bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
2 Kings 4
2 Kings 4
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 5 →
1
ଭବିଷ୍ୟଦ୍ବକ୍ତାମାନଙ୍କ ଦଳର ଭାର୍ଯ୍ୟାମାନଙ୍କ ମଧ୍ୟରୁ ଜଣେ ବିଧବା ଇଲୀଶାୟଙ୍କ ନିକଟରେ କ୍ରନ୍ଦନ କରି କହିଲା, “ଆପଣଙ୍କ ଦାସ ମୋʼ ସ୍ୱାମୀ ମରିଅଛନ୍ତି; ପୁଣି ଆପଣଙ୍କ ଦାସ ଯେ ସଦାପ୍ରଭୁଙ୍କୁ ଭୟ କରୁଥିଲେ, ଏହା ଆପଣ ଜାଣନ୍ତି; ଏବେ ମହାଜନ ମୋହର ଦୁଇ ସନ୍ତାନଙ୍କୁ ଆପଣାର ଦାସ କରିବା ନିମନ୍ତେ ନେବାକୁ ଆସିଅଛି।”
2
ତହିଁରେ ଇଲୀଶାୟ ତାହାକୁ କହିଲେ, “ମୁଁ ତୁମ୍ଭ ପାଇଁ କʼଣ କରିବି? ମୋତେ କୁହ; ଘରେ ତୁମ୍ଭର କʼଣ ଅଛି?” ଏଥିରେ ସେ କହିଲା, “ଏକ ପାତ୍ର ତୈଳ ଛଡ଼ା ଗୃହରେ ଆପଣଙ୍କ ଦାସୀର ଆଉ କିଛି ନାହିଁ।”
3
ତହୁଁ ଇଲୀଶାୟ କହିଲେ, “ଯାଅ, ବାହାରୁ ଆପଣାର ସମସ୍ତ ପ୍ରତିବାସୀଠାରୁ ପାତ୍ର, ଅର୍ଥାତ୍, ଶୂନ୍ୟପାତ୍ର ଉଧାର କରି ଆଣ; ଅଳ୍ପ ଉଧାର କର ନାହିଁ।
4
ପୁଣି ତୁମ୍ଭେ ଗୃହ ଭିତରକୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କରି ସେସବୁ ପାତ୍ରରେ ତୈଳ ଅଜାଡ଼; ଆଉ ଯେଉଁ ପାତ୍ର ପୂର୍ଣ୍ଣ ହୁଏ, ତାହା ଅଲଗା କରି ରଖ।”
5
ତହୁଁ ସେହି ବିଧବା ଇଲୀଶାୟଙ୍କ ନିକଟରୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କଲା; ସେମାନେ ତାହା ନିକଟକୁ ପାତ୍ର ଆଣନ୍ତେ, ସେ ଅଜାଡ଼ିଲା।
6
ତହୁଁ ପାତ୍ରସକଳ ପୂର୍ଣ୍ଣ ହୁଅନ୍ତେ, ସେ ଆପଣା ପୁତ୍ରକୁ କହିଲା, “ଆଉ ଗୋଟିଏ ପାତ୍ର ମୋʼ ନିକଟକୁ ଆଣ।” ଏଥିରେ ସେ ତାହାକୁ କହିଲା, “ଆଉ ପାତ୍ର ନାହିଁ।” ତହିଁରେ ତୈଳ ବନ୍ଦ ହେଲା।
7
ତେବେ ସେହି ବିଧବା ଆସି ପରମେଶ୍ୱରଙ୍କ ଲୋକଙ୍କୁ ତାହା ଜଣାଇଲା। ଏଥିରେ ସେ କହିଲେ, “ଯାଅ, ତୈଳ ବିକ୍ରୟ କରି ଆପଣା ଋଣ ପରିଶୋଧ କର, ପୁଣି ଅବଶିଷ୍ଟରେ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଜୀବନ ଯାପନ କର।”
8
ଏଥିଉତ୍ତାରେ ଦିନକରେ ଇଲୀଶାୟ ଶୂନେମ ନଗରକୁ ଗଲେ, ସେଠାରେ ଏକ ଧନବତୀ ସ୍ତ୍ରୀ ଥିଲା; ଆଉ ସେ ଇଲୀଶାୟଙ୍କୁ ଅନ୍ନ ଭୋଜନ ନିମନ୍ତେ ପ୍ରବର୍ତ୍ତାଇଲା। ଏଥିଉତ୍ତାରେ ଇଲୀଶାୟ ଯେତେ ଥର ସେହି ପଥ ଦେଇ ଗଲେ, ସେତେଥର ଅନ୍ନ ଭୋଜନ ନିମନ୍ତେ ସେଠାକୁ ଗଲେ।
9
ଏଥିଉତ୍ତାରେ ସେହି ସ୍ତ୍ରୀ ଆପଣା ସ୍ୱାମୀକୁ କହିଲା, “ଦେଖ, ମୁଁ ଜାଣି ପାରୁଅଛି, ଏହି ଯେଉଁ ଲୋକ ନିତ୍ୟ ଆମ୍ଭମାନଙ୍କ ନିକଟ ଦେଇ ଗତାୟାତ କରୁଅଛନ୍ତି, ସେ ପରମେଶ୍ୱରଙ୍କର ଏକ ପବିତ୍ର ଲୋକ ଅଟନ୍ତି।
10
ମୁଁ ବିନୟ କରୁଅଛି, ଆମ୍ଭେମାନେ ପ୍ରାଚୀର ଉପରେ ଗୋଟିଏ ସାନ କୋଠରି ନିର୍ମାଣ କରୁ ଓ ତହିଁରେ ତାଙ୍କ ପାଇଁ ଗୋଟିଏ ଖଟ, ମେଜ, ଆସନ ଓ ଦୀପରୁଖା ରଖୁ; ତହୁଁ ସେ ଆମ୍ଭମାନଙ୍କ ନିକଟକୁ ଆସିବା ବେଳେ ସେଠାରେ ରହିବେ।”
11
ଦିନକରେ ଇଲୀଶାୟ ସେଠାକୁ ଆସିଲେ, ଆଉ ସେହି କୋଠରିକୁ ଯାଇ ଶୟନ କଲେ।
12
ପୁଣି ସେ ଆପଣା ଦାସ ଗିହେଜୀକୁ କହିଲେ, “ଏହି ଶୁନେମୀୟା ସ୍ତ୍ରୀକୁ ଡାକ।” ତହୁଁ ସେ ତାହାକୁ ଡାକନ୍ତେ, ସେ ସ୍ତ୍ରୀ ତାଙ୍କ ସମ୍ମୁଖରେ ଠିଆ ହେଲା।
13
ଏଥିରେ ଇଲୀଶାୟ ଗିହେଜୀକୁ କହିଲେ, “ତାଙ୍କୁ କୁହ, ଦେଖ, ତୁମ୍ଭେ ଏସମସ୍ତ ଚିନ୍ତାରେ ଆମ୍ଭମାନଙ୍କ ନିମନ୍ତେ ଚିନ୍ତିତ ହୋଇଅଛ; ମୁଁ ତୁମ୍ଭ ନିମନ୍ତେ କʼଣ କରି ପାରିବି? ମୋତେ ତୁମ୍ଭ ସପକ୍ଷରେ ରାଜା କିମ୍ବା ସେନାପତିଙ୍କ ନିକଟରେ କିଛି କହିବାକୁ ଇଚ୍ଛା କରୁଅଛ କି?” ତହୁଁ ସେ ଉତ୍ତର କଲା, “ମୁଁ ନିଜ ଲୋକଙ୍କ ମଧ୍ୟରେ ବାସ କରୁଅଛି।”
14
ପୁଣି ଇଲୀଶାୟ କହିଲେ, “ତେବେ ତାହା ପାଇଁ କʼଣ କରାଯିବ?” ତହିଁରେ ଗିହେଜୀ ଉତ୍ତର କଲା, “ତାହାର ପୁତ୍ର ନାହିଁ ଓ ତାହାର ସ୍ୱାମୀ ବୃଦ୍ଧ।”
15
ତେବେ ଇଲୀଶାୟ କହିଲେ, “ତାଙ୍କୁ ଡାକ।” ଏଣୁ ସେ ତାଙ୍କୁ ଡାକନ୍ତେ, ସେ ଦ୍ୱାରରେ ଠିଆ ହେଲା।
16
ତହୁଁ ଇଲୀଶାୟ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ତୁମ୍ଭେ ପୁତ୍ରକୁ କୋଳ କରିବ।” ଏଥିରେ ସେ ସ୍ତ୍ରୀ କହିଲା, “ନା, ହେ ମୋର ପ୍ରଭୋ, ହେ ପରମେଶ୍ୱରଙ୍କ ଲୋକ, ଆପଣା ଦାସୀକୁ ଆପଣ ମିଥ୍ୟା ନ କହନ୍ତୁ।”
17
ଏଥିଉତ୍ତାରେ ଇଲୀଶାୟଙ୍କର ବାକ୍ୟାନୁସାରେ ସେହି ସ୍ତ୍ରୀ ଗର୍ଭଧାରଣ କରି ଉକ୍ତ ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଏକ ପୁତ୍ର ପ୍ରସବ କଲା।
18
ପୁଣି ବାଳକ ବଢ଼ିଲା ଉତ୍ତାରେ ଦିନକରେ ସେ ଶସ୍ୟଚ୍ଛେଦକମାନଙ୍କ ନିକଟରେ ଆପଣା ପିତା ନିକଟକୁ ଗଲା।
19
ଆଉ ସେ ଆପଣା ପିତାଙ୍କୁ କହିଲା, “ମୋʼ ମସ୍ତକ, ମୋʼ ମସ୍ତକ।” ତହୁଁ ପିତା ଆପଣା ଦାସକୁ କହିଲା, “ତାହାର ମାତା ନିକଟକୁ ତାହାକୁ ଉଠାଇ ନେଇଯାଅ।”
20
ଆଉ ସେ ତାହାକୁ ଉଠାଇ ନେଇ ତାହାର ମାତା ନିକଟକୁ ଆଣନ୍ତେ, ବାଳକ ମଧ୍ୟାହ୍ନ ପର୍ଯ୍ୟନ୍ତ ତାହାର କୋଳରେ ବସି ମରିଗଲା।
21
ଏଥିରେ ମାତା ଉପରକୁ ଯାଇ ପରମେଶ୍ୱରଙ୍କ ଲୋକଙ୍କ ଖଟରେ ତାହାକୁ ଶୁଆଇ ଦ୍ୱାର ବନ୍ଦ କରି ବାହାରି ଆସିଲା।
22
ପୁଣି ସେ ଆପଣା ସ୍ୱାମୀକୁ ଡାକି କହିଲା, “ମୁଁ ବିନୟ କରୁଅଛି, ଦାସମାନଙ୍କ ମଧ୍ୟରୁ ଜଣକୁ ଓ ଗର୍ଦ୍ଦଭୀରୁ ଗୋଟିଏ ମୋʼ ନିକଟକୁ ପଠାଇଦିଅ, ମୁଁ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଦୌଡ଼ିଯାଇ ଫେରି ଆସିବି।”
23
ତହିଁରେ ତାହାର ସ୍ୱାମୀ କହିଲା, “ତୁମ୍ଭେ କାହିଁକି ତାଙ୍କ ନିକଟକୁ ଆଜି ଯିବ? ଏ ତ ଅମାବାସ୍ୟା ନୁହେଁ କି ବିଶ୍ରାମବାର ନୁହେଁ।” ଏଥିରେ ସେ କହିଲା, “ଭଲ ହେବ।”
24
ତହୁଁ ସେ ଗର୍ଦ୍ଦଭୀ ସଜାଇ ଆପଣା ଦାସକୁ କହିଲା, “ଅଡ଼ାଇ ଚାଲ; ମୋʼ ଆଜ୍ଞା ବିନା ଚଲାଇବାରେ ଢିଲା କର ନାହିଁ।”
25
ଏହିରୂପେ ସେ ଯାଇ କର୍ମିଲ ପର୍ବତରେ ପରମେଶ୍ୱରଙ୍କ ଲୋକଙ୍କ ନିକଟରେ ପହଞ୍ଚିଲା। ତହିଁରେ ପରମେଶ୍ୱରଙ୍କ ଲୋକ ଦୂରରୁ ତାହାକୁ ଦେଖି ଆପଣା ଦାସ ଗିହେଜୀକୁ କହିଲେ, “ଦେଖ, ସେଠାରେ ଶୁନେମୀୟା ସ୍ତ୍ରୀ;
26
ମୁଁ ବିନୟ କରୁଅଛି, ଦୌଡ଼ିଯାଇ ତାହାକୁ ସାକ୍ଷାତ କରି ପଚାର, ତୁମ୍ଭର ସମସ୍ତ ବିଷୟ ମଙ୍ଗଳ ତ? ତୁମ୍ଭ ସ୍ୱାମୀର ମଙ୍ଗଳ ତ? ବାଳକର ମଙ୍ଗଳ ତ?” ତହୁଁ ସେ ଉତ୍ତର କଲା, “ମଙ୍ଗଳ।”
27
ଏଥିଉତ୍ତାରେ ସେ ପର୍ବତରେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଆସି ତାଙ୍କ ଚରଣ ଧରି ରହିଲା। ତହିଁରେ ଗିହେଜୀ ତାହାକୁ ଛଡ଼ାଇ ଦେବା ପାଇଁ ନିକଟକୁ ଆସିଲା; ମାତ୍ର ପରମେଶ୍ୱରଙ୍କ ଲୋକ କହିଲେ, “ତାହାକୁ ଛାଡ଼ିଦିଅ; କାରଣ ତାହାର ଅନ୍ତରରେ ତାହାର ପ୍ରାଣ ଶୋକାକୁଳ ହୋଇଅଛି; ମାତ୍ର ସଦାପ୍ରଭୁ ମୋʼ ଠାରୁ ତାହା ଗୋପନରେ ରଖିଅଛନ୍ତି, ପୁଣି ତାହା ମୋତେ ଜଣାଇ ନାହାନ୍ତି।”
28
ଏଥିରେ ସେ ସ୍ତ୍ରୀ କହିଲା, “ମୋʼ ପ୍ରଭୁଙ୍କୁ ମୁଁ କʼଣ ପୁତ୍ର ମାଗିଥିଲି? ମୁଁ କି କହି ନ ଥିଲି, ମୋତେ ପ୍ରତାରଣା ନ କର?”
29
ତହୁଁ ଇଲୀଶାୟ ଗିହେଜୀକୁ କହିଲେ, “ଆପଣା ଅଣ୍ଟା ବାନ୍ଧ ଓ ଆପଣା ହସ୍ତରେ ମୋହର ଯଷ୍ଟି ନେଇ ଆପଣା ବାଟେ ଚାଲିଯାଅ; ଯଦି ତୁମ୍ଭେ କୌଣସି ଲୋକକୁ ସାକ୍ଷାତ କର, ତାହାକୁ ନମସ୍କାର କର ନାହିଁ; ଆଉ ଯଦି କେହି ତୁମ୍ଭକୁ ନମସ୍କାର କରନ୍ତି, ତାହାକୁ ଫେରି ଉତ୍ତର ଦିଅ ନାହିଁ; ପୁଣି ମୋʼ ଯଷ୍ଟି ସେହି ବାଳକର ମୁଖ ଉପରେ ରଖ।”
30
ଏଥିରେ ବାଳକର ମାତା କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତେଣୁ ଇଲୀଶାୟ ଉଠି ତାହାର ପଛେ ପଛେ ଗଲେ।
31
ଏଥିମଧ୍ୟରେ ଗିହେଜୀ ସେମାନଙ୍କ ଆଗେ ଯାଇ ବାଳକର ମୁଖ ଉପରେ ଯଷ୍ଟି ରଖିଲା; ମାତ୍ର କୌଣସି ରବ କି ଶ୍ରବଣ ହେଲା ନାହିଁ। ଏହେତୁ ଗିହେଜୀ ଇଲୀଶାୟଙ୍କୁ ସାକ୍ଷାତ କରିବା ପାଇଁ ଫେରିଆସି ତାଙ୍କୁ ଜଣାଇ କହିଲା, “ବାଳକ ଜାଗି ନାହିଁ।”
32
ତହୁଁ ଇଲୀଶାୟ ସେ ଗୃହକୁ ଆସନ୍ତେ, ଦେଖ, ବାଳକ ମରି ତାଙ୍କର ଶଯ୍ୟାରେ ଶୋଇଅଛି।
33
ଏହେତୁ ସେ ଭିତରକୁ ଯାଇ ନିଜେ ଓ ବାଳକ ଉଭୟେ ରହି ଦ୍ୱାର ବନ୍ଦ କରି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
34
ଆଉ ସେ ଉପରକୁ ଯାଇ ବାଳକ ଉପରେ ଶୟନ କଲେ ଓ ତାହା ମୁଖ ଉପରେ ଆପଣା ମୁଖ ଓ ତାହା ଚକ୍ଷୁ ଉପରେ ଆପଣା ଚକ୍ଷୁ ଓ ତାହା ହସ୍ତ ଉପରେ ଆପଣା ହସ୍ତ ରଖିଲେ; ଏରୂପେ ସେ ଆପଣାକୁ ବାଳକ ଉପରେ ଲମ୍ବମାନ କଲେ; ତହିଁରେ ବାଳକର ଶରୀର ଉଷ୍ଣ ହେବାକୁ ଲାଗିଲା।
35
ଏଥିରେ ଇଲୀଶାୟ ଫେରି ଗୃହ ମଧ୍ୟରେ ଏଣେତେଣେ ଥରେ ବୁଲିଲେ; ତହୁଁ ଉପରକୁ ଯାଇ ବାଳକ ଉପରେ ଆପଣାକୁ ଲମ୍ବମାନ କଲେ; ତହିଁରେ ବାଳକ ସାତ ଥର ଛିଙ୍କିଲା ଓ ବାଳକ ଚକ୍ଷୁ ଫିଟାଇଲା।
36
ଏଥିରେ ସେ ଗିହେଜୀକୁ ଡାକି କହିଲେ, “ସେହି ଶୁନେମୀୟା ସ୍ତ୍ରୀକୁ ଡାକ।” ତହୁଁ ସେ ତାହାକୁ ଡାକିଲା। ଆଉ ସେ ତାଙ୍କ ନିକଟକୁ ଆସନ୍ତେ, ସେ କହିଲେ, “ତୁମ୍ଭ ପୁତ୍ରକୁ ନିଅ।”
37
ସେତେବେଳେ ସେ ସ୍ତ୍ରୀ ଭିତରକୁ ଯାଇ ତାଙ୍କର ଚରଣରେ ଭୂମିଷ୍ଠ ପ୍ରଣାମ କଲା ଓ ଆପଣା ପୁତ୍ରକୁ ନେଇ ବାହାରକୁ ଗଲା।
38
ଏଥିଉତ୍ତାରେ ଇଲୀଶାୟ ପୁନର୍ବାର ଗିଲ୍ଗଲ୍କୁ ଆସିଲେ; ସେସମୟରେ ଦେଶରେ ଦୁର୍ଭିକ୍ଷ ଥିଲା; ପୁଣି ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ତାଙ୍କ ସମ୍ମୁଖରେ ବସୁଥିବା ସମୟରେ ସେ ଆପଣା ଦାସକୁ କହିଲେ, “ଏକ ବଡ଼ ହଣ୍ଡା ବସାଇ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ନିମନ୍ତେ ଖାଦ୍ୟ ରନ୍ଧନ କର।”
39
ତହୁଁ ଜଣେ ଶାକ ସଂଗ୍ରହ କରିବା ପାଇଁ କ୍ଷେତ୍ରକୁ ଯାଇ ବନ୍ୟ ଲତା ପାଇ ତହିଁର ଫଳରେ ଅଣ୍ଟି ପୂର୍ଣ୍ଣ କରି ଆସି ତାହା ଖଣ୍ଡ ଖଣ୍ଡ କାଟି ଖାଦ୍ୟ-ହଣ୍ଡାରେ ପକାଇଲା; କାରଣ ସେମାନେ ତାହା ଚିହ୍ନିଲେ ନାହିଁ।
40
ତହୁଁ ସେମାନେ ଲୋକମାନଙ୍କର ଭୋଜନ ନିମନ୍ତେ ତାହା ଢାଳିଲେ। ପୁଣି ଲୋକମାନେ ସେହି ଖାଦ୍ୟ ଭୋଜନ କରୁ କରୁ ଡାକ ପକାଇ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ହଣ୍ଡାରେ ମୃତ୍ୟୁୁ ଅଛି।” ଆଉ ସେମାନେ ତହିଁରୁ ଭୋଜନ କରି ପାରିଲେ ନାହିଁ।
41
ମାତ୍ର ଇଲୀଶାୟ କହିଲେ, “ତେବେ କିଛି ଅଟା ଆଣ।” ଆଉ ସେ ତାହା ହଣ୍ଡାରେ ପକାଇ କହିଲେ, “ଲୋକମାନଙ୍କ ନିମନ୍ତେ ତାହା ଢାଳ, ସେମାନେ ଭୋଜନ କରନ୍ତୁ।” ତହୁଁ ହଣ୍ଡାରେ କିଛି ମନ୍ଦ ରହିଲା ନାହିଁ।
42
ଏଥିଉତ୍ତାରେ ବାଲ୍-ଶାଲିଶାରୁ ଜଣେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳର ରୁଟି, ଅର୍ଥାତ୍, କୋଡ଼ିଏ ଯବ ରୁଟି ଓ ନୂତନ ଶସ୍ୟର ଶିଷା ଆପଣା ଝୁଲିରେ ନେଇ ଆସିଲା। ତହିଁରେ ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ।”
43
ତହୁଁ ତାଙ୍କ ଦାସ କହିଲା, “କʼଣ, ଶହେ ଲୋକଙ୍କ ଆଗରେ ଏହା ରଖିବି?” ମାତ୍ର ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ; କାରଣ ସଦାପ୍ରଭୁ ଏହା କହନ୍ତି, ‘ସେମାନେ ଭୋଜନ କରିବେ ଓ ତହିଁରୁ ଅବଶିଷ୍ଟାଂଶ ରଖିବେ।’”
44
ତହୁଁ ସେ ତାହା ଲୋକମାନଙ୍କ ଆଗରେ ରଖନ୍ତେ, ସେମାନେ ଭୋଜନ କଲେ ଓ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନେ ଅବଶିଷ୍ଟାଂଶ ରଖିଲେ।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 5 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25