bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
2 Chronicles 9
2 Chronicles 9
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 10 →
1
ଏଥିଉତ୍ତାରେ ଶିବା ଦେଶର ରାଣୀ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ଯିରୂଶାଲମରେ ଶଲୋମନଙ୍କର ପରୀକ୍ଷା କରିବା ପାଇଁ ସୁଗନ୍ଧି ଦ୍ରବ୍ୟ ଓ ବିସ୍ତର ସୁବର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଆସିଲା; ପୁଣି ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲା।
2
ତହିଁରେ ଶଲୋମନ ତାହାର ସମସ୍ତ ପ୍ରଶ୍ନର ଉତ୍ତର କଲେ ଓ ଶଲୋମନଙ୍କର ବୋଧାଗମ୍ୟ କୌଣସି ବିଷୟ ନ ଥିଲା, ଯାହା ସେ ତାହାକୁ କହିଲେ ନାହିଁ।
3
ପୁଣି ଶିବାର ରାଣୀ ଶଲୋମନଙ୍କର ଜ୍ଞାନ ଓ ତାଙ୍କ ନିର୍ମିତ ଗୃହ
4
ଓ ତାଙ୍କର ମେଜର ଖାଦ୍ୟଦ୍ରବ୍ୟ ଓ ତାଙ୍କର ଭୃତ୍ୟମାନଙ୍କର ଆସନ ଓ ତାଙ୍କର ମନ୍ତ୍ରୀମାନଙ୍କର ସେବା ଓ ସେମାନଙ୍କର ବସ୍ତ୍ର ଓ ତାଙ୍କର ପାତ୍ରବାହକଗଣ ଓ ସେମାନଙ୍କର ବସ୍ତ୍ର ଓ ସଦାପ୍ରଭୁଙ୍କ ଗୃହକୁ ଉଠି ଯିବା ପାଇଁ ତାହାର ପାବଚ୍ଛ, ଏହିସବୁ ଦେଖି ହତଜ୍ଞାନ ହେଲା।
5
ତହୁଁ ସେ ରାଜାଙ୍କୁ କହିଲା, “ଆମ୍ଭେ ଆପଣା ଦେଶରେ ଥାଇ ଆପଣଙ୍କ କାର୍ଯ୍ୟ ଓ ଆପଣଙ୍କ ଜ୍ଞାନ ବିଷୟରେ ଯେଉଁ ସମ୍ବାଦ ପାଇଥିଲୁ, ତାହା ସତ୍ୟ।
6
ତଥାପି ଆମ୍ଭେ ଆସି ଆପଣା ଚକ୍ଷୁରେ ନ ଦେଖିବା ଯାଏ ଲୋକମାନଙ୍କର କଥା ବିଶ୍ୱାସ କଲୁ ନାହିଁ; ଆଉ ଦେଖନ୍ତୁ, ଆପଣଙ୍କ ଜ୍ଞାନର ଅର୍ଦ୍ଧେକ ମାହାତ୍ମ୍ୟ ଆମ୍ଭକୁ କୁହାଯାଇ ନ ଥିଲା; ଆମ୍ଭ ଶୁଣିବାର ଅପେକ୍ଷା ଆପଣଙ୍କ ସୁଖ୍ୟାତି ଅଧିକ।
7
ଆପଣଙ୍କ ଲୋକମାନେ ଧନ୍ୟ, ଆପଣଙ୍କର ଏହି ଦାସମାନେ ଧନ୍ୟ, ସେମାନେ ନିତ୍ୟ ଆପଣଙ୍କ ସମ୍ମୁଖରେ ଠିଆ ହୋଇ ଆପଣଙ୍କ ଜ୍ଞାନର କଥା ଶୁଣନ୍ତି।
8
ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ଯେ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହୋଇ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ପକ୍ଷରେ ରାଜା ହେବାକୁ ଆପଣା ସିଂହାସନରେ ଆପଣଙ୍କୁ ବସାଇ ଅଛନ୍ତି; ଯେଣୁ ଆପଣଙ୍କ ପରମେଶ୍ୱର ଇସ୍ରାଏଲକୁ ଅନନ୍ତକାଳସ୍ଥାୟୀ କରିବା ନିମନ୍ତେ ସେମାନଙ୍କୁ ପ୍ରେମ କରନ୍ତି; ଏହି ହେତୁରୁ ବିଚାର ଓ ନ୍ୟାୟ କରିବାକୁ ସେ ସେମାନଙ୍କ ଉପରେ ଆପଣଙ୍କୁ ରାଜା କଲେ।”
9
ଏଉତ୍ତାରେ ସେ ରାଜାଙ୍କୁ ଏକ ଶହ କୋଡ଼ିଏ ତାଳନ୍ତ ସୁନା ଓ ଅତି ବିସ୍ତର ସୁଗନ୍ଧି ଦ୍ରବ୍ୟ ଓ ମଣି ଦେଲା; ଶିବାର ରାଣୀ ଶଲୋମନ ରାଜାଙ୍କୁ ଯେଉଁ ପ୍ରକାର ସୁଗନ୍ଧି ଦ୍ରବ୍ୟ ଦେଲା, ସେପ୍ରକାର ସୁଗନ୍ଧି ଦ୍ରବ୍ୟ ଆଉ ନ ଥିଲା।
10
ପୁଣି ହୂରମ୍ର ଯେଉଁ ଦାସମାନେ ଓ ଶଲୋମନଙ୍କର ଯେଉଁ ଦାସମାନେ ଓଫୀରରୁ ସୁବର୍ଣ୍ଣ ଆଣିଲେ, ସେମାନେ ମଧ୍ୟ ଚନ୍ଦନ କାଷ୍ଠ ଓ ମଣି ଆଣିଲେ।
11
ଆଉ ରାଜା ସେହି ଚନ୍ଦନ କାଷ୍ଠ ଦ୍ୱାରା ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ପାଇଁ ସୋପାନ ଓ ଗାୟକମାନଙ୍କ ନିମନ୍ତେ ବୀଣା ଓ ନେବଲ ପ୍ରସ୍ତୁତ କଲେ; ଏପରି ଚନ୍ଦନ କାଷ୍ଠ ପୂର୍ବରେ ଯିହୁଦା ଦେଶରେ ଦେଖାଯାଇ ନ ଥିଲା।
12
ପୁଣି ଶିବାର ରାଣୀ ଯାହା ଯାହା ମାଗିଲା, ତାହାର ମନୋବାଞ୍ଛାନୁସାରେ ଶଲୋମନ ରାଜା ତାହାସବୁ ତାହାକୁ ଦେଲେ, (ତାହା ଛଡ଼ା ରାଜାଙ୍କ ନିକଟକୁ ତାହାର ଆନୀତ ଦ୍ରବ୍ୟର ପ୍ରତିଦାନ କଲେ) ଏଥିଉତ୍ତାରେ ରାଣୀ ଓ ତାହାର ଦାସମାନେ ଫେରି ଆପଣା ଦେଶକୁ ଗଲେ।
13
ବର୍ଷକ ମଧ୍ୟରେ ଶଲୋମନଙ୍କ ନିକଟକୁ ଛଅ ଶହ ଛଷଠି ତାଳନ୍ତ ପରିମିତ ସୁନା ଆସେ;
14
ତାହା ଛଡ଼ା ପାଇକର ଓ ବଣିକମାନେ ସୁନା ଆଣିଲେ; ପୁଣି ଆରବୀୟ ସମସ୍ତ ରାଜା ଓ ଦେଶାଧ୍ୟକ୍ଷମାନେ ଶଲୋମନଙ୍କ ନିକଟକୁ ସୁନା ଓ ରୂପା ଆଣିଲେ।
15
ତହିଁରେ ଶଲୋମନ ରାଜା ପିଟାସୁନାରେ ଦୁଇ ଶହ ବଡ଼ ଢ଼ାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଳରେ ଛଅ ଶହ ଶେକଲ ସୁନା ଲାଗିଲା।
16
ପୁଣି, ସେ ପିଟାସୁନାରେ ତିନି ଶହ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ତିନି ମିନାସ୍ ସୁନା ଲାଗିଲା; ଆଉ, ରାଜା ଲିବାନୋନ-ଅରଣ୍ୟ ଗୃହରେ ତାହାସବୁ ରଖିଲେ।
17
ଆହୁରି, ରାଜା ହସ୍ତୀଦନ୍ତର ଗୋଟିଏ ବୃହତ ସିଂହାସନ ନିର୍ମାଣ କରି ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ।
18
ସେହି ସିଂହାସନରେ ଏକ ସ୍ୱର୍ଣ୍ଣମୟ ପାଦପୀଠ ସହିତ ଛଅ ପାହାଚ ସିଂହାସନ ସଂଯୁକ୍ତ ହୋଇଥିଲା, ଆଉ ଆସନର ଦୁଇ ପାର୍ଶ୍ଵରେ ଦୁଇ ହସ୍ତାବଲମ୍ବନ ଥିଲା ଓ ସେହି ହସ୍ତାବଲମ୍ବନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ।
19
ସେହି ଛଅ ପାହାଚ ଉପରେ ଦୁଇପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ନୋହିଲା।
20
ଶଲୋମନ ରାଜାଙ୍କର ପାନପାତ୍ରସବୁ ସୁନାର ଥିଲା ଓ ଲିବାନୋନ-ଅରଣ୍ୟ ଗୃହର ସମସ୍ତ ପାତ୍ର ଶୁଦ୍ଧ ସୁବର୍ଣ୍ଣର ଥିଲା; ଶଲୋମନଙ୍କ ସମୟରେ ରୂପା କିଛି ବୋଲି ଗଣା ନୋହିଲା।
21
କାରଣ ହୂରମ୍ର ଦାସମାନଙ୍କ ସଙ୍ଗେ ରାଜାଙ୍କର ତର୍ଶୀଶଗାମୀ ଜାହାଜମାନ ଥିଲେ; ସେହି ତର୍ଶୀଶର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା ଓ ହସ୍ତୀଦନ୍ତ, ପୁଣି ବାନର ଓ ମୟୂର ନେଇ ଆସନ୍ତି।
22
ଏହିରୂପେ ଶଲୋମନ ରାଜା ଐଶ୍ୱର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କ ଅପେକ୍ଷା ମହାନ ହେଲେ।
23
ଆଉ ପରମେଶ୍ୱର ଶଲୋମନଙ୍କର ହୃଦୟରେ ଯେଉଁ ଜ୍ଞାନ ଦେଇଥିଲେ, ତହିଁର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତ ରାଜା ତାଙ୍କର ସାକ୍ଷାତ କରିବାକୁ ଚାହିଁଲେ।
24
ପୁଣି, ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣାର ଭେଟି ରୂପେ ରୂପାପାତ୍ର ଓ ସୁନାପାତ୍ର ଓ ବସ୍ତ୍ର, ଅସ୍ତ୍ରଶସ୍ତ୍ର ଓ ସୁଗନ୍ଧି ଦ୍ରବ୍ୟ, ଅଶ୍ୱ ଓ ଖଚର ଆଣିଲେ।
25
ଆଉ ଶଲୋମନଙ୍କର ଅଶ୍ୱ ଓ ରଥ ନିମନ୍ତେ ଚାରି ହଜାର ଶାଳା ଥିଲା ଓ ବାର ହଜାର ଅଶ୍ୱାରୂଢ଼ ଥିଲେ, ଏସବୁକୁ ସେ ରଥ-ନଗରମାନରେ ଓ ଯିରୂଶାଲମରେ ରାଜାଙ୍କ ନିକଟରେ ରଖିଲେ।
26
ଆଉ, ସେ (ଫରାତ୍) ନଦୀଠାରୁ ପଲେଷ୍ଟୀୟମାନଙ୍କର ଦେଶ ଓ ମିସରର ସୀମା ପର୍ଯ୍ୟନ୍ତ ସମସ୍ତ ରାଜା ଉପରେ ରାଜତ୍ୱ କଲେ।
27
ପୁଣି ରାଜା ଯିରୂଶାଲମରେ ରୂପାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରିବୃକ୍ଷ ପରି କଲେ।
28
ଆଉ ଲୋକମାନେ ମିସରରୁ ଓ ସମସ୍ତ ଦେଶରୁ ଶଲୋମନଙ୍କ ପାଇଁ ଅଶ୍ୱ ଆଣିଲେ।
29
ଶଲୋମନଙ୍କର ଅବଶିଷ୍ଟ ବୃତ୍ତାନ୍ତ, ଆରମ୍ଭରୁ ଶେଷ ପର୍ଯ୍ୟନ୍ତ, ନାଥନ ଭବିଷ୍ୟଦ୍ବକ୍ତାଙ୍କର ଇତିହାସ ପୁସ୍ତକରେ ଓ ଶୀଲୋନୀୟ ଅହୀୟର ଭବିଷ୍ୟଦ୍ବାକ୍ୟରେ ଓ ନବାଟର ପୁତ୍ର ଯାରବୀୟାମଙ୍କ ବିଷୟକ ଇଦ୍ଦୋ ଦର୍ଶକର ଦର୍ଶନ ମଧ୍ୟରେ କʼଣ ଲେଖା ନାହିଁ?
30
ଶଲୋମନ ଯିରୂଶାଲମରେ ଚାଳିଶ ବର୍ଷ କାଳ ସମଗ୍ର ଇସ୍ରାଏଲ ଉପରେ ରାଜତ୍ୱ କଲେ।
31
ପୁଣି ଶଲୋମନ ଆପଣା ପିତୃଲୋକଙ୍କ ସହିତ ଶୟନ କରି ଆପଣା ପିତା ଦାଉଦଙ୍କର ନଗରରେ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ।
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 10 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36