିରୁଦ୍ଧରେ ପାପ କରିବେ?”
6
ଏଥିରେ ଶାଉଲ ଯୋନାଥନର ରବ ଶୁଣିଲେ; ପୁଣି, “ଶାଉଲ ଶପଥ କରି କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ହତ ହେବେ ନାହିଁ।”
7
ଏଉତ୍ତାରେ ଯୋନାଥନ ଦାଉଦଙ୍କୁ ଡାକିଲା ଓ ଯୋନାଥନ ତାଙ୍କୁ ସେ ସମସ୍ତ କଥା ଜଣାଇଲା। ପୁଣି, ଯୋନାଥନ ଦାଉଦଙ୍କୁ ଶାଉଲଙ୍କ ନିକଟକୁ ଆଣିଲା, ତହିଁରେ ସେ ପୂର୍ବ ପରି ତାଙ୍କ ସମ୍ମୁଖରେ ରହିଲେ।
8
ଏଥିଉତ୍ତାରେ ପୁନର୍ବାର ଯୁଦ୍ଧ ହେଲା; ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ମହାସଂହାରରେ ବଧ କଲେ; ତହୁଁ ସେମାନେ ତାଙ୍କ ସମ୍ମୁଖରୁ ପଳାୟନ କଲେ।
9
ଏଉତ୍ତାରେ ଶାଉଲ ଆପଣା ହାତରେ ବର୍ଚ୍ଛା ଧରି ଗୃହରେ ବସିଥିବା ବେଳେ ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କ ଉପରକୁ ଆସିଲା; ସେସମୟରେ ଦାଉଦ ଆପଣା ହସ୍ତରେ ବାଦ୍ୟ ବଜାଉଥିଲେ,
10
ଏପରି ସମୟରେ ଶାଉଲ ବର୍ଚ୍ଛାରେ ଦାଉଦଙ୍କୁ କାନ୍ଥରେ ଫୋଡ଼ି ପକାଇବାକୁ ଚାହିଁଲେ; ମାତ୍ର ସେ ଶାଉଲଙ୍କ ସମ୍ମୁଖରୁ ଘୁଞ୍ଚିଯିବାରୁ ବର୍ଚ୍ଛା କାନ୍ଥରେ ଫୋଡ଼ି ହୋଇଗଲା; ପୁଣି, ଦାଉଦ ପଳାଇ ସେହି ରାତ୍ରି ରକ୍ଷା ପାଇଲେ।
11
ତହୁଁ ଦାଉଦଙ୍କୁ ଜଗି ସକାଳେ ବଧ କରିବା ପାଇଁ ତାଙ୍କର ଗୃହକୁ ଶାଉଲ ଦୂତମାନଙ୍କୁ ପଠାଇଲେ; ଏଥିରେ ଦାଉଦଙ୍କର ଭାର୍ଯ୍ୟା ମୀଖଲ ତାଙ୍କୁ କହିଲା, “ତୁମ୍ଭେ ଆଜି ରାତ୍ରି ଆପଣା ପ୍ରାଣରକ୍ଷା ନ କଲେ, କାଲି ହତ ହେବ।”
12
ତେଣୁ ମୀଖଲ ଝରକା ଦେଇ ଦାଉଦଙ୍କୁ ଓହ୍ଲାଇ ଦେଲା; ଏଥିରେ ସେ ଗଲେ ଓ ପଳାଇ ରକ୍ଷା ପାଇଲେ।
13
ତହୁଁ ମୀଖଲ ମୂର୍ତ୍ତି ନେଇ ଶଯ୍ୟାରେ ଶୁଆଇଲା ଓ ଛାଗଲୋମ ନିର୍ମିତ ରେଜାଇ ତହିଁର ମସ୍ତକରେ ଦେଇ ତାହାକୁ ଚାଦରରେ ଘୋଡ଼ାଇ ରଖିଲା।
14
ଏଉତ୍ତାରେ ଦାଉଦଙ୍କୁ ଧରି ନେବା ପାଇଁ ଶାଉଲ ଦୂତମାନଙ୍କୁ ପଠାନ୍ତେ, ମୀଖଲ କହିଲା, “ସେ ପୀଡ଼ିତ ଅଛନ୍ତି।”
15
ତହିଁରେ ଶାଉଲ ଦାଉଦଙ୍କୁ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲେ, “ତାହାକୁ ଶଯ୍ୟାରେ ମୋʼ ନିକଟକୁ ଆଣ, ମୁଁ ତାହାକୁ ବଧ କରିବି।”
16
ତହୁଁ ଦୂତମାନେ ଭିତରେ ଯାଆନ୍ତେ, ଦେଖ, ଶଯ୍ୟାରେ ମୂର୍ତ୍ତି ଅଛି ଓ ତହିଁର ମସ୍ତକରେ ଛାଗଲୋମ ନିର୍ମିତ ରେଜାଇ ଅଛି।
17
ଏଣୁ ଶାଉଲ ମୀଖଲକୁ କହିଲେ, “ତୁମ୍ଭେ କାହିଁକି ମୋତେ ଏରୂପ ପ୍ରବଞ୍ଚନା କଲ ଓ ମୋʼ ଶତ୍ରୁକୁ ଛାଡ଼ିଦେଲ ଯେ, ସେ ପଳାଇଗଲା?” ତହିଁରେ ମୀଖଲ ଶାଉଲଙ୍କୁ ଉତ୍ତର କଲା, “ସେ ମୋତେ କହିଲେ, ‘ମୋତେ ଛାଡ଼ିଦିଅ; ମୁଁ କାହିଁକି ତୁମ୍ଭକୁ ବଧ କରିବି?’”
18
ଏଥିମଧ୍ୟରେ ଦାଉଦ ପଳାଇ ରକ୍ଷା ପାଇଲେ ଓ ରାମାରେ ଶାମୁୟେଲଙ୍କ ନିକଟକୁ ଯାଇ ଶାଉଲ ତାଙ୍କ ପ୍ରତି ଯାହା କରିଥିଲେ, ତାହାସବୁ ତାଙ୍କୁ ଜଣାଇଲେ। ତହୁଁ ସେ ଓ ଶାମୁୟେଲ ଯାଇ ନାୟୋତରେ ବାସ କଲେ।
19
ଏଉତ୍ତାରେ ଶାଉଲଙ୍କୁ ଜଣାଇ ଦିଆଗଲା, ଦେଖ, ଦାଉଦ ରାମାସ୍ଥିତ ନାୟୋତରେ ଅଛନ୍ତି।
20
ତେଣୁ ଶାଉଲ ଦାଉଦଙ୍କୁ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ; ମାତ୍ର ସେମାନେ ଭବିଷ୍ୟଦ୍ବକ୍ତା ଦଳକୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାର ଓ ସେମାନଙ୍କ ଉପରେ ନିଯୁକ୍ତ ଶାମୁୟେଲଙ୍କୁ ଠିଆ ହେବାର ଦେଖନ୍ତେ, ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକୁ ଆସିଲେ, ତହିଁରେ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
21
ଆଉ ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ଅନ୍ୟ ଦୂତମାନଙ୍କୁ ପଠାଇଲେ, ମାତ୍ର ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ। ଏଉତ୍ତାରେ ଶାଉଲ ପୁନର୍ବାର ତୃତୀୟ ଥର ଦୂତମାନଙ୍କୁ ପଠାଇଲେ ଓ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
22
ତେବେ ସେ ନିଜେ ମଧ୍ୟ ରାମାକୁ ଯାଇ ସେଖୁସ୍ଥିତ ବୃହତ କୂପ ନିକଟରେ ଉପସ୍ଥିତ ହେଲେ; ପୁଣି, ସେ ପଚାରି କହିଲେ, “ଶାମୁୟେଲ ଓ ଦାଉଦ କେଉଁଠାରେ ଅଛନ୍ତି?” ଏଥିରେ ଜଣେ କହିଲା, “ଦେଖ, ସେମାନେ ରାମାସ୍ଥିତ ନାୟୋତରେ ଅଛନ୍ତି।”
23
ତେଣୁ ସେ ରାମାସ୍ଥିତ ନାୟୋତକୁ ଗଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ତାଙ୍କ ଉପରକୁ ମଧ୍ୟ ଆସନ୍ତେ, ସେ ଯାଉ ଯାଉ ରାମାସ୍ଥିତ ନାୟୋତରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
24
ପୁଣି, ସେ ମଧ୍ୟ ଆପଣା ବସ୍ତ୍ର କାଢ଼ି ଶାମୁୟେଲଙ୍କ ସମ୍ମୁଖରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ, ଆଉ ସେହି ସାରାଦିନ ଓ ସାରାରାତ୍ରି ପୋଷାକ ନ ପିନ୍ଧି ପଡ଼ି ରହିଲେ। ତେଣୁ ଲୋକେ କହନ୍ତି, “ଶାଉଲ ହିଁ କି ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେ?”
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 20 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31