bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
2 Chronicles 18
2 Chronicles 18
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 19 →
1
ଏହିରୂପେ ଯିହୋଶାଫଟ୍ ଅତିଶୟ ଧନବାନ ଓ ସମ୍ଭ୍ରାନ୍ତ ହେଲେ; ପୁଣି ସେ ଆହାବଙ୍କ ସଙ୍ଗେ କୁଟୁମ୍ବିତା କଲେ।
2
ଆଉ, କେତେକ ବର୍ଷ ଉତ୍ତାରେ ସେ ଶମରୀୟା ଦେଶରେ ଆହାବଙ୍କୁ ଦର୍ଶନ କରିବାକୁ ଗଲେ। ତହିଁରେ ଆହାବ ତାଙ୍କ ନିମନ୍ତେ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ ଅନେକ ମେଷ ଓ ବଳଦ ମାରିଲେ ଓ ଆପଣା ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବା ପାଇଁ ତାଙ୍କୁ ମଣାଇଲେ।
3
ଇସ୍ରାଏଲର ରାଜା ଆହାବ ଯିହୁଦାର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ତୁମ୍ଭେ କି ମୋʼ ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବ” ତହିଁରେ ସେ ଉତ୍ତର କଲେ, “ମୁଁ ତୁମ୍ଭ ପରି ଓ ମୋର ଲୋକ ତୁମ୍ଭର ଲୋକ ପରି; ଆମ୍ଭେମାନେ ଯୁଦ୍ଧରେ ତୁମ୍ଭର ସଙ୍ଗୀ ହେବୁ।”
4
ଆହୁରି ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ, “ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”
5
ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍ବକ୍ତାମାନଙ୍କର ଚାରି ଶହ ଲୋକଙ୍କୁ ଏକତ୍ରିତ କରି ସେମାନଙ୍କୁ ପଚାରିଲେ; “ଆମ୍ଭେମାନେ କʼଣ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି?” ତହିଁରେ ସେମାନେ କହିଲେ, “ଯାଉନ୍ତୁ, କାରଣ ପରମେଶ୍ୱର ତାହା ରାଜାଙ୍କ ହସ୍ତରେ ସମର୍ପଣ କରିବେ।”
6
ମାତ୍ର ଯିହୋଶାଫଟ୍ କହିଲେ, “ଏମାନଙ୍କ ଛଡ଼ା ଆମ୍ଭେମାନେ ଯାହାକୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍ବକ୍ତା କେହି କି ଏଠାରେ ନାହିଁ?”
7
ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଆଉ ଜଣେ ଅଛି, ତାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ କେବେ ମଙ୍ଗଳର ନୁହେଁ, ମାତ୍ର ସବୁବେଳେ ଅମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ; ସେ ଇମ୍ଲର ପୁତ୍ର ମୀଖାୟ,” ତହିଁରେ ଯିହୋଶାଫଟ୍ କହିଲେ, “ରାଜା ଏପରି ନ କହନ୍ତୁ।”
8
ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷଙ୍କୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।”
9
ଏଥିମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍ ଆପଣା ଆପଣା ରାଜବସ୍ତ୍ର ପିନ୍ଧି ଆପଣା ଆପଣା ସିଂହାସନରେ ବସିଥିଲେ, ସେମାନେ ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟସ୍ଥ ମେଲାରେ ବସିଥିଲେ; ଆଉ ସମସ୍ତ ଭବିଷ୍ୟଦ୍ବକ୍ତା ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିଲେ,
10
ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”
11
ତହିଁରେ ସବୁ ଭବିଷ୍ୟଦ୍ବକ୍ତା ତଦ୍ରୂପ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍-ଗିଲୀୟଦକୁ ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜାଙ୍କ ହସ୍ତରେ ସମର୍ପଣ କରିବେ।”
12
ପୁଣି, ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭ ବାକ୍ୟ ସେମାନଙ୍କ ବାକ୍ୟ ତୁଲ୍ୟ ହେଉ ଓ ତୁମ୍ଭେ ମଙ୍ଗଳର କଥା କୁହ।”
13
ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯାହା ମୋʼ ପରମେଶ୍ୱର କହିବେ, ତାହା ହିଁ ମୁଁ କହିବି।”
14
ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି?” ତହୁଁ ସେ କହିଲା, “ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; ସେମାନେ ଆପଣମାନଙ୍କ ହସ୍ତରେ ସମର୍ପିତ ହେବେ।”
15
ଏଥିରେ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନା ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି।”
16
ତହିଁରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି; ଆଉ ସଦାପ୍ରଭୁ କହିଲେ, ଏମାନଙ୍କର ସ୍ୱାମୀ ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।”
17
ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଏ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହି ନାହିଁ?”
18
ପୁଣି ମୀଖାୟ କହିଲା, “ଏହେତୁ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟକୁ ଉଭା ହେବାର ଦେଖିଲି।
19
ତହିଁରେ ସଦାପ୍ରଭୁ କହିଲେ, ‘ଇସ୍ରାଏଲର ରାଜା ଆହାବ ଯେପରି ରାମୋତ୍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସୁଲାଇବ?’ ତହିଁରେ ଜଣେ ଏପ୍ରକାର ଓ ଅନ୍ୟ ଜଣ ସେପ୍ରକାର କହିଲେ।
20
ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, ‘ମୁଁ ତାହାକୁ ଫୁସୁଲାଇବି।’ ତହୁଁ ସଦାପ୍ରଭୁ ତାହାକୁ କହିଲେ, ‘କାହିଁରେ?’
21
ସେ କହିଲା, ‘ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି’ ତେବେ ସେ କହିଲେ, ‘ତୁମ୍ଭେ ତାହାକୁ ଫୁସୁଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।’
22
ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ପୁଣି ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”
23
ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋʼ ଠାରୁ କେଉଁ ବାଟେ ଗଲେ?”
24
ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକୁ ଯିବ, ସେହି ଦିନ ତାହା ଜାଣିବ।”
25
ପୁଣି ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ପୁନର୍ବାର ନଗରାଧ୍ୟକ୍ଷ ଆମୋନ୍ ଓ ରାଜପୁତ୍ର ଯୋୟାଶ୍ ନିକଟକୁ ନେଇଯାଅ;
26
ପୁଣି କୁହ, ‘ରାଜା ଏହି କଥା କହନ୍ତି, ଏହାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାହାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ।’”
27
ତହିଁରେ ମୀଖାୟ କହିଲା, “ଯେବେ ତୁମ୍ଭେ କୌଣସି ରୂପେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”
28
ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍ ରାଜା ରାମୋତ୍-ଗିଲୀୟଦକୁ ଗଲେ।
29
ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ।” ତହୁଁ ଇସ୍ରାଏଲର ରାଜା ଛଦ୍ମବେଶ ଧରିଲେ ଓ ସେମାନେ ଯୁଦ୍ଧକୁ ଗଲେ।
30
ମାତ୍ର ଅରାମର ରାଜା ଆପଣାର ରଥାଧ୍ୟକ୍ଷମାନଙ୍କୁ ଆଜ୍ଞା କରି କହିଥିଲା, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”
31
ଏଣୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍ଙ୍କୁ ଦେଖି କହିଲେ, “ଏ ଇସ୍ରାଏଲର ରାଜା।” ତେଣୁ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ମାତ୍ର ଯିହୋଶାଫଟ୍ ଡାକ ପକାଇଲେ ଓ ସଦାପ୍ରଭୁ ତାଙ୍କର ସାହାଯ୍ୟ କଲେ; ଆଉ ପରମେଶ୍ୱର ସେମାନଙ୍କୁ ତାଙ୍କ ନିକଟରୁ ଫେରିଯିବା ପାଇଁ ପ୍ରବର୍ତ୍ତାଇଲେ।
32
ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ କ୍ଷାନ୍ତ ହେଲେ।
33
ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ସାଞ୍ଜୁଆର ଯୋଡ଼ ମଧ୍ୟରେ ଇସ୍ରାଏଲ-ରାଜାଙ୍କୁ ଆଘାତ କଲା; ତେଣୁ ସେ ଆପଣା ସାରଥିକୁ କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।”
34
ସେହି ଦିନ ଯୁଦ୍ଧ ପ୍ରବଳ ହେଲା; ତଥାପି ଇସ୍ରାଏଲର ରାଜା ଆପଣା ରଥରେ ସନ୍ଧ୍ୟା ପର୍ଯ୍ୟନ୍ତ ଅରାମୀୟମାନଙ୍କ ସମ୍ମୁଖରେ ଆପଣାକୁ ଠିଆ କରି ରଖିଲେ; ପୁଣି, ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସେ ମଲେ।
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 19 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36