bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
2 Chronicles 17
2 Chronicles 17
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 18 →
1
ଏଥିଉତ୍ତାରେ ତାଙ୍କର ପୁତ୍ର ଯିହୋଶାଫଟ୍ ତାଙ୍କର ପଦରେ ରାଜ୍ୟ କରି ଇସ୍ରାଏଲ ବିରୁଦ୍ଧରେ ଆପଣାକୁ ବଳବାନ କଲେ।
2
ପୁଣି ସେ ଯିହୁଦାର ସକଳ ପ୍ରାଚୀର-ବେଷ୍ଟିତ ନଗରରେ ସୈନ୍ୟ ରଖିଲେ, ଆଉ ଯିହୁଦା ଦେଶରେ ଓ ତାଙ୍କର ପିତା ଆସାଙ୍କର ହସ୍ତଗତ ଇଫ୍ରୟିମର ସକଳ ନଗରରେ ପ୍ରହରୀ-ଦଳ ସ୍ଥାପନ କଲେ।
3
ଆଉ, ଯିହୋଶାଫଟ୍ ଆପଣା ପୂର୍ବପୁରୁଷ ଦାଉଦଙ୍କର ପ୍ରଥମ ଆଚରଣରୂପ ପଥରେ ଗମନ କରି ବାଲ୍ ଦେବଗଣର ଅନ୍ୱେଷଣ ନ କରିବାରୁ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ;
4
ପୁଣି, ସେ ଆପଣା ପୈତୃକ ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ତାହାଙ୍କ ଆଜ୍ଞାଗୁଡ଼ିକୁ ପାଳନ କଲେ, ଓ ଇସ୍ରାଏଲର କର୍ମାନୁଯାୟୀ କଲେ ନାହିଁ।
5
ଏହେତୁ ସଦାପ୍ରଭୁ ତାଙ୍କର ହସ୍ତରେ ରାଜ୍ୟ ଦୃଢ଼ କଲେ ଓ ସମଗ୍ର ଯିହୁଦା ଯିହୋଶାଫଟ୍ଙ୍କ ନିକଟକୁ ଦର୍ଶନୀ ଆଣିଲେ; ତହିଁରେ ସେ ଅତିଶୟ ଧନ ଓ ସମ୍ଭ୍ରମ ପାଇଲେ।
6
ପୁଣି, ତାଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କ ପଥରେ ଉନ୍ନତ ହେଲା; ଆହୁରି ସେ ଯିହୁଦା ମଧ୍ୟରୁ ଉଚ୍ଚସ୍ଥଳୀ ଓ ଆଶେରା ମୂର୍ତ୍ତିସବୁ ଦୂର କଲେ।
7
ମଧ୍ୟ ସେ ଆପଣା ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ନଗରସବୁରେ ଶିକ୍ଷା ଦେବା ପାଇଁ ଆପଣା ଅଧିପତିମାନଙ୍କୁ, ଅର୍ଥାତ୍, ବିନ୍ହୟିଲ, ଓବଦୀୟ, ଜିଖରୀୟ, ନଥନେଲ ଓ ମୀଖାୟକୁ ପଠାଇଲେ;
8
ଆଉ ସେମାନଙ୍କ ସଙ୍ଗେ ଲେବୀୟମାନଙ୍କୁ, ଅର୍ଥାତ୍, ଶମୟୀୟ, ନଥନୀୟ, ସବଦୀୟ, ଅସାହେଲ, ଶମୀରାମୋତ୍, ଯିହୋନାଥନ୍, ଅଦୋନୀୟ, ଟୋବୀୟ ଓ ଟୋବଦୋନୀୟ, ଏହି ଲେବୀୟମାନଙ୍କୁ ଓ ସେମାନଙ୍କ ସଙ୍ଗେ ଇଲୀଶାମା ଓ ଯିହୋରାମ୍ ଯାଜକକୁ ପଠାଇଲେ।
9
ତହିଁରେ ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ସଙ୍ଗରେ ନେଇ ଯିହୁଦା ଦେଶରେ ଶିକ୍ଷା ଦେଲେ; ଆଉ, ସେମାନେ ଯିହୁଦାର ସକଳ ନଗରରେ ଭ୍ରମଣ କରି ଲୋକମାନଙ୍କ ମଧ୍ୟରେ ଶିକ୍ଷା ଦେଲେ।
10
ତହୁଁ ଯିହୁଦାର ଚତୁର୍ଦ୍ଦିଗସ୍ଥ ଦେଶର ସକଳ ରାଜ୍ୟରେ ସଦାପ୍ରଭୁଙ୍କ ଆଡ଼ୁ ଭୟ ଉପସ୍ଥିତ ହେଲା, ଏଣୁ ସେମାନେ ଯିହୋଶାଫଟ୍ଙ୍କ ପ୍ରତିକୂଳରେ ଯୁଦ୍ଧ କଲେ ନାହିଁ।
11
ପୁଣି, କେତେକ ପଲେଷ୍ଟୀୟ ଲୋକ ଯିହୋଶାଫଟ୍ଙ୍କ ନିକଟକୁ ଦର୍ଶନୀ ଓ କର ନିମନ୍ତେ ରୂପା ଆଣିଲେ; ଆରବୀୟମାନେ ମଧ୍ୟ ତାଙ୍କ ନିକଟକୁ ପଲ ପଲ କରି ସାତ ହଜାର ସାତ ଶହ ମେଷ ଓ ସାତ ହଜାର ସାତ ଶହ ଛାଗ ଆଣିଲେ।
12
ତହିଁରେ ଯିହୋଶାଫଟ୍ ବେଳକୁ ବେଳ ଅତି ମହାନ ହୋଇ ଉଠିଲେ ଓ ସେ ଯିହୁଦା ଦେଶରେ ଦୁର୍ଗ ଓ ଭଣ୍ଡାର-ନଗରମାନ ନିର୍ମାଣ କଲେ।
13
ଆଉ, ଯିହୁଦାର ସବୁ ନଗରରେ ତାଙ୍କର ଅନେକ କର୍ମ ଥିଲା ଓ ଯିରୂଶାଲମରେ ଯୋଦ୍ଧା, ମହାବିକ୍ରମଶାଳୀ ଲୋକ ଥିଲେ।
14
ଆପଣା ଆପଣା ପିତୃବଂଶାନୁସାରେ ସେମାନଙ୍କର ସଂଖ୍ୟା ଏହି; ଯିହୁଦାର ସହସ୍ରପତିମାନଙ୍କ ମଧ୍ୟରେ ଅଦ୍ନହ ସେନାପତି ଥିଲା ଓ ତାହା ସଙ୍ଗରେ ତିନି ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ।
15
ତାହା ଉତ୍ତାରେ ଯିହୋହାନନ୍ ସେନାପତି ଥିଲା, ତାହା ସଙ୍ଗରେ ଦୁଇ ଲକ୍ଷ ଅଶୀ ହଜାର ଲୋକ ଥିଲେ।
16
ପୁଣି, ତାହା ଉତ୍ତାରେ ସିଖ୍ରିର ପୁତ୍ର ଅମସୀୟ, ସେ ସ୍ୱେଚ୍ଛାରେ ଆପଣାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଥିଲା; ତାହା ସଙ୍ଗରେ ଦୁଇ ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ;
17
ପୁଣି, ବିନ୍ୟାମୀନ୍ ମଧ୍ୟରୁ ଇଲୀୟାଦା, ସେ ମହାବିକ୍ରମଶାଳୀ ଲୋକ ଥିଲା ଓ ତାହା ସଙ୍ଗରେ ଦୁଇ ଲକ୍ଷ ଧନୁର୍ଦ୍ଧାରୀ ଓ ଢାଲଧାରୀ ଲୋକ ଥିଲେ;
18
ଆଉ ତାହା ଉତ୍ତାରେ ଯିହୋଷାବଦ୍ ଓ ତାହା ସଙ୍ଗରେ ଯୁଦ୍ଧାର୍ଥେ ପ୍ରସ୍ତୁତ ଏକ ଲକ୍ଷ ଅଶୀ ହଜାର ଲୋକ ଥିଲେ।
19
ରାଜା ଯିହୁଦାର ସର୍ବତ୍ର ପ୍ରାଚୀର-ବେଷ୍ଟିତ ନଗରମାନରେ ଯେଉଁମାନଙ୍କୁ ରଖିଥିଲେ, ସେମାନଙ୍କ ଛଡ଼ା ଏମାନେ ରାଜାଙ୍କର ସେବା କଲେ।
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 18 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36