bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
2 Kings 7
2 Kings 7
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 8 →
1
ସେତେବେଳେ ଇଲୀଶାୟ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସଦାପ୍ରଭୁ ଏହି କଥା କହନ୍ତି, ‘କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର-ଦ୍ୱାରରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଯିବ।’”
2
ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ସେ ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କʼଣ ଏ କଥା ହୋଇ ପାରିବ?” ତହିଁରେ ଇଲୀଶାୟ କହିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।”
3
ସେହି ସମୟରେ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଚାରି ଜଣ କୁଷ୍ଠୀ ଥିଲେ; ଆଉ ସେମାନେ ପରସ୍ପର କହିଲେ, “ଆମ୍ଭେମାନେ ମରିବା ପର୍ଯ୍ୟନ୍ତ କାହିଁକି ଏଠାରେ ବସିଅଛୁ?
4
ଯଦି କହୁ, ‘ଆମ୍ଭେମାନେ ନଗରରେ ପ୍ରବେଶ କରିବା,’ ତେବେ ନଗରରେ ଦୁର୍ଭିକ୍ଷ ଅଛି, ପୁଣି ଆମ୍ଭେମାନେ ସେଠାରେ ମରିବା; ଆଉ ଯଦି ଆମ୍ଭେମାନେ ଏଠାରେ ବସି ରହିବା, ତେବେ ମଧ୍ୟ ମରିବା। ଏହେତୁ ଆସ, ଆମ୍ଭେମାନେ ଅରାମୀୟମାନଙ୍କ ସୈନ୍ୟର ପକ୍ଷକୁ ଯାଉ; ଯଦି ସେମାନେ ଆମ୍ଭମାନଙ୍କୁ ବଞ୍ଚାଇ ରଖିବେ, ତେବେ ଆମ୍ଭେମାନେ ବଞ୍ଚିବା; ଆଉ ଯଦି ଆମ୍ଭମାନଙ୍କୁ ମାରି ପକାଇବେ, ତେବେ ମରିବା।”
5
ଏଣୁ କୁଷ୍ଠୀମାନେ ଅରାମୀୟମାନଙ୍କ ଛାଉଣିକୁ ଯିବା ପାଇଁ ଗୋଧୂଳି ସମୟରେ ଉଠିଲେ; ଆଉ ସେମାନେ ଅରାମୀୟମାନଙ୍କ ଛାଉଣିର ବାହାର ସୀମାରେ ଉପସ୍ଥିତ ହେବା ବେଳେ, ଦେଖ, ସେଠାରେ କୌଣସି ମନୁଷ୍ୟ ନ ଥିଲେ।
6
କାରଣ ସଦାପ୍ରଭୁ ଅରାମୀୟମାନଙ୍କ ସୈନ୍ୟଗଣକୁ ରଥ ଶବ୍ଦ ଓ ଅଶ୍ୱ ଶବ୍ଦ, ଅର୍ଥାତ୍, ମହାସୈନ୍ୟ ଶବ୍ଦ ଶୁଣାଇଥିଲେ; ତହିଁରେ ସେମାନେ ପରସ୍ପର କହିଲେ, “ଦେଖ, ଇସ୍ରାଏଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବା ପାଇଁ ହିତ୍ତୀୟମାନଙ୍କ ରାଜାଗଣକୁ ଓ ମିସରୀୟମାନଙ୍କ ରାଜାଗଣକୁ ଆମ୍ଭମାନଙ୍କ ପ୍ରତିକୂଳରେ ବେତନ ଦେଇ ନିଯୁକ୍ତ କରିଅଛି।”
7
ଏହେତୁ ଅରାମୀୟମାନଙ୍କ ସୈନ୍ୟଗଣ ଉଠି ଗୋଧୂଳି ସମୟରେ ପଳାଇଲେ, ଆଉ ସେମାନେ ଆପଣାମାନଙ୍କ ତମ୍ବୁ ଓ ଅଶ୍ୱ ଓ ଗର୍ଦ୍ଦଭ ଓ ଛାଉଣି ଯେପରି ଥିଲା, ସେପରି ଛାଡ଼ି ଆପଣାମାନଙ୍କ ପ୍ରାଣରକ୍ଷାର୍ଥେ ପଳାଇଲେ।
8
ଏଥିଉତ୍ତାରେ ସେହି କୁଷ୍ଠୀମାନେ ଛାଉଣିର ବାହାର ସୀମାକୁ ଆସି ଗୋଟିଏ ତମ୍ବୁ ଭିତରକୁ ଯାଇ ଭୋଜନପାନ କଲେ, ପୁଣି ତହିଁରୁ ରୂପା ଓ ସୁନା ଓ ବସ୍ତ୍ର ନେଇ ଲୁଚାଇ ରଖିଲେ; ତହୁଁ ସେମାନେ ପୁନର୍ବାର ଆସି ଆଉ ଏକ ତମ୍ବୁ ମଧ୍ୟରେ ପ୍ରବେଶ କଲେ ଓ ତହିଁରୁ ମଧ୍ୟ ଦ୍ରବ୍ୟାଦି ନେଇଯାଇ ଲୁଚାଇ ରଖିଲେ।
9
ତେବେ ସେମାନେ ପରସ୍ପର କହିଲେ, “ଆମ୍ଭେମାନେ ଭଲ କରୁ ନାହୁଁ; ଆଜି ସୁସମ୍ବାଦର ଦିନ, ମାତ୍ର ଆମ୍ଭେମାନେ ତୁନି ହୋଇ ରହୁଅଛୁ; ଯେବେ ଆମ୍ଭେମାନେ ପ୍ରଭାତ ଆଲୁଅ ପର୍ଯ୍ୟନ୍ତ ବିଳମ୍ବ କରୁ, ତେବେ ଆମ୍ଭମାନଙ୍କୁ ଦଣ୍ଡ ଘଟିବ; ଏହେତୁ ଏବେ ଆସ, ଆମ୍ଭେମାନେ ଯାଇ ରାଜଗୃହରେ ସମ୍ବାଦ ଦେଉ।”
10
ତହୁଁ ସେମାନେ ଆସି ନଗରର ଦ୍ୱାରୀକୁ ଡାକିଲେ; ଆଉ ସେମାନଙ୍କୁ ଜଣାଇ କହିଲେ, “ଆମ୍ଭେମାନେ ଅରାମୀୟମାନଙ୍କ ଛାଉଣିକୁ ଯାଇଥିଲୁ, ଆଉ ଦେଖ, ସେଠାରେ କୌଣସି ମନୁଷ୍ୟ ନାହିଁ; କି ମନୁଷ୍ୟର ଶବ୍ଦ ନାହିଁ, ମାତ୍ର ଅଶ୍ୱ ଓ ଗର୍ଦ୍ଦଭଗଣ ବନ୍ଧା ହୋଇଅଛନ୍ତି, ଆଉ ତମ୍ବୁସବୁ ଯେପରି ଥିଲା, ସେପରି ଅଛି।”
11
ତହୁଁ ସେ ଦ୍ୱାରୀମାନଙ୍କୁ ଡାକନ୍ତେ, ସେମାନେ ରାଜଗୃହ ଭିତରେ ସମ୍ବାଦ ଦେଲେ।
12
ତହିଁରେ ରାଜା ରାତ୍ରିରେ ଉଠି ଆପଣା ଦାସମାନଙ୍କୁ କହିଲେ, “ଅରାମୀୟମାନେ ଆମ୍ଭମାନଙ୍କ ପ୍ରତି ଯାହା କରିଅଛନ୍ତି, ତାହା ମୁଁ ଏବେ ତୁମ୍ଭମାନଙ୍କ ପ୍ରତି ପ୍ରକାଶ କରିବି। ସେମାନେ ଜାଣନ୍ତି ଯେ, ଆମ୍ଭେମାନେ କ୍ଷୁଧାର୍ତ୍ତ ଅଛୁ; ଏହେତୁ ସେମାନେ ଛାଉଣିରୁ ବାହାରିଯାଇ ଆପଣାମାନଙ୍କୁ କ୍ଷେତ୍ରରେ ଲୁଚାଇ କହୁଛନ୍ତି, ସେମାନେ ନଗରରୁ ବାହାରିଲେ, ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଧରି ନଗରରେ ପ୍ରବେଶ କରିବା।”
13
ତହିଁରେ ତାହାର ଦାସମାନଙ୍କ ମଧ୍ୟରୁ ଜଣେ ଉତ୍ତର କରି କହିଲା, “ମୁଁ ବିନୟ କରୁଅଛି, ଆମ୍ଭେମାନେ କେତେକ ଲୋକ ପଠାଇ ଦେଖୁ, ସେମାନେ ନଗରରେ ଅବଶିଷ୍ଟ ଅଶ୍ୱମାନଙ୍କ ମଧ୍ୟରୁ ପାଞ୍ଚୋଟି ନେଇ ଯାଉନ୍ତୁ, ଦେଖନ୍ତୁ, ସେମାନେ ନଗରରେ ଅବଶିଷ୍ଟ ଇସ୍ରାଏଲର ସମସ୍ତ ଜନତା ସମାନ; ଦେଖନ୍ତୁ, ସେମାନେ ଇସ୍ରାଏଲର ସମସ୍ତ ନଷ୍ଟକଳ୍ପ ଜନତା ସମାନ।”
14
ଏହେତୁ ସେହି ଲୋକମାନେ ଅଶ୍ୱ ସହିତ ଦୁଇ ରଥ ନେଲେ ଓ ରାଜା ସେମାନଙ୍କୁ ଅରାମୀୟ ସୈନ୍ୟ ପଛେ ପଠାଇ କହିଲେ, “ଯାଇ ଦେଖ।”
15
ତହୁଁ ସେମାନେ ଯର୍ଦ୍ଦନ ପର୍ଯ୍ୟନ୍ତ ସେମାନଙ୍କ ପଛେ ପଛେ ଗଲେ; ଆଉ ଦେଖ, ଅରାମୀୟମାନେ ତରତର ହୋଇ ଯାହା ପକାଇଦେଇ ଯାଇଥିଲେ, ଏପରି ବସ୍ତ୍ର ଓ ପାତ୍ରାଦିରେ ସମସ୍ତ ପଥ ପୂର୍ଣ୍ଣ ଥିଲା। ତେବେ ସେ ଦୂତମାନେ ଫେରିଆସି ରାଜାଙ୍କୁ ସମ୍ବାଦ ଦେଲେ।
16
ତହିଁରେ ଲୋକମାନେ ବାହାରକୁ ଯାଇ ଅରାମୀୟମାନଙ୍କ ଛାଉଣି ଲୁଟ କଲେ। ତେଣୁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଗଲା।
17
ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ତାହାକୁ ନଗର-ଦ୍ୱାର ରକ୍ଷା କରିବା ପାଇଁ ନିଯୁକ୍ତ କଲେ; ଏଥିରେ ଲୋକମାନେ ନଗର-ଦ୍ୱାରରେ ତାହାକୁ ଦଳି ପକାଇଲେ, ତହିଁରେ ରାଜା ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଯିବା ବେଳେ ପରମେଶ୍ୱରଙ୍କ ଲୋକ ତାଙ୍କୁ ଯେପରି କହିଥିଲେ, ତଦନୁସାରେ ସେ ମଲା।
18
ପରମେଶ୍ୱରଙ୍କ ଲୋକ ରାଜାଙ୍କୁ ଏହି କଥା କହିଥିଲେ, “କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର-ଦ୍ୱାରରେ ଦୁଇ ପସୁରୀ ଯବ ଏକ ଶେକଲ ଓ ଏକ ପସୁରୀ ସରୁ ମଇଦା ଏକ ଶେକଲ ହେବ।”
19
ଆଉ ସେହି ସେନାପତି ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଥିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କʼଣ ଏପରି କଥା ହୋଇ ପାରିବ।” ତହିଁରେ ଇଲୀଶାୟ କହିଥିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।”
20
ସେହିପରି ତାହା ପ୍ରତି ଘଟିଲା; କାରଣ ଲୋକମାନେ ନଗର-ଦ୍ୱାରରେ ତାହାକୁ ଦଳି ପକାନ୍ତେ, ସେ ମଲା।
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 8 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25