bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
2 Chronicles 24
2 Chronicles 24
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 23
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 25 →
1
ଯୋୟାଶ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ସାତ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ସିବୀୟା, ଯେ ବେର୍ଶେବା ନିବାସିନୀ ଥିଲେ।
2
ପୁଣି, ଯିହୋୟାଦା ଯାଜକର ଜୀବନଯାଏ ଯୋୟାଶ୍ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
3
ଯିହୋୟାଦା ତାଙ୍କୁ ଦୁଇ କନ୍ୟା ବିବାହ କରାଇଲେ ଓ ତାଙ୍କର ପୁତ୍ରକନ୍ୟା ଜାତ ହେଲେ।
4
ଏଥିଉତ୍ତାରେ ସଦାପ୍ରଭୁଙ୍କ ଗୃହର ମରାମତି କରିବାକୁ ଯୋୟାଶ୍ଙ୍କର ମନ ହେଲା।
5
ତହିଁରେ ସେ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କରି କହିଲେ, “ତୁମ୍ଭେମାନେ ଯିହୁଦାର ସମସ୍ତ ନଗରକୁ ଯାଅ ଓ ବର୍ଷକୁ ବର୍ଷ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ଦୃଢ଼ କରିବା ନିମନ୍ତେ ସମଗ୍ର ଇସ୍ରାଏଲ ନିକଟରୁ ମୁଦ୍ରା ସଂଗ୍ରହ କର, ଏବଂ ଏହି କାର୍ଯ୍ୟ ଶୀଘ୍ର କର।” ତଥାପି ଲେବୀୟମାନେ ତାହା ଶୀଘ୍ର କଲେ ନାହିଁ।
6
ଏଥିରେ ରାଜା ପ୍ରଧାନ ଯିହୋୟାଦାକୁ ଡାକି କହିଲେ, “ସାକ୍ଷ୍ୟ-ତମ୍ବୁ ନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ-ମଣ୍ଡଳୀ ଦ୍ୱାରା ଯେଉଁ କର ନିରୂପିତ ହୋଇଅଛି, ତାହା ତୁମ୍ଭେ ଯିହୁଦା ଓ ଯିରୂଶାଲମରୁ ଆଣିବା ପାଇଁ କାହିଁକି ଲେବୀୟମାନଙ୍କୁ ଆଦେଶ କରି ନାହଁ?”
7
କାରଣ ସେହି ଦୁଷ୍ଟା ସ୍ତ୍ରୀ ଅଥଲୀୟାର ପୁତ୍ରମାନେ ପରମେଶ୍ୱରଙ୍କ ଗୃହ ଭଗ୍ନ କରିଥିଲେ; ମଧ୍ୟ ସଦାପ୍ରଭୁଙ୍କ ଗୃହର ସମସ୍ତ ପବିତ୍ରୀକୃତ ବସ୍ତୁ ବାଲ୍ ଦେବଗଣକୁ ଦେଲେ।
8
ରାଜା ଏହିପରି ଆଜ୍ଞା କରନ୍ତେ, ସେମାନେ ଏକ ସିନ୍ଦୁକ ନିର୍ମାଣ କରି ବାହାରେ ସଦାପ୍ରଭୁଙ୍କ ଗୃହର ଦ୍ୱାର ନିକଟରେ ରଖିଲେ।
9
ଆଉ, ପରମେଶ୍ୱରଙ୍କ ସେବକ ମୋଶା ପ୍ରାନ୍ତରରେ ଇସ୍ରାଏଲ ଉପରେ ଯେଉଁ କର ବସାଇଥିଲେ, ତାହା ସଦାପ୍ରଭୁଙ୍କ ନିମନ୍ତେ ଆଣିବା ପାଇଁ ସେମାନେ ଯିହୁଦା ଓ ଯିରୂଶାଲମରେ ଘୋଷଣା କରାଇଲେ।
10
ଏଥିରେ ଅଧିପତି ସମସ୍ତେ ଓ ସମଗ୍ର ଲୋକ ଆନନ୍ଦ କଲେ ଓ ସେମାନେ ସମାପ୍ତ ନ କରିବା ପର୍ଯ୍ୟନ୍ତ ଆଣି ସିନ୍ଦୁକରେ ପକାଇଲେ।
11
ତହୁଁ ଏପରି ହେଲା ଯେ, ଯେଉଁ ସମୟରେ ସିନ୍ଦୁକ ଲେବୀୟମାନଙ୍କ ହସ୍ତ ଦ୍ୱାରା ରାଜାଙ୍କ ନିରୂପିତ ସ୍ଥାନକୁ ଅଣାଗଲା ଓ ତହିଁରେ ବହୁତ ମୁଦ୍ରା ଅଛି ବୋଲି ସେମାନେ ଦେଖିଲେ, ସେତେବେଳେ ରାଜାଙ୍କର ଲେଖକ ଓ ପ୍ରଧାନ ଯାଜକର କର୍ମଚାରୀ ଆସି ସିନ୍ଦୁକ ଖାଲି କଲେ, ଆଉ ତାହା ନେଇ ପୁନର୍ବାର ସ୍ୱ ସ୍ଥାନରେ ରଖିଲେ। ଏହିରୂପେ ସେମାନେ ପ୍ରତିଦିନ କଲେ ଓ ପ୍ରଚୁର ମୁଦ୍ରା ସଂଗ୍ରହ କଲେ।
12
ଆଉ, ରାଜା ଓ ଯିହୋୟାଦା ସଦାପ୍ରଭୁଙ୍କ ଗୃହର ସେବାକର୍ମକାରୀମାନଙ୍କୁ ତାହା ଦେଲେ; ତହିଁରେ ସେମାନେ ସଦାପ୍ରଭୁଙ୍କ ଗୃହର ମରାମତି ନିମନ୍ତେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ, ମଧ୍ୟ ସଦାପ୍ରଭୁଙ୍କ ଗୃହ ଦୃଢ଼ କରିବା ନିମନ୍ତେ ଲୌହ ଓ ପିତ୍ତଳ କର୍ମକାରୀମାନଙ୍କୁ ବେତନ ଦେଇ ନିଯୁକ୍ତ କଲେ।
13
ଏହିରୂପେ କର୍ମକାରୀମାନେ କାର୍ଯ୍ୟ କଲେ ଓ ସେମାନଙ୍କ ଦ୍ୱାରା କାର୍ଯ୍ୟ ସିଦ୍ଧ ହେଲା, ଆଉ ସେମାନେ ପରମେଶ୍ୱରଙ୍କ ଗୃହ ପୂର୍ବାବସ୍ଥାରେ ସ୍ଥାପନ କରି ତାହା ଦୃଢ଼ କଲେ।
14
ପୁଣି, ସେମାନେ କାର୍ଯ୍ୟ ସମାପ୍ତ କରନ୍ତେ, ରାଜାଙ୍କର ଓ ଯିହୋୟାଦାର ସମ୍ମୁଖକୁ ଅବଶିଷ୍ଟ ମୁଦ୍ରା ଆଣିଲେ, ତଦ୍ଦ୍ୱାରା ସଦାପ୍ରଭୁଙ୍କ ଗୃହ ନିମନ୍ତେ ନାନା ପାତ୍ର, ଅର୍ଥାତ୍, ପରିଚର୍ଯ୍ୟାର୍ଥକ ଓ ବଳିଦାନାର୍ଥକ ପାତ୍ର, ପୁଣି ଚାମଚ ଓ ସ୍ୱର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ନିର୍ମାଣ କରାଗଲା। ଆଉ, ସେମାନେ ଯିହୋୟାଦାର ଜୀବନଯାଏ ସଦାପ୍ରଭୁଙ୍କ ଗୃହରେ ନିତ୍ୟ ହୋମବଳି ଉତ୍ସର୍ଗ କଲେ।
15
ମାତ୍ର ଯିହୋୟାଦା ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ମଲା; ମରଣ ସମୟରେ ତାହାର ବୟସ ଏକ ଶହ ତିରିଶ ବର୍ଷ ହୋଇଥିଲା
16
ପୁଣି ଲୋକମାନେ ଦାଉଦ-ନଗରରେ ରାଜାମାନଙ୍କ ମଧ୍ୟରେ ତାହାକୁ କବର ଦେଲେ, କାରଣ ସେ ଇସ୍ରାଏଲ ମଧ୍ୟରେ, ଆଉ ପରମେଶ୍ୱର ଓ ତାହାଙ୍କ ଗୃହ ବିଷୟରେ ଉତ୍ତମ କର୍ମ କରିଥିଲା।
17
ଯିହୋୟାଦାର ମରଣ ଉତ୍ତାରେ ଯିହୁଦାର ଅଧିପତିମାନେ ଆସି ରାଜାଙ୍କୁ ପ୍ରଣାମ କଲେ। ତହିଁରେ ରାଜା ସେମାନଙ୍କ କଥାରେ ମନୋଯୋଗ କଲେ।
18
ଏଉତ୍ତାରେ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରି ଆଶେରା ମୂର୍ତ୍ତି ଓ ପ୍ରତିମାଗଣର ସେବା କଲେ; ତହିଁରେ ସେମାନଙ୍କର ଏହି ଅପରାଧ ସକାଶୁ ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।
19
ତଥାପି ସଦାପ୍ରଭୁଙ୍କ ନିକଟକୁ ପୁନର୍ବାର ସେମାନଙ୍କୁ ଆଣିବା ପାଇଁ ସେ ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇଲେ; ତହିଁରେ ସେମାନେ ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଲେ। ମାତ୍ର ସେମାନେ କର୍ଣ୍ଣ ଦେବାକୁ ସମ୍ମତ ନୋହିଲେ।
20
ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଯିହୋୟାଦା ଯାଜକର ପୁତ୍ର ଜିଖରୀୟ ଉପରେ ଅଧିଷ୍ଠାନ କଲେ, ତହିଁରେ ସେ ଲୋକମାନଙ୍କ ମଧ୍ୟରେ ଉଚ୍ଚସ୍ଥାନରେ ଠିଆ ହୋଇ ସେମାନଙ୍କୁ କହିଲା, “ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଆଜ୍ଞାସବୁ ଲଙ୍ଘନ କରୁଅଛ? ଏଥିରେ କୃତକାର୍ଯ୍ୟ ନୋହିବ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବାରୁ ସେ ମଧ୍ୟ ତୁମ୍ଭମାନଙ୍କୁ ପରିତ୍ୟାଗ କରିଅଛନ୍ତି।”
21
ତହିଁରେ ସେମାନେ ତାହା ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ରାଜାଜ୍ଞାରେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ତାହାକୁ ପ୍ରସ୍ତରାଘାତ କଲେ।
22
ଏହିରୂପେ, ତାହାର ପିତା ଯିହୋୟାଦା ଯୋୟାଶ୍ ରାଜାଙ୍କ ପ୍ରତି ଯେଉଁ ଦୟା ପ୍ରକାଶ କରିଥିଲା, ତାହା ସ୍ମରଣ ନ କରି ସେ ତାହାର ପୁତ୍ରକୁ ବଧ କଲେ। ପୁଣି, ସେ ମରଣକାଳରେ କହିଲା, “ସଦାପ୍ରଭୁ ଏଥିପ୍ରତି ଦୃଷ୍ଟିପାତ କରନ୍ତୁ ଓ ତହିଁର ପରିଶୋଧ ନେଉନ୍ତୁ।”
23
ଏଥିଉତ୍ତାରେ ବର୍ଷ ଶେଷରେ ଅରାମୀୟ ସୈନ୍ୟ ତାଙ୍କର ପ୍ରତିକୂଳରେ ଆସିଲେ; ପୁଣି ସେମାନେ ଯିହୁଦା ଓ ଯିରୂଶାଲମକୁ ଆସି ଲୋକମାନଙ୍କ ମଧ୍ୟରୁ ସେମାନଙ୍କ ସମସ୍ତ ଅଧିପତିଙ୍କୁ ବିନାଶ କଲେ ଓ ସେମାନଙ୍କଠାରୁ ସକଳ ଲୁଟଦ୍ରବ୍ୟ ନେଇ ଦମ୍ମେଶକର ରାଜା ନିକଟକୁ ପଠାଇଲେ।
24
ଅରାମୀୟ ସୈନ୍ୟ ଅଳ୍ପ ଲୋକଦଳ ନେଇ ଆସିଥିଲେ; ତଥାପି ସଦାପ୍ରଭୁ ସେମାନଙ୍କ ହସ୍ତରେ ମହାସୈନ୍ୟଦଳକୁ ସମର୍ପଣ କଲେ, କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ। ଏହିରୂପେ ସେମାନେ ଯୋୟାଶ୍ଙ୍କ ଉପରେ ଦଣ୍ଡାଜ୍ଞା ସଫଳ କଲେ।
25
ଆଉ, ସେମାନେ ତାଙ୍କ ନିକଟରୁ ପ୍ରସ୍ଥାନ କଲା ଉତ୍ତାରେ ତାଙ୍କର ନିଜ ଦାସମାନେ ଯିହୋୟାଦା ଯାଜକର ପୁତ୍ରମାନଙ୍କ ରକ୍ତପାତ ସକାଶୁ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କର ଶଯ୍ୟାରେ ତାଙ୍କୁ ବଧ କରନ୍ତେ, ସେ ମଲେ, କାରଣ ଅରାମୀୟ ସୈନ୍ୟ ତାଙ୍କୁ ମହାପୀଡ଼ିତାବସ୍ଥାରେ ଛାଡ଼ି ଯାଇଥିଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ କବର ଦେଲେ ନାହିଁ।
26
ଅମ୍ମୋନୀୟା ଶିମୀୟତର ପୁତ୍ର ସାବଦ୍ ଓ ମୋୟାବ ବଂଶୀୟା ଶିମ୍ରୀତର ପୁତ୍ର ଯିହୋଷାବଦ୍, ଏମାନେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ।
27
ତାଙ୍କ ପୁତ୍ରମାନଙ୍କ କଥା ଓ ତାଙ୍କ ଉପରେ ଥିବା ଭାରର ଗୁରୁତ୍ୱ ଓ ପରମେଶ୍ୱରଙ୍କ ଗୃହର ପୁନଃନିର୍ମାଣ ବିବରଣ, ଦେଖ, ଏସବୁ ରାଜାବଳୀ ପୁସ୍ତକର ଟୀକାରେ ଲିଖିତ ଅଛି। ଏଉତ୍ତାରେ ତାଙ୍କର ପୁତ୍ର ଅମତ୍ସୀୟ ତାଙ୍କ ପଦରେ ରାଜ୍ୟ କଲେ।
← Chapter 23
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 25 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36