bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
2 Kings 12
2 Kings 12
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 13 →
1
ଯେହୂଙ୍କ ରାଜତ୍ଵର ସପ୍ତମ ବର୍ଷରେ ଯୋୟାଶ୍ ରାଜତ୍ୱ କରିବାକୁ ଆରମ୍ଭ କରି ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାର ନାମ ସିବୀୟା, ସେ ବେର୍ଶେବା ନିବାସିନୀ ଥିଲେ।
2
ଯିହୋୟାଦା ଯାଜକ ଯୋୟାଶ୍ଙ୍କୁ ଯେତେ ଦିନ ଶିକ୍ଷା ଦେଲା, ସେତେ ଦିନ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
3
ତଥାପି ଉଚ୍ଚସ୍ଥଳୀସକଳ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
4
ଏଥିଉତ୍ତାରେ ଯୋୟାଶ୍ ଯାଜକମାନଙ୍କୁ କହିଲେ, “ପବିତ୍ରୀକୃତ ବସ୍ତୁର ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଅଣାଯାଏ, ଅର୍ଥାତ୍, ପ୍ରଚଳିତ ମୁଦ୍ରା, ପ୍ରାଣୀମାନଙ୍କ ନିମନ୍ତେ ପ୍ରତ୍ୟେକ ଲୋକ ଉପରେ ନିରୂପିତ ମୁଦ୍ରା ଓ ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଆଣିବା ପାଇଁ କୌଣସି ମନୁଷ୍ୟର ମନରେ ବାଞ୍ଛା ହୁଏ,
5
ତାହାସବୁ ଯାଜକମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆପଣାମାନଙ୍କ ପାଇଁ ଗ୍ରହଣ କରନ୍ତୁ; ପୁଣି ସେହି ଗୃହର ଯେକୌଣସି ସ୍ଥାନ ଭଗ୍ନ ଦେଖାଯାଏ, ତାହାସବୁ ସେମାନେ ପୁନଃନିର୍ମାଣ କରନ୍ତୁ।”
6
ମାତ୍ର ଯୋୟାଶ୍ ରାଜାଙ୍କ ରାଜତ୍ଵର ତେଇଶ ବର୍ଷ ପର୍ଯ୍ୟନ୍ତ ଯାଜକମାନେ ଗୃହର ଭଗ୍ନସ୍ଥାନମାନ ପୁନଃନିର୍ମାଣ କରି ନ ଥିଲେ।
7
ତହିଁରେ ଯୋୟାଶ୍ ରାଜା ଯିହୋୟାଦା ଯାଜକକୁ ଓ ଅନ୍ୟ ଯାଜକମାନଙ୍କୁ ଡକାଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଗୃହର ଭଗ୍ନସ୍ଥାନସବୁ କାହିଁକି ପୁନଃନିର୍ମାଣ କରୁ ନାହଁ? ଏହେତୁ ତୁମ୍ଭେମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆଉ ମୁଦ୍ରା ନିଅ ନାହିଁ, ମାତ୍ର ଗୃହର ଭଗ୍ନ ସ୍ଥାନ ନିମନ୍ତେ ତାହା ସମର୍ପଣ କର।”
8
ତହିଁରେ ଯାଜକମାନେ ଲୋକମାନଙ୍କଠାରୁ ଆଉ ମୁଦ୍ରା ଗ୍ରହଣ ନ କରିବାକୁ, ଅବା ଗୃହର ଭଗ୍ନସ୍ଥାନସବୁ ପୁନଃନିର୍ମାଣ ନ କରିବାକୁ ସମ୍ମତ ହେଲେ।
9
ମାତ୍ର ଯିହୋୟାଦା ଯାଜକ ଏକ ସିନ୍ଦୁକ ନେଇ ତହିଁର ଢାଙ୍କୁଣୀରେ ଏକ ଛିଦ୍ର କରି ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ ସ୍ଥାନର ଦକ୍ଷିଣ ପାର୍ଶ୍ୱରେ ରଖିଲା; ପୁଣି ଦ୍ୱାରରକ୍ଷକ ଯାଜକମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରାସବୁ ତହିଁ ଭିତରେ ରଖିଲେ।
10
ଏଥିଉତ୍ତାରେ ସେମାନେ ସିନ୍ଦୁକରେ ବହୁତ ମୁଦ୍ରା ଥିବାର ଦେଖନ୍ତେ, ରାଜାଙ୍କର ଲେଖକ ଓ ମହାଯାଜକ ଆସି ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ସେହି ସକଳ ମୁଦ୍ରା ଥଳୀରେ ରଖି ଗଣନା କଲେ।
11
ପୁଣି ସେମାନେ ସେହି ପରିମିତ ମୁଦ୍ରା ସଦାପ୍ରଭୁଙ୍କ ଗୃହର କର୍ମକାରକ ଅଧ୍ୟକ୍ଷମାନଙ୍କ ହସ୍ତରେ ଦେଲେ; ତହୁଁ ସେମାନେ ସଦାପ୍ରଭୁଙ୍କ ଗୃହର କର୍ମକାରୀ ସୂତ୍ରଧର ଓ ଗାନ୍ଥକ
12
ଓ ରାଜମିସ୍ତ୍ରୀ ଓ ପ୍ରସ୍ତର ଖୋଦକମାନଙ୍କୁ, ଆଉ ସଦାପ୍ରଭୁଙ୍କ ଗୃହର ଭଗ୍ନସ୍ଥାନସବୁ ପୁନଃନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବାକୁ ଓ ଗୃହର ପୁନଃନିର୍ମାଣ କରିବାକୁ ପ୍ରୟୋଜନୀୟ ସର୍ବପ୍ରକାର ବ୍ୟୟ ପାଇଁ ତାହା ଦେଲେ।
13
ମାତ୍ର ସଦାପ୍ରଭୁଙ୍କ ଗୃହକୁ ଆନୀତ ସେହି ମୁଦ୍ରା ଦ୍ୱାରା ସଦାପ୍ରଭୁଙ୍କ ଗୃହ ନିମନ୍ତେ ରୌପ୍ୟ ପାତ୍ର, କତୁରୀ, କୁଣ୍ଡ, ତୂରୀ, କୌଣସି ସୁବର୍ଣ୍ଣ ପାତ୍ର, କିଅବା ରୌପ୍ୟ ପାତ୍ର ନିର୍ମିତ ହେଲା ନାହିଁ।
14
କାରଣ ସେମାନେ କର୍ମକାରୀମାନଙ୍କୁ ସେହି ମୁଦ୍ରା ଦେଇ ତଦ୍ଦ୍ୱାରା ସଦାପ୍ରଭୁଙ୍କ ଗୃହ ପୁନଃନିର୍ମାଣ କଲେ।
15
ମାତ୍ର ସେମାନେ କର୍ମକାରୀମାନଙ୍କୁ ଦେବା ପାଇଁ ଯେଉଁମାନଙ୍କ ହସ୍ତରେ ମୁଦ୍ରା ସମର୍ପଣ କଲେ, ସେମାନଙ୍କଠାରୁ ହିସାବ ନେଲେ ନାହିଁ; କାରଣ ସେମାନେ ବିଶ୍ୱସ୍ତ ଭାବରେ କର୍ମ କଲେ।
16
ଦୋଷାର୍ଥକ ବଳି ଓ ପାପାର୍ଥକ ବଳିର ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଅଣାଗଲା ନାହିଁ, ତାହା ଯାଜକମାନଙ୍କର ହେଲା।
17
ସେସମୟରେ ଅରାମର ରାଜା ହସାୟେଲ ଯାତ୍ରା କରି ଗାଥ୍ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲା; ତହିଁ ଉତ୍ତାରେ ହସାୟେଲ ଯିରୂଶାଲମ ଆଡ଼କୁ ଯିବା ପାଇଁ ମୁଖ କଲା।
18
ତହିଁରେ ଯିହୁଦାର ରାଜା ଯୋୟାଶ୍ ଆପଣା ପୂର୍ବପୁରୁଷ ଯିହୋଶାଫଟ୍ ଓ ଯିହୋରାମ୍ ଓ ଅହସୀୟ, ଯିହୁଦାର ଏହି ରାଜାମାନଙ୍କ ପ୍ରତିଷ୍ଠିତ ସମସ୍ତ ପବିତ୍ରୀକୃତ ବସ୍ତୁ ଓ ଆପଣାର ପବିତ୍ରୀକୃତ ବସ୍ତୁ ଓ ସଦାପ୍ରଭୁଙ୍କ ଗୃହର ଭଣ୍ଡାରରେ ଓ ରାଜଗୃହସ୍ଥ ଭଣ୍ଡାରରେ ପ୍ରାପ୍ତ ସମସ୍ତ ସ୍ୱର୍ଣ୍ଣ ନେଇ ଅରାମର ରାଜା ହସାୟେଲ ନିକଟକୁ ପଠାଇଲେ; ତହୁଁ ସେ ଯିରୂଶାଲମରୁ ବାହାରିଗଲା।
19
ଏହି ଯୋୟାଶ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
20
ଏଥିଉତ୍ତାରେ ତାଙ୍କର ଦାସମାନେ ଉଠି ଚକ୍ରାନ୍ତ କରି ସିଲ୍ଲାକୁ ଯିବା ପଥରେ ମିଲ୍ଲୋ ନାମକ ଗୃହରେ ଯୋୟାଶ୍ଙ୍କୁ ବଧ କଲେ।
21
ଶିମୀୟତର ପୁତ୍ର ଯୋଷାଖର୍ ଓ ଶୋମରର ପୁତ୍ର ଯିହୋଷାବଦ୍ ନାମକ ତାଙ୍କର ଏହି ଦାସମାନେ ତାଙ୍କୁ ଆଘାତ କରନ୍ତେ, ସେ ମଲେ; ତହିଁରେ ସେମାନେ ଦାଉଦ-ନଗରରେ ଯୋୟାଶ୍ଙ୍କୁ ତାଙ୍କର ପିତୃଲୋକଙ୍କ ସହିତ କବର ଦେଲେ; ପୁଣି ତାଙ୍କ ପୁତ୍ର ଅମତ୍ସୀୟ ତାଙ୍କ ପଦରେ ରାଜ୍ୟ କଲେ।
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 13 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25