bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
2 Kings 25
2 Kings 25
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 24
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
1
ଏଥିଉତ୍ତାରେ ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ ବାବିଲ ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
2
ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା।
3
ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶର ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟଦ୍ରବ୍ୟ ମିଳିଲା ନାହିଁ।
4
ତେବେ ନଗରର ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ଥିଲେ, ପୁଣି ରାଜା ସିଦିକୀୟ ଆରବା ପଥ ଦେଇ ଚାଲିଗଲେ।
5
ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜା ସିଦିକୀୟଙ୍କର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ତାଙ୍କୁ ଧରିଲେ; ତହିଁରେ ସିଦିକୀୟଙ୍କର ସକଳ ସୈନ୍ୟ ତାଙ୍କ ନିକଟରୁ ଛିନ୍ନଭିନ୍ନ ହୋଇଗଲେ।
6
ତହୁଁ ସେମାନେ ରାଜାଙ୍କୁ ଧରି ରିବ୍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲେ; ତହିଁରେ ସେମାନେ ତାଙ୍କ ପ୍ରତି ଦଣ୍ଡାଜ୍ଞା କଲେ।
7
ଆଉ ସେମାନେ ସିଦିକୀୟଙ୍କର ପୁତ୍ରମାନଙ୍କୁ ତାଙ୍କର ସାକ୍ଷାତରେ ବଧ କଲେ ଓ ସିଦିକୀୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ, ଆଉ ତାଙ୍କୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲେ।
8
ପଞ୍ଚମ ମାସରେ, ମାସର ସପ୍ତମ ଦିନରେ ବାବିଲ ରାଜା ନବୂଖଦ୍ନିତ୍ସରଙ୍କ ରାଜତ୍ଵର ଊଣେଇଶ ବର୍ଷରେ ବାବିଲ ରାଜାର ଦାସ ନବୂଷରଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।
9
ପୁଣି ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ଆଉ ଯିରୂଶାଲମର ସମସ୍ତ ଗୃହ, ଅର୍ଥାତ୍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।
10
ପୁଣି ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗର ପ୍ରାଚୀର ଭଗ୍ନ କଲେ।
11
ଆଉ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ନଗରର ଅବଶିଷ୍ଟ ଲୋକମାନଙ୍କୁ ଓ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।
12
ମାତ୍ର ପ୍ରହରୀବର୍ଗର ସେନାପତି ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମକାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା।
13
ଆହୁରି କଲ୍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକିସକଳ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳ ବାବିଲକୁ ନେଇଗଲେ।
14
ଆହୁରି ସେମାନେ ପାତ୍ର ଓ କରଚୁଲି ଓ କତୁରୀ ଓ ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।
15
ଆଉ ପ୍ରହରୀବର୍ଗର ସେନାପତି ଅଙ୍ଗାରଧାନୀ ଓ କୁଣ୍ଡସବୁ, ଯାହା ସୁନାର ଥିଲା, ତାହା ସୁନା କରି, ପୁଣି ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା।
16
ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କ ନିର୍ମିତ ଦୁଇ ସ୍ତମ୍ଭ, ଏକ ସମୁଦ୍ରରୂପ ପାତ୍ର ଓ ବୈଠିକିସକଳ, ଏହିସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା।
17
ଏକ ସ୍ତମ୍ଭ ଅଠର ହାତ ଉଚ୍ଚ ଓ ତହିଁ ଉପରେ ପିତ୍ତଳର ମୁଣ୍ଡାଳି ଥିଲା, ଆଉ ମୁଣ୍ଡାଳିର ଉଚ୍ଚ ତିନି ହାତ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ପିତ୍ତଳମୟ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା, ମଧ୍ୟ ଦ୍ୱିତୀୟ ସ୍ତମ୍ଭ ଜାଲିକର୍ମ ସହିତ ଏହି ପ୍ରକାର ଥିଲା।
18
ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍ ପ୍ରଧାନ ଯାଜକ ସରାୟଙ୍କୁ ଓ ଦ୍ୱିତୀୟ ଯାଜକ ସଫନୀୟଙ୍କୁ ଓ ତିନି ଜଣ ଦ୍ୱାରପାଳଙ୍କୁ ଧରିଲା।
19
ଆଉ ନବୂଷରଦନ୍ ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ନପୁଂସକକୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କୁ ଓ ଦେଶର ଲୋକଗଣନାକାରୀ ଲେଖକ ସେନାପତିକୁ ଓ ନଗରରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକଙ୍କୁ ଧରିଲା।
20
ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲା।
21
ତହିଁରେ ବାବିଲ ରାଜା ହମାତ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା।
22
ଆଉ ବାବିଲ ରାଜା ନବୂଖଦ୍ନିତ୍ସର ଯେଉଁମାନଙ୍କୁ ଛାଡ଼ି ଯାଇଥିଲା, ଏପରି ଯିହୁଦା ଦେଶରେ ଅବଶିଷ୍ଟ ଥିବା ଲୋକମାନଙ୍କ ଉପରେ ସେ ଶାଫନ୍ର ପୌତ୍ର ଅହୀକାମର ପୁତ୍ର ଗଦଲୀୟଙ୍କୁ ଶାସନକର୍ତ୍ତା ରୂପେ ନିଯୁକ୍ତ କଲା।
23
ଏଥିଉତ୍ତାରେ ବାବିଲ ରାଜା ଗଦଲୀୟଙ୍କୁ ଶାସନକର୍ତ୍ତା କରିଅଛି ବୋଲି ଶୁଣି ସେନାପତିଗଣ ଓ ସେମାନଙ୍କ ଲୋକମାନେ, ଅର୍ଥାତ୍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍ ଓ ନଟୋଫାତୀୟ ତନ୍ହୂମତର ପୁତ୍ର ସରାୟ ଓ ମାଖାଥୀୟର ପୁତ୍ର ଯାସନୀୟ ଓ ସେମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟଙ୍କ ନିକଟକୁ ଆସିଲେ।
24
ଏଥିରେ ଗଦଲୀୟ ସେମାନଙ୍କ ନିକଟରେ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି ସେମାନଙ୍କୁ କହିଲା, “କଲ୍ଦୀୟମାନଙ୍କର ଦାସମାନଙ୍କ ସକାଶୁ ଭୀତ ହୁଅ ନାହିଁ; ଦେଶରେ ବାସ କରି ବାବିଲ ରାଜାର ସେବା କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।”
25
ମାତ୍ର ସପ୍ତମ ମାସରେ ରାଜବଂଶଜାତ ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ଦଶ ଜଣ ଆସିଲେ, ଆଉ ଗଦଲୀୟଙ୍କୁ, ପୁଣି ଯେଉଁ ଯିହୁଦୀୟମାନେ ଓ କଲ୍ଦୀୟମାନେ ତାହା ସଙ୍ଗେ ମିସ୍ପାରେ ଥିଲେ, ସେମାନଙ୍କୁ ଆଘାତ କରି ବଧ କଲେ।
26
ଏଥିଉତ୍ତାରେ ସାନ ବଡ଼ ସମସ୍ତ ଲୋକ ଓ ସେନାପତିଗଣ ଉଠି ମିସରକୁ ଗଲେ; କାରଣ ସେମାନେ କଲ୍ଦୀୟମାନଙ୍କ ଲାଗି ଭୀତ ହେଲେ।
27
ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍ଙ୍କର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ମାସର ସତାଇଶ ଦିନରେ ବାବିଲ ରାଜା ଇବିଲ୍-ମରୋଦକ୍ ରାଜ୍ୟ ଆରମ୍ଭ କରିବା ବର୍ଷରେ ଯିହୁଦାର ରାଜା ଯିହୋୟାଖୀନ୍ଙ୍କୁ କାରାଗାରରୁ ବାହାର କରି ତାଙ୍କର ମସ୍ତକ ଉନ୍ନତ କଲା।
28
ଆଉ, ସେ ତାଙ୍କୁ ପ୍ରୀତିବାକ୍ୟ କହିଲା ଓ ତାଙ୍କ ସଙ୍ଗେ ବାବିଲରେ ଥିବା ରାଜାମାନଙ୍କ ଆସନଠାରୁ ତାଙ୍କର ଆସନ ଉଚ୍ଚରେ ସ୍ଥାପନ କଲା।
29
ଆଉ, ସେ ଆପଣା କାରାଗାରର ବସ୍ତ୍ର ପରିବର୍ତ୍ତନ କରି ଆପଣାର ଯାବଜ୍ଜୀବନ ନିତ୍ୟ ନିତ୍ୟ ତାହା ସମ୍ମୁଖରେ ଭୋଜନ କଲେ।
30
ପୁଣି, ତାଙ୍କର ଦିନାତିପାତ ନିମନ୍ତେ ରାଜାଙ୍କଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ଜୀବନର ସମସ୍ତ କାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲେ।
← Chapter 24
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25