bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
2 Chronicles 25
2 Chronicles 25
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 24
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 26 →
1
ଅମତ୍ସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିହୋୟଦ୍ଦନ୍, ସେ ଯିରୂଶାଲମ ନିବାସିନୀ ଥିଲେ।
2
ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ସିଦ୍ଧ ଅନ୍ତଃକରଣରେ କଲେ ନାହିଁ।
3
ତାଙ୍କର ରାଜ୍ୟ ସୁସ୍ଥିର ହୁଅନ୍ତେ, ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ।
4
ତଥାପି ସେ ସେମାନଙ୍କ ସନ୍ତାନଗଣକୁ ବଧ କଲେ ନାହିଁ; “ମାତ୍ର ସନ୍ତାନଗଣ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନଗଣର ପ୍ରାଣଦଣ୍ଡ ହେବ ନାହିଁ,” କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁଭୋଗ କରିବ; ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ କର୍ମ କଲେ।
5
ଆହୁରି, ଅମତ୍ସୀୟ ଯିହୁଦା-ବଂଶକୁ ଏକତ୍ର କଲେ, ପୁଣି ସମସ୍ତ ଯିହୁଦା ଓ ବିନ୍ୟାମୀନ୍ର ପିତୃବଂଶାନୁସାରେ ସହସ୍ରପତି ଓ ଶତପତିମାନଙ୍କ ଅଧୀନରେ ସେମାନଙ୍କୁ ଶ୍ରେଣୀବଦ୍ଧ କଲେ; ପୁଣି, ସେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲୋକମାନଙ୍କୁ ଗଣନା କରନ୍ତେ, ବର୍ଚ୍ଛା ଓ ଢାଲ ଧରି ଯୁଦ୍ଧକୁ ଯିବାକୁ ସମର୍ଥ ତିନି ଲକ୍ଷ ବଛା ଲୋକ ପାଇଲେ।
6
ମଧ୍ୟ ସେ ଏକ ଶହ ତାଳନ୍ତ ରୂପା ବେତନ ଦେଇ ଇସ୍ରାଏଲ ମଧ୍ୟରୁ ଏକ ଲକ୍ଷ ମହାବିକ୍ରମଶାଳୀ ଲୋକଙ୍କୁ ନିଯୁକ୍ତ କଲେ।
7
ମାତ୍ର ପରମେଶ୍ୱରଙ୍କର ଏକ ଲୋକ ତାଙ୍କ ନିକଟକୁ ଆସି କହିଲେ, “ହେ ରାଜନ୍, ଇସ୍ରାଏଲର ସୈନ୍ୟ ଆପଣଙ୍କ ସଙ୍ଗରେ ନ ଯାଉନ୍ତୁ; କାରଣ ସଦାପ୍ରଭୁ ଇସ୍ରାଏଲ ସଙ୍ଗରେ, ଅର୍ଥାତ୍, ଇଫ୍ରୟିମର ସମସ୍ତ ସନ୍ତାନ ସଙ୍ଗରେ ନାହାନ୍ତି।
8
ମାତ୍ର ଯେବେ ଆପଣ ଯିବେ, ତେବେ ସାହସରେ କାର୍ଯ୍ୟ କରନ୍ତୁ, ଯୁଦ୍ଧ କରିବାକୁ ବଳବାନ ହେଉନ୍ତୁ; ପରମେଶ୍ୱର ଶତ୍ରୁ ସମ୍ମୁଖରେ ଆପଣଙ୍କୁ ନିପାତ କରିବେ, କାରଣ ସାହାଯ୍ୟ କରିବାକୁ ଓ ନିପାତ କରିବାକୁ ପରମେଶ୍ୱରଙ୍କ ଶକ୍ତି ଅଛି।”
9
ତହିଁରେ ଅମତ୍ସୀୟ ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ଭଲ, ମାତ୍ର ମୁଁ ଇସ୍ରାଏଲ-ସୈନ୍ୟକୁ ଯେଉଁ ଏକ ଶହ ତାଳନ୍ତ ରୂପା ଦେଇଅଛି, ତହିଁ ପାଇଁ ଆମ୍ଭେମାନେ କʼଣ କରିବା?” ଏଥିରେ ପରମେଶ୍ୱରଙ୍କ ଲୋକ ଉତ୍ତର କଲେ; “ସଦାପ୍ରଭୁ ତୁମ୍ଭକୁ ତହିଁରୁ ଅତି ଅଧିକ ଦେବାକୁ ସମର୍ଥ ଅଟନ୍ତି।”
10
ତହୁଁ ଅମତ୍ସୀୟ ଇଫ୍ରୟିମରୁ ଆପଣା ନିକଟକୁ ଆଗତ ସୈନ୍ୟଦଳକୁ ସେମାନଙ୍କ ଗୃହକୁ ପୁନର୍ବାର ଯିବା ପାଇଁ ପୃଥକ କଲେ; ଏଣୁ ଯିହୁଦା ପ୍ରତିକୂଳରେ ସେମାନଙ୍କର କ୍ରୋଧ ଅତି ପ୍ରଜ୍ୱଳିତ ହେଲା ଓ ସେମାନେ ପ୍ରଚଣ୍ଡ କ୍ରୋଧରେ ଗୃହକୁ ଫେରିଗଲେ।
11
ଏଉତ୍ତାରେ ଅମତ୍ସୀୟ ସାହସିକ ହୋଇ ଆପଣା ଲୋକଙ୍କୁ କଢ଼ାଇ ନେଇ ଲବଣ ଉପତ୍ୟକାକୁ ଗଲେ ଓ ସେୟୀର-ସନ୍ତାନଗଣର ଦଶ ସହସ୍ର ଲୋକଙ୍କୁ ବଧ କଲେ।
12
ପୁଣି, ଯିହୁଦା-ସନ୍ତାନମାନେ ଅନ୍ୟ ଦଶ ସହସ୍ର ଲୋକଙ୍କୁ ଜୀବିତ ବନ୍ଦୀ କରି ନେଇଗଲେ ଓ ସେମାନଙ୍କୁ ଶୈଳଶିଖରକୁ ନେଇ ସେଠାରୁ ସେମାନଙ୍କୁ ତଳେ ପକାଇଦେଲେ, ତହିଁରେ ସେମାନେ ସମସ୍ତେ ଚୂର୍ଣ୍ଣ ହୋଇଗଲେ।
13
ମାତ୍ର ଅମତ୍ସୀୟ ଯେଉଁ ସେନାମାନଙ୍କୁ ଆପଣା ସଙ୍ଗେ ଯୁଦ୍ଧକୁ ଯିବା ପାଇଁ ଉପଯୁକ୍ତ ମନେ ନ କରି ଫେରାଇ ଦେଇଥିଲେ, ସେମାନେ ଶମରୀୟାଠାରୁ ବେଥ୍-ହୋରଣ ପର୍ଯ୍ୟନ୍ତ ପଡ଼ି ଯିହୁଦାର ନଗରସବୁ ଆକ୍ରମଣ କଲେ ଓ ତିନି ସହସ୍ର ଲୋକଙ୍କୁ ବଧ କରି ବହୁତ ଲୁଟଦ୍ରବ୍ୟ ନେଲେ।
14
ଅମତ୍ସୀୟ ଇଦୋମୀୟମାନଙ୍କୁ ସଂହାର କରି ଫେରି ଆସିଲା ଉତ୍ତାରେ ସେ ସେୟୀର-ସନ୍ତାନମାନଙ୍କ ଦେବଗଣକୁ ଆଣି ଆପଣାର ଦେବତା ହେବା ପାଇଁ ସ୍ଥାପନ କଲେ, ସେମାନଙ୍କ ସମ୍ମୁଖରେ ପ୍ରଣାମ କରି ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।
15
ଏହେତୁ ଅମତ୍ସୀୟଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ତାଙ୍କ ନିକଟକୁ ଏକ ଭବିଷ୍ୟଦ୍ବକ୍ତା ପଠାଇଲେ, ଯେ ତାଙ୍କୁ କହିଲା, “ଯେଉଁ ଦେବଗଣ ଆପଣା ଲୋକମାନଙ୍କୁ ଆପଣଙ୍କ ହସ୍ତରୁ ଉଦ୍ଧାର କଲେ ନାହିଁ, ଆପଣ କାହିଁକି ସେହି ଲୋକମାନଙ୍କ ଦେବଗଣର ଅନ୍ୱେଷଣ କରୁଅଛନ୍ତି?”
16
ସେ ତାଙ୍କୁ ଏହି କଥା କହିବା ବେଳେ, ରାଜା ତାହାକୁ କହିଲେ, “ଆମ୍ଭେମାନେ କʼଣ ତୁମ୍ଭକୁ ରାଜମନ୍ତ୍ରୀ କରିଅଛୁ? କ୍ଷାନ୍ତ ହୁଅ! କାହିଁକି ମାଡ଼ ଖାଇବ?” ଏଥିରେ ଭବିଷ୍ୟଦ୍ବକ୍ତା କ୍ଷାନ୍ତ ହୋଇ କହିଲା, “ମୁଁ ଜାଣେ, ପରମେଶ୍ୱର ଆପଣଙ୍କୁ ବିନାଶ କରିବା ପାଇଁ ସ୍ଥିର କରିଅଛନ୍ତି, କାରଣ ଆପଣ ଏହା କରିଅଛନ୍ତି ଓ ମୋʼ ପରାମର୍ଶରେ କର୍ଣ୍ଣପାତ କରି ନାହାନ୍ତି।”
17
ଏଥିଉତ୍ତାରେ ଯିହୁଦାର ରାଜା ଅମତ୍ସୀୟ ପରାମର୍ଶ ନେଇ ଯେହୂଙ୍କର ପୌତ୍ର, ଯିହୋୟାହସ୍ଙ୍କର ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍ଙ୍କ ନିକଟକୁ ଲୋକ ପଠାଇ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।”
18
ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ଯିହୁଦାର ରାଜା ଅମତ୍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ମୋʼ ପୁତ୍ର ସଙ୍ଗେ ବିବାହ ଦିଅ;’ ଏଥିମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା।
19
ଦେଖ, ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ ବୋଲି କହୁଅଛ; ତେଣୁ ଦର୍ପ କରିବା ପାଇଁ ତୁମ୍ଭ ମନ ତୁମ୍ଭକୁ ପ୍ରବୃତ୍ତି ଦେଉଅଛି; ଏବେ ଆପଣା ଘରେ ଥାଅ, ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ?”
20
ମାତ୍ର ଅମତ୍ସୀୟ ଶୁଣିଲେ ନାହିଁ; କାରଣ ଲୋକମାନେ ଇଦୋମୀୟ ଦେବଗଣର ଅନ୍ୱେଷଣ କରିବା ହେତୁରୁ ପରମେଶ୍ୱର ଯେପରି ସେମାନଙ୍କ ଶତ୍ରୁଗଣ ହସ୍ତରେ ସେମାନଙ୍କୁ ସମର୍ପଣ କରିବେ, ଏଥିପାଇଁ ତାହାଙ୍କ ଆଡ଼ୁ ଏହି ଘଟଣା ହେଲା।
21
ତହୁଁ ଇସ୍ରାଏଲର ରାଜା ଯୋୟାଶ୍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦାର ରାଜା ଅମତ୍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।
22
ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା, ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ।
23
ଆଉ, ଇସ୍ରାଏଲର ରାଜା ଯୋୟାଶ୍ ବେଥ୍-ଶେମଶରେ ଯିହୋୟାହସ୍ଙ୍କର ପୌତ୍ର, ଯୋୟାଶ୍ଙ୍କର ପୁତ୍ର, ଯିହୁଦାର ରାଜା ଅମତ୍ସୀୟଙ୍କୁ ଧରି ଯିରୂଶାଲମକୁ ଆଣିଲେ ଓ ଇଫ୍ରୟିମର ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।
24
ପୁଣି, ପରମେଶ୍ୱରଙ୍କ ଗୃହରେ ଓବେଦ୍-ଇଦୋମର ଅଧୀନରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର ଓ ରାଜଗୃହର ଧନ, ମଧ୍ୟ ବନ୍ଧକ ଥିବା ଲୋକମାନଙ୍କୁ ନେଇ ଶମରୀୟାକୁ ଫେରିଗଲେ।
25
ଇସ୍ରାଏଲର ରାଜା ଯିହୋୟାହସ୍ଙ୍କର ପୁତ୍ର ଯୋୟାଶ୍ଙ୍କର ମୃତ୍ୟୁୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍ଙ୍କର ପୁତ୍ର ଅମତ୍ସୀୟ ପନ୍ଦର ବର୍ଷ ବଞ୍ଚିଲେ।
26
ଏହି ଅମତ୍ସୀୟଙ୍କର ଅବଶିଷ୍ଟ କ୍ରିୟାର ଆଦ୍ୟନ୍ତ ବୃତ୍ତାନ୍ତ କʼଣ ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
27
ଅମତ୍ସୀୟ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହେବା ସମୟଠାରୁ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ତହିଁରେ ସେ ଲାଖୀଶ୍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।
28
ପୁଣି, ସେମାନେ ଅଶ୍ୱମାନଙ୍କ ଉପରେ ତାଙ୍କୁ ଆଣି ଯିହୁଦା-ନଗରରେ ତାଙ୍କର ପିତୃଗଣ ସହିତ ତାଙ୍କୁ କବର ଦେଲେ।
← Chapter 24
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 26 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36