bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
2 Kings 9
2 Kings 9
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 10 →
1
ଏଥିଉତ୍ତାରେ ଇଲୀଶାୟ ଭବିଷ୍ୟଦ୍ବକ୍ତା ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ମଧ୍ୟରୁ ଜଣକୁ ଡାକି କହିଲେ, “ତୁମ୍ଭ କଟି ବାନ୍ଧ ଓ ଏହି ତୈଳ ଶିଶି ହସ୍ତରେ ନେଇ ରାମୋତ୍-ଗିଲୀୟଦକୁ ଯାଅ।
2
ପୁଣି ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ନିମ୍ଶିଙ୍କର ପୌତ୍ର ଯିହୋଶାଫଟ୍ଙ୍କର ପୁତ୍ର ଯେହୂଙ୍କର ଅନ୍ୱେଷଣ କର ଓ ଭିତରକୁ ଯାଇ ତାଙ୍କର ଭ୍ରାତୃଗଣ ମଧ୍ୟରୁ ତାଙ୍କୁ ଉଠାଇ ଏକ ଭିତର କୋଠରିକୁ ନେଇଯାଅ।
3
ପୁଣି ତୈଳ ଶିଶି ନେଇ ତାଙ୍କ ମସ୍ତକରେ ଢାଳି କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛୁ।’ ତହୁଁ ତୁମ୍ଭେ ଦ୍ୱାର ଫିଟାଇ ପଳାଇ ଯାଅ ଓ ବିଳମ୍ବ ନ କର।”
4
ତହିଁରେ ସେ ଯୁବା, ଅର୍ଥାତ୍, ସେହି ଯୁବା ଭବିଷ୍ୟଦ୍ବକ୍ତା ରାମୋତ୍-ଗିଲୀୟଦକୁ ଗଲେ।
5
ଆଉ ସେ ଉପସ୍ଥିତ ହେବା ବେଳେ ଦେଖ, ସେନାପତିମାନେ ବସିଅଛନ୍ତି; ତହିଁରେ ସେ କହିଲେ, “ହେ ସେନାପତି, ତୁମ୍ଭଠାରେ ମୋହର ଏକ କାର୍ଯ୍ୟ ଅଛି।” ତହୁଁ ଯେହୂ କହିଲେ, “ଆମ୍ଭ ସମସ୍ତଙ୍କ ମଧ୍ୟରୁ କାହାଠାରେ?” ତହିଁରେ ସେ କହିଲେ, “ହେ ସେନାପତି, ତୁମ୍ଭଠାରେ।”
6
ଏଥିରେ ସେ ଉଠି ଗୃହ ଭିତରକୁ ଗଲେ; ତହୁଁ ଭବିଷ୍ୟଦ୍ବକ୍ତା ତାଙ୍କର ମସ୍ତକରେ ତୈଳ ଢାଳି ତାଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ସଦାପ୍ରଭୁଙ୍କ ଲୋକ, ଅର୍ଥାତ୍, ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ।
7
ପୁଣି ଆମ୍ଭେ ଯେପରି ଈଷେବଲ୍ ହସ୍ତରୁ ଆମ୍ଭ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କ ରକ୍ତର ଓ ସଦାପ୍ରଭୁଙ୍କ ଦାସସମୂହର ରକ୍ତର ପରିଶୋଧ ନେବୁ, ଏଥିପାଇଁ ତୁମ୍ଭେ ଆପଣା ପ୍ରଭୁ ଆହାବର ବଂଶକୁ ଆଘାତ କରିବ।
8
କାରଣ ଆହାବର ସମୁଦାୟ ବଂଶ ବିନଷ୍ଟ ହେବେ ଓ ଆମ୍ଭେ ଇସ୍ରାଏଲ ମଧ୍ୟରେ ଆହାବ ସମ୍ପର୍କୀୟ ପ୍ରତ୍ୟେକ ପୁଂସନ୍ତାନକୁ ଓ ବଦ୍ଧ କି ମୁକ୍ତ ଲୋକକୁ ଉଚ୍ଛିନ୍ନ କରିବା।
9
ଆଉ ଆମ୍ଭେ ଆହାବ ବଂଶକୁ ନବାଟର ପୁତ୍ର ଯାରବୀୟାମର ବଂଶ ତୁଲ୍ୟ ଓ ଅହୀୟର ପୁତ୍ର ବାଶାର ବଂଶ ତୁଲ୍ୟ କରିବା।
10
ପୁଣି କୁକ୍କୁରମାନେ ଈଷେବଲ୍କୁ ଯିଷ୍ରିୟେଲ ଭୂମିରେ ଖାଇବେ ଓ ତାହାକୁ କବର ଦେବା ପାଇଁ କେହି ନ ଥିବ।’” ତହୁଁ ଭବିଷ୍ୟଦ୍ବକ୍ତା ଦ୍ୱାର ଫିଟାଇ ପଳାଇଗଲେ।
11
ତହିଁରେ ଯେହୂ ବାହାର ହୋଇ ଆପଣା ପ୍ରଭୁର ଦାସମାନଙ୍କ ନିକଟକୁ ଆସନ୍ତେ, ଜଣେ ତାଙ୍କୁ ପଚାରିଲା, “ସବୁ ମଙ୍ଗଳ ତ? ସେ ବାତୁଳଟି କାହିଁକି ତୁମ୍ଭ ନିକଟକୁ ଆସିଥିଲା?” ତହିଁରେ ଯେହୂ ସେମାନଙ୍କୁ କହିଲେ, “ସେ ଲୋକକୁ ଓ ତାହାର କଥା କଅଣ, ତୁମ୍ଭେମାନେ ତ ଜାଣ।”
12
ଏଥିରେ ସେମାନେ କହିଲେ, “ଏ ମିଛ; ଏବେ ଆମ୍ଭମାନଙ୍କୁ କୁହ।” ତହୁଁ ଯେହୂ କହିଲେ, “ସେ ମୋତେ ଏପରି ଏପରି କହିଲା, ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ।’”
13
ତହୁଁ ସେମାନେ ପ୍ରତ୍ୟେକେ ଶୀଘ୍ର ଆପଣା ଆପଣା ବସ୍ତ୍ର ନେଇ ସୋପାନ ଉପରେ ଯେହୂଙ୍କର ତଳେ ରଖିଲେ ଓ ତୂରୀ ବଜାଇ କହିଲେ, “ଯେହୂ ରାଜା ହେଲେ।”
14
ଏଥିରେ ନିମ୍ଶିଙ୍କର ପୌତ୍ର ଯିହୋଶାଫଟ୍ଙ୍କର ପୁତ୍ର ଯେହୂ ଯୋରାମ୍ଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ। (ସେସମୟରେ ଯୋରାମ୍ ଓ ସମସ୍ତ ଇସ୍ରାଏଲ ଅରାମର ରାଜା ହସାୟେଲଠାରୁ ରାମୋତ୍-ଗିଲୀୟଦ ରକ୍ଷା କରୁଥିଲେ।
15
ମାତ୍ର ଯୋରାମ୍ ରାଜା ଅରାମର ରାଜା ହସାୟେଲ ସଙ୍ଗେ ଯୁଦ୍ଧ କରିବା ବେଳେ ଅରାମୀୟ ଲୋକମାନେ ତାଙ୍କୁ ଯେଉଁ କ୍ଷତବିକ୍ଷତ କରିଥିଲେ, ତହିଁରୁ ସେ ସୁସ୍ଥ ହେବା ନିମନ୍ତେ ଯିଷ୍ରିୟେଲକୁ ଫେରି ଯାଇଥିଲେ)। ପୁଣି ଯେହୂ କହିଲେ, “ଯେବେ ଏ ତୁମ୍ଭମାନଙ୍କ ମତ, ତେବେ ଯିଷ୍ରିୟେଲରେ ଏହା ଜଣାଇବା ପାଇଁ କାହାରିକୁ ନଗରର ବାହାରକୁ ପଳାଇ ଯିବାକୁ ନ ଦିଅ।”
16
ତହିଁରେ ଯେହୂ ରଥରେ ଚଢ଼ି ଯିଷ୍ରିୟେଲକୁ ଗଲେ; କାରଣ ସେସ୍ଥାନରେ ଯୋରାମ୍ ଶଯ୍ୟାଗତ ହୋଇଥିଲେ। ପୁଣି ଯିହୁଦାର ରାଜା ଅହସୀୟ ଯୋରାମ୍ଙ୍କୁ ଦେଖିବାକୁ ଆସିଥିଲେ।
17
ସେତେବେଳେ ଯିଷ୍ରିୟେଲ ଦୁର୍ଗ ଉପରେ ପ୍ରହରୀ ଠିଆ ହୋଇଥିଲା, ପୁଣି ଯେହୂ ଆସୁ ଆସୁ ପ୍ରହରୀ ତାଙ୍କର ଲୋକଦଳକୁ ଦେଖି କରି କହିଲା, “ମୁଁ ଏକ ଦଳ ଲୋକ ଦେଖୁଅଛି।” ତହିଁରେ ଯୋରାମ୍ କହିଲେ, “ଜଣେ ଅଶ୍ୱାରୋହୀକୁ ନେଇ ସେମାନଙ୍କୁ ସାକ୍ଷାତ କରିବା ପାଇଁ ପଠାଅ ଓ ସେ ପଚାରୁ, ‘କୁଶଳ କି?’”
18
ତହିଁରେ ଜଣେ ଅଶ୍ୱ ଚଢ଼ି ତାଙ୍କୁ ସାକ୍ଷାତ କରିବାକୁ ଯାଇ କହିଲା, “ରାଜା ପଚାରୁଅଛନ୍ତି, ‘କୁଶଳ କି?’” ତହିଁରେ ଯେହୂ କହିଲେ, “କୁଶଳରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋʼ ପଛକୁ ଯାଅ।” ଏଥିରେ ପ୍ରହରୀ ଜଣାଇ କହିଲା, “ଦୂତ ସେମାନଙ୍କ ନିକଟକୁ ଗଲା, ମାତ୍ର ସେ ଫେରିଆସୁ ନାହିଁ।”
19
ତହୁଁ ଯୋରାମ୍ ଦ୍ୱିତୀୟ ଜଣକୁ ଅଶ୍ୱରେ ପଠାନ୍ତେ, ସେ ସେମାନଙ୍କ ନିକଟକୁ ଯାଇ କହିଲା, “ରାଜା ପଚାରୁଅଛନ୍ତି, ‘କୁଶଳ କି?’” ପୁଣି ଯେହୂ ଉତ୍ତର କଲେ, “କୁଶଳରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋʼ ପଛକୁ ଯାଅ।”
20
ଏଥିରେ ପ୍ରହରୀ ଜଣାଇ କହିଲା, “ସେ ଜଣ ହିଁ ସେମାନଙ୍କ ନିକଟକୁ ଗଲା, ଆଉ ସେ ଫେରିଆସୁ ନାହିଁ; ପୁଣି ରଥଚାଳନ ନିମ୍ଶିର ପୁତ୍ର ଯେହୂର ଚାଳନା ପରି; କାରଣ ସେ ଅତି ପ୍ରଚଣ୍ଡ ବେଗରେ ଚଳାଏ।”
21
ତେବେ ଯୋରାମ୍ କହିଲେ, “ରଥ ପ୍ରସ୍ତୁତ କର।” ତହିଁରେ ସେମାନେ ତାଙ୍କର ରଥ ପ୍ରସ୍ତୁତ କଲେ। ପୁଣି ଇସ୍ରାଏଲର ରାଜା ଯୋରାମ୍ ଓ ଯିହୁଦାର ରାଜା ଅହସୀୟ ଆପଣା ଆପଣା ରଥରେ ବାହାରିଲେ, ଆଉ ସେମାନେ ଯେହୂଙ୍କୁ ଭେଟିବାକୁ ଯାଇ ଯିଷ୍ରିୟେଲୀୟ ନାବୋତର ଭୂମିରେ ତାଙ୍କୁ ଦେଖିଲେ।
22
ପୁଣି ଯୋରାମ୍ ଯେହୂଙ୍କୁ ଦେଖନ୍ତେ, ତାଙ୍କୁ ପଚାରିଲେ, “ଯେହୂ କୁଶଳ କି?” ତହିଁରେ; ସେ ଉତ୍ତର କଲେ, “ଯେପର୍ଯ୍ୟନ୍ତ ତୁମ୍ଭ ମାତା ଈଷେବଲ୍ର ଏତେ ବ୍ୟଭିଚାର ଓ ମାୟାବୀତ୍ୱ ଅଛି, ସେପର୍ଯ୍ୟନ୍ତ କି କୁଶଳ?”
23
ଏଥିରେ ଯୋରାମ୍ ଆପଣା ହସ୍ତ ଫେରାଇ ପଳାଇଲେ ଓ ଅହସୀୟଙ୍କୁ କହିଲେ, “ହେ ଅହସୀୟ, ବିଶ୍ୱାସଘାତକତା ହେଲା।”
24
ତହୁଁ ଯେହୂ ଆପଣାର ସମ୍ପୂର୍ଣ୍ଣ ବଳରେ ଧନୁ ଟାଣି ଯୋରାମ୍ଙ୍କର ଦୁଇ ବାହୁ ମଧ୍ୟକୁ ମାରନ୍ତେ, ତୀର ତାଙ୍କ ହୃଦୟ ଦେଇ ବାହାରିଗଲା, ତହିଁରେ ସେ ଆପଣା ରଥରେ ନଇଁ ପଡ଼ିଲେ।
25
ତେବେ ଯେହୂ ଆପଣା ସେନାପତି ବିଦ୍କରକୁ କହିଲେ, “ତାହାକୁ ଉଠାଇ ନେଇ ଯିଷ୍ରିୟେଲୀୟ ନାବୋତର କ୍ଷେତ୍ରଭୂମିରେ ପକାଇଦିଅ; କାରଣ ମୁଁ ଓ ତୁମ୍ଭେ ଆରୋହଣ କରି ଏକତ୍ର ତାହାର ପିତା ଆହାବର ପଶ୍ଚାତ୍ଗମନ କରିବା ବେଳେ ସଦାପ୍ରଭୁ କିପ୍ରକାରେ ତାହା ଉପରେ ଏହି ଭାରୋକ୍ତି ଥୋଇଥିଲେ, ଏହା ସ୍ମରଣ କର:
26
ଯଥା, ସଦାପ୍ରଭୁ କହନ୍ତି, ‘ଆମ୍ଭେ ନିଶ୍ଚୟ ଗତ କାଲି ନାବୋତର ରକ୍ତ ଓ ତାହାର ପୁତ୍ରମାନଙ୍କ ରକ୍ତ ଦେଖିଲୁ; ପୁଣି ଆମ୍ଭେ ଏହି ଭୂମିରେ ତୁମ୍ଭକୁ ପ୍ରତିଫଳ ଦେବା, ଏହା ସଦାପ୍ରଭୁଙ୍କ ଉକ୍ତି।’ ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ତାହାକୁ ନେଇ ସେହି କ୍ଷେତ୍ରଭୂମିରେ ପକାଇଦିଅ।”
27
ମାତ୍ର ଯିହୁଦାର ରାଜା ଅହସୀୟ ଏହା ଦେଖି ଉଦ୍ୟାନ ଗୃହର ପଥ ଦେଇ ପଳାଇଲେ। ତହିଁରେ ଯେହୂ ତାଙ୍କର ପଛେ ପଛେ ଯାଇ କହିଲେ, “ତାହାକୁ ମଧ୍ୟ ରଥରେ ଆଘାତ କର।” ତହୁଁ ସେମାନେ ଯିବ୍ଲିୟିମ ନିକଟସ୍ଥ ଗୂର୍ ନାମକ ଉଠାଣି ନିକଟରେ ତାଙ୍କୁ ଆଘାତ କଲେ। ଆଉ ସେ ମଗିଦ୍ଦୋକୁ ପଳାଇ ସେଠାରେ ମଲେ।
28
ତହୁଁ ତାଙ୍କର ଦାସମାନେ ତାଙ୍କୁ ରଥରେ ଯିରୂଶାଲମକୁ ନେଇଗଲେ ଓ ଦାଉଦ-ନଗରରେ ତାଙ୍କର ପିତୃଲୋକଙ୍କ ସହିତ ତାଙ୍କର କବରରେ ତାଙ୍କୁ କବର ଦେଲେ।
29
ଆହାବଙ୍କର ପୁତ୍ର ଯୋରାମ୍ଙ୍କ ରାଜତ୍ଵର ଏକାଦଶ ବର୍ଷରେ ଅହସୀୟ ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କରିଥିଲେ।
30
ଏଉତ୍ତାରେ ଯେହୂ ଯିଷ୍ରିୟେଲରେ ଉପସ୍ଥିତ ହୁଅନ୍ତେ, ଈଷେବଲ୍ ତାହା ଶୁଣିଲା; ତହୁଁ ସେ ଆପଣା ଚକ୍ଷୁରେ ଅଞ୍ଜନ ଦେଇ ଓ ଆପଣା ମସ୍ତକ ଭୂଷିତ କରି ଝରକା ନିକଟରେ ବାହାରକୁ ଅନାଇଲା।
31
ପୁଣି ଯେହୂ ଦ୍ୱାରରେ ପ୍ରବେଶ କରିବା ବେଳେ ଈଷେବଲ୍ କହିଲା, “ହେ ଆପଣା ପ୍ରଭୁର ହତ୍ୟାକାରୀ ସିମ୍ରି, କୁଶଳ କି?”
32
ଏଥିରେ ଯେହୂ ଝରକା ଆଡ଼େ ଆପଣା ମୁଖ ଉଠାଇ କହିଲେ, “କିଏ ମୋʼ ପକ୍ଷରେ ଅଛି? କିଏ?” ତହୁଁ ତାଙ୍କ ଆଡ଼କୁ ଦୁଇ ବା ତିନି ନପୁଂସକ ଅନାଇଲେ।
33
ଏଥିରେ ଯେହୂ କହିଲେ, “ତାକୁ ତଳକୁ ପକାଇଦିଅ।” ତହୁଁ ସେମାନେ ଈଷେବଲ୍କୁ ତଳକୁ ପକାଇଦେଲେ; ପୁଣି ତାହାର କିଛି ରକ୍ତ ପ୍ରାଚୀର ଓ ଅଶ୍ୱମାନଙ୍କ ଉପରେ ଛିଟ୍କି ପଡ଼ିଲା ଓ ସେ ତାକୁ ପାଦ ତଳେ ଦଳିଲେ।
34
ଏଥିଉତ୍ତାରେ ଯେହୂ ଭିତରକୁ ଯାଇ ଭୋଜନପାନ କଲେ; ଆଉ ସେ କହିଲେ, “ଏବେ ସେହି ଅଭିଶପ୍ତ ସ୍ତ୍ରୀର ବିଷୟ ବୁଝ ଓ ତାକୁ କବର ଦିଅ; କାରଣ ସେ ରାଜକନ୍ୟା।”
35
ଏଥିରେ ସେମାନେ ତାକୁ କବର ଦେବାକୁ ଗଲେ; ମାତ୍ର ତାହା ମୁଣ୍ଡର ଖପୁରୀ ଓ ପାଦ ଓ ହାତ ପାପୁଲି ଛଡ଼ା ଆଉ କିଛି ପାଇଲେ ନାହିଁ
36
ଏହେତୁ ସେମାନେ ଫେରିଆସି ଯେହୂଙ୍କୁ ଜଣାଇଲେ। ତହିଁରେ ସେ କହିଲେ, “ଏ ତ ସଦାପ୍ରଭୁଙ୍କ ବାକ୍ୟ, ସେ ଆପଣା ଦାସ ତିଶ୍ବୀୟ ଏଲୀୟଙ୍କ ଦ୍ୱାରା ଏହା କହିଥିଲେ, ଯଥା, ‘ଯିଷ୍ରିୟେଲୀୟ ଭୂମିରେ କୁକ୍କୁରମାନେ ଈଷେବଲ୍ର ମାଂସ ଖାଇବେ;
37
ଆଉ ଯିଷ୍ରିୟେଲୀୟ ଭୂମିରେ ଈଷେବଲ୍ର ଶବ କ୍ଷେତ୍ର ଉପରେ ଖତ ପରି ହେବ; ତହିଁରେ ଏ ଈଷେବଲ୍ ବୋଲି ଲୋକେ କହିବେ ନାହିଁ।’”
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 10 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25