bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
1 Samuel 28
1 Samuel 28
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 27
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 29 →
1
ସେହି ସମୟରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ନିମନ୍ତେ ପଲେଷ୍ଟୀୟମାନେ ସଂଗ୍ରାମ ପାଇଁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ। ଏଣୁ ଆଖୀଶ୍ ଦାଉଦଙ୍କୁ କହିଲା, “ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସୈନ୍ୟସାମନ୍ତଭୁକ୍ତ ହୋଇ ମୋʼ ସଙ୍ଗେ ଯିବାକୁ ହେବ, ଏହା ତୁମ୍ଭେ ନିଶ୍ଚୟ ଜାଣ।”
2
ତହିଁରେ ଦାଉଦ ଆଖୀଶ୍କୁ କହିଲେ, “ତାହାହେଲେ ଆପଣଙ୍କ ଦାସ କଅଣ କରିବ, ତାହା ଆପଣ ଜାଣିବେ।” ତେଣୁ ଆଖୀଶ୍ ଦାଉଦଙ୍କୁ କହିଲା, “ସେଥିପାଇଁ ମୁଁ ତୁମ୍ଭକୁ ଯାବଜ୍ଜୀବନ ଆପଣା ମସ୍ତକ-ରକ୍ଷକ କରିବି।”
3
ଏହି ସମୟକୁ ଶାମୁୟେଲ ମରିଯାଇଥିଲେ ଓ ସମୁଦାୟ ଇସ୍ରାଏଲ ତାଙ୍କ ପାଇଁ ଶୋକ କରି ତାଙ୍କର ନିଜ ନଗର ରାମାରେ ତାଙ୍କୁ କବର ଦେଇଥିଲେ। ପୁଣି, ଶାଉଲ ଭୂତୁଡ଼ିଆ ଓ ଗୁଣିଆ ଲୋକମାନଙ୍କୁ ଦେଶରୁ ଦୂର କରି ଦେଇଥିଲେ।
4
ଏଥିରେ ପଲେଷ୍ଟୀୟମାନେ ଏକତ୍ର ହୋଇ ଆସି ଶୂନେମରେ ଛାଉଣି ସ୍ଥାପନ କଲେ; ପୁଣି, ଶାଉଲ ସମସ୍ତ ଇସ୍ରାଏଲକୁ ଏକତ୍ର କରନ୍ତେ, ସେମାନେ ଗିଲ୍ବୋୟରେ ଛାଉଣି ସ୍ଥାପନ କଲେ।
5
ମାତ୍ର ଶାଉଲ ପଲେଷ୍ଟୀୟମାନଙ୍କ ସୈନ୍ୟସାମନ୍ତ ଦେଖି ଭୀତ ହେଲେ ଓ ତାଙ୍କର ହୃଦୟ ଅତ୍ୟନ୍ତ କମ୍ପିତ ହେଲା।
6
ତହୁଁ ଶାଉଲ ସଦାପ୍ରଭୁଙ୍କ ନିକଟରେ ପଚାରନ୍ତେ, ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ ନାହିଁ; ନା ସ୍ୱପ୍ନ ଦ୍ୱାରା, ନା ଊରୀମ୍ ଦ୍ୱାରା, ନା ଭବିଷ୍ୟଦ୍ବକ୍ତାମାନଙ୍କ ଦ୍ୱାରା।
7
ତେବେ ଶାଉଲ ଆପଣା ଦାସମାନଙ୍କୁ କହିଲେ, “ମୋʼ ପାଇଁ ଗୋଟିଏ ଭୂତୁଡ଼ିଆ ସ୍ତ୍ରୀ ଖୋଜ, ମୁଁ ତାହା କତିକି ଯାଇ ତାହାଠାରୁ ବୁଝିବି।” ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଦେଖନ୍ତୁ, ଐନ୍-ଦୋରରେ ଏକ ଭୂତୁଡ଼ିଆ ସ୍ତ୍ରୀ ଅଛି।”
8
ତହୁଁ ଶାଉଲ ଅନ୍ୟ ବସ୍ତ୍ର ପିନ୍ଧି ଛଦ୍ମବେଶ ଧରି ଦୁଇ ଜଣ ପୁରୁଷଙ୍କୁ ସଙ୍ଗେ ନେଇଗଲେ ଓ ସେମାନେ ରାତ୍ରି ବେଳେ ସେହି ସ୍ତ୍ରୀ ନିକଟରେ ଉପସ୍ଥିତ ହେଲେ; ତହୁଁ ଶାଉଲ କହିଲେ, “ତୁମ୍ଭେ ଭୂତ ଦ୍ୱାରା ମୋʼ ପାଇଁ ଟିକିଏ ମନ୍ତ୍ର ପଢ଼, ମୁଁ ତୁମ୍ଭକୁ ଯାହାଙ୍କର ନାମ କହିବି, ତାଙ୍କୁ ମୋʼ କତିକି ଉଠାଇ ଆଣ।”
9
ଏଥିରେ ସେ ସ୍ତ୍ରୀ କହିଲା, “ଦେଖ, ଶାଉଲ ଯାହା କରିଅଛି, କିପରି ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କୁ ଦେଶରୁ ଉଚ୍ଛିନ୍ନ କରିଅଛି, ତାହା ତୁମ୍ଭେ ଜାଣ; ଏଣୁ ମୋହର ମୃତ୍ୟୁୁ ଘଟାଇବା ପାଇଁ କାହିଁକି ମୋହର ପ୍ରାଣ ବିରୁଦ୍ଧରେ ଫାନ୍ଦ ପାତୁଅଛ?”
10
ଏଥିରେ ଶାଉଲ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କଥା ସକାଶୁ ତୁମ୍ଭ ପ୍ରତି କୌଣସି ଦଣ୍ଡ ବର୍ତ୍ତିବ ନାହିଁ।”
11
ସେତେବେଳେ ସେହି ସ୍ତ୍ରୀ କହିଲା, “ମୁଁ କାହାକୁ ତୁମ୍ଭ କତିକି ଉଠାଇ ଆଣିବି?” ସେ କହିଲେ, “ମୋʼ କତିକି ଶାମୁୟେଲଙ୍କୁ ଉଠାଇ ଆଣ।”
12
ଏଥିରେ ସେ ସ୍ତ୍ରୀ ଶାମୁୟେଲଙ୍କୁ ଦେଖି ଉଚ୍ଚସ୍ୱରରେ କ୍ରନ୍ଦନ କଲା, ଆଉ ସେ ଶାଉଲଙ୍କୁ କହିଲା, “ଆପଣ କାହିଁକି ମୋତେ ପ୍ରତାରଣା କଲେ? କାରଣ ଆପଣ ଶାଉଲ।”
13
ତହୁଁ ରାଜା ତାହାକୁ କହିଲେ, “ଭୟ ନ କର; ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ସେ ସ୍ତ୍ରୀ ଶାଉଲଙ୍କୁ କହିଲା, “ମୁଁ ଦେବଗଣ (ତୁଲ୍ୟ ଏକ ବ୍ୟକ୍ତି) ଭୂମିରୁ ଉଠି ଆସିବାର ଦେଖୁଅଛି।”
14
ଏଥିରେ ଶାଉଲ ତାହାକୁ ପଚାରିଲେ, “ତାହାର ରୂପ କି ପ୍ରକାର?” ସେ କହିଲା, “ଜଣେ ବୃଦ୍ଧ ଲୋକ ଉଠି ଆସୁଅଛି; ସେ ଚୋଗାରେ ଆଚ୍ଛନ୍ନ!” ତହୁଁ ଶାଉଲ ଜାଣିଲେ ଯେ, ସେ ଶାମୁୟେଲ, ଏଣୁ ସେ ଭୂମିଷ୍ଠ ପ୍ରଣାମ କଲେ।
15
ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ତୁମ୍ଭେ ମୋତେ ଉଠାଇ ଆଣି କାହିଁକି ବ୍ୟସ୍ତ କଲ?” ତହୁଁ ଶାଉଲ ଉତ୍ତର ଦେଲେ, “ମୁଁ ଅତ୍ୟନ୍ତ ବିପଦଗ୍ରସ୍ତ ହୋଇଅଛି; କାରଣ ପଲେଷ୍ଟୀୟମାନେ ମୋʼ ସଙ୍ଗେ ଯୁଦ୍ଧ କରୁଅଛନ୍ତି ଓ ପରମେଶ୍ୱର ମୋତେ ତ୍ୟାଗ କରିଅଛନ୍ତି, ପୁଣି, ମୋତେ ଆଉ ଉତ୍ତର ଦେଉ ନାହାନ୍ତି, ନା ଭବିଷ୍ୟଦ୍ବକ୍ତାମାନଙ୍କ ହାତରେ, ନା ସ୍ୱପ୍ନରେ (ଉତ୍ତର ଦେଉ ନାହାନ୍ତି); ଏଥିପାଇଁ ମୁଁ କଅଣ କରିବି, ଏହା ମୋତେ ଜଣାଇବା ପାଇଁ ମୁଁ ତୁମ୍ଭକୁ ଡକାଇଲି।”
16
ଏଥିରେ ଶାମୁୟେଲ କହିଲେ, “ସଦାପ୍ରଭୁ ତ ତୁମ୍ଭକୁ ତ୍ୟାଗ କରିଅଛନ୍ତି ଓ ତୁମ୍ଭର ବିପକ୍ଷ ହୋଇଅଛନ୍ତି, ତେବେ ତୁମ୍ଭେ ମୋତେ କାହିଁକି ପଚାରୁଅଛ?
17
ସଦାପ୍ରଭୁ ମୋʼ ଦ୍ୱାରା ଯେପରି କହିଥିଲେ, ସେ ଆପଣା ପାଇଁ ସେପରି କରିଅଛନ୍ତି; ପୁଣି, ସଦାପ୍ରଭୁ ତୁମ୍ଭ ହସ୍ତରୁ ରାଜତ୍ୱ ଟାଣି ଚିରିଅଛନ୍ତି ଓ ତୁମ୍ଭ ପ୍ରତିବାସୀ ଦାଉଦଙ୍କୁ ତାହା ଦେଇଅଛନ୍ତି।
18
ଯେହେତୁ ତୁମ୍ଭେ ସଦାପ୍ରଭୁଙ୍କ ରବ ଶୁଣିଲ ନାହିଁ ଓ ଅମାଲେକ ପ୍ରତି ତାହାଙ୍କ ପ୍ରଚଣ୍ଡ କୋପ ସଫଳ କଲ ନାହିଁ, ଏହେତୁ ଆଜି ସଦାପ୍ରଭୁ ତୁମ୍ଭ ପ୍ରତି ଏହି କର୍ମ କରିଅଛନ୍ତି।
19
ଆହୁରି ସଦାପ୍ରଭୁ ତୁମ୍ଭ ସହିତ ଇସ୍ରାଏଲକୁ ମଧ୍ୟ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କରିବେ; ଏଣୁ କାଲି ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଆମ୍ଭ ସଙ୍ଗୀ ହେବ; ମଧ୍ୟ ସଦାପ୍ରଭୁ ଇସ୍ରାଏଲର ସୈନ୍ୟସାମନ୍ତଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କରିବେ।”
20
ତହିଁରେ ଶାଉଲ ସେହିକ୍ଷଣି ଭୂମିରେ ଲମ୍ବ ହୋଇ ପଡ଼ିଗଲେ ଓ ଶାମୁୟେଲଙ୍କର କଥା ସକାଶୁ ଅତିଶୟ ଭୟ କଲେ ଓ ତାଙ୍କଠାରେ ଆଉ କିଛି ବଳ ରହିଲା ନାହିଁ; କାରଣ ସେ ସାରାଦିନ ଓ ସାରାରାତ୍ରି କିଛି ଭୋଜନ କରି ନ ଥିଲେ।
21
ଏଥିରେ ସେ ସ୍ତ୍ରୀ ଶାଉଲଙ୍କ ନିକଟକୁ ଆସି ତାଙ୍କୁ ଅତିଶୟ ବିହ୍ୱଳ ଦେଖି କହିଲା, “ଦେଖନ୍ତୁ, ଆପଣଙ୍କ ଦାସୀ ଆପଣଙ୍କ ରବ ଶୁଣିଅଛି ଓ ମୁଁ ମୋʼ ପ୍ରାଣ ଆପଣା ହାତରେ ଧରି ଯାହା ଆପଣ ମୋତେ କହିଲେ, ଆପଣଙ୍କ ସେହି କଥା ମୁଁ ଶୁଣିଲି।
22
ଏହେତୁ ବିନୟ କରୁଅଛି, ଏବେ ଆପଣ ମଧ୍ୟ ଆପଣା ଦାସୀର ରବ ଶୁଣନ୍ତୁ ଓ ଆପଣଙ୍କ ସମ୍ମୁଖରେ ମୁଠିଏ ଆହାର ଥୋଇବା ପାଇଁ ମୋତେ ଅନୁମତି ଦେଉନ୍ତୁ ଓ ଭୋଜନ କରନ୍ତୁ, ତହିଁରେ ନିଜ ପଥରେ ଗଲା ବେଳେ ବଳ ପାଇବେ।”
23
ମାତ୍ର ସେ ଅସମ୍ମତ ହୋଇ କହିଲେ, “ମୁଁ ଭୋଜନ କରିବି ନାହିଁ।” ତଥାପି ତାଙ୍କର ଦାସମାନେ ଓ ସେ ସ୍ତ୍ରୀ ମିଶି ତାଙ୍କୁ ବଳାନ୍ତେ, ସେ ସେମାନଙ୍କ ରବ ଶୁଣିଲେ। ପୁଣି, ସେ ଭୂମିରୁ ଉଠି ଶଯ୍ୟା ଉପରେ ବସିଲେ।
24
ସେତେବେଳେ ସେ ସ୍ତ୍ରୀର ଗୃହରେ ଗୋଟିଏ ହୃଷ୍ଟପୁଷ୍ଟ ବାଛୁରି ଥିଲା; ଏଣୁ ସେ ଶୀଘ୍ର ତାକୁ ମାରିଲା ଓ ମଇଦା ନେଇ ତାହା ଦଳି ତାଡ଼ିଶୂନ୍ୟ ରୁଟି ପ୍ରସ୍ତୁତ କଲା।
25
ତହୁଁ ସେ ଶାଉଲଙ୍କ ସମ୍ମୁଖକୁ ଓ ତାଙ୍କର ଦାସମାନଙ୍କ ସମ୍ମୁଖକୁ ତାହା ଆଣନ୍ତେ, ସେମାନେ ଭୋଜନ କଲେ। ତହିଁ ଉତ୍ତାରେ ସେହି ରାତ୍ରିରେ ସେମାନେ ଉଠି ଚାଲିଗଲେ।
← Chapter 27
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 29 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31