bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
2 Chronicles 8
2 Chronicles 8
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 9 →
1
ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ଆପଣା ଗୃହ କୋଡ଼ିଏ ବର୍ଷ ମଧ୍ୟରେ ନିର୍ମାଣ କଲେ।
2
ତହିଁ ଉତ୍ତାରେ ହୂରମ୍ ଶଲୋମନଙ୍କୁ ଯେଉଁ ଯେଉଁ ଦେଇଥିଲା, ସେସବୁ ଶଲୋମନ ନିର୍ମାଣ କରି ତହିଁରେ ଇସ୍ରାଏଲ-ସନ୍ତାନଗଣକୁ ବାସ କରାଇଲେ।
3
ଏଥିଉତ୍ତାରେ ଶଲୋମନ ହମାତ୍-ସୋବାକୁ ଯାଇ ତାହା ପରାସ୍ତ କଲେ।
4
ପୁଣି ସେ ପ୍ରାନ୍ତରରେ ତଦ୍ମୋର ନଗର ଓ ହମାତ୍ତରେ ଭଣ୍ଡାର-ନଗରସବୁ ନିର୍ମାଣ କଲେ।
5
ଆହୁରି ସେ ଉପରିସ୍ଥ ବେଥ୍-ହୋରଣ ଓ ନୀଚସ୍ଥ ବେଥ୍-ହୋରଣ, ପ୍ରାଚୀର-ବେଷ୍ଟିତ ଏହି ଦୁଇ ନଗର, ପ୍ରାଚୀର, ଦ୍ୱାର ଓ ଅର୍ଗଳ ସମେତ ନିର୍ମାଣ କଲେ;
6
ଆଉ ବାଲତ୍ ଓ ଶଲୋମନଙ୍କର ସମସ୍ତ ଭଣ୍ଡାର ନଗର ଓ ଆପଣାର ରଥମାନଙ୍କ ନିମନ୍ତେ ସମସ୍ତ ନଗର ଓ ଆପଣାର ଅଶ୍ୱାରୂଢ଼ମାନଙ୍କ ନିମନ୍ତେ ସମସ୍ତ ନଗର, ପୁଣି ଯିରୂଶାଲମରେ ଓ ଲିବାନୋନରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଆପଣାର ସନ୍ତୋଷାର୍ଥେ ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ଇଚ୍ଛା କଲେ, ତାହାସବୁ ସେ ନିର୍ମାଣ କଲେ।
7
ଯେଉଁମାନେ ଇସ୍ରାଏଲ ସନ୍ତାନ ନୁହନ୍ତି, ଏପରି ଯେସବୁ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ,
8
ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ-ସନ୍ତାନଗଣ ବିନାଶ କରି ନ ଥିଲେ, ସେମାନଙ୍କ ମଧ୍ୟରୁ ଆଜିଯାଏ ବେଠିକର୍ମ କରିବା ପାଇଁ ଶଲୋମନ ଦାସ ସଂଗ୍ରହ କଲେ।
9
ମାତ୍ର ଶଲୋମନ ଆପଣା କର୍ମ ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ପ୍ରଧାନ ସେନାପତି, ପୁଣି ତାଙ୍କର ରଥ ଓ ଅଶ୍ୱାରୋହୀମାନଙ୍କର ଅଧ୍ୟକ୍ଷ ହୋଇଥିଲେ।
10
ଆଉ ଏମାନଙ୍କ ମଧ୍ୟରୁ ଦୁଇ ଶହ ପଚାଶ ଜଣ ଶଲୋମନ ରାଜାଙ୍କର ପ୍ରଧାନ ଅଧ୍ୟକ୍ଷ ଥିଲେ, ଏମାନେ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।
11
ଏଉତ୍ତାରେ ଶଲୋମନ ଫାରୋର କନ୍ୟା ନିମନ୍ତେ ଯେଉଁ ଗୃହ ନିର୍ମାଣ କରିଥିଲେ, ସେହି ଗୃହକୁ ଦାଉଦ-ନଗରରୁ ତାହାକୁ ଆଣିଲେ; କାରଣ ସେ କହିଲେ, “ଆମ୍ଭର ଭାର୍ଯ୍ୟା ଇସ୍ରାଏଲର ରାଜା ଦାଉଦଙ୍କର ଗୃହରେ ବାସ କରିବ ନାହିଁ, ଯେହେତୁ ଯେଉଁ ଯେଉଁ ସ୍ଥାନକୁ ସଦାପ୍ରଭୁଙ୍କ ସିନ୍ଦୁକ ଆସିଅଛି, ସେସବୁ ସ୍ଥାନ ପବିତ୍ର।”
12
ତହୁଁ ଶଲୋମନ ବାରଣ୍ଡା ସମ୍ମୁଖରେ ସଦାପ୍ରଭୁଙ୍କର ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କଲେ;
13
ସେ ମୋଶାଙ୍କର ଆଜ୍ଞା ପ୍ରମାଣେ ବିଶ୍ରାମବାରରେ, ଅମାବାସ୍ୟାରେ ଓ ବର୍ଷକେ ତିନି ଥର ନିରୂପିତ ପର୍ବରେ, ଅର୍ଥାତ୍, ତାଡ଼ିଶୂନ୍ୟ ରୁଟିର ପର୍ବରେ, ସପ୍ତାହର ପର୍ବରେ ଓ ତମ୍ବୁବାସ ପର୍ବରେ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବଳି ଉତ୍ସର୍ଗ କଲେ।
14
ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ୱାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ୱାରରେ ନିଯୁକ୍ତ କଲେ; କାରଣ ପରମେଶ୍ୱରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ।
15
ଆଉ ସେମାନେ କୌଣସି ବିଷୟରେ ଅବା ଭଣ୍ଡାର ବିଷୟରେ ଯାଜକମାନଙ୍କ ପ୍ରତି ଓ ଲେବୀୟମାନଙ୍କ ପ୍ରତି ରାଜାଙ୍କର ଆଜ୍ଞା ଅନ୍ୟଥା କଲେ ନାହିଁ।
16
ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପନ ଦିନକୁ ଓ ତହିଁର ସମାପ୍ତି ପର୍ଯ୍ୟନ୍ତ ଶଲୋମନଙ୍କର ସମସ୍ତ କାର୍ଯ୍ୟ ପ୍ରସ୍ତୁତ ହୋଇଥିଲା। ଏହିରୂପେ ସଦାପ୍ରଭୁଙ୍କ ଗୃହ ସମ୍ପୂର୍ଣ୍ଣ ହେଲା।
17
ସେତେବେଳେ ଶଲୋମନ ଇଦୋମ୍ ଦେଶର ସମୁଦ୍ରତୀରସ୍ଥ ଇତ୍ସିୟୋନ-ଗେବରକୁ ଓ ଏଲତ୍କୁ ଗଲେ।
18
ତହୁଁ ହୂରମ୍ ଆପଣା ଦାସମାନଙ୍କ ହସ୍ତରେ ତାଙ୍କ ନିକଟକୁ ଜାହାଜ ଓ ସାମୁଦ୍ରିକ କାର୍ଯ୍ୟ ଜାଣିଥିବା ଦାସମାନଙ୍କୁ ପଠାଇଲା; ପୁଣି ସେମାନେ ଶଲୋମନଙ୍କର ଦାସମାନଙ୍କ ସଙ୍ଗେ ଓଫୀରକୁ ଯାଇ ସେଠାରୁ ଶଲୋମନ ରାଜାଙ୍କ ନିକଟକୁ ଚାରି ଶହ ପଚାଶ ତାଳନ୍ତ ସୁନା ଆଣିଲେ।
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 9 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36